Posted inଜାତୀୟ

ଅନିଲ ଦେଶମୁଖଙ୍କ ଚମକାଇବା ଭଳି ଦାବି

ମୁମ୍ବାଇ,୧୩ ।୨: ନ୍ୟାଶନାଲିଷ୍ଟ କଂଗ୍ରେସ ପାର୍ଟି(ଏନସିପି)ର ନେତା ତଥା ମହାରାଷ୍ଟ୍ରର ପୂର୍ବତନ ଗୃହମନ୍ତ୍ରୀ ଅନିଲ ଦେଶମୁଖ ରବିବାର ଏକ ଚମକାଇବା ଭଳି ଦାବି କରିଛନ୍ତି । ସେ କହିଛନ୍ତି, ଜେଲରେ ତାଙ୍କୁ ଏମିତି ଏକ ଅଫର ମିଳିଥିଲା, ଯଦି ସେ ତାକୁ ମାନି ନେଇଥାଆନ୍ତେ ତେବେ ମହାରାଷ୍ଟ୍ରର ମହାବିକାଶ ଅଘାଡି(ଏମଭିଏ) ନେତୃତ୍ୱର ସରକାର ବହୁ ପୂର୍ବରୁ ଭାଙ୍ଗି ଯାଇଥାଆନ୍ତା । ସୂଚନାଯୋଗ୍ୟ, ଅନିଲ ଦେଶମୁଖ ମନି ଲଣ୍ଡରିଂ ମାମଲାରେ ୧୩ ମାସ ହେବ ଜେଲରେ ଥିଲେ । ଅନିଲଙ୍କୁ ନଭେମ୍ବର ୨୦୨୧ରେ ଗିରଫ କରାଯାଇଥିଲା ଓ ତାଙ୍କୁ ଗତବର୍ଷ ୨୮ ଡିସେମ୍ବରରେ ଜାମିନ ମିଳିଥିଲା ।

ଅନିଲ ଦେଶମୁଖ ୱର୍ଦ୍ଧାର ସେବାଗ୍ରାମରେ ନଦୀ ଓ ବନ ସଂରକ୍ଷଣ କ୍ଷେତ୍ରରେ କାମ କରୁଥିବା ଗ୍ରାମସଭା ବେସରକାରୀ ସଙ୍ଗଠନ(ଏନଜିଓ)ର ସାମୁହିକ ବନ ଅଧିକାରୀଙ୍କ ରାଜ୍ୟ ସ୍ତରୀୟ ସମ୍ମିଳନୀକୁ ସମ୍ବୋଧିତ କରିଥିଲେ । ସେଠାରେ ସେ ବାଦି କରିଥିଲେ କି, ମୋତେ ଜେଲରେ ଅଫର ମିଳିଥିଲା, ଯାହାକୁ ମୁଁ ଖାରଜ କରିଦେଇଥିଲି । ଯଦି ମୁଁ ସ୍ୱୀକାର କରି ନେଇଥାଆନ୍ତି ତେବେ ମହାବିକାଶ ଅଘାଡି ନେତୃତ୍ୱର ସରକାର ଅଢେଇ ବର୍ଷ ପୂର୍ବରୁ ଭାଙ୍ଗି ଯାଇଥାଆନ୍ତା । ହେଲେ ମୁଁ ନ୍ୟାୟରେ ବିଶ୍ୱାସ କରେ ସେଥିପାଇଁ ମୁଁ ଜାମିନ ମିଳିବା ପର୍ଯ୍ୟନ୍ତ ଅପେକ୍ଷା କରିଥିଲି ।


Enter your email to get our daily news in your inbox.

All Right Reserved By Dharitri.Com

କଫ୍‌ ସିରଫ ଚାଲାଣ ବେଳେ ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୫।୯(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ପୋଲିସ ଶନିବାର ବେଆଇନ କଫ୍‌ ସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…

୨୧ ଦିନ ପରେ ଶିକ୍ଷକ ଆନ୍ଦୋଳନ ସ୍ଥଗିତ, ସରକାରଙ୍କ ସହ ସଫଳ ବୈଠକ ପରେ…

ଭୁବନେଶ୍ୱର,୫।୯: ଶିକ୍ଷକ ଓ କର୍ମଚାରୀଙ୍କ ଅହୋରାତ୍ର ଆନ୍ଦୋଳନ ୨୧ଦିନ ପରେ ସ୍ଥଗିତ ହୋଇଛି। ଶନିବାର ରାତି ପ୍ରାୟ ୮ଟାରେ ଭୁବନେଶ୍ୱର ଲୋୟର ପିଏମ୍‌ଜିସ୍ଥିତ ଧାରଣାସ୍ଥଳରେ ଆଠଟି ସଂଗଠନର…

ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ

ଦୁବାଇ,୫ା୯: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…

ନେପାଳ ବନ୍ୟା: ୧୩ ଶହ ଟପିଲା ମୃତ୍ୟୁ ସଂଖ୍ୟା, ଏବେ ବି ୫,୦୦୦ ନିଖୋଜ

କାଠମାଣ୍ଡୁ,୫ା୯: ନେପାଳ ବନ୍ୟା ମୃତ୍ୟୁସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି। ଶନିବାର ସୁଦ୍ଧା ମୃତ୍ୟୁ ସଂଖ୍ୟା ୧,୩୪୪ରେ ପହଞ୍ଚିଛି। ବନ୍ୟା କ୍ଷତିଗ୍ରସ୍ତ ୮ ଜିଲାରୁ ଅଧିକରୁ ଅଧିକ…

‘ସମାଜ ଗଠନରେ ଶିକ୍ଷକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’

ବଞ୍ଚୋ/ଆନନ୍ଦପୁର,୫ା୯(ପ୍ରଦୋଷ ବିଶ୍ୱାଳ/ଶ୍ରୀଧର ମହାରଣା): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଗୁରୁଦିବସ ପାଳିତ ହୋଇଯାଇଛି। ବ୍ଲକ ଶିକ୍ଷା ଅଧିକାରୀ ହରିହର ଦଳେଇଙ୍କ ନେତୃତ୍ୱରେ…

ଠିକାଦାରଙ୍କ ବିଲ୍‌ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

ଗୁରୁଦିବସରେ ୧୭୬ ଶିକ୍ଷକଙ୍କୁ ମିଳିଲା ପଦୋନ୍ନତି, ଛୁଟିଲା ଶୁଭେଚ୍ଛା ବାର୍ତ୍ତା…

ମାଲକାନଗିରି,୫ା୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଗୁରୁଦିବସ ଅବସରରେ ୧୭୬ଜଣ ଲେବଲ-୪ ପ୍ରାରମ୍ଭିକ ଶିକ୍ଷକଙ୍କୁ ଲେବଲ-୩କୁ ଶନିବାର ପଦୋନ୍ନତି ଦିଆଯାଇଛି। ଜିଲା ଶିକ୍ଷା ଅଧିକାରୀ…

ପ୍ରକଳ୍ପ ଟନେଲରୁ ଜୀବିତ ଉଦ୍ଧାର ହେଲେ ଚାଇନା ନାଗରିକ

କାଠମାଣ୍ଡୁ,୫ା୯: ନେପାଳର ରସୁଓ୍ବା ଜିଲାରେ ଏକ ଜଳବିଦ୍ୟୁତ୍‌ ପ୍ରକଳ୍ପ ଟନେଲ ମଧ୍ୟରୁ ଶନିବାର ଜଣେ ଚାଇନା ନାଗରିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ବନ୍ୟା କ୍ଷତିଗ୍ରସ୍ତ ଅପର ତ୍ରିଶୂଳୀ-୧…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri