୨ବର୍ଷ ହେଲା ଅର୍ଦ୍ଧନିର୍ମିତ ଅବସ୍ଥାରେ ପଡ଼ିଛି ଅଙ୍ଗନୱାଡ଼ି କେନ୍ଦ୍ର: କ୍ଲବ ଘରେ ଚାଲିଛି ଶିକ୍ଷାଦାନ

ବରଗଡ଼,୧୦।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ବ୍ଲକ ଅନ୍ତର୍ଗତ ବରାହଗୋଡ଼ା ଗ୍ରାମର ପଞ୍ଚାୟତ ପଡ଼ାସ୍ଥିତ ଅଙ୍ଗନୱାଡ଼ି କେନ୍ଦ୍ର ଦୀର୍ଘ ୨ବର୍ଷ ହେଲା ଅର୍ଦ୍ଧନିର୍ମିତ ଅବସ୍ଥାରେ ପଡ଼ି ରହିଛି। ଏହାକୁ ନେଇ ପଡ଼ାବାସୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ଏହି କ୍ରମରେ ଶୁକ୍ରବାର ପଡ଼ାବାସୀ ବରଗଡ଼ ଜିଲାପାଳ ଆଦିତ୍ୟ ଗୋୟଲଙ୍କୁ ଏକ ସ୍ମାରକପତ୍ର ପ୍ରଦାନ କରିଛନ୍ତି। ଅଙ୍ଗନୱାଡ଼ି କେନ୍ଦ୍ରର ନିର୍ମାଣ କାର୍ଯ୍ୟ ତୁରନ୍ତ ସମାପନ କରିବା ଦିଗରେ ବିହିତ ପଦକ୍ଷେପ ନେବା ପାଇଁ ସ୍ମାରକପତ୍ରରେ ନିବେଦନ କରାଯାଇଛି।
ପ୍ରକାଶ ଯେ, ୨ବର୍ଷତଳୁ ଅଙ୍ଗନୱାଡ଼ି କେନ୍ଦ୍ରର ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇଥିଲା। କିନ୍ତୁ ଏପର୍ଯ୍ୟନ୍ତ ନିର୍ମାଣ ସରି ନାହିଁ। ଏପରି କି ଗତ ୬ମାସ ହେଲା ନିର୍ମାଣ କାର୍ଯ୍ୟ ସମ୍ପୂର୍ଣ୍ଣ ବନ୍ଦ ରହିଛି। ଅନ୍ୟପଟେ ଶିଶୁମାନଙ୍କୁ ବିପଦ ସଂକୁଳ ଅବସ୍ଥାରେ ରହିଥିବା ଏକ କ୍ଲବ ଘରେ ଶିକ୍ଷାଦାନ କରାଯାଉଛି। ଏ ନେଇ ବିଭାଗୀୟ ଅଧିକାରୀ, ଯନ୍ତ୍ରୀଙ୍କୁ ବାରମ୍ବାର ଅବଗତ କରାଯିବା ସତ୍ତ୍ୱେ କିଛି ସୁଫଳ ମିଳି ନ ଥିବା ଅଭିଯୋଗ ହୋଇଛି। ଫଳରେ ଅର୍ଦ୍ଧନିର୍ମିତ ଅବସ୍ଥାରେ ପଡ଼ିଥିବା ଅଙ୍ଗନୱାଡ଼ି କେନ୍ଦ୍ରର ନିର୍ମାଣ କାର୍ଯ୍ୟ ତୁରନ୍ତ ସମ୍ପୂର୍ଣ୍ଣ ସହିତ ତାକୁ କାର୍ଯ୍ୟକ୍ଷମ କରିବାକୁ ଦାବି ହୋଇଛି। ଯମୁନା ମେହେର, ସୁଜାତା ସାହୁ, ହେମନ୍ତ ସୁନା, ନିମାଇଁ ସାହୁ ପ୍ରମୁଖ ସ୍ମାରକପତ୍ର ପ୍ରଦାନ ପାଇଁ ଜିଲାପାଳଙ୍କ ଅଫିସକୁ ଆସିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri