Posted inଜାତୀୟ

ସଞ୍ଜୟ ରାଉତ, ନୱାବ ମଲିକଙ୍କ ସମେତ ଏମଭିଏ ମେଣ୍ଟର ୩ ବଡ ନେତା ଜେଲରେ

ମୁମ୍ବାଇ,୧୪ ।୮: ଏନସିପି ନେତା ଅନିଲ ଦେଶମୁଖ ଓ ନୱାବ ମଲିକଙ୍କ ପରେ ଏବେ ଶିବସେନା ନେତା ସଞ୍ଜୟ ରାଉତଙ୍କ ନୂଆ ଠିକଣା ମୁମ୍ବାଇର ଆର୍ଥର ରୋଡ ଜେଲ ହୋଇଯାଇଛି । ଏହି ୩ ବଡ ବଡ ନେତାଙ୍କୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ମନି ଲଣ୍ଡରିଂ ମାମଲାରେ ଗିରଫ କରି ଜେଲ ପଠାଇ ଦେଇଛି । ସୁରକ୍ଷା ଦୃଷ୍ଟିରୁ ୩ ଜଣଙ୍କୁ ଆର୍ଥର ରୋଡ ଜେଲର ଭିନ୍ନ ଭିନ୍ନ ବାରାକରେ ରଖାଯାଇଛି । ଏମାନଙ୍କୁ ଟେଲିଭିଜନ, କ୍ୟାରମ, ପୁସ୍ତକ ଓ ଅନ୍ୟ ଆବଶ୍ୟକ ସାମଗ୍ରୀ ଯୋଗାଇ ଦିଆଯାଉଛି ।
ସୂଚନାଯୋଗ୍ୟ, ଫେବୃୟାରୀରେ ମନି ଲଣ୍ଡରିଂ ମାମଲାରେ ଗିରଫ ହୋଇଥିବା ନୱାବ ମଲିକ ଏବେ କୁର୍ଲାର କ୍ରିତି ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି । ଗତ ୨ ମାସ ହେବ ସେ ଘରୋଇ ହସ୍ପିଟାଲରେ ଭର୍ତ୍ତି ଥିଲେ । ଜେଲରେ ବନ୍ଦଥିବା ଅନ୍ୟ କଏଦୀମାନଙ୍କ ଭଳି ଏମାନଙ୍କ ନିକଟକୁ ବି ପ୍ରତି ମାସରେ ୬ହଜାର ଟଙ୍କାର ମନିଅର୍ଡର ମିଳୁଛି । ଏହି ଟଙ୍କାରେ ସେମାନ ଜେଲ ଭିତରେ ମିଳୁଥିବା ଆବଶ୍ୟକ ସାମଗ୍ରୀ କିଣି ପାରିବେ ।


Enter your email to get our daily news in your inbox.

All Right Reserved By Dharitri.Com

ଏସ.ଆଇ.ଆର୍‌ ନେଇ ସଚେତନ ହେବା ଜରୁରୀ: ଛାତ୍ରୀଛାତ୍ରଙ୍କ ମଧ୍ୟରେ କୁଇଜ-ଚିତ୍ରାଙ୍କନ ପ୍ରତିଯୋଗିତା

ଭଞ୍ଜନଗର,୯।୭(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ଏସ.ଆଇ.ଆର୍‌ ୨୦୨୬ ଉପରେ ଅଧିକରୁ ଅଧିକ ସଚେତନତା କାର୍ଯ୍ୟକ୍ରମ କରାଯାଉଛି। ଏହାଦ୍ୱାରା ଲୋକେ ଭୋଟର ତାଲିକା ଉପରେ…

ପଥର ଚିପ୍ସ ବୋଝେଇ ହାଇୱା ଉପରକୁ ଗୁଳିମାଡ଼: ଜୀବନ ରକ୍ଷା ଭୟରେ ଡ୍ରାଇଭର୍‌…

କୁତ୍ରା,୯।୭(ଦେବାଶିଷ ସାହୁ): ସୁନ୍ଦରଗଡ ଜିଲା କୁତ୍ରା ଥାନା ଅନ୍ତର୍ଗତ ଲିଟିବେଡ଼ା ଜଙ୍ଗଲ ନିକଟରେ ଆଜି ଭୋର ପ୍ରାୟ ୩ ଟା ୨୦ ମିନିଟ ସମୟରେ ଗୁଳିମାଡ଼ ହୋଇଥିବା…

ଘଣ୍ଟାକରେ ‘ବ୍ରଶ୍‌ ଟେଷ୍ଟ’ରୁ ଜଣାପଡ଼ିବ ପାଟି କ୍ୟାନ୍‌ସର

ଲଣ୍ଡନ/ନୂଆଦିଲ୍ଲୀ, ୯ା୭ପାଟି କର୍କଟ ବା ଓରାଲ କ୍ୟାନ୍‌ସର ଚିହ୍ନଟ କ୍ଷେତ୍ରରେ ଚିକିତ୍ସା ବିଜ୍ଞାନକୁ ବଡ଼ ସଫଳତା ମିଳିଛି। ବ୍ରିଟେନ୍‌ର କୁଇନ୍‌ ମେରି ୟୁନିଭର୍ସିଟି ଅଫ୍‌ ଲଣ୍ଡନର ଗବେଷକମାନଙ୍କ…

ପୁଣି ଚର୍ଚ୍ଚାରେ ଜଳ ସମ୍ପଦ ବିଭାଗ: ଚାଷ ଆରମ୍ଭରୁ ଧସିଗଲା କେନାଲ ପାର୍ଶ୍ୱକାନ୍ଥ

ବରଗଡ଼,୯।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଜଳସମ୍ପଦ ବିଭାଗର ବିବାଦ ପିଛା ଛାଡୁନାହିଁ। ଏହି ବିଭାଗ ଅଧୀନରେ ଜିଲାର ଅନେକ ସ୍ଥାନରେ ବିଭିନ୍ନ ପ୍ରକଳ୍ପ, କେନାଲ ଉନ୍ନତୀକରଣ ଓ ମରାମତି…

ବଦଳିଲା ଦେଶ ବିଭାଜନ ଇତିହାସ, ବାଦ୍‌ ପଡ଼ିଲେ ହିଟ୍‌ଲର

ନୂଆଦିଲ୍ଲୀ,୯ା୭ (ପି.ଟି.):ପୁରୁଣା ବହିରେ ଉଲ୍ଲେଖ ଥିଲା ଯେ ମହାତ୍ମା ଗାନ୍ଧୀ ଏବଂ କଂଗ୍ରେସ ନେତାମାନେ ବିଭାଜନକୁ ବିରୋଧ କରୁଥିଲେ ମଧ୍ୟ ଶେଷରେ ଏହାକୁ ଏକମାତ୍ର ବିକଳ୍ପ ଭାବେ…

ଓଡ଼ିଶା ମାଟିରେ ଇତିହାସ ରଚିଲା DRDO: LRGRର ସଫଳ ପରୀକ୍ଷଣ, ୬୦ କିମି ଦୂର ଲକ୍ଷ୍ୟକୁ…

ନୂଆଦିଲ୍ଲୀ/ବାଲେଶ୍ୱର, ୮।୭: ଭାରତ ସ୍ୱଦେଶୀ ପ୍ରତିରକ୍ଷା ଜ୍ଞାନକୌଶଳ କ୍ଷେତ୍ରରେ ଆଉ ଏକ ବଡ଼ ସଫଳତା ହାସଲ କରିଛି। ପ୍ରତିରକ୍ଷା ଅନୁସନ୍ଧାନ ଏବଂ ବିକାଶ ସଂଗଠନ (DRDO) ବୁଧବାର…

ସିଙ୍ଗଡ଼ା କିଣିବା ପାଇଁ ଟ୍ରେନ୍‌ ଅଟକାଇଲେ ଲୋକୋ ପାଇଲଟ୍‌, ଭାଇରାଲ ହେଉଛି ଭିଡିଓ

ଇନ୍ଦୋର,୮ା୭: ମଧ୍ୟପ୍ରଦେଶର ଇନ୍ଦୋରରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ଲୋକୋ ପାଇଲଟ୍‌ ଟ୍ରେନ୍‌ ଅଟକାଇ ରାସ୍ତାପାର୍ଶ୍ୱ ଦୋକାନରୁ ସିଙ୍ଗଡ଼ା କିଣୁଥିବାର ଭିଡିଓ ସୋସିଆଲ…

ଅନ୍ୟମାନଙ୍କ ପାଇଁ ଦୃଷ୍ଟାନ୍ତ: ମାଁ ଶ୍ୟାମାକାଳୀ ମନ୍ଦିରରେ ବିବାହ ବନ୍ଧନରେ ବାନ୍ଧିହେଲେ ୨ ଦିବ୍ୟାଙ୍ଗ ଯୋଡ଼ି

ବରଗଡ଼,୮।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହରରେ ଅବସ୍ଥିତ ମାଁ ଶ୍ୟାମାକାଳୀ ମନ୍ଦିର ସର୍ବେଶ୍ୱର କଲ୍ୟାଣ ମଣ୍ଡପରେ ବୁଧବାର ଆଦର୍ଶ ବିବାହ ହୋଇଥିଲା। ପାୱାର ଅଫ୍‌ ଦିବ୍ୟାଙ୍ଗ ଅନୁଷ୍ଠାନ ତତ୍ତ୍ୱାବଧାନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri