ଅନୁଗୋଳ, ୩।୯(ଅମିତ କୁମାର ସାମଲ)କେନ୍ଦ୍ର ଜଙ୍ଗଲ ଓ ପରିବେଶ ମନ୍ତ୍ରଣାଳୟ ପକ୍ଷରୁ କରାଯାଇଥିବା ସ୍ବଚ୍ଛ ବାୟୁ ସର୍ବେକ୍ଷଣରେ ଅନୁଗୋଳ ପୌରପାଳିକା ଦେଶରେ ତୃତୀୟ ସ୍ଥାନ ଅଧିକାର କରିଛି। ଆସନ୍ତା ୭ ତାରିଖରେ ମଧ୍ୟପ୍ରଦେଶସ୍ଥିତ ଭୋପାଳର କୁଶବାହୁ ଠାକ୍ରେ ହଲ୍ରେ ଜଙ୍ଗଲ ଓ ପରିବେଶ ମନ୍ତ୍ରୀଙ୍କ ସହ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଅନୁଗୋଳ ପୌରପାଳିକାକୁ ଏହି ପୁରସ୍କାର ପ୍ରଦାନ କରିବେ। ତେବେ ଦେଶରେ ୧୩୧ଟି ସହର ଓ ରାଜ୍ୟର ୭ଟି ସହରକୁ ପଛରେ ପକାଇ ଅନୁଗୋଳ ପୌରପାଳିକା ଦେଶରେ ତୃତୀୟ ସ୍ଥାନ ଅଧିକାର କରିଥିବା ଜଣାପଡ଼ିଛି।
ପ୍ରକାଶ ଯେ, ୨୦୨୩-୨୪ ଆର୍ଥିକ ବର୍ଷରେ ସ୍ବଚ୍ଛ ବାୟୁ ସର୍ବେକ୍ଷଣ ପାଇଁ ଗତ ଏକ ବର୍ଷ ଧରି ରାଜ୍ୟର କଟକ, ଭୁବନେଶର, ବାଲେଶ୍ୱର, ରାଉରକେଲା, କଳିଙ୍ଗନଗର, ତାଳଚେର ଓ ଅନୁଗୋଳରେ କେନ୍ଦ୍ର ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ପକ୍ଷରୁ ଅନୁଧ୍ୟାନ ଚାଲିଥିଲା। ଏହି ପୌରପାଳିକାରେ ପାଖାପାଖି ୨୦ଟି ପର୍ଯ୍ୟାୟରେ ଅନୁଧ୍ୟାନ କରାଯାଇଥିଲା। ତେବେ ଅନୁଗୋଳ ପୌରପାଳିକାର ତତ୍କାଳୀନ ନିର୍ବାହୀ ଅଧିକାରୀ ଗିରିଜା ଶଙ୍କର ମଲ୍ଲିକଙ୍କ ସମୟରେ ଏଫ୍ଏସ୍ଟିଭି ପ୍ଲାଣ୍ଟରେ ପାଣିକୁ ପୂର୍ବ ବ୍ୟବହାର କରାଯିବା ସହ ମେଶିନରେ ପୌରପାଳିକା ସଫେଇ, ୱିଙ୍କଲର ସାହାଯ୍ୟରେ ରାସ୍ତାରେ ପାଣି ସିଞ୍ଚନ ଆଦି କାର୍ଯ୍ୟରେ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ସନ୍ତୁଷ୍ଟ ହୋଇଥିଲା। ଏଭଳି କି ସହରରେ ଥିବା ବିଭିନ୍ନ କ୍ଷେତ୍ରରେ ଅନୁଧ୍ୟାନ ପରେ ଅନୁଗୋଳ ସହରର ବାୟୁରେ ପ୍ରଦୂଷଣମାତ୍ରା କମ୍ ଥିବା ଜାଣିବାକୁ ପାଇଥିଲା। ତେଣୁ ଦେଶରେ ଅନୁଗୋଳ ସହର ତୃତୀୟ ସ୍ଥାନ ଅଧିକାର କରିଥିବା କେନ୍ଦ୍ର ସରକାରଙ୍କ ପକ୍ଷରୁ ଅନୁଗୋଳ ପୌରପାଳିକାକୁ ଚିଠି କରାଯାଇ ଅବଗତ କରାଯାଇଥିଲା। ଏଭଳି କି ଅନୁଗୋଳ ସହର ୨୦୦ ନମ୍ବରରୁ ୧୮୭.୫ ନମ୍ବର ରଖିଥିବା ଜଣାପଡ଼ିଛି।
Posted inHome, Home Left, ଅନୁଗୋଳ, ଆମ ଜିଲା ଖବର View All
ପାଣିପାଗର ବିଚିତ୍ର ରୂପ: ସକାଳେ ଘନ କୁହୁଡ଼ି, ଅପରାହ୍ନରେ କୁଆପଥର ମାଡ଼ ସହ କାଳବୈଶାଖୀର ତାଣ୍ଡବ
ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏବଂ ସାନଖେମୁଣ୍ଡି ବ୍ଲକ ଅଞ୍ଚଳରେ ଶୁକ୍ରବାର ପାଣିପାଗର ଏକ ବଡ଼ ଧରଣର ପରିବର୍ତ୍ତନ ଦେଖିବାକୁ ମିଳିଛି।…
ରାମନବମୀରେ ଭକ୍ତିମୟ ଗଜପତି, ବିଭିନ୍ନ ମନ୍ଦିର ବୁଲି ପ୍ରଭୁଙ୍କ ଆଶୀର୍ବାଦ ନେଲେ ପାରଳା ବିଧାୟକ
ପାରଳାଖେମୁଣ୍ଡି,୨୭।୩(ଗିରିଧାରୀ ପରିଛା): ପବିତ୍ର ଶ୍ରୀରାମ ନବମୀ ଅବସରରେ ଗଜପତି ଜିଲ୍ଲାର ବିଭିନ୍ନ ପ୍ରାନ୍ତରେ ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ପୂଜାର୍ଚ୍ଚନା ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ପାରଳାଖେମୁଣ୍ଡି ବିଧାୟକ…
ଦେଶରେ ଲାଗିବ କି ଲକ୍ଡାଉନ? ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବା ପରେ ମୋଦି କଲେ ବଡ଼ ଘୋଷଣା
ନୂଆଦିଲ୍ଲୀ,୨୭।୩: ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ପ୍ରାୟ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପରାଜ୍ୟପାଳମାନଙ୍କ ସହିତ ଏକ ଭର୍ଚୁଆଲ ବୈଠକର ଅଧ୍ୟକ୍ଷତା କରିଥିଲେ। ଏହି ବୈଠକର…
ଗଞ୍ଜାମରେ ହିନ୍ଦୁ ହୃଦୟ ସମ୍ରାଟ ଡ଼ଃ ପ୍ରବୀଣ ଭାଇ ତୋଗଡ଼ିଆଙ୍କୁ ଭବ୍ୟ ସମ୍ବର୍ଦ୍ଧନା
ଗଞ୍ଜାମ,୨୭।୩(ବିଦ୍ୟାଧର ସାହୁ): ପବିତ୍ର ଶ୍ରୀରାମ ନବମୀ ଅବସରରେ ଗଞ୍ଜାମ ସହରରେ ଅନ୍ତଃରାଷ୍ଟ୍ରୀୟ ହିନ୍ଦୁ ପରିଷଦ ସଂସ୍ଥାପନ ଅଧକ୍ଷ ତଥା ଅଗଣିତ ହିନ୍ଦୁମାନଙ୍କ ହୃଦୟ ସମ୍ରାଟ ଡ଼ଃ ପ୍ରବୀଣ…
ଡୋକରୀଚଞ୍ଚରାରେ ଭାଙ୍ଗିଲା ୫୦ ବର୍ଷର ପରମ୍ପରା: ମନ୍ଦିର ଦ୍ୱାର ବନ୍ଦ, ବାହାରେ ପୂଜା କଲା ପ୍ରଶାସନ
କୋକସରା, ୨୭।୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ତଥା ଧାର୍ମିକ ପୀଠ ଗୁଡହାଣ୍ଡି ଡୋକରୀଚଞ୍ଚରାଠାରେ ଚଳିତ ବର୍ଷ ଶ୍ରୀରାମ ନବମୀ…
LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…
ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…
ପ୍ରକାଶ ପାଇଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟର ବାର୍ଷିକ ପରୀକ୍ଷା ଫଳ; ଅଭିଭାବକ-ଶିକ୍ଷକ ସମନ୍ୱୟ ଉପରେ…
ଭଞ୍ଜନଗର,୨୭।୩(ବାବୁଲା ପ୍ରଧାନ)-ଶୁକ୍ରବାର ସମଗ୍ର ଦେଶରେ ଥିବା ବିଭିନ୍ନ କେନ୍ଦ୍ରୀୟ ବିଦ୍ୟାଳୟର ପ୍ରଥମରୁ ନବମ ଏବଂ ଏକାଦଶ ଶ୍ରେଣୀର ବାର୍ଷିକ ପରୀକ୍ଷା ଫଳ ପ୍ରକାଶିତ ହୋଇଛି। ମାଟ୍ରିକ ଏବଂ…
ବେଆଇନ ‘ସାହାରା ନର୍ସିଂହୋମ’କୁ ପୁଣି ସିଲ କଲା ପୋଲିସ: ବିନା ଲାଇସେନ୍ସରେ…
ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ମୁଖ୍ୟ ରାସ୍ତାକଡ଼ରେ ଥିବା ‘ସାହାରା ନର୍ସିଂହୋମ’କୁ ଶୁକ୍ରବାର ଅପରାହ୍ନରେ ପୋଲିସ ଓ ପ୍ରଶାସନ…
Archives

