Posted inଖେଳ

ଆଇଏସ୍‌ଏଲ: ପରାଜୟ ସ୍ବାଦ ଚାଖିଲା ନର୍ଥଇଷ୍ଟ

ଭାସ୍କୋ, ୧୮।୧୨-
ଚଳିତ ଇଣ୍ଡିଆନ ସୁପରଲିଗ୍‌ (ଆଇଏସ୍‌ଏଲ୍‌)ରେ ନର୍ଥଇଷ୍ଟ ୟୁନାଇଟେଡ ଶୁକ୍ରବାର ପ୍ରଥମ ଥର ପରାଜୟ ସ୍ବାଦ ଚାଖିଛି। ଅନିକେତ ଯାଦବଙ୍କ ଗୋଲ ବଳରେ ଜାମସେଦପୁର ଏଫ୍‌ସି ରୋମାଞ୍ଚକ ମ୍ୟାଚରେ ୧-୦ ଗୋଲରେ ନର୍ଥଇଷ୍ଟକୁ ପରାସ୍ତ କରିଛି। ଆଇଏସ୍‌ଏଲ୍‌ରେ ଏହାଥିଲା ୫୦୦ତମ ମ୍ୟାଚଥିବାବେଳେ ଅନିକେତ ୫୩ତମ ମିନିଟରେ ମ୍ୟାଚ ବିଜୟୀ ଗୋଲଟି ସ୍କୋର କରିଥିଲେ। ଜାମସେଦପୁର ଗୋଲକିପର ଟି.ପି. ପ୍ରଜନେଶଙ୍କ ପ୍ରଦର୍ଶନ ମଧ୍ୟ ଚମତ୍କାର ରହିଥିଲା। ଦ୍ୱିତୀୟାର୍ଦ୍ଧରେ ସେ ଏକ ପେନାଲ୍ଟି ଗୋଲ ସେଭ୍‌ କରି ନର୍ଥଇଷ୍ଟ ବିପକ୍ଷରେ ଜାମସେଦପୁରର ଅପରାଜେୟ ଧାରାକୁ ଅପରିବର୍ତ୍ତିତ ରଖିଛନ୍ତି। ଷ୍ଟାର୍ଟିଂ ଲାଇନ୍‌ଅପ୍‌ରେ ନର୍ଥଇଷ୍ଟ ୨ଟି ଓ ଜାମସେଦପୁର ୩ ବଦଳ କରି ମ୍ୟାଚ ଖେଳିଥିଲା। ପ୍ରଥମାର୍ଦ୍ଧ ଗୋଲଶୂନ୍ୟ ରହିଥିଲା। ୧୮ତମ ମିନିଟରେ ନର୍ଥଇଷ୍ଟ ପାଇଁ ଇଦ୍ରିସା ସିଲା ଓ ଆପିଆ ମିଳିତଭାବେ ଗୋଲ ସୁଯୋଗ ସୃଷ୍ଟି କରିଥିଲେ। ମାତ୍ର ବଲ୍‌ ବାର୍‌ ଉପରିଭାଗରେ ବାଜି ଚାଲି ଯାଇଥିଲା। ଜାମସେଦପୁରର ଜ୍ୟାକିଚାନ୍ଦ ସିଂ ପାସ୍‌ ଅଫ୍‌ ଦି ମ୍ୟାଚ ଏବଂ ପିଟର ହାର୍ଟଲେ ହିରୋ ଅଫ୍‌ ଦି ମ୍ୟାଚ ପୁରସ୍କାର ହାସଲ କରିଥିଲେ। ୭ ମ୍ୟାଚରୁ ୨ ବିଜୟ, ୪ ଡ୍ର ଓ ୧ ପରାଜୟ ସହ ଜାମସେଦପୁର ୧୦ ପଏଣ୍ଟ ପାଇ ଟେବୁଲର ୫ମ ସ୍ଥାନକୁ ଉନ୍ନୀତ ହୋଇଛି। ଅନ୍ୟପକ୍ଷରେ ନର୍ଥଇଷ୍ଟ ୭ ମ୍ୟାଚରୁ ସମାନ ସଂଖ୍ୟକ ବିଜୟ, ଡ୍ର ଓ ପରାଜୟ ସହ ୧୦ ପଏଣ୍ଟ ପାଇଥିଲେ ହେଁ ଗୋଲ ବ୍ୟବଧାନରେ ଜାମସେଦପୁର ଉପରକୁ ୪ର୍ଥ ସ୍ଥାନରେ ଅପରିବର୍ତ୍ତିତ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଭାରତୀୟ ଖେଳାଳିଙ୍କ ‘ଅନୈତିକ ଆଚରଣ’: ପାକିସ୍ତାନ କୋଚ୍ ସରଫରାଜଙ୍କ ବଡ଼ ଅଭିଯୋଗ

ମୁମ୍ବାଇ,୨୨ା୧୨: ୧୯ ବର୍ଷରୁ କମ୍ ଏସିଆ କପ୍ ଫାଇନାଲରେ ଭାରତକୁ ୧୯୧ ରନର ବିଶାଳ ବ୍ୟବଧାନରେ ହରାଇ ପାକିସ୍ତାନ ଚାମ୍ପିଅନ୍ ହୋଇଛି। ତେବେ ଏହି ଐତିହାସିକ...

ମହିଳା କ୍ରିକେଟରଙ୍କ ପାଇଁ ଖୁସି ଖବର: ଅଢେଇଗୁଣା ମ୍ୟାଚ୍ ଫି’ ବଢ଼ାଇଲା BCCI

ମୁମ୍ବାଇ,୨୨ା୧୨: ଦେଶର ମହିଳା କ୍ରିକେଟରଙ୍କ ପାଇଁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଏକ ବଡ଼ ଉପହାର ଦେଇଛି। ସୋମବାର, ଡିସେମ୍ବର ୨୨ ତାରିଖରେ ଅନୁଷ୍ଠିତ...

ଟି-୨୦ ବିଶ୍ୱକପ ପାଇଁ ଚୟନ ହୋଇଥିବା ଭାରତୀୟ ଦଳ ଉପରେ ପ୍ରଶ୍ନ ଉଠାଇଲେ ୱାସିମ ଜାଫର, କହିଲେ ଇଶାନ-ୱାଶିଂଟନଙ୍କ ବଦଳରେ…

ନୂଆଦିଲ୍ଲୀ,୨୨।୧୨: ୨୦୨୬ ଟି୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି। ସୂର୍ଯ୍ୟକୁମାର ଯାଦବଙ୍କ ଅଧିନାୟକତ୍ୱରେ ଇଶାନ କିଷାନ ଦଳକୁ ଫେରିଛନ୍ତି। ଉପ-ଅଧିନାୟକ ଶୁବମନ ଗିଲ...

Asia Cup ବିଜୟୀ ଦଳକୁ ସ୍ୱତନ୍ତ୍ର ପୁରସ୍କାର ଘୋଷଣା କଲେ ଶାହବାଜ

କରାଚୀ,୨୨ା୧୨: ଦୁବାଇରେ ୧୯ବର୍ଷରୁ କମ୍‌ Asia Cup ବିଜୟୀ ପାକିସ୍ତାନ ଦଳର ସଦସ୍ୟମାନଙ୍କ ଲାଗି ଦେଶର ପ୍ରଧାନମନ୍ତ୍ରୀ ଶାହବାଜ ଶରିଫ ୧୦ ନିୟୁତ ପାକିସ୍ତାନୀ ଟଙ୍କା...

ଟି-୨୦ ବିଶ୍ୱକପ ପୂର୍ବରୁ ସନ୍ୟାସ ନେଇ ଚମକାଇଲେ ଏହି ଖେଳାଳି, ଟିମ ଇଣ୍ଡିଆକୁ ଲାଗିଲା ବଡ଼ ଝଟକା

ନୂଆଦିଲ୍ଲୀ,୨୨।୧୨: ୨୦୨୬ ଟି୨୦ ବିଶ୍ୱକପ ପାଇଁ ଟିମ ଇଣ୍ଡିଆର ଦଳ ଡିସେମ୍ବର ୨୦ ତାରିଖରେ ଘୋଷଣା କରାଯାଇଥିଲା। ୨୦୨୬ ଟି୨୦ ବିଶ୍ୱକପ ଭାରତ ଏବଂ ଶ୍ରୀଲଙ୍କା...

ଦିନିକିଆ ଅଧିନାୟକ ପଦରୁ ଗିଲ୍‌ ହେବେ ବିଦା! ତାଙ୍କ ସ୍ଥାନରେ ଏହି ଖେଳାଳିଙ୍କୁ ମିଳିବ ଅଧିନାୟକତ୍ୱ, ବଡ଼ ଖୁଲାସା

ନୂଆଦିଲ୍ଲୀ,୨୨।୧୨: କ୍ରିକେଟର ଶୁବମନ ଗିଲ୍‌ଙ୍କ ପାଇଁ ସମସ୍ୟା ବଢ଼ିବା ପରି ମନେ ହେଉଛି। ତାଙ୍କୁ ପ୍ରଥମେ ଟେଷ୍ଟ ଦଳର ଅଧିନାୟକ ଏବଂ ପରେ ଚଳିତ ବର୍ଷ...

ମୁଁ ସମ୍ପୂର୍ଣ୍ଣ ଭାଙ୍ଗିପଡ଼ିଥିଲି…ଅବସର କଥା କହି ପ୍ରଶଂସକଙ୍କୁ ଆଶ୍ଚର୍ଯ୍ୟ କଲେ ରୋହିତ ଶର୍ମା

ନୂଆଦିଲ୍ଲୀ,୨୨।୧୨: ଭାରତୀୟ କ୍ରିକେଟର ସବୁଠାରୁ ସଫଳ ଅଧିନାୟକଙ୍କ ମଧ୍ୟରୁ ଜଣେ ରୋହିତ ଶର୍ମା ତାଙ୍କ କ୍ୟାରିୟର ବିଷୟରେ ଏକ ଖୁଲାସା କରିଛନ୍ତି। ଏହା ପ୍ରଶଂସକଙ୍କୁ ଆଶ୍ଚର୍ଯ୍ୟ...

୨ ଦଳ ମିଶି କଲେ ମାତ୍ର ୨୩ ରନ: ଅନ୍ତର୍ଜାତୀୟ ଟି-୨୦ରେ ସବୁଠୁ ଲଜ୍ଜାଜନକ ରେକର୍ଡ

ନୂଆଦିଲ୍ଲୀ,୨୨।୧୨: ଅନ୍ତର୍ଜାତୀୟ ଟି-୨୦ କ୍ରିକେଟ ସାଧାରଣତଃ ଦ୍ରୁତ ରନ, ବଡ଼ ଛକା ଏବଂ ବଡ଼ ସ୍କୋର ପାଇଁ ଜଣାଶୁଣା। ଏହି ଫର୍ମାଟ କେତେକ ସମୟରେ ବ୍ୟାଟସମ୍ୟାନଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri