ପୂର୍ବତନ ପ୍ରଧାନମନ୍ତ୍ରୀ ଶେହବାଜଙ୍କ କାରକୁ ଆକ୍ରମଣ କଲେ ଉତ୍ୟକ୍ତ ଜନତା

ଲାହୋର,୬।୧୦: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ପାକିସ୍ତାନୀ ମୁସଲିମ ଲିଗ-ନୱାଜ (ପିଏମଏଲ-ଏନ)ର ଅଧ୍ୟକ୍ଷ ଶେହବାଜ ସରିଫଙ୍କ କାର ଉପରେ କିଛି ଗୋଷ୍ଠୀ ଆକ୍ରମଣ କରିଛନ୍ତି। ଅସନ୍ତୋଷ ଜନତା ତାଙ୍କ କାର ଉପରେ ଆକ୍ରମଣ କରି ତାଙ୍କୁ ଦୁର୍ବ୍ୟବହାର କରିଛନ୍ତି। ଏହି ଘଟଣା ପଞ୍ଜାବ ପ୍ରଦେଶର ରାଜଧାନୀ ଲାହୋରରେ ଘଟିଛି। ଏକଦା ତାଙ୍କ ଗଡ କୁହାଯାଉଥିବା ଲାହୋରରେ ବୁଧବାର ବିଳମ୍ବିତ ରାତିରେ ଉତ୍ୟକ୍ତ ଜନତା ଶେହବାଜଙ୍କ କାର ଉପରେ ଆକ୍ରମଣ କରିଥିଲେ। କାର୍‌ ଓ୍ବିଣ୍ଡୋର କାଚ ଭାଙ୍ଗି ତାଙ୍କ ସହ ଅସଦାଚରଣ କରିଥିଲେ।

ଆଗାମୀ ନିର୍ବାଚନକୁ ନେଇ ଶେହବାଜ ତାଙ୍କ ନିର୍ବାଚନମଣ୍ଡଳୀକୁ ଗସ୍ତ କରିଥିଲେ। ତେବେ ଏହି ସମୟରେ କିଛି ଉତ୍ୟକ୍ତ ଗୋଷ୍ଠୀ ତାଙ୍କ କାରକୁ ଅଟକାଇ ତାଙ୍କ ଉପରେ ଆକ୍ରମଣ କରିଥିଲେ। ଏହି ଘଟଣାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି।

ତେବେ ଶେହବାଜ ସୋସିଆଲ ମିଡିଆ ଏକ୍ସରେ ଟ୍ବିଟ କରି କହିଛନ୍ତି, ବୁଧବାର ମୋ ନିର୍ବାଚନମଣ୍ଡଳୀର କିଛି ଲୋକ ମୋ କାରକୁ ଅଟକାଇ ସେମାନଙ୍କ ସମସ୍ୟା ବିଷୟରେ କହିଥିଲେ। ଗୁରୁବାର ମୁଁ ସେମାନଙ୍କ ପ୍ରତିନିଧୀଙ୍କୁ ନିମନ୍ତ୍ରଣ କଲି, ସେମାନଙ୍କ ଅଞ୍ଚଳର ସମସ୍ୟା ଶୁଣିଲି ଏବଂ ଏହାର ସମାଧାନ ପାଇଁ ଆଶ୍ୱସନା ଦେଲି।
ସୂଚନାଯୋଗ୍ୟ, ୨୦୨୪ ଜାନୁଆରୀର ଶେଷ ସପ୍ତାହରେ ସାଧାରଣ ନିର୍ବାଚନ ଅନୁଷ୍ଠିତ ହେବ ବୋଲି ପାକିସ୍ତାନର ନିର୍ବାଚନ ଆୟୋଗ ଗତ ମାସରେ ଘୋଷଣା କରଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

AI ଦୌଡ଼ରେ ଗୁଗଲର ବଡ଼ ପଦକ୍ଷେପ: ୪.୭୫ ବିଲିୟନ ଡଲାରରେ କିଣିଲା ଏହି କମ୍ପାନୀ

ନୂଆଦିଲ୍ଲୀ,୨୨ା୧୨: କୃତ୍ରିମ ବୁଦ୍ଧିମତା ବା ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) କ୍ଷେତ୍ରରେ ନିଜର ଦବଦବା ବଜାୟ ରଖିବା ପାଇଁ ଗୁଗଲର ପ୍ୟାରେଣ୍ଟ କମ୍ପାନୀ ‘ଆଲଫାବେଟ୍’ ଏକ ବଡ଼...

ପ୍ରତି ଘଣ୍ଟାରେ କେଉଁ ଦେଶରେ ହେଉଛି ସବୁଠାରୁ ଅଧିକ ମୃତ୍ୟୁ ? ଜାଣନ୍ତୁ ଭାରତର ସ୍ଥାନ

ନୂଆଦିଲ୍ଲୀ,୨୨ା୧୨: ବିଶ୍ୱର ଜନସଂଖ୍ୟା ଆଜି ୮୦୦ କୋଟି ଅତିକ୍ରମ କରିଥିବା ବେଳେ ଭାରତ ୧୪୬ କୋଟିରୁ ଅଧିକ ଜନସଂଖ୍ୟା ସହ ପ୍ରଥମ ସ୍ଥାନରେ ରହିଛି। ତେବେ...

ମହିଳା କ୍ରିକେଟରଙ୍କ ପାଇଁ ଖୁସି ଖବର: ଅଢେଇଗୁଣା ମ୍ୟାଚ୍ ଫି’ ବଢ଼ାଇଲା BCCI

ମୁମ୍ବାଇ,୨୨ା୧୨: ଦେଶର ମହିଳା କ୍ରିକେଟରଙ୍କ ପାଇଁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଏକ ବଡ଼ ଉପହାର ଦେଇଛି। ସୋମବାର, ଡିସେମ୍ବର ୨୨ ତାରିଖରେ ଅନୁଷ୍ଠିତ...

ସ୍ପୋର୍ଟ୍ସ କ୍ୟାପିଟାଲରୁ ଟ୍ରେନ୍ ଟଏଲଟ୍: ଓଡ଼ିଶା ଖେଳାଳିଙ୍କ କଦର୍ଯ୍ୟ ଯାତ୍ରାକୁ ନେଇ ସାରା ଦେଶରେ ହଇଚଇ

ଭୁବନେଶ୍ୱର,୨୨।୧୨: ଓଡ଼ିଶାର କ୍ରୀଡ଼ା ଭବିଷ୍ୟତ କୁହାଯାଉଥିବା ଯୁବ କୁସ୍ତି ପ୍ରତିଭାମାନଙ୍କ ଅପମାନଜନକ ଯାତ୍ରାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଉତ୍ତରପ୍ରଦେଶର...

ସୃଷ୍ଟି ହେଲା ୨୪ ନୂଆ NAC , ୫ ମ୍ୟୁନିସିପାଲିଟି: ଯୋଡି ହେବ ଏସବୁ ଅଞ୍ଚଳ

ଭୁବନେଶ୍ୱର,୨୨।୧୨: ୨୪ ନୂଆ NAC ଓ ୫ ମ୍ୟୁନିସିପାଲିଟି ନେଇ ସୋମବାର ସରକାରୀ ବିଜ୍ଞପ୍ତି ପ୍ରକାଶ ପାଇଛି। ୧୪ ଜିଲାରେ ୨୪ ନୂଆ NAC ନେଇ...

ମୋହନ ସରକାରଙ୍କ ଅମଳରେ ପଛେଇଗଲା ଓଡ଼ିଶା, ବେକାରୀ ବୃଦ୍ଧି: ବିଜେଡିର ସାଂଘାତିକ ଅଭିଯୋଗ

ଭୁବନେଶ୍ୱର,୨୨।୧୨: ଓଡ଼ିଶାରେ ଶାସନ କରୁଥିବା ଭାଜପା ସରକାରଙ୍କୁ ଅର୍ଥନୈତିକ ବିଫଳତା ପ୍ରସଙ୍ଗରେ ଘେରିଛି ବିରୋଧୀ ବିଜୁ ଜନତା ଦଳ (ବିଜେଡି)। ରାଜ୍ୟର ଅଭିବୃଦ୍ଧି ହାର କମିବା...

ଭାରତ-ବାଂଲାଦେଶ ସମ୍ପର୍କରେ ତିକ୍ତତା: ଭାରତୀୟଙ୍କ ପାଇଁ ଭିସା ସେବା ବନ୍ଦ କଲା ବାଂଲାଦେଶ

ନୂଆଦିଲ୍ଲୀ/ଢାକା,୨୨।୧୨: ଭାରତ ଏବଂ ବାଂଲାଦେଶ ମଧ୍ୟରେ ଦ୍ୱିପାକ୍ଷିକ ସମ୍ପର୍କରେ ବଡ଼ ଧରଣର ଅବନତି ଘଟିଛି। ଗୋଟିଏ ପଟେ ଭାରତ ଚଟ୍ଟଗ୍ରାମରେ ଭିସା ସେବା ସ୍ଥଗିତ ରଖିଥିବା...

ହାଇଦ୍ରାବାଦରୁ ଫେରିଲେ ମୁଖ୍ୟମନ୍ତ୍ରୀ, ଚିଠି ଏପରି କହିଲେ ଧର୍ମେନ୍ଦ୍ର

ଭୁବନେଶ୍ୱର,୨୨।୧୨: ଓଡ଼ିଶା ରାଜ୍ୟ ପଛୁଆ ବର୍ଗ କମିଶନ (OSCBC) ର ପୁନର୍ଗଠନ ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବ୍ୟକ୍ତିଗତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri