ଅନୁଗୋଳରେ ଅନୁପମା ବିଜୟୀ

ଅନୁଗୋଳ ଅଫିସ,୮।୪ ଅନୁଗୋଳ ପୌରପାଳିକା ଉପାଧ୍ୟକ୍ଷା ପଦ ପ୍ରଥମ ଥର ପାଇଁ ଭାଜପା ଅକ୍ତିଆର କରିଛି। ଗୁରୁବାର ଏହି ପଦବୀ ପାଇଁ ନିର୍ବାଚନ ହୋଇଥିବା ବେଳେ ଭାଜପା ପ୍ରାର୍ଥୀ ଅନୁପମା ସାହୁ ବିଜୟୀ ହୋଇଛନ୍ତି। ତେବେ ୧୦ କାଉନସିଲର ଥିବା ସତ୍ତ୍ୱେ ବିଜେଡି ପ୍ରତିଦ୍ୱନ୍ଦ୍ୱିତାକୁ ନ ଓହ୍ଲାଇବା ଅନୁଗୋଳରେ ଚର୍ଚ୍ଚାର ବିଷୟ ହୋଇଛି।
୨୩ ଓ୍ବାର୍ଡ ବିଶିଷ୍ଟ ଅନୁଗୋଳ ପୌର ପରିଷଦ ଅଧ୍ୟକ୍ଷ ପଦ ଏଥର ବିଜେଡି ହାତେଇ ନେଇଛି। ପ୍ରଥମ ଥର ପାଇଁ ଦଳ ଏହି ସଫଳତା ପାଇଥିଲେ ମଧ୍ୟ ୨୩ ଓ୍ବାର୍ଡ ମଧ୍ୟରୁ କେବଳ ୧୦ଟି ନିଜ ଦଖଲକୁ ନେଇପାରିଛି। ଫଳରେ ୧୩ ଓ୍ବାର୍ଡରେ ବିଜୟୀ ହୋଇଥିବା ଭାଜପା ଏଠାରେ ବଡ଼ ଦଳ ଭାବେ ଉଭା ହୋଇଛି। ତେଣୁ ଉପାଧ୍ୟକ୍ଷା ପଦବୀ ଭାଜପା ଭାଗରେ ପଡ଼ିବ ବୋଲି ପୂର୍ବରୁ କୁହାଯାଉଥିଲା। ହେଲେ ସଂଖ୍ୟା ଗରିଷ୍ଠତା ନ ଥିଲେ ବି ବିଜେଡି ଏତେ ସହଜରେ ଭାଜପାକୁ ବାଟ ଛାଡ଼ିବ ନାହିଁ ବୋଲି ଆଲୋଚନା ହେଉଥିଲା। ଅଧ୍ୟକ୍ଷ ପଦବୀ ପରି ଉପାଧ୍ୟକ୍ଷା ପଦବୀରେ ନିଜ ପ୍ରାର୍ଥୀଙ୍କ ବିଜୟ ପାଇଁ ଦଳ ସମସ୍ତ ବଳ ଖଟାଇବ ବୋଲି ଚର୍ଚ୍ଚା ହେଉଥିଲା। ହେଲେ ସବୁ ଆଶା ଆଶଙ୍କାର ଅବସାନ ଘଟାଇ ବିଜେଡି ଉପାଧ୍ୟକ୍ଷା ପଦବୀ ପାଇଁ ଗୁରୁବାର ହୋଇଥିବା ନିର୍ବାଚନରୁ ଦୂରେଇ ରହିଥିଲା। ଦଳ ପ୍ରାର୍ଥୀ ନ ଦେବାରୁ ଭାଜପାର ଏକମାତ୍ର ପ୍ରାର୍ଥୀ ଭାବେ ୪ନଂ. ଓ୍ବାର୍ଡ କାଉନସିଲର ଅନୁପମା ସାହୁ ନାମାଙ୍କନପତ୍ର ଦଖଲ କରିଥିଲେ। ପରେ ନିର୍ବାଚନ ଅଧିକାରୀ ଅନୁପମାଙ୍କୁ ନିଦର୍‌ବନ୍ଦ୍ବରେ ନିର୍ବାଚିତ ହୋଇଥିବା ଘୋଷଣା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚଳନ୍ତା ଟ୍ରେନ୍‌ରୁ କାଠଯୋଡ଼ି ନଦୀବାଲିକୁ ଖସିପଡ଼ିଲେ ଯୁବକ: ଅଗ୍ନିଶମ ବାହିନୀ ଦ୍ୱାରା ଉଦ୍ଧାର, ଏସ୍‌ସିବିରେ ଭର୍ତ୍ତି

କଟକ, ୨୫ା୬(କାର୍ତ୍ତିକ ସାହୁ): କଟକ କାଠଯୋଡ଼ି ନଦୀ ବ୍ରିଜ୍‌ ଉପରେ ଏକ ରେଳ ଦୁର୍ଘଟଣାରୁ ବର୍ତ୍ତି ଯାଇଛନ୍ତି ଜଣେ ଯୁବକ। ଏକ ଚଳନ୍ତା ଟ୍ରେନ୍‌ରୁ ଜଣେ ଯୁବକ…

ସାଇକେଲରେ ଶବ ବୋହିବା ଘଟଣା: ପ୍ରଶାସନିକ ତତ୍ପରତା,ଶୋକସନ୍ତପ୍ତ ପରିବାରକୁ ଭେଟି…

ପାଇକମାଳ,୨୫।୬(ବଡ଼ ଶତପଥୀ)- ବରଗଡ଼ ଜିଲା ପାଇକମାଳ ବ୍ଲକ ଅନ୍ତର୍ଗତ କଣ୍ଟାପଡ଼ା ଗ୍ରାମରେ ଘଟିଥିବା ଏକ ଅଭାବନୀୟ ଘଟଣାରେ ଜିଲା ଓ ବ୍ଲକ ପ୍ରଶାସନ ପକ୍ଷରୁ ତୁରନ୍ତ ସହାୟତାର…

ସ୍କୁଲକୁ ବିଳମ୍ବରେ ଆସିବା ପଡ଼ିଲା ମହଙ୍ଗା

ଉମରକୋଟ, ୨୫।୬(ସନ୍ତୋଷ ଶତପଥୀ): ଜଣେ ଶିକ୍ଷକ ସ୍କୁଲକୁ ପ୍ରତିଦିନ ବିଳମ୍ବରେ ଆସୁଥିବା ଅଭିଯୋଗ ହେବା ପରେ ଗୁରୁବାର ଉମରକୋଟ ବିଇଓ ତାଙ୍କର ଦରମା ବନ୍ଦ କରିଛନ୍ତି। ଏଥିସହ…

ଇଚ୍ଛାମୃତ୍ୟୁ ଆବେଦନ ପରେ ଚେତିଲା ପ୍ରଶାସନ: ଯୁବଚାଷୀ ଗୋପାଳକୃଷ୍ଣଙ୍କ ପରିବାରକୁ ୨୦ ହଜାର ଟଙ୍କାର ଚିକିତ୍ସା ସହାୟତା

ବରଗଡ଼,୨୫।୬(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରି ଟୋକନ ପାଇବାରୁ ବଞ୍ଚିତ ହେବା ପରେ ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ମେଲଛାମୁଣ୍ଡା ଗ୍ରାମର ଯୁବଚାଷୀ ଗୋପାଳକୃଷ୍ଣ ସାହୁ ଇଚ୍ଛାମୃତ୍ୟୁ ପାଇଁ ଆବେଦନ…

ଦୟନୀୟ ଯୋଗାଯୋଗ ବ୍ୟବସ୍ଥା, ଗାଁକୁ ଆସି ପାରିଲାନି ଆମ୍ବୁଲାନ୍ସ

ମାଲକାନଗିରି,୨୫।୬(ଗୌରିଶଙ୍କର ପଣ୍ଡା): ମାଲକାନଗିରି ଜିଲା ଖଇରପୁଟ ବ୍ଲକ ଅଧୀନ ସୀମାନ୍ତ ଗୋବିନ୍ଦପାଲି ପଞ୍ଚାୟତ ଅନ୍ଧାରି ଗାଁରେ ଦୟନୀୟ ଯୋଗାଯୋଗ ବ୍ୟବସ୍ଥାର ଚିତ୍ର ସାମ୍ନାକୁ ଆସିଛି। ଗାଁକୁ ଭଲ…

ପ୍ରେମ ସାଜିଲା କାଳ: ପଶ୍ଚିମବଙ୍ଗ ପ୍ରେମିକାଙ୍କୁ ଓଡ଼ିଶା ଆଣି ହତ୍ୟା କରିଥିଲେ ଝାଡ଼ଖଣ୍ଡର ପ୍ରେମିକ, ସିନ୍ ରିକ୍ରିଏସନ କରି…

ହାଟଡିହୀ,୨୫l୬(ଶୁଭକାନ୍ତ ନାୟକ): ପ୍ରେମର କରୁଣ ପରିଣତି। ପ୍ରେମ ପାଇଁ ଚାଲିଗଲା ଜଣେ ଯୁବତୀଙ୍କ ଜୀବନ। ସମ୍ପର୍କର ମଧୁରତା ଶେଷରେ ମୃତ୍ୟୁର କାରଣ ସାଜିଛି, ଯାହା ହାଟଡିହୀ ଅଞ୍ଚଳରେ…

ମିଳିଲାନି କାନ୍ଧ: ସାଇକେଲରେ ବୁହା ହେଲା ବୁଦ୍ଧାଙ୍କ ମୃତଦେହ

ପାଇକମାଳ,୨୫।୬(ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ କଣ୍ଟାପଡ଼ାରେ ଗୁରୁବାର ଏକ ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। କଣ୍ଟାପଡ଼ାର ବୃଦ୍ଧା ଜୟନ୍ତୀ ବଛା(୮୦)ଙ୍କ ଗୁରୁବାର ସକାଳ ପ୍ରାୟ ୮ଟାରେ…

୨୦୨୩-୨୪ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ଘୋଷଣା କଲେ ସଂସ୍କୃତି ମନ୍ତ୍ରୀ, ୨ ଚଳଚ୍ଚିତ୍ରକୁ ଶ୍ରେଷ୍ଠ ପୁରସ୍କାର

ଭୁବନେଶ୍ୱର,୨୫।୬: ୨୦୨୩-୨୪ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ଘୋଷଣା କରାଯାଇଛି । ୨୦୨୩ ପାଇଁ ପୁଷ୍କରା ଓ ମାଇଁ ସୁଇଟ୍ ହାଉସ୍‌ ୱାଇଫ୍‌ ଶ୍ରେଷ୍ଠ ଚଳଚ୍ଚିତ୍ର । ୨୦୨୪…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri