Posted inଜାତୀୟ

ସିଡିଏସ୍‌ ଭାବେ ଦାୟିତ୍ୱ ଗ୍ରହଣ ଅନିଲ ଚୌହାନ

ନୂଆଦିଲ୍ଲୀ,୩୦।୯: ଜେନେରାଲ ବିପିନ ରାୱତଙ୍କ ମୃତ୍ୟୁ ପରେ ଲେଫ୍ଟନାଣ୍ଟ ଜେନେରାଲ (ଅବସରପ୍ରାପ୍ତ) ଅନିଲ ଚୌହାନ ନୂତନ ଚିଫ୍‌ ଅଫ୍‌ ଡିଫେନ୍ସ ଷ୍ଟାଫ୍‌ (ସିଡିଏସ୍‌) ଭାବେ ଶୁକ୍ରବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ଦାୟିତ୍ୱ ଗ୍ରହଣ କରିବା ପରେ ସେ କହିଛନ୍ତି, ଭାରତୀୟ ସଶସ୍ତ୍ର ବାହିନୀର ସର୍ବୋଚ୍ଚ ପଦବୀର ଦାୟିତ୍ୱ ନେଇଥିବାରୁ ମୁଁ ଗର୍ବିତ। ପ୍ରତିରକ୍ଷା କର୍ମଚାରୀଙ୍କ ମୁଖ୍ୟ ଭାବରେ ମୁଁ ତିନି ପ୍ରତିରକ୍ଷା ବାହିନୀର ଆଶା ପୂରଣ କରିବାକୁ ଚେଷ୍ଟା କରିବି। ଆମେ ସମସ୍ତେ ମିଶି ଆହ୍ବାନ ଏବଂ କଠିନ ପରିସ୍ଥିତିର ସାମ୍ନା କରିବା।
ପ୍ରଥମ ସିଡିଏସ୍‌ ଜେନେରାଲ ବିପିନ ରାଓ୍ବତ୍‌ ଏକ ହେଲିକପ୍ଟର ଦୁର୍ଘଟଣାରେ ପ୍ରାଣ ହରାଇବାର ପ୍ରାୟ ୧୦ ମାସ ବ୍ୟବଧାନ ପରେ କେନ୍ଦ୍ର ସରକାର ବୁଧବାର ପ୍ରାକ୍ତନ ସେନା ଅଧିକାରୀ ଚୌହାନଙ୍କୁ ତାଙ୍କ ସ୍ଥାନରେ ଅବସ୍ଥାପିତ କରିବା ପାଇଁ ନିଷ୍ପତ୍ତି ନେଇଥିଲେ।
୧୯୬୧ରେ ଜନ୍ମିତ ଲ୍ୟୁଟ୍‌ନାଣ୍ଟ ଜେନେରାଲ ଅନିଲ ଚୌହାନ ହେଉଛନ୍ତି ନ୍ୟାଶନାଲ ଡିଫେନ୍ସ ଏକାଡେମୀ (ଏନ୍‌ଡିଏ), ଖଡ଼କଓ୍ବାଲ୍‌ସା ଏବଂ ଭାରତୀୟ ସାମରିକ ଏକାଡେମୀ (ଆଇଏମ୍‌ଏ)ରେ ପ୍ରାକ୍ତନ ଛାତ୍ର। ୧୯୮୧ରେ ୧୧ ଗୋର୍ଖା ରାଇଫଲ୍ସରେ ଯୋଗଦେଇଥିବା ଚୌହାନ ୨୦୨୧ ମେ’ ୩୧ରେ ସେନାର ଇଷ୍ଟର୍ନ କମାଣ୍ଡ ଚିଫ୍‌ ପଦରୁ ଅବସର ନେଇଥିଲେ। ଦୀର୍ଘ ୪୦ ବର୍ଷର କ୍ୟାରିୟର ମଧ୍ୟରେ ସେ ସଶସ୍ତ୍ର ବଳରେ ଅନେକ ଗୁରୁତ୍ୱପୂର୍ଣ୍ଣ ପଦବୀ ଅଳଙ୍କୃତ କରିଥିଲେ। ଜମ୍ମୁ-କଶ୍ମୀରରେ ଆତଙ୍କବାଦୀ ଓ ଉତ୍ତର-ପୂର୍ବରେ ଉଗ୍ରପନ୍ଥୀ ଦମନ ପାଇଁ ଅନେକ ଅପରେଶନର ନେତୃତ୍ୱ ନେଇଥିଲେ। ଭାରତୀୟ ସେନା ପ୍ରତି ଉଲ୍ଲେଖନୀୟ ଅବଦାନ ପାଇଁ ଲ୍ୟୁଟ୍‌ନାଣ୍ଟ ଜେନେରାଲ ଅନିଲ ଚୌହାନଙ୍କୁ ପରମ ବିଶିଷ୍ଟ ସେବା ମେଡାଲ, ଉତ୍ତମ ଯୁଦ୍ଧ ସେବା ମେଡାଲ, ଅତି ବିଶିଷ୍ଟ ସେବା ମେଡାଲ, ସେନା ମେଡାଲ ଓ ବିଶିଷ୍ଟ ସେବା ମେଡାଲ ଭଳି ମର୍ଯ୍ୟାଦାଜନକ ସମ୍ମାନ ପ୍ରଦାନ କରାଯାଇଛି। ସିଡିଏସ୍‌ ହେଉଛନ୍ତି ଚିଫ୍‌ସ ଅଫ୍‌ ଷ୍ଟାଫ୍‌ କମିଟିର ସ୍ଥାୟୀ ଅଧ୍ୟକ୍ଷ। ଏଥିସହ ସେ ପ୍ରତିରକ୍ଷା ମନ୍ତ୍ରଣାଳୟର ସାମରିକ ବ୍ୟାପାର ସଚିବ ତଥା ପ୍ରତିରକ୍ଷା ମନ୍ତ୍ରୀଙ୍କ ମୁଖ୍ୟ ସାମରିକ ପରାମର୍ଶଦାତା ଭାବେ ମଧ୍ୟ କାର୍ଯ୍ୟ କରିବେ। ପ୍ରକାଶ ଯେ, ସ୍ଥଳସେନା, ବାୟୁସେନା ଓ ନୌସେନାରେ ସମନ୍ବୟ ରକ୍ଷାକରି ସଶସ୍ତ୍ର ବଳକୁ ମଜଭୁତ କରିବା ପାଇଁ ୨୦୨୦ ଜାନୁୟାରୀରେ କେନ୍ଦ୍ର ସରକାର ସିଡିଏସ୍‌ ପଦବୀ ସୃଷ୍ଟି କରିଥିଲେ। ୨୦୨୧ ଡିସେମ୍ବରରେ ୮ରେ ଭାରତର ପ୍ରଥମ ସିଡିଏସ୍‌ ଜେନେରାଲ ବିପିନ ରାଓ୍ବତ୍‌ ଓ ତାଙ୍କ ସ୍ତ୍ରୀ ମଧୁଲିକା ରାଓ୍ବତ୍‌ଙ୍କ ସମେତ ଅନ୍ୟ ୧୧ ଜଣଙ୍କୁ ନେଇ ଯାଉଥିବା ଭାରତୀୟ ବାୟୁସେନା(ଆଇଏଏଫ୍‌)ର ଏମ୍‌ଆଇ-୧୭ଭି୫ ହେଲିକପ୍ଟର ତାମିଲନାଡୁର କୁନ୍ନୁର ନିକଟରେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଏଥିରେ ସିଡିଏସ୍‌ଙ୍କ ସମେତ ସମସ୍ତ ୧୩ ଜଣଙ୍କ ମୃତ୍ୟୁ ଘଟିଥିଲା। ସେବେଠୁ ଏହି ଗୁରୁତ୍ୱପୂର୍ଣ୍ଣ ସାମରିକ ପଦବୀ ଖାଲି ପଡ଼ିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

ଇରାନ ବରୋଧରେ ଯୁଦ୍ଧକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଲାଣି ଏହି ଦେଶ, ଆମେରିକାକୁ କରିବ ସହଯୋଗ, ଟାର୍ଗେଟରେ ହର୍ମୁଜ ପ୍ରଣାଳୀ

ତେହରାନ,୧।୪: ସଂଯୁକ୍ତ ଆରବ ଏମିରେଟ୍ସ (UAE) ଆମେରିକା ଏବଂ ଅନ୍ୟାନ୍ୟ ପାଶ୍ଚାତ୍ୟ ମିତ୍ରମାନଙ୍କୁ ସୂଚନା ଦେଇଛି ଯେ ଏହା ହର୍ମୁଜ ପ୍ରଣାଳୀକୁ ପୁନଃ ଖୋଲିବାରେ ସାହାଯ୍ୟ କରିବ।…

ପୁଣି ଭାଙ୍ଗିଗଲା ଇଟାଲୀର ଫିଫା ବିଶ୍ୱକପ ସ୍ବପ୍ନ: ଲଗାତାର ତୃତୀୟ ଥର ପାଇଁ ଯୋଗ୍ୟତା ଅର୍ଜନ କରିପାରିଲା ନାହିଁ

ରୋମ,୧।୪: ଚାରିଥର ଫିଫା ବିଶ୍ୱକପ ଚାମ୍ପିଅନ ଇଟାଲୀ ଆଉ ଏକ ବଡ଼ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ଦଳ ଲଗାତାର ତୃତୀୟ ଥର ପାଇଁ ଫିଫା ବିଶ୍ୱକପ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri