Posted inଖେଳ

ଅନିକେତ୍‌ ମୁମ୍ବାଇ ଅଧିନାୟକ

ଭୁବନେଶ୍ୱର, ୧୮।୧୨(ତପନ ସ୍ବାଇଁ): କଟକର ଜବାହରଲାଲ ନେହେରୁ ଇନ୍‌ଡୋର ଷ୍ଟାଡିୟମରେ ଚଳିତ ମାସ ୨୪ରୁ ଜାନୁୟାରୀ ୧୪ ପର୍ଯ୍ୟନ୍ତ ହେବାକୁ ଯାଉଥିବା ଅଲ୍‌ଟିମେଟ୍‌ ଖୋଖୋ ସିଜନ-୨ ପାଇଁ ଅନିକେତ ପୋଟେଙ୍କୁ ମୁମ୍ବାଇ ଖିଲାଡିଜ୍‌ ଅଧିନାୟକ ମନୋନୀତ କରାଯାଇଛି। ଏହି ୨୬ ବର୍ଷୀୟ ଅଲରାଉଣ୍ଡର/ଆଟାକର ଖୋ ଖୋ ସର୍କିଟରେ ଜଣେ ଚର୍ଚ୍ଚିତ ଖେଳାଳି। ସେ ଏସିଆନ ଚାମ୍ପିୟନଶିପ୍‌ରେ ସ୍ବର୍ଣ୍ଣ ପଦକ ଜିତିଥିବା ଭାରତୀୟ ଦଳର ସଦସ୍ୟ ଥିଲେ। ସିଜନ-୧ ଅଲ୍‌ଟିମେଟ୍‌ ଖୋଖୋ ଡ୍ରିମ୍‌ ଟିମ୍‌ରେ ତାଙ୍କୁ ସ୍ଥାନ ମିଳିଥିଲା। ”ଅନିକେତ ଙ୍କୁ ନିର୍ବିବାଦୀୟ ଭାବେ ଦଳର ଅଧିନାୟକ ଚୟନ କରାଯାଇଛି। ପ୍ରଥମ ସଂସ୍କରଣରେ ତାଙ୍କ ପ୍ରଦର୍ଶନ ଉଲ୍ଲେଖନୀୟ ଥିଲା ଏବଂ ନିଜ ନେତୃତ୍ୱ ଦକ୍ଷତାକୁ ସେ ସୁଚାରୁରୂପେ ସମ୍ପାଦନ କରିଥିବାରୁ ଏହି ପଦ ଲାଗି ସେ ଥିଲେ ସ୍ବାଭାବିକ ପସନ୍ଦ ହୋଇ ଯାଇଥିଲେ। ମୁମ୍ବାଇର ସ୍ଥାନୀୟ ଖେଳାଳିଭାବେ ସେ ଦଳର ଆବଶ୍ୟକତାକୁ ଭଲଭାବେ ବୁଝିଛନ୍ତି। ଆଗାମୀ ପ୍ରତିଯୋଗିତାରେ ସେ ଦଳକୁ ସଫଳତା ପ୍ରଦାନ କରିପାରିବାନେଇ ଆଶା ରହିଛି“ ବୋଲି ଦଳର ମାଲିକ ପୁନିତ ବାଲାନ ପ୍ରକାଶ କରିଛନ୍ତି। ୨୭ ବର୍ଷୀୟ ଡିଫେଣ୍ଡର ମହେଶ ସିନ୍ଦେଙ୍କୁ ମୁମ୍ବାଇ ଖିଲାଡିଜ୍‌ ଦଳର ଉପ-ଅଧିନାୟକ ଘୋଷଣା କରିଛି। ଗତ ସିଜନରେ ସେ ଥିଲେ ଶ୍ରେଷ୍ଠ ଡିଫେଣ୍ଡରଙ୍କ ମଧ୍ୟରୁ ଅନ୍ୟତମ।

 


Enter your email to get our daily news in your inbox.

All Right Reserved By Dharitri.Com

IND vs PAK: ଟିମ୍ ଇଣ୍ଡିଆର ଦମଦାର୍ ବିଜୟ, ଭାଇରାଲ ହେଉଛି ଗୌତମ ଗମ୍ଭୀରଙ୍କ ୬ ଶବ୍ଦର ପୋଷ୍ଟ

କଲମ୍ବୋ,୧୬।୨:  ପାକିସ୍ତାନ ବିପକ୍ଷରେ ଭାରତର ଦମଦାର ବିଜୟ ପରେ, ଭାରତୀୟ ଦଳର କୋଚ୍ ଗୌତମ ଗମ୍ଭୀରଙ୍କ ଏକ ପୋଷ୍ଟ ସୋସିଆଲ ମିଡିଆରେ ଭାଇରାଲ ହେଉଛି । ଭାରତର…

ହୋଟେଲ ମାଲିକଙ୍କୁ ହତ୍ୟା: ଦୋକାନ ଆଗରେ…

ସିମୁଳିଆ, ୧୬।୨(ସନ୍ତୋଷ ନାୟକ): ବାଲେଶ୍ବର ଜିଲା ସିମୁଳିଆ ଥାନା ଠାରୁ ୩କି.ମି. ଦୂର ୧୬ନଂ ଜାତୀୟ ରାଜପଥ ପାଶର୍‌ବରେ ଥିବା ଜୟ ମା ’ଦୁର୍ଗା ନାମକ ହୋଟେଲର…

ବ୍ରିଜ୍‌ ଭାଙ୍ଗି ନଦୀକୁ ଖସିଲା ଅଦା ବୋଝେଇ ଟ୍ରକ୍‌, ଭିତରେ ଥିଲେ ଡ୍ରାଇଭର-ହେଲ୍‌ପର

ବସ୍ତା,୧୬ା୨(ହରିଶଙ୍କର ପାଢ଼ୀ): ବାଲେଶ୍ୱର ଜିଲା ବସ୍ତା ଥାନା ଅନ୍ତର୍ଗତ ମଥାନୀ ବାଇପାସ ପେଗରପଡ଼ା ଜଳକା ନଦୀର ବ୍ରିଜରୁ ଘନ କୁହୁଡି ଯୋଗୁ ସୋମବାର ଭୋର୍‌ ସମୟରେ ଏକ…

ଚାଷ ଜମିରୁ ମିଳିଲା ଯୁବକଙ୍କ ମୃତଦେହ: ହତ୍ୟା ସନ୍ଦେହ

ରାୟଗଡ଼ା,୧୬/୨(ଆଶିଷ ରଞ୍ଜନ ପଣ୍ଡା)-ରାୟଗଡା ଜିଲା ଶେଷଖାଲ ଥାନା ଅନ୍ତର୍ଗତ ବାଇସିଂ ଗ୍ରାମ ନିକଟରେ ଜଣେ ଯୁବକର ମୃତଦେହ ଠାବ କରାଯାଇଛି। ମୃତ ଯୁବକ ଜଣକ ହେଲେ ବାଇସିଂ…

ରାଗରେ ଏମିତି କହିଦେଲେ ପାକିସ୍ତାନ ଅଧିନାୟକ: ଅଫ୍‌ ଡେ’ରେ…

କଲମ୍ବୋ,୧୬।୨:ଭାରତ ଏବଂ ପାକିସ୍ତାନ ମଧ୍ୟରେ ଟି-୨୦ ବିଶ୍ୱକପ ୨୦୨୬ ଗ୍ରୁପ ପର୍ଯ୍ୟାୟ ମ୍ୟାଚ କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିଲା। ଏହି ମ୍ୟାଚ୍‌ରେ ଭାରତ ପାକିସ୍ତାନକୁ ପରାସ୍ତ…

ଆଗକୁ ବାର୍ଷିକ ପରୀକ୍ଷା: ଭଞ୍ଜନଗରରେ ବଢୁଛି ଶବ୍ଦ ପ୍ରଦୂଷଣ, ରୋକିବା ପାଇଁ…

ଭଞ୍ଜନଗର,୧୬ା୨(ବାବୁଲା ପ୍ରଧାନ): ଆସନ୍ତା ୧୮ରୁ ରାଜ୍ୟରେ ଯୁକ୍ତ ୨ ବାର୍ଷିକ ପରୀକ୍ଷା ହେବ। ତାହା ମାର୍ଚ୍ଚ ମାସ ଶେଷ ସପ୍ତାହ ପର୍ଯ୍ୟନ୍ତ ଚାଲିବ। ଏଥିସହ ମାଟ୍ରିକ୍‌ ପରୀକ୍ଷା…

ବିଜୟ ପରେ ମଧ୍ୟ ଟିମ୍‌ ଇଣ୍ଡିଆ ଖେଳାଳିଙ୍କ ମଧ୍ୟରେ ଫାଟ! ଏହି କାରଣରୁ ଯୁକ୍ତିତର୍କ, VIDEO ଭାଇରାଲ୍‌

ନୂଆଦିଲ୍ଲୀ,୧୬।୨: ୨୦୨୬ ଟି୨୦ ବିଶ୍ୱକପରେ ପାକିସ୍ତାନ ବିପକ୍ଷରେ ଜବରଦସ୍ତ ବିଜୟ ପରେ ଟିମ ଇଣ୍ଡିଆ ଶିବିରରେ ସେଲିବ୍ରେଶନର ପରିବେଶ ଥିଲାବେଳେ, ମ୍ୟାଚ ପରେ ପଡ଼ିଆରେ ଏକ ଘଟଣା…

ଆଣବିକ ରିଆକ୍ଟର ପ୍ରସ୍ତୁତ କଲେ ୧୨ ବର୍ଷୀୟ ଛାତ୍ର: ରୁମ୍‌ରେ ୪ ବର୍ଷର ଗବେଷଣା ପରେ ସଫଳତା

ଟେକ୍ସାସ୍‌,୧୬ା୨:ଆମେରିକାର ଟେକ୍ସାସ୍‌ ରାଜ୍ୟସ୍ଥିତ ଡଲାସ୍‌ ସହରର ଜଣେ ୧୨ ବର୍ଷର ଛାତ୍ର ଯାହା କରିଛନ୍ତି ତାହା ବୈଜ୍ଞାନିକ ଏବଂ ଗବେଷକ ମହଲକୁ ଆଶ୍ଚର୍ଯ୍ୟ କରିଦେଇଛି। ଏହି ଛାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri