ପୂର୍ବତନ ପ୍ରଧାନମନ୍ତ୍ରୀ ଶେହବାଜଙ୍କ କାରକୁ ଆକ୍ରମଣ କଲେ ଉତ୍ୟକ୍ତ ଜନତା

ଲାହୋର,୬।୧୦: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ପାକିସ୍ତାନୀ ମୁସଲିମ ଲିଗ-ନୱାଜ (ପିଏମଏଲ-ଏନ)ର ଅଧ୍ୟକ୍ଷ ଶେହବାଜ ସରିଫଙ୍କ କାର ଉପରେ କିଛି ଗୋଷ୍ଠୀ ଆକ୍ରମଣ କରିଛନ୍ତି। ଅସନ୍ତୋଷ ଜନତା ତାଙ୍କ କାର ଉପରେ ଆକ୍ରମଣ କରି ତାଙ୍କୁ ଦୁର୍ବ୍ୟବହାର କରିଛନ୍ତି। ଏହି ଘଟଣା ପଞ୍ଜାବ ପ୍ରଦେଶର ରାଜଧାନୀ ଲାହୋରରେ ଘଟିଛି। ଏକଦା ତାଙ୍କ ଗଡ କୁହାଯାଉଥିବା ଲାହୋରରେ ବୁଧବାର ବିଳମ୍ବିତ ରାତିରେ ଉତ୍ୟକ୍ତ ଜନତା ଶେହବାଜଙ୍କ କାର ଉପରେ ଆକ୍ରମଣ କରିଥିଲେ। କାର୍‌ ଓ୍ବିଣ୍ଡୋର କାଚ ଭାଙ୍ଗି ତାଙ୍କ ସହ ଅସଦାଚରଣ କରିଥିଲେ।

ଆଗାମୀ ନିର୍ବାଚନକୁ ନେଇ ଶେହବାଜ ତାଙ୍କ ନିର୍ବାଚନମଣ୍ଡଳୀକୁ ଗସ୍ତ କରିଥିଲେ। ତେବେ ଏହି ସମୟରେ କିଛି ଉତ୍ୟକ୍ତ ଗୋଷ୍ଠୀ ତାଙ୍କ କାରକୁ ଅଟକାଇ ତାଙ୍କ ଉପରେ ଆକ୍ରମଣ କରିଥିଲେ। ଏହି ଘଟଣାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି।

ତେବେ ଶେହବାଜ ସୋସିଆଲ ମିଡିଆ ଏକ୍ସରେ ଟ୍ବିଟ କରି କହିଛନ୍ତି, ବୁଧବାର ମୋ ନିର୍ବାଚନମଣ୍ଡଳୀର କିଛି ଲୋକ ମୋ କାରକୁ ଅଟକାଇ ସେମାନଙ୍କ ସମସ୍ୟା ବିଷୟରେ କହିଥିଲେ। ଗୁରୁବାର ମୁଁ ସେମାନଙ୍କ ପ୍ରତିନିଧୀଙ୍କୁ ନିମନ୍ତ୍ରଣ କଲି, ସେମାନଙ୍କ ଅଞ୍ଚଳର ସମସ୍ୟା ଶୁଣିଲି ଏବଂ ଏହାର ସମାଧାନ ପାଇଁ ଆଶ୍ୱସନା ଦେଲି।
ସୂଚନାଯୋଗ୍ୟ, ୨୦୨୪ ଜାନୁଆରୀର ଶେଷ ସପ୍ତାହରେ ସାଧାରଣ ନିର୍ବାଚନ ଅନୁଷ୍ଠିତ ହେବ ବୋଲି ପାକିସ୍ତାନର ନିର୍ବାଚନ ଆୟୋଗ ଗତ ମାସରେ ଘୋଷଣା କରଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହୋଲି ପାଇଁ ଗଡ଼ିବ ୬୨ ସ୍ବତନ୍ତ୍ର ଟ୍ରେନ୍‌

ଭୁବନେଶ୍ୱର, ୬ା୨(ଅନୁରାଧା ମହାରଣା)- ହୋଲି ଉତ୍ସବ ସମୟରେ ଯାତ୍ରୀମାନଙ୍କ ପାଇଁ ସୁଗମ, ନିରାପଦ ଏବଂ ଆରାମଦାୟକ ଯାତ୍ରା ସୁନିଶ୍ଚିତ କରିବାକୁ ପୂର୍ବତଟ ରେଳପଥ ଏହାର ପରିସୀମା ମଧ୍ୟରେ…

U19 World Cup: ବିଶ୍ୱ ଚାମ୍ପିୟନ ହେଲା ଭାରତ, ତଥାପି ICCରୁ ପୁରସ୍କାରରେ ମିଳିବ ନାହିଁ ଗୋଟିଏ ଟଙ୍କା 

ହରାରେ,୬।୨: ଭାରତ ପୁଣି ଥରେ ୧୯ ବର୍ଷରୁ କମ୍‌ ବିଶ୍ୱକପରେ ଇତିହାସ ରଚିଲା। ଟିମ ଇଣ୍ଡିଆ ହରାରେ ସ୍ପୋଟର୍‌ସ କ୍ଲବ୍‌ରେ ଇଂଲଣ୍ଡ ବିପକ୍ଷରେ ଖେଳାଯାଇଥିବା ଫାଇନାଲରେ ବିଜୟୀ…

Under 19 World Cup 2026: ଷଷ୍ଠ ଥର ପାଇଁ ଭାରତ ଚାମ୍ପିୟନ, ୧୭୫ ରନ୍‌ର ଇନିଂସ ଖେଳି ଇଂଲଣ୍ଡର ଆଶାକୁ ଧୂଳିସାତ କଲେ…

ହରାରେ, ୬।୨: ବୈଭବ ସୂର୍ଯ୍ୟବଂଶୀଙ୍କ ରେକର୍ଡ ବ୍ରେକିଂ ଇନିଂସ ସହାୟତାରେ ଭାରତ ୬ଷ୍ଠ ଥର ପାଇଁ ୧୯ ବର୍ଷରୁ କମ୍‌ ଦିନିକିଆ କ୍ରିକେଟ ବିଶ୍ୱକପ ଚାମ୍ପିୟନ ହୋଇଛି।…

ହାତ ଯୋଡ଼ି ପ୍ରାର୍ଥନା କଲେ, ପରେ ୧୭ ମହଲାରୁ ଡେଇଁ ପଡ଼ିଲେ; ଚମକାଉଛି ବେକରୀ ମାଲିକଙ୍କ ମୃତ୍ୟୁ ପୂର୍ବର ଭିଡିଓ… 

ମୁମ୍ବାଇ,୬।୨: ମହାରାଷ୍ଟ୍ରର ସୋଲାପୁରରୁ ଏକ ଅତ୍ୟନ୍ତ ଦୁଃଖଦ ଖବର ସାମ୍ନାକୁ ଆସିଛି। ଏଠାର ପ୍ରସିଦ୍ଧ ମୁଲତାନି ବେକେରୀର ୬୦ ବର୍ଷୀୟ ମାଲିକ ସୁନୀଲ ସଦରଙ୍ଗାନୀ ବିଜୟପୁର ରୋଡରେ…

ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ପୁନଃ ଲାଗୁ ଦାବି କରି କଂଗ୍ରେସ…

ଭଞ୍ଜନଗର,୬ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା କଂଗ୍ରେସ (ପଶ୍ଚିମ) ସଂଗଠନ ପକ୍ଷରୁ ଦେଶରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ପୁନଃ ଲାଗୁ ଦାବି କରି ଶୁକ୍ରବାର ଭଞ୍ଜନଗର ଉପଜିଲାପାଳ ଉମାଶଙ୍କର ବେହେରାଙ୍କୁ ଏକ…

ଶ୍ରଦ୍ଧା, ଅଶ୍ରୁ ଆଉ ସ୍ମୃତି: ଫଲଗୁ ନଦୀରେ ଅଜିତ ପାଓ୍ବାରଙ୍କୁ ଅନ୍ତିମ ବିଦାୟ

ମୁମ୍ବାଇ,୬।୨: ଗୟାର ପବିତ୍ର ଭୂମିରେ ଶୁକ୍ରବାର ମହାରାଷ୍ଟ୍ରର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସ୍ବର୍ଗତ ଅଜିତ ପାୱାରଙ୍କ ସ୍ମୃତିରେ ଏକ ଗମ୍ଭୀର ଶୋକ ସଭା ଅନୁଷ୍ଠିତ ହୋଇଥିଲା। ଏହି କାର୍ଯ୍ୟକ୍ରମର…

Valentine’s Week: ଗୋଲାପରୁ କାହିଁକି ଆରମ୍ଭ ହୁଏ ପ୍ରେମ, ଜାଣନ୍ତୁ…

ଫେବୃଆରୀ ୭ରୁ ୧୪ ପର୍ଯ୍ୟନ୍ତ ଯୁବବର୍ଗ ପାଳନ କରିବେ ଭାଲେଣ୍ଟାଇନ୍ସ ଉଇକ୍‌ ବା ପ୍ରେମ ସପ୍ତାହ। ଏହି ସପ୍ତାହର ପ୍ରଥମ ଦିନ ରୋଜ୍‌ ଡେ’ ବା ଗୋଲାପ…

ଟାଇଟଲ୍‌ ଲକ୍ଷ୍ୟରେ ଭାରତ: ଇଂଲଣ୍ଡ ଆଗରେ ୪୧୨ ରନ୍‌ର ବିଶାଳ ଟାର୍ଗେଟ୍‌

ହରାରେ,୬।୨: ହରାରେ ସ୍ପୋଟର୍‌ସ କ୍ଲବଠାରେ ଶୁକ୍ରବାର ୧୯ ବର୍ଷରୁ କମ୍‌ ପୁରୁଷ ବିଶ୍ବକପ୍‌ ଫାଇନାଲ ମ୍ୟାଚ୍‌ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଖେଳାଯାଉଛି। ଫାଇନାଲ ମ୍ୟାଚ୍‌ରେ ଭାରତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri