ଡିଡି ପଞ୍ଜାବ ରିଅଲିଟି ଶୋ’ ଫାଇନାଲରେ ଅନିକେତ

ସାକ୍ଷୀଗୋପାଳ,୨୮ା୭(ସ୍ବ.ପ୍ର.):ଡିଡି ପଞ୍ଜାବରେ ପ୍ରସାରିତ ଅନଲାଇନ ରିଅଲିଟି ଶୋ ‘କିସମେ କିତନା ହେ ଦମ’ ଫାଇନାଲରେ ପୁରୀ ଜିଲା ସତ୍ୟବାଦୀ ବ୍ଲକ ଅନ୍ତର୍ଗତ ବୀରରାମଚନ୍ଦ୍ରପୁର ଗ୍ରାମର ଅନିକେତ ମିଶ୍ର ପ୍ରବେଶ କରିଛନ୍ତି। ମିମିକ୍ରି ବର୍ଗରେ ସେ ଏହି କାର୍ଯ୍ୟକ୍ରମ ପାଇଁ ଅନଲାଇନରେ ଅଡିସନ ଦେଇଥିଲେ। ସେଠାରୁ ସେ ମନୋନୀତ ହୋଇ ବିଭିନ୍ନ ପର୍ଯ୍ୟାୟରେ ନିଜର ମିମିକ୍ରି କଳା ପ୍ରଦର୍ଶନ କରି ବିଚାରକଙ୍କ ହୃଦୟ ଜିତିବା ସହ ଫାଇନାଲ ରାଉଣ୍ଡକୁ ପ୍ରବେଶ କରିବାରେ ସଫଳ ହୋଇପାରିଛନ୍ତି। ଭୁବନେଶ୍ୱର ୟୁନିଟ-୧ ସ୍ଥିତ ମଦର ପବ୍ଲିକ ସ୍କୁଲର ପଞ୍ଚମ ଶ୍ରେଣୀର ଛାତ୍ର ଅନିକେତ ବଲିଉଡ କଳାକାରଙ୍କ ମିମିକ୍ରି ତଥା ନକଲ କରିଥାନ୍ତି। ଏହି ମିମିକ୍ରି ପାଇଁ ସେ ବିଭିନ୍ନ ସଂସ୍ଥା, ରାଜ୍ୟ ଓ ଜାତୀୟ ସ୍ତରର ପ୍ରତିଯୋଗିତାରେ ଅଂଶଗ୍ରହଣ କରି ପୁରସ୍କୃତ ହୋଇଛନ୍ତି। ପୂର୍ବରୁ ସେ ଦି ସୋ ଷ୍ଟପର ସଂସ୍ଥା ଦ୍ବାରା ଆୟୋଜିତ ବ୍ଲୁମ କ୍ୟାପ ଜିଆଇଟି୬.୦ ଅନଲାଇନ ପ୍ରତିଯୋଗିତାରେ ଅଂଶଗ୍ରହଣ କରି ପ୍ରଥମ ସ୍ଥାନ ଅଧିକାର କରିଛନ୍ତି। ସେହିପରି ପ୍ରୋଡିଜି ପକ୍ଷରୁ ଆୟୋଜିତ ସର୍ବଭାରତୀୟ ଅନଲାଇନ ପ୍ରତିଯୋଗିତାରେ ଅଭିନୟ କରି ପ୍ରଥମ ସ୍ଥାନ ଅଧିକାର କରିଛନ୍ତି। ଚଳିତ ବର୍ଷ ସର୍ବଭାରତୀୟ ପ୍ରତିଯୋଗିତା ଏଲଆଇଟିକିଡ୍‌ ସିଜିନ-୩ରେ ନିଜର ଅଭିନୟ ପ୍ରତିଭା ପାଇଁ ତାଙ୍କୁ ସମ୍ବର୍ଦ୍ଧିତ କରାଯାଇଛି। କାନାଡ଼ାର ନିୟୁ ହରାଇଜୋନ ହୋପ ଫାଉଣ୍ଡେଶନ ଦ୍ୱାରା ଆୟୋଜିତ ମ୍ୟାଜିକ-୨୧ କାର୍ଯ୍ୟକ୍ରମରେ ଅଭିନୟ ଏବଂ ମିମିକ୍ରି ବର୍ଗରେ ସେ ଶ୍ରେଷ୍ଠ ପ୍ରତିଯୋଗୀ ବିବେଚିତ ହୋଇ ପୁରସ୍କୃତ ହୋଇଛନ୍ତି। ମିମିକ୍ରି ବ୍ୟତୀତ ସେ ଗଳ୍ପ, କବିତା, ଅଭିନୟ ଆଦି ବିଭିନ୍ନ ପ୍ରତିଯୋଗିତାରେ ଅଂଶଗ୍ରହଣ କରି ପୁରସ୍କୃତ ହୋଇଛନ୍ତି। ତାଙ୍କର ଏହି ସଫଳତା ପାଇଁ ସ୍ଥାନୀୟ ଅଞ୍ଚଳରେ ଖୁସିର ଲହରି ଖେଳିଯିବା ସହ ତାଙ୍କ ପରିବାରକୁ ଶୁଭେଚ୍ଛାର ସୁଅ ଛୁଟିଛି। ଏହି ରିଅଲିଟି ଶୋ’ରେ ବିଜୟୀ ହୋଇ ଓଡ଼ିଶାକୁ ଗୌରବାନିତ କରିପାରିବେ, ଏନେଇ ତାଙ୍କର ବାପା ଜାନକୀ ବଲ୍ଲଭ ମିଶ୍ର ଓ ମା’ ନନ୍ଦିତା ଆଚାର୍ଯ୍ୟ ସମସ୍ତଙ୍କର ଆଶୀର୍ବାଦ କାମନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…

କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri