Posted inଖେଳ

ଆଇଏସ୍‌ଏଲ: ପରାଜୟ ସ୍ବାଦ ଚାଖିଲା ନର୍ଥଇଷ୍ଟ

ଭାସ୍କୋ, ୧୮।୧୨-
ଚଳିତ ଇଣ୍ଡିଆନ ସୁପରଲିଗ୍‌ (ଆଇଏସ୍‌ଏଲ୍‌)ରେ ନର୍ଥଇଷ୍ଟ ୟୁନାଇଟେଡ ଶୁକ୍ରବାର ପ୍ରଥମ ଥର ପରାଜୟ ସ୍ବାଦ ଚାଖିଛି। ଅନିକେତ ଯାଦବଙ୍କ ଗୋଲ ବଳରେ ଜାମସେଦପୁର ଏଫ୍‌ସି ରୋମାଞ୍ଚକ ମ୍ୟାଚରେ ୧-୦ ଗୋଲରେ ନର୍ଥଇଷ୍ଟକୁ ପରାସ୍ତ କରିଛି। ଆଇଏସ୍‌ଏଲ୍‌ରେ ଏହାଥିଲା ୫୦୦ତମ ମ୍ୟାଚଥିବାବେଳେ ଅନିକେତ ୫୩ତମ ମିନିଟରେ ମ୍ୟାଚ ବିଜୟୀ ଗୋଲଟି ସ୍କୋର କରିଥିଲେ। ଜାମସେଦପୁର ଗୋଲକିପର ଟି.ପି. ପ୍ରଜନେଶଙ୍କ ପ୍ରଦର୍ଶନ ମଧ୍ୟ ଚମତ୍କାର ରହିଥିଲା। ଦ୍ୱିତୀୟାର୍ଦ୍ଧରେ ସେ ଏକ ପେନାଲ୍ଟି ଗୋଲ ସେଭ୍‌ କରି ନର୍ଥଇଷ୍ଟ ବିପକ୍ଷରେ ଜାମସେଦପୁରର ଅପରାଜେୟ ଧାରାକୁ ଅପରିବର୍ତ୍ତିତ ରଖିଛନ୍ତି। ଷ୍ଟାର୍ଟିଂ ଲାଇନ୍‌ଅପ୍‌ରେ ନର୍ଥଇଷ୍ଟ ୨ଟି ଓ ଜାମସେଦପୁର ୩ ବଦଳ କରି ମ୍ୟାଚ ଖେଳିଥିଲା। ପ୍ରଥମାର୍ଦ୍ଧ ଗୋଲଶୂନ୍ୟ ରହିଥିଲା। ୧୮ତମ ମିନିଟରେ ନର୍ଥଇଷ୍ଟ ପାଇଁ ଇଦ୍ରିସା ସିଲା ଓ ଆପିଆ ମିଳିତଭାବେ ଗୋଲ ସୁଯୋଗ ସୃଷ୍ଟି କରିଥିଲେ। ମାତ୍ର ବଲ୍‌ ବାର୍‌ ଉପରିଭାଗରେ ବାଜି ଚାଲି ଯାଇଥିଲା। ଜାମସେଦପୁରର ଜ୍ୟାକିଚାନ୍ଦ ସିଂ ପାସ୍‌ ଅଫ୍‌ ଦି ମ୍ୟାଚ ଏବଂ ପିଟର ହାର୍ଟଲେ ହିରୋ ଅଫ୍‌ ଦି ମ୍ୟାଚ ପୁରସ୍କାର ହାସଲ କରିଥିଲେ। ୭ ମ୍ୟାଚରୁ ୨ ବିଜୟ, ୪ ଡ୍ର ଓ ୧ ପରାଜୟ ସହ ଜାମସେଦପୁର ୧୦ ପଏଣ୍ଟ ପାଇ ଟେବୁଲର ୫ମ ସ୍ଥାନକୁ ଉନ୍ନୀତ ହୋଇଛି। ଅନ୍ୟପକ୍ଷରେ ନର୍ଥଇଷ୍ଟ ୭ ମ୍ୟାଚରୁ ସମାନ ସଂଖ୍ୟକ ବିଜୟ, ଡ୍ର ଓ ପରାଜୟ ସହ ୧୦ ପଏଣ୍ଟ ପାଇଥିଲେ ହେଁ ଗୋଲ ବ୍ୟବଧାନରେ ଜାମସେଦପୁର ଉପରକୁ ୪ର୍ଥ ସ୍ଥାନରେ ଅପରିବର୍ତ୍ତିତ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ଶାହରୁଖ ଖାନଙ୍କ ଟିମକୁ ପରିହାସ କଲେ ଶ୍ରେୟସ ଆୟରଙ୍କ ଭଉଣୀ, ପଞ୍ଜାବୀମାନଙ୍କର ହୃଦୟ…

ନୂଆଦିଲ୍ଲୀ,୭।୪: IPL ୨୦୨୬ର ୧୨ ନମ୍ବର ମ୍ୟାଚ୍ ବାତିଲ ହୋଇଯାଇଛି । କୋଲକାତା ନାଇଟ୍ ରାଇଡର୍ସ ଏବଂ ପଞ୍ଜାବ କିଙ୍ଗସ୍ ମଧ୍ୟରେ ଖେଳାଯିବାକୁ ଥିବା ମ୍ୟାଚ୍ ବର୍ଷାରେ…

ଆଇସିସି ପ୍ଲେୟର ଅଫ୍‌ ଦି ଇୟର: ସଂକ୍ଷିପ୍ତ ତାଲିକାରେ ଭାରତର ଏହି ଦୁଇ ଖେଳାଳି

ଦୁବାଇ,୬ା୪: ମାର୍ଚ୍ଚ ମାସର ଆଇସିସି ପ୍ଲେୟର ଅଫ୍‌ ଦି ମନ୍ଥ୍‌ ପୁରସ୍କାର ପାଇଁ ପ୍ରସ୍ତୁତ ସଂକ୍ଷିପ୍ତ ତାଲିକାରେ ଭାରତ ଓପନର ସଞ୍ଜୁ ସାମ୍‌ସନ ଏବଂ ପେସ୍‌ ବୋଲର…

IPL 2026: ପଏଣ୍ଟ ଟେବୁଲ ଶୀର୍ଷରେ ଆରସିବି

ବେଙ୍ଗାଲୁରୁ, ୬।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ର ରବିବାର ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ୪୩ ରନରେ ଚେନ୍ନାଇ ସୁପର କିଙ୍ଗ୍ସକୁ ପରାସ୍ତ କରିଛି। ଅନ୍ୟପକ୍ଷେ କ୍ରମାଗତ…

IPL ଚାଲିଥିବା ସମୟରେ ଅମ୍ପାୟରଙ୍କୁ ହତ୍ୟା: ଛାତିରେ ଛୁରି ଭୁସି..

ଅମରାବତି,୬।୪: ଆଜିକାଲି ଦେଶରେ IPL 2026ର ରୋମାଞ୍ଚ ଦେଖିବାକୁ ମିଳୁଛି। ଏହି ସମୟରେ ଆନ୍ଧ୍ର ପ୍ରଦେଶରୁ ଜଣେ କ୍ରିକେଟ ଅମ୍ପାୟାରଙ୍କ ହତ୍ୟା ସହିତ ଜଡିତ ଏକ ଅଭାବନୀୟ…

୨ ଭାରତୀୟ ଖେଳାଳିଙ୍କ ମଧ୍ୟରେ ଯୁଦ୍ଧ ସୃଷ୍ଟି କଲା ICC, ବୁମ୍‌ରାଙ୍କୁ ଚ୍ୟାଲେଞ୍ଜ କଲେ ଟିମ ଇଣ୍ଡିଆର ଏହି ଖେଳାଳି!

ନୂଆଦିଲ୍ଲୀ,୬।୪: ମାର୍ଚ୍ଚ ମାସ ପାଇଁ ପ୍ଲେୟାର ଅଫ ଦ ମନ୍ଥ ପାଇଁ ଆଇସିସି ମନୋନୀତ ବ୍ୟକ୍ତିଙ୍କ ନାମ ଘୋଷଣା କରିଛି। ସବୁଦିନ ପରି, ଆଇସିସି ଏହି ପୁରସ୍କାର…

ଧମାକାଦାର ଇନିଂସ ସହିତ ରେକର୍ଡ କଲେ ସରଫରାଜ

ନୂଆଦିଲ୍ଲୀ,୬।୪: ଇଣ୍ଡିଆନ ପ୍ରିମିୟର ଲିଗ ର 2026 ସଂସ୍କରଣରେ, ଚେନ୍ନାଇ ସୁପର କିଙ୍ଗସ ଲଗାତାର ତିନୋଟି ପରାଜୟ ବରଣ କରିଛି। ଏମ. ଚିନ୍ନାସ୍ବାମୀ ଷ୍ଟାଡିୟମରେ ଖେଳାଯାଇଥିବା ଏକ…

‘ପରାଜୟ ପାଇଁ ମୁଁ ଦାୟୀ…’, କାହିଁକି ଏମିତି କହିଲେ ଋତୁରାଜ? ଯଦି ମୁଁ ରନ୍‌ କରିଥାଆନ୍ତି…

ନୂଆଦିଲ୍ଲୀ,୬।୪: ଚେନ୍ନାଇ ସୁପର କିଙ୍ଗ୍ସର ଲଗାତାର ତୃତୀୟ ପରାଜୟରେ ଋତୁରାଜ ଗାୟକୱାଡ ନିରାଶ ହୋଇଛନ୍ତି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ସେମାନଙ୍କ ଉପରେ ଏହି ତୃତୀୟ କ୍ରମାଗତ ପରାଜୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri