୫ବର୍ଷ ଶିଶୁ କନ୍ୟାଙ୍କୁ ବଳାତ୍କାର ପରେ ହତ୍ୟା: ଜଣେ ଅଟକ

ଛେଣ୍ଡିପଦା,୧୫।୩(ଅଜିତ ଧଳ): ଅନୁଗୋଳ ଜିଲା ନିଶା ଶିଳ୍ପାଞ୍ଚଳ ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ସାମ୍‌ନାକୁ ଆସିଛି। ଜଣେ ୫ବର୍ଷ ଶିଶୁ କନ୍ୟାଙ୍କ ମୃତଦେହ ପୋଲିସ ଶନିବାର ଉଦ୍ଧାର କରିଛି। ଅନ୍ୟପକ୍ଷେ ଶିଶୁ କନ୍ୟାଙ୍କୁ କେହି ଜଣେ ଦୁର୍ବୃତ୍ତ ବଳାତ୍କାର ପରେ ହତ୍ୟା କରିଥିବା ସନ୍ଦେହ କରାଯାଉଛି। ହେଲେ ଶିଶୁ କନ୍ୟାଟି ହଜି ଯାଇଥିବା ନେଇ ଶୁକ୍ରବାର ଥାନାରେ ଏକ ଅଭିଯୋଗ ହୋଇଥିଲା। ଏନେଇ ପୋଲିସ ଏକ ମାମଲା(ନଂ.୭୪/୨୪) ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା।

ଶନିବାର ଘରଠାରୁ ୧୦୦ମିଟର ଦୂର ଏକ ଏକ ମହୁଲ ଗଛ ମୂଳରୁ ଶିଶୁର ରକ୍ତ ଜୁଡୁବୁଡୁ ମୃତଦେହ ପଡିଥିବା ଦେଖିବାକୁ ମିଳିଥିଲା। ଖବର ପାଇ ପୋଲିସ ପହଞ୍ଚି ମୃତଦେହ ଜବତ କରି ଛାନଭିନ୍‌ ଚଳାଇଛି l

ମିଳିଥିବା ସୂଚନା ମୁତାବକ, ଗୁରୁବାର ମଧ୍ୟାହ୍ନରେ କଙ୍କରେଇ ପିଢଖମଣ ଗାଁର ୫ବର୍ଷର ଶିଶୁ କନ୍ୟା କେଉଁଆଡେ ନିଖୋଜ ହୋଇଯାଇଥିଲେ l ଏନେଇ ପରିବା ଲୋକ ବହୁ ଖୋଜାଖୋଜି ପରେ ଝିଅର କୌଣସି ସନ୍ଧାନ ନ ମିଳିବାରୁ ଶୁକ୍ରବାର ନିଶା ଶିଳ୍ପାଞ୍ଚଳ ଥାନାରେ ଲିଖିତ ଅଭିଯୋଗ କରିଥିଲେ l ଏନେଇ ପୋଲିସ ଏକ ମାମଲା ରୁଜୁ କରି ତଦନ୍ତ ଚଲାଇଥିଲା। ଶନିବାର ଘର ଠାରୁ ୧୦୦ମିଟର ଦୂରରେ ଥିବା ମହୁଲ ଗଛ ମୂଳରେ ଶିଶୁକନ୍ୟାଙ୍କ ମୃତଦେହ ପଡ଼ିଥିବା ସ୍ଥାନୀୟ ଲୋକେ ଦେଖିଥିଲେ। ତେବେ ଶିଶୁକନ୍ୟାଙ୍କୁ ବଳାତ୍କାର ପରେ ହତ୍ୟା କରାଯାଇଥିବା ସ୍ଥାନୀୟ ଲୋକେ ସନ୍ଦେହ କରି ସଠିକ୍‌ ତଦନ୍ତ ଦାବି କରିଛନ୍ତି।

ଖବର ପାଇ ପୋଲିସ ଶିଶୁକନ୍ୟାଙ୍କ ମୃତଦେହ ଜବତ କରି ସାଇଣ୍ଟିଫିକ ଟିମ୍‌ ସହାୟତାରେ ତଦନ୍ତ କରୁଛି। ଅନ୍ୟପକ୍ଷେ ଗ୍ରାମର ଜଣେ ବ୍ୟକ୍ତିଙ୍କୁ ପୋଲିସ ଥାନାରେ ଅଟକ ରଖି ପଚରାଉଚରା କରୁଛି। ଅଟକ ଯୁବକଙ୍କ ଘରେ ରକ୍ତ ଛିଟା ପଡ଼ିଥିବା ବେଳେ ପୋଲିସ ଘଟଣାର ଅଧିକ ତଦନ୍ତ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

କୋର୍ଟରେ ହୋଇ ନ ଥିଲେ ହାଜର, ୩ ୱାରେଣ୍ଟିଙ୍କୁ ବାନ୍ଧିଲା ପାଟପୁର ପୋଲିସ 

ଦିଗପହଣ୍ଡି,,୨୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ପୋଲିସ ବିଭିନ୍ନ ମାମଲାରେ ଫେରାର ଥିବା ୩ ଜଣ ଜାମିନବିହୀନ ୱାରେଣ୍ଟିଙ୍କୁ ଗିରଫ କରି…

ଜାଗିରି ସମ୍ପତ୍ତିକୁ ନେଇ ବିବାଦ, ଚାରି କୋର୍ଟ ଚାଲାଣ

ବାଲିପାଟଣା ୨୨।୭(ଅଭିମନ୍ୟୁ ନାୟକ): ବାଲିପାଟଣା ଥାନା ଅନ୍ତର୍ଗତ ଗାରେଡିପାଞ୍ଚଣ ଗ୍ରାମରେ ଏକ ଜାଗିରି ଜମି ଦଖଲକୁ ନେଇ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ହୋଇଛି। ଯେଉଁଥିରେ ଜଣେ…

ଦିଗପହଣ୍ଡିରେ ଖେମୁଣ୍ଡି ଲୋକ ମହୋତ୍ସବ ଉଦଯାପିତ: ଜିଲାପାଳ କହିଲେ- ସହରରେ ନିର୍ମାଣ ହେବ ସଂସ୍କୃତି ଭବନ

ଦିଗପହଣ୍ଡି,୨୧।୭(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବଜାର ଗାନ୍ଧୀ ଛକଠାରେ ସୋମବାରଠାରୁ ଦୁଇ ଦିନ ଧରି ଚାଲିଥିବା ଖେମୁଣ୍ଡି ଲୋକ କଳା ମହୋତ୍ସବ ମଙ୍ଗଳବାର ରାତିରେ ସଫଳତାର ସହ…

ପୂଜା ସାରି ଫେରୁଥିବା ବେଳେ ମହିଳାଙ୍କୁ ମାଡ଼, ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଥାନାରେ ମାମଲା

ଧାମନଗର,୨୧।୭(କାଳନ୍ଦି ବେହେରା): ଭଦ୍ରକ ଜିଲା ଧାମନଗର ଥାନା ଅନ୍ତର୍ଗତ ବରଗଡ଼ା ଗ୍ରାମରେ ପୂଜା ସାରି ଘରକୁ ଫେରୁଥିବା ଜଣେ ମହିଳାଙ୍କୁ ଆକ୍ରମଣ କରାଯିବା ଏବଂ ଚିକିତ୍ସାଧୀନ ଅବସ୍ଥାରେ…

ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri