ଅନିଲ ଏନ୍‌ଟିପିସିର ଏଚ୍‌ଆର୍‌ ଡାଇରେକ୍ଟର

କଣିହାଁ,୨୬।୮: (ସଚ୍ଚିଦାନନ୍ଦ ପ୍ରଧାନ): ନ୍ୟାଶନାଲ ଥର୍ମାଲ ପାଓ୍ବାର କର୍ପୋରେଶନ (ଏନ୍‌ଟିପିସି ଲିମିଟେଡ) ର ନୂତନ ମାନବ ସମ୍ବଳ ନିର୍ଦ୍ଦେଶକ ବା ଏଚ୍‌ଆର୍‌ ଡାଇରେକ୍ଟର ଭାବେ ଅନିଲ କୁମାର ଜଦ୍‌ଲି ନିକଟରେ ଯୋଗ (ଦାୟିତ୍ୱ ଗ୍ରହଣ) ଦେଇଛନ୍ତି। ଏହା ପୂର୍ବରୁ ସେ କମ୍ପାନୀର କର୍ପୋରେଟ ଏଚ୍‌ଆର୍‌ ଭାବେ ଦାୟିତ୍ୱ ନିର୍ବାହ କରୁଛନ୍ତି। ଏପରିକି ସେ ୨୦୨୦ରୁ ଏହି ପଦବୀରେ ରହି କାର୍ଯ୍ୟ କରୁଛନ୍ତି।
ଉଲ୍ଲେଖଯୋଗ୍ୟ, ୧୮୯୩ରେ ଅନିଲ କୁମାର ଜଦ୍‌ଲି ଏନଟିପିସିର କାର୍ଯ୍ୟନର୍ବାହୀ ଟ୍ରେନିଂ ଭାବେ ଯୋଗ ଦେଇଥିଲେ। ଏପରିକି ସେ ନିଜର ଦକ୍ଷତା ଓ କଠିନ ପରିଶ୍ରମ ପାଇଁ ବେଶ୍‌ ପରିଚିତ ଥିଲାବେଳେ ଦୀର୍ଘ ୩୦ବର୍ଷର ଅଭିଜ୍ଞତାକୁ ଠିକ୍‌ ଭାବେ କାର୍ଯ୍ୟରେ ଲଗାଇଛନ୍ତି। ସେହିଭଳି ୨୦୦୪ରୁ ସେ କମ୍ପାନୀର ମାନବ ସମ୍ବଳ ବିଭାଗରେ କାର୍ଯ୍ୟ କରିଆସୁଥିଲେ। ଏପରିକି କମ୍ପାନୀର ବିଭିନ୍ନ ପ୍ରକଳ୍ପରେ ସେ ବିଭାଗୀୟ ମୁଖ୍ୟ ଭାବେ ଦାୟିତ୍ୱ ନିିର୍ବାହ କରୁଥିଲେ। ଅପରପକ୍ଷରେ ସେ ଗରଓ୍ବାଲ ବିଶ୍ୱବିଦ୍ୟାଳୟରୁ ଅର୍ଗାନିକ କ୍ରେମିଷ୍ଟ୍ରିରେ ସ୍ନାତକୋତ୍ତର ଡିଗ୍ରୀ ହାସଲ କରିଥିଲାବେଳେ ଏମ୍‌ଡିଆଇ ଗୁରୁଗାଓଁରୁ ବିଜ୍‌ନେସ ମ୍ୟାନେଜମେଣ୍ଟ, ହ୍ୟୁମାନ ରିସୋର୍ସ ମ୍ୟାନେଜମେଣ୍ଟରେ ମଧ୍ୟ ସ୍ନାତକୋତ୍ତର ଡିପ୍ଲୋମା ହାସଲ କରିଛନ୍ତି। ଏଥିସହିତ ସେ ପ୍ୟାରିସ, ବର୍ଲିନ ଭଳି ଦେଶର ମ୍ୟାନେଜମେଣ୍ଟ ଏବଂ ଲିଡରଶିପ ଟ୍ରେନିଂ ମଧ୍ୟ ଲାଭ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

ମୋଦିଙ୍କ ଘୋଷଣା ଶୁଣି ଟ୍ରମ୍ପ ଛାନିଆ! କହିଦେଲେ…

ନୂଆଦିଲ୍ଲୀ,୫।୧୨:ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଭାରତ ଗସ୍ତରେ ଅଛନ୍ତି। ଆଜି ତାଙ୍କ ଗସ୍ତର ଦ୍ୱିତୀୟ ଦିନ। ଗୁରୁବାର ରାତିରେ ଭାରତରେ ପହଞ୍ଚିଥିବା ପୁଟିନ ମହାତ୍ମା ଗାନ୍ଧୀଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri