ରାଗିଗଲେ କିମ ଜୋଙ୍ଗ ଉନ; ୩୦ ବରିଷ୍ଠ ଅଧିକାରୀଙ୍କୁ ଫାଶୀ ଦେବାକୁ ଦେଲେ ନିର୍ଦ୍ଦେଶ

ସିଓଲ,୪।୯: ଉତ୍ତର କୋରିଆର ଏକଛତ୍ରବାଦୀ ଶାସକ କିମ ଜୋଙ୍ଗ ଉନ ପୁଣିଥରେ ଚର୍ଚ୍ଚାରେ ଅଛନ୍ତି। ସେ ତାଙ୍କ ଦେଶର ୩୦ ଜଣ ବରିଷ୍ଠ ଅଧିକାରୀଙ୍କୁ ଫାଶୀ ଦେଇଛନ୍ତି। ସେମାନଙ୍କର ଦୋଷ ଥିଲା ଯେ ଉତ୍ତର କୋରିଆର ସର୍ବୋଚ୍ଚ ନେତା କିମ ଜୋଙ୍ଗ ଉନଙ୍କୁ କ୍ରୋଧିତ କରିଥିବା ଭୟଙ୍କର ବନ୍ୟା ପରିସ୍ଥିତିରୁ ସେମାନେ ଦେଶକୁ ରକ୍ଷା କରିପାରି ନ ଥିଲେ। ଚାଙ୍ଗଙ୍ଗ ପ୍ରଦେଶରେ ଆସିଥିବା ପ୍ରଳୟଙ୍କରୀ ବନ୍ୟାରେ ୪୦୦୦ରୁ ଅଧିକ ଲୋକଙ୍କ ମୃତ୍ୟୁ ଘଟିଛି। କିମ ଜୋଙ୍ଗ ସେହି ସମସ୍ତ ଲୋକଙ୍କୁ ଦଣ୍ଡ ଦେବାକୁ କହିଛନ୍ତି, ଯେଉଁମାନେ ଏହି ବିପର୍ଯ୍ୟୟରେ ନିଜ ଦାୟିତ୍ୱକୁ ସଠିକ ଭାବରେ ପୂରଣ କରିପାରନ୍ତି ନାହିଁ। ଗତ ମାସରେ ଦଳର ୨୦-୩୦ ଜଣ ବିଶିଷ୍ଟ ବ୍ୟକ୍ତିଙ୍କୁ ମଧ୍ୟ ହତ୍ୟା କରାଯାଇଥିଲା।
ଏଥର ଉତ୍ତର କୋରିଆରେ ବନ୍ୟା ପରିସ୍ଥିତି ବିପର୍ଯ୍ୟସ୍ତ ବୋଲି ପ୍ରମାଣିତ ହୋଇଛି। ପ୍ରବଳ ବର୍ଷା ଓ ଭୂସ୍ଖଳନ ଯୋଗୁଁ ୪୦୦୦ରୁ ଅଧିକ ଲୋକ ପ୍ରାଣ ହରାଇଛନ୍ତି। ଏତେ ବଡ ଦୁଃଖଦ ଘଟଣା ପରେ କିମ ଜୋଙ୍ଗ ନିଜେ ବନ୍ୟା ପ୍ରଭାବିତ ଅଞ୍ଚଳ ଯାଞ୍ଚ କରିଥିଲେ। ଏହାର କିଛି ଭିଡିଓ ମଧ୍ୟ ଭାଇରାଲ ହୋଇଥିଲା। ତେବେ ଗଣମାଧ୍ୟମ ରିପୋର୍ଟରେ ଦର୍ଶାଯାଇଛି ଯେ, ବନ୍ୟା ପରିସ୍ଥିତିରୁ ଶିଶୁ, ବୃଦ୍ଧ, ଭିନ୍ନକ୍ଷମ ଏବଂ ସୈନିକଙ୍କ ସମେତ ୧୫,୪୦୦ରୁ ଅଧିକ ଲୋକଙ୍କୁ ଉଦ୍ଧାର କରାଯାଇ ସୁରକ୍ଷିତ ସ୍ଥାନରେ ରଖାଯାଇଛି। କିମ ଜୋଙ୍ଗ କହିଛନ୍ତି ଯେ, ବନ୍ୟା ପ୍ରଭାବିତ ଅଞ୍ଚଳଗୁଡିକ ସ୍ବାଭାବିକ ଅବସ୍ଥାକୁ ଫେରିବା ପାଇଁ ୩ ମାସ ସମୟ ଲାଗିବ। ଉତ୍ତର କୋରିଆର ଅନେକ ରାଜ୍ୟରେ ଜରୁରୀକାଳୀନ ପରିସ୍ଥିତି ଘୋଷଣା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନଗର ଉନ୍ନୟନ ସଚିବ ଉଷା ପାଢ଼ୀଙ୍କୁ ଆଶ୍ବସ୍ତି

ଭୁବନେଶ୍ୱର,୩୦।୧: ଅଦାଲତ ଅବମାନନା ମାମଲାରୁ ନଗର ଉନ୍ନୟନ ସଚିବ ଉଷା ପାଢ଼ୀଙ୍କୁ ବଡ଼ ଆଶ୍ୱସ୍ତି ମିଳିଛି। ହାଇକୋର୍ଟରେ ସଚିବ ପାଢ଼ୀ ନିଃସର୍ତ୍ତ କ୍ଷମା ପ୍ରାର୍ଥନା କରି ଅଦାଲତ…

ଚାଲିଥିଲା ନକଲି ମଦ ପ୍ରସ୍ତୁତି: ଅଚାନକ ଚଢାଉ କଲା ଅବିକାରୀ ବିଭାଗ, ତା’ପରେ…

କେସିଙ୍ଗା,୩୦।୧ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା କଲେଜ ରୋଡ଼ ସ୍ଥିତ ୱାର୍ଡ ନଂ ୧୦ର ୩ ନମ୍ବର ବିଦେଶୀ ମଦ ଦୋକାନ ପଛ ଗଳିରେ ଓ…

ମଧ୍ୟାହ୍ନ ଭୋଜନ ରୋଷେଇବେଳେ ସ୍କୁଲରେ ଘଟିଲା ଅଘଟଣ: ପ୍ରେସର କୁକର ଫାଟି…

ଆଠଗଡ଼,୩୦।୧: ସ୍କୁଲରେ ମଧ୍ୟାହ୍ନ ଭୋଜନ ପାଇଁ ରୋଷେଇବେଳେ ଘଟିଲା ଅଘଟଣ। ଗୋବିନ୍ଦ ମାଧବପୁର ନୋଡାଲ ଉପ୍ରା ବିଦ୍ୟାଳୟରେ ରୋଷେଇ ସମୟରେ ପ୍ରେସର କୁକର ଫାଟି ୨ ପାଚିକା…

ପଞ୍ଜିକା ସମୀକରଣ ବୈଠକରେ ବଡ଼ ନିଷ୍ପତ୍ତି: ତ୍ରୁଟିଯୁକ୍ତ ପାଞ୍ଜି ଛାପିଲେ…

ପୁରୀ,୩୦।୧ା୧(ଅଜିତ୍‌ କୁମାର ମହାନ୍ତି): ଶ୍ରୀମନ୍ଦିରରେ ୨୦୨୬-୨୭ରେ ପାଳନ ହେବାକୁ ଥିବା ବିଭିନ୍ନ ପର୍ବପର୍ବାଣି ଓ ଯାନିଯାତ୍ରାର ସୂଚନା ବିଭିନ୍ନ ପଞ୍ଜିକାରେ କିଭଳି ତ୍ରୁଟିଶୂନ୍ୟ ଭାବେ ପ୍ରକାଶିତ ହେବ,…

ବରିଷ୍ଠ ନାଗରିକଙ୍କୁ ପୁରୀ ବୁଲାଇବେ ସରକାର: ଜାଣନ୍ତୁ କେତେ ବୟସ ହୋଇଥିବା ଆବଶ୍ୟକ

ଭୁବନେଶ୍ୱର,୩୦।୧: ବରିଷ୍ଠ ନାଗରିକଙ୍କୁ ପୁରୀ ବୁଲାଇବେ ରାଜ୍ୟ ସରକାର। ୬୦ରୁ ୭୫ ବର୍ଷ ବୟସ୍କ ଓ ବିଧବା ମହିଳାଙ୍କୁ ଜଗନ୍ନାଥ ଦର୍ଶନ କରାଇବେ। ଖୁବ୍‌ଶୀଘ୍ର ଆରମ୍ଭ ହେବାକୁ…

ସୁନା ବଜାରରେ ଐତିହାସିକ ହଲଚଲ: ଗୋଟିଏ ଦିନରେ ଭାରତ ଅର୍ଥନୀତିଠାରୁ ଅଧିକ ଟଙ୍କାର କାରବାର

ନୂଆଦିଲ୍ଲୀ,୩୦।୧: ବିଶ୍ୱ ବଜାରରେ ସୁନା ମୂଲ୍ୟ ଚଳିତ ସପ୍ତାହରେ ଅଭୂତପୂର୍ବ ସ୍ଥିତିର ସାମ୍ନା କରିଛି। କ୍ୟାପିଟାଲ ମାର୍କେଟ ପ୍ଲାଟଫର୍ମ ‘ଦି କୋବେସି ଲେଟର’ ବିଶ୍ଳେଷଣ ଅନୁଯାୟୀ, ସୁନାର…

ଗ୍ରାମବାସୀଙ୍କୁ ମିଳୁନି ପାଣି, ନିଆଁ ଜାଳି କଲେ ରାସ୍ତାରୋକୋ

ଦିଗପହଣ୍ଡି,୩୦ା୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଡ଼ି ଗାଁରେ ଦୀର୍ଘଦିନ ହେଲା ପାନୀୟଜଳ ପ୍ରକଳ୍ପ ଅଚଳ ହୋଇ ପଡ଼ିରହିଛି। ଲୋକଙ୍କୁ ପାଇପ୍‌ ଯୋଗେ ପାନୀୟଜଳ…

ବଢ଼ୁଛି ବିଶ୍ୱ ତାପମାତ୍ରା: ସବୁଠାରୁ ଅଧିକ ପ୍ରଭାବିତ ହେବ ଭାରତ

ନୂଆଦିଲ୍ଲୀ,୩୦।୧: ଜଳବାୟୁ ପରିବର୍ତ୍ତନ କାରଣରୁ ଗଭୀର ପ୍ରଭାବିତ ହେବ ଭାରତ। ତାପମାତ୍ରା ବୃଦ୍ଧି ଯୋଗୁଁ ଆଗାମୀ ଦଶନ୍ଧିମାନଙ୍କରେ ବିଶ୍ୱର କୋଟି କୋଟି ଲୋକ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri