ବନ୍ଧାହେଲେ କୁବେର ଯନ୍ତ୍ରୀ: ଘରୁ ମିଳିଲା ବିଡାବିଡ଼ା ନୋଟ୍‌, ପୁଳାପୁଳା ସୁନା

କଟକ,୧୬।୪(ପ୍ରଭୁକଲ୍ୟାଣ ପାଲ୍‌): ବନ୍ଧାହେଲେ କୁବେର ଯନ୍ତ୍ରୀ । ଘରୁ ବିଡା ବିଡା ଟଙ୍କା ଜବତ ହେବା ପରେ ଅନୁଗୋଳ ଆଠମଲିକ ବ୍ଲକ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ରାମଚନ୍ଦ୍ର ଶତପଥିଙ୍କୁ ଆୟବର୍ହିଭୁତ ସମ୍ପତି ଠୁଳ ମାମଲାରେ ଭିଜିଲାନ୍ସ ଗିରଫ କରିଛି।

ଯନ୍ତ୍ରୀ ରାମଚନ୍ଦ୍ର ୧୯୮୯ରୁ ମାଲକାନଗିରିରେ କନିଷ୍ଠ ଯନ୍ତ୍ରୀ ଭାବେ କାର୍ଯ୍ୟ ଆରମ୍ଭ କରିଥିଲେ । ବର୍ତ୍ତମାନ ତାଙ୍କର ଚାକିରି ଭିତରେ ଆୟର ୨୨୬% ଅଧିକ ସମ୍ପତି ଥିବା ନେଇ ଭିଜିଲାନ୍ସ ସ୍ପଷ୍ଟ କରିଛି। ଟିମ ପକ୍ଷରୁ ଚଢ଼ାଉ ସମୟରେ ତାଙ୍କର ଗୋଟିଏ ଦୁଇ ମହଲା କୋଠା, ୨୨ଟି ପ୍ଲଟ, ୩୫୦ ଗ୍ରାମ ସୁନା, ଜ୍ୱାଇଁଙ୍କ ଘରୁ ନଗଦ ୨୩ ଲକ୍ଷ ୯୫ ହଜାର ଟଙ୍କା ଓ ବ୍ୟାଙ୍କ ଡିପୋଜିଟ ୧ କୋଟି ୪୦ ଲକ୍ଷ ଟଙ୍କାର କାଗଜାତ ଆଦି ଭିଜିଲାନ୍ସ ଜବତ କରିଛି।

ସତନ୍ତ୍ର ଭିଜିଲାନ୍ସ କୋର୍ଟର ଅନୁମତି କ୍ରମେ ଭିଜିଲାନ୍ସ ଟିମ୍‌ ଅନୁଗୋଳ, କଟକ ଓ ଢେଙ୍କାନାଳରେ ଥିବା ୮ଟି ଠିକଣାରେ ଚଢ଼ାଉ କରିଥିଲା ଭିଜିଲାନ୍ସ ଟିମ୍‌। ଏହି ଟିମରେ ୭ ଡିଏସପି ୧୫ ଇନ୍ସପେକ୍ଟର ସାମିଲ ଥିଲେ।

ଯାଞ୍ଚ ସମୟରେ ରାମଚନ୍ଦ୍ର ଶତପଥିଙ୍କ ଜ୍ବାଇଁ ଡା ତପନ କୁମାର ତ୍ରିପାଠୀଙ୍କ ଘରୁ ନଗଦ ୨୨ ଲକ୍ଷ ଟଙ୍କା ଜବତ କରିଛି ଭିଜିଲାନ୍ସ। ଜୁନାଗଡ଼ରେ ମେଡିକାଲ ଅଫିସର ଭାବରେ କାର୍ଯ୍ୟରତ ରହିଛନ୍ତି ଜ୍ୱାଇଁ। ବର୍ତ୍ତମାନ ଏହି ମାମଲାରେ ତଦନ୍ତ ଜାରି ରହିଥିବା ହେତୁ ଜ୍ୱାଇଁଙ୍କୁ ମଧ୍ୟ ଅଧିକ ପଚରାଉଚରା କରାଯିବ। ଏବଂ ଆବଶ୍ୟକ ପଡ଼ିଲେ ଯନ୍ତ୍ରୀଙ୍କୁ ରିମାଣ୍ଡରେ ଆଣି ପଚରାଉଚରା କରାଯିବ ବୋଲି ଭିଜିଲାନ୍ସ ଏସ୍‌ପି ସୁଧାଂଶୁ ଶେଖର ମିଶ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IND vs WI: ତୃତୀୟ ଦିନିକିଆ ପୂର୍ବରୁ ବଡ଼ ଝଟ୍‌କା, ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର, ମାରିଥିଲେ ଦମଦାର୍ ଶତକ!

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ରେ ଭାରତୀୟ ଦଳ ୨-୦ ରେ ଅଗ୍ରଣୀ ସହ ସିରିଜ୍ କବ୍‌ଜା…

ତୁଳା ରାଶିରେ ଶୁକ୍ରଙ୍କ ଓଲଟା ଚାଲି: ଅକ୍ଟୋବର ୩ରୁ ଏହି ୫ଟି ରାଶିର ଲୋକଙ୍କୁ ରହିବାକୁ ପଡ଼ିବ ସାବଧାନ!

୨୦୨୬ ଅକ୍ଟୋବର ୩ ତାରିଖରୁ ଶୁକ୍ର ନିଜର ସ୍ୱରାଶି ତୁଳାରେ ବକ୍ରୀ ଅର୍ଥାତ୍ ଓଲଟା ଚାଲି ଚାଲିବାକୁ ଯାଉଛନ୍ତି। ଶୁକ୍ରଙ୍କର ଏହି ଚଳନ ହେତୁ ସମ୍ପର୍କ, ଭାଗୀଦାରୀ,…

SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ

ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍‌ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…

ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ମହୋତ୍ସବ ଅନୁଷ୍ଠିତ

କଲ୍ୟାଣସିଂହପୁର, ୨/୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’…

ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ

ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍‌ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ…

କଙ୍କାଳ ଜବତ, ନିଖୋଜ ମହିଳାଙ୍କ କଙ୍କାଳ ବୋଲି ଅନୁମାନ

ରିଆମାଳ,୨|୧୦(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ଥାନା ଗୁଣ୍ଡିଆପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସାନଡଙ୍ଗାଘାଟର ମୁଣ୍ଡା ସାହି ଗୋହିରା ନାଳ ପାଖରୁ ରିଆମାଳ ଥାନା ପୁଲିସ ଏକ…

ଅନ୍ତରବା ଛକରେ ଦୁର୍ଘଟଣା, ୩ ଗୁରୁତର, ୨ ଆହତ

ମୋହନା, ୨।୧୦ (ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତରବା ଛକରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟି ୩ ଜଣ ଗୁରୁତର ଓ ୨…

ଭାରତ-ପାକିସ୍ତାନ ମହାମୁକାବିଲା: ଓପନର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଢ଼ିଲା ଚିନ୍ତା, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୨।୧୦: ଏସିଆନ୍ ଗେମ୍ସ କ୍ରିକେଟ୍ ପ୍ରତିଯୋଗିତାର ଫାଇନାଲ୍‌ରେ ଆସନ୍ତା ଅକ୍ଟୋବର ୩ ତାରିଖରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ହାଇ-ଭୋଲ୍ଟେଜ୍ ସ୍ୱର୍ଣ୍ଣ ପଦକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?