Posted inଅପରାଧ

ପ୍ରେମ ବିବାହ କରିବାରୁ ଝିଅ-ଜ୍ୱାଇଁଙ୍କୁ ଗୁଳି କରି ହତ୍ୟା କଲା ବାପା

କାଶୀପୁର, ୮।୯: ଉତ୍ତରାଖଣ୍ଡ ଉଦାମ ସିଂ ନଗର ଜିଲାରୁ ଏକ ଭୟଙ୍କର ହତ୍ୟାର ମାମଲା ସାମ୍ନାକୁ ଆସିଛି। ପ୍ରେମ ବିବାହରେ ଅସନ୍ତୁଷ୍ଟ ହୋଇ ଜଣେ ବ୍ୟକ୍ତି ନିଜ ଝିଅ ଓ ଜ୍ୱାଇଁଙ୍କୁ ଗୁଳି କରି ହତ୍ୟା କରିଥିବା ଅଭିଯୋଗ ହୋଇଛି।
ଚାଞ୍ଚଲ୍ୟକର ଘଟଣାଟି ଜିଲାର କାଶୀପୁର ସହରରେ ଘଟିଛି। ଘଟଣାରୁ ଜଣାପଡ଼ିଛି ଯେ, ସ୍ଥାନୀୟ ବାସିନ୍ଦା ମହମ୍ମଦ ରଶିଦ୍‌ ୩ ମାସ ପୂର୍ବେ ପଡ଼ୋଶୀ ନାଜିଆ ନାମ୍ନୀ ଜଣେ ଯୁବତୀଙ୍କୁ ପ୍ରେମ ବିବାହ କରିଥିଲେ। ଏହି ବିବାହରେ ନାଜିଆଙ୍କ ପରିବାରବର୍ଗ ଅସନ୍ତୁଷ୍ଟ ଥିଲେ। ପରିବାର ସଦସ୍ୟଙ୍କୁ ଭୟ କରି ଉଭୟ ରଶିଦ୍‌ ଓ ନାଜିଆ ବାହାରେ ରହୁଥିଲେ। କୁହାଯାଉଛି, ଏକ ମାସ ତଳେ ନାଜିଆ ବାପାଙ୍କ ଅନୁରୋଧକ୍ରମେ ଘରକୁ ଆସିଥିଲେ। ସେବେଠାରୁ ରଶିଦ୍‌ ତାଙ୍କ ଘରେ ସ୍ତ୍ରୀ ନାଜିଆଙ୍କୁ ନେଇ ରହୁଥିଲେ। ତେବେ ସୋମବାର ରାତି ୯ଟାରେ ଉଭୟ ନାଜିଆ ଓ ରଶିଦ୍‌ ଔଷଧ ନେଇ ବାଇକ ଯୋଗେ ଘରକୁ ଫେରୁଥିଲେ। ଏହି ସମୟରେ ନାଜିଆଙ୍କ ବାପା ଓ ଭାଇ ଦେଶୀ ବନ୍ଧୁକ ସହାୟତାରେ ଉଭୟଙ୍କ ଉପରକୁ ଗୁଳି ଚଳାଇଥିବା କୁହାଯାଉଛି। ଫଳରେ ଘଟଣାସ୍ଥଳରେ ହିଁ ଉଭୟଙ୍କ ମୃତ୍ୟୁ ହୋଇଥିଲା। ପୋଲିସ ଘଟଣାସ୍ଥଳରେ ପହଞ୍ଚି ରଶିଦ୍‌ ଓ ନାଜିଆଙ୍କ ଶବ ଜବତ କରିବା ସହିତ ଅଭିଯୁକ୍ତଙ୍କୁ ଗିରଫ ଲାଗି ବିଭିନ୍ନ ସ୍ଥାନରେ ଚଢ଼ଉ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri