Posted inଜାତୀୟ

ଅନୀଲ ଦେଶମୁଖ ଜାମିନ ମାମଲା, ସୁପ୍ରିମ୍‌କୋର୍ଟରେ ସିବିଆଇ…

ନୂଆଦିଲ୍ଲୀ,୧୭।୧୨ : ଦୁର୍ନୀତି ମାମଲାରେ ଅଭିଯୁକ୍ତ ମହାରାଷ୍ଟ୍ରର ପୂର୍ବତନ ଗୃହମନ୍ତ୍ରୀ ତଥା ଏନସିପି ନେତା ଅନୀଲ ଦେଶମୁଖଙ୍କୁ ଜାମିନ ପ୍ରଦାନ କରିବାକୁ ବମ୍ବେ ହାଇକୋର୍ଟ ଦେଇଥିବା ନିଷ୍ପତ୍ତିକୁ ସିବିଆଇ ସୁପ୍ରିମକୋର୍ଟରେ ଚ୍ୟାଲେଞ୍ଜ କରିଛି। ଡିସେମ୍ବର ୧୨ରେ ବମ୍ବେ ହାଇକୋର୍ଟ ୭୩ ବର୍ଷିୟ ଏନସିପି ନେତାଙ୍କୁ ଜାମିନ ପ୍ରଦାନ କରିଥିଲେ। କିନ୍ତୁ କୋର୍ଟ କହିଥିଲେ ଯେ ଏହି ଆଦେଶ ୧୦ ଦିନ ପରେ କାର୍ଯ୍ୟକାରୀ ହେବ, କାରଣ ସିବିଆଇ ଏହାକୁ ସର୍ବୋଚ୍ଚ ଅଦାଲତରେ ଚ୍ୟାଲେଞ୍ଜ କରିବାକୁ ସମୟ ମାଗିଥିଲା।

ଅନୀଲଙ୍କୁ ଜାମିନ ପ୍ରଦାନ କରି ବମ୍ବେ ହାଇକୋର୍ଟ ଉଲ୍ଲେଖ କରିଥିଲେ ଯେ ବରଖାସ୍ତ ହୋଇଥିବା ପୋଲିସ ଅଧିକାରୀ ସଚିନ ୱାଜେଙ୍କ ବିବୃତ୍ତିକୁ ଛାଡ଼ି ଅନ୍ୟ କୌଣସି ବୟାନରେ ଉଲ୍ଲେଖ ନାହିଁ ଯେ ତତ୍କାଳୀନ ଗୃହମନ୍ତ୍ରୀ ଅନୀଲଙ୍କ ନିର୍ଦ୍ଦେଶରେ ମୁମ୍ବାଇରେ ବାର ମାଲିକଙ୍କୁ ଅପହରଣ କରାଯାଇଛି।

ସୁପ୍ରିମକୋର୍ଟରେ ଦାଖଲ ହୋଇଥିବା ଆବେଦନରେ କେନ୍ଦ୍ରୀୟ ଅନୁସନ୍ଧାନକାରୀ ଏଜେନ୍ସି ଦାବି କରିଛି ଯେ ସିବିଆଇର ଆପତ୍ତି ସତ୍ତ୍ୱେ ଅନୀଲଙ୍କୁ ଜାମିନ ପ୍ରଦାନ ବେଳେ ହାଇକୋର୍ଟ ଗୁରୁତର ତ୍ରୁଟି କରିଛନ୍ତି। ସିବିଆଇ କହିଛି ଯେ ହାଇକୋର୍ଟ ଧ୍ୟାନ ଦେଇନାହାଁନ୍ତି ଯେ ଅର୍ଥନୈତିକ ଅପରାଧ ଏକ ଭିନ୍ନ ବର୍ଗରେ ଅଛି ଏବଂ ନିୟମିତ ଅପରାଧ ପରି ଏଭଳି ଅପରାଧରେ ଜାମିନ ଦିଆଯିବାର ଆବଶ୍ୟକତା ନାହିଁ। ସେହିପରି ଅର୍ଥନୈତିକ ଅପରାଧ ଅଧିକ ଦୋଷାବହ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ ଏମପିଙ୍କ ଠୁ ଏତେ ଅଧିକ ଦରମା ପାଆନ୍ତି ପାକିସ୍ତାନୀ ଏମପି? ଜାଣନ୍ତୁ ସାଲାରୀ-ଭତ୍ତା ସବୁକିଛି…

ନୂଆଦିଲ୍ଲୀ,୩୦।୭: ଆଇନପ୍ରଣେତା ବା ସାଂସଦମାନଙ୍କ ସୁବିଧା ସୁଯୋଗକୁ ତୁଳନା କଲେ ଜଣାପଡ଼େ ଯେ, ପାକିସ୍ତାନୀ ଏବଂ ଭାରତୀୟ ସାଂସଦମାନେ ପ୍ରାୟ ସମାନ ମୂଳ ଦରମା ପାଇଥାନ୍ତି, କିନ୍ତୁ…

‘ଆପଣଙ୍କ ମୁହଁ ଖୋଲୁନାହିଁ, କିଏ ସିଲ୍ କରିଦେଇଛି…’, ଶାହାଙ୍କୁ ଖାର୍ଗେଙ୍କ କଡ଼ା ଟାର୍ଗେଟ

ନୂଆଦିଲ୍ଲୀ,୩୦।୭: ରାଜ୍ୟ ସଭାରେ ପେପର ଲିକ୍ ପ୍ରସଙ୍ଗକୁ ନେଇ ଆଲୋଚନା ସମୟରେ ମଲ୍ଲିକାର୍ଜୁନ ଖାର୍ଗେ କେନ୍ଦ୍ର ସରକାର ଏବଂ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ କଡ଼ା ସମାଲୋଚନା…

ଭଞ୍ଜନଗରରେ ଖୁବ୍‌ଶୀଘ୍ର ‘ଘୁମୁସର ରେଡିଓ’, ୪୦ କିଲୋମିଟର ପରିଧିରେ ହେବ ପ୍ରସାରଣ

ଭଞ୍ଜନଗର,୩୦ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରବାସୀଙ୍କ ପାଇଁ ଖୁସି ଖବର। ସ୍ଥାନୀୟ ଅଞ୍ଚଳର ଲୋକଙ୍କ ସ୍ବର, ସମସ୍ୟା ଓ ସଂସ୍କୃତିକୁ ନେଇ ଖୁବଶୀଘ୍ର ଆରମ୍ଭ ହେବାକୁ ଯାଉଛି…

ସରକାରୀ ଦେଶୀ ମଦଭାଟି ବନ୍ଦ ଦାବି ଜୋର୍‌ ଧରିଲା, ଜିଲାପାଳ-ଅବକାରୀ ଅଧୀକ୍ଷକଙ୍କୁ ଭେଟି…

ଛତ୍ରପୁର,୩୦ା୭(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଅବକାରୀ ଅଧୀନରେ ଥିବା ନୋଳିଆ ନୂଆଗାଁ ସରକାରୀ ଦେଶୀ ମଦଭାଟି ବନ୍ଦ କରିବା ଦାବି ନେଇ ଗୁରୁବାର ଛତ୍ରପୁର ବ୍ଲକ ଅଧ୍ୟକ୍ଷା…

ଗେରୁଆ ରଙ୍ଗର ଜର୍ସିକୁ ନେଇ ହକି ଇଣ୍ଡିଆର ସ୍ପଷ୍ଟୀକରଣ, କାହିଁକି ବଛାଗଲା ଏହି ରଙ୍ଗ କହିଲା କାରଣ

ନୂଆଦିଲ୍ଲୀ,୩୦।୭: ଭାରତୀୟ ହକି ଟିମ୍‌ ଉଭୟ ପୁରୁଷ ଓ ମହିଳା ଟିମର ଜର୍ସିର ରଙ୍ଗ ନୀଳରୁ ଗେରୁଆ କରିଛି । ଗେରୁଆ ଜର୍ସିରେ ୨୦୨୬ FIH ହକି…

ଲକ୍ଷ୍ମୀ ଯୋଜନା: ପ୍ରତିମାସରେ ମିଳିବ ୨୫୦୦ଟଙ୍କା, RD ରେ ଜମା କଲେ ସିଧା ୧ ଲକ୍ଷ! ଜାଣନ୍ତୁ ସମ୍ପୂର୍ଣ୍ଣ ହିସାବ…

ନୂଆଦିଲ୍ଲୀ,୩୦।୭: ସାଧାରଣତଃ ଆମକୁ ଟଙ୍କା ମିଳିଲେ ଆମେ ତାହା ଖର୍ଚ୍ଚ କରିଦେଇଥାଉ, କିନ୍ତୁ କିଛି ଟଙ୍କା ଯଦି ଆର.ଡି. (RD) ରେ ନିବେଶ କରାଯାଏ, ତେବେ ଅନେକ…

ବନ୍ୟା ପ୍ରଭାବିତ ଅଞ୍ଚଳ ବୁଲି ଦେଖିଲେ ଜିଲାପାଳ

ତୁଣ୍ଡଲା,୩୦ା୭(ପିରୋଜ କୁମାର ଦାଶ): ଦୀର୍ଘଦିନରୁ ଲଘୁଚାପ ଜନିତ ଲଗାଣ ବର୍ଷାରେ କଳାହାଣ୍ଡି ଜିଲାର ବିଭିନ୍ନ ଅଞ୍ଚଳ ବନ୍ୟାରେ ପ୍ରଭାବିତ ହୋଇଥିବା ଦେଖିବାକୁ ମିଳିଛି। କେସିଙ୍ଗା ବ୍ଲକର ବେଲଖଣ୍ଡି,…

ପାଇଖାନା ଟାଙ୍କିରେ ପଡ଼ି ଚାଲିଗଲା ଦୁଇ ଭଉଣୀଙ୍କ ଜୀବନ, କାନ୍ଦ ବୋବାଳିରେ ଫାଟି ପଡୁଛି ଗାଁ ଦାଣ୍ଡ

ଟେନସା,୩୦।୭(ସମୀର କୁମାର ପାଢୀ): ସୁନ୍ଦରଗଡ ଜିଲା କୋଇଡା ବ୍ଲକ୍ ଅନ୍ତର୍ଗତ କାଦୋଡିହା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି । ଗୁରୁବାର ଦ୍ବିପହର ୨ଟା ସମୟରେ ପାଇଖାନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri