ଅନିଲ ଏନ୍‌ଟିପିସିର ଏଚ୍‌ଆର୍‌ ଡାଇରେକ୍ଟର

କଣିହାଁ,୨୬।୮: (ସଚ୍ଚିଦାନନ୍ଦ ପ୍ରଧାନ): ନ୍ୟାଶନାଲ ଥର୍ମାଲ ପାଓ୍ବାର କର୍ପୋରେଶନ (ଏନ୍‌ଟିପିସି ଲିମିଟେଡ) ର ନୂତନ ମାନବ ସମ୍ବଳ ନିର୍ଦ୍ଦେଶକ ବା ଏଚ୍‌ଆର୍‌ ଡାଇରେକ୍ଟର ଭାବେ ଅନିଲ କୁମାର ଜଦ୍‌ଲି ନିକଟରେ ଯୋଗ (ଦାୟିତ୍ୱ ଗ୍ରହଣ) ଦେଇଛନ୍ତି। ଏହା ପୂର୍ବରୁ ସେ କମ୍ପାନୀର କର୍ପୋରେଟ ଏଚ୍‌ଆର୍‌ ଭାବେ ଦାୟିତ୍ୱ ନିର୍ବାହ କରୁଛନ୍ତି। ଏପରିକି ସେ ୨୦୨୦ରୁ ଏହି ପଦବୀରେ ରହି କାର୍ଯ୍ୟ କରୁଛନ୍ତି।
ଉଲ୍ଲେଖଯୋଗ୍ୟ, ୧୮୯୩ରେ ଅନିଲ କୁମାର ଜଦ୍‌ଲି ଏନଟିପିସିର କାର୍ଯ୍ୟନର୍ବାହୀ ଟ୍ରେନିଂ ଭାବେ ଯୋଗ ଦେଇଥିଲେ। ଏପରିକି ସେ ନିଜର ଦକ୍ଷତା ଓ କଠିନ ପରିଶ୍ରମ ପାଇଁ ବେଶ୍‌ ପରିଚିତ ଥିଲାବେଳେ ଦୀର୍ଘ ୩୦ବର୍ଷର ଅଭିଜ୍ଞତାକୁ ଠିକ୍‌ ଭାବେ କାର୍ଯ୍ୟରେ ଲଗାଇଛନ୍ତି। ସେହିଭଳି ୨୦୦୪ରୁ ସେ କମ୍ପାନୀର ମାନବ ସମ୍ବଳ ବିଭାଗରେ କାର୍ଯ୍ୟ କରିଆସୁଥିଲେ। ଏପରିକି କମ୍ପାନୀର ବିଭିନ୍ନ ପ୍ରକଳ୍ପରେ ସେ ବିଭାଗୀୟ ମୁଖ୍ୟ ଭାବେ ଦାୟିତ୍ୱ ନିିର୍ବାହ କରୁଥିଲେ। ଅପରପକ୍ଷରେ ସେ ଗରଓ୍ବାଲ ବିଶ୍ୱବିଦ୍ୟାଳୟରୁ ଅର୍ଗାନିକ କ୍ରେମିଷ୍ଟ୍ରିରେ ସ୍ନାତକୋତ୍ତର ଡିଗ୍ରୀ ହାସଲ କରିଥିଲାବେଳେ ଏମ୍‌ଡିଆଇ ଗୁରୁଗାଓଁରୁ ବିଜ୍‌ନେସ ମ୍ୟାନେଜମେଣ୍ଟ, ହ୍ୟୁମାନ ରିସୋର୍ସ ମ୍ୟାନେଜମେଣ୍ଟରେ ମଧ୍ୟ ସ୍ନାତକୋତ୍ତର ଡିପ୍ଲୋମା ହାସଲ କରିଛନ୍ତି। ଏଥିସହିତ ସେ ପ୍ୟାରିସ, ବର୍ଲିନ ଭଳି ଦେଶର ମ୍ୟାନେଜମେଣ୍ଟ ଏବଂ ଲିଡରଶିପ ଟ୍ରେନିଂ ମଧ୍ୟ ଲାଭ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାରେ ଚାଲିଛି ପତିଆରା ଲଢେଇ: ନିଗମ ପାଇଁ ଚତୁର ଗୋଟିଚାଳନା

ଭୁବନେଶ୍ୱର,୧।୭(ସୁନିତ୍‌ ମିଶ୍ର): ଓଡ଼ିଶାରେ ଭାଜପା ଶାସନକୁ ଆସିବାର ୨ ବର୍ଷ ପୂର୍ତ୍ତି ଉତ୍ସବ ନିକଟରେ ପାଳନ ହୋଇସାରିଛି। ରାଜ୍ୟର ଅନେକ ଜିଲାରେ ଏବେ ମଧ୍ୟ ସରକାରୀ ସ୍ତରରେ…

କୋଟଗଡ଼ ବ୍ଲକର ସହକାରୀ ଯନ୍ତ୍ରୀ, କନିଷ୍ଠ ଯନ୍ତ୍ରୀଙ୍କୁ ଗିରଫ କଲା ଭିଜିଲାନ୍ସ

ଫୁଲବାଣୀ, ୧।୭ (ରାକେଶ କୁମାର ରାଉତ): କନ୍ଧମାଳ ଜିଲାର କୋଟଗଡ଼ ବ୍ଲକରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ (MGNREGS) ଯୋଜନାରେ ହୋଇଥିବା ଦୁର୍ନୀତି ଘଟଣାରେ ବ୍ଲକର ସହକାରୀ ଯନ୍ତ୍ରୀ ଓ କନିଷ୍ଠ…

ଘରୋଇ ସ୍କୁଲ ବସ୍‌ ଧକ୍କାରେ ବୃଦ୍ଧାଙ୍କ ମୃତ୍ୟୁ: ଚାଲିଛି ସିସିଟିଭି ଫୁଟେଜ୍‌ ଯାଞ୍ଚ

ବଲାଙ୍ଗୀର, ୧।୭ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ସର୍କିଟ ହାଉସ ନିକଟରେ ବୁଧବାର ସକାଳେ ଏକ ଘରୋଇ ସ୍କୁଲ ବସ୍‌ ଧକ୍କାରେ ଜଣେ ବୃଦ୍ଧାଙ୍କ ମୃତ୍ୟୁ…

କାଲି ଥିଲେ ଶକ୍ତିଶାଳୀ, ଏବେ ମାଛି ଉଡାଉଛନ୍ତି ଏସବୁ ଆଇପିଏସ୍‌ ଅଫିସର

ଭୁବନେଶ୍ୱର,୧।୭(ସୁନିତ୍‌ ମିଶ୍ର): ୧୯୯୭ ବ୍ୟାଚ୍‌ ଆଇପିଏସ୍‌ ଅଫିସର ଡି.ଏସ୍‌. କୁଟ୍ଟେ, ୧୯୯୮ ବ୍ୟାଚ୍‌ ଆଇପିଏସ୍‌ ରବି କାନ୍ତ, ୨୦୦୪ ବ୍ୟାଚ୍‌ ଆଇପିଏସ୍‌ ଆଶିଷ ସିଂ ଏବଂ ୨୦୧୦…

ଟି୨୦ ବିଶ୍ୱକପ୍‌: ଫାଇନାଲରେ ପହଞ୍ଚିଲା ଅଷ୍ଟ୍ରେଲିଆ

ଲଣ୍ଡନ,୩୦ା୬: ଆଶ୍‌ଲେ ଗାର୍ଡନରଙ୍କ ଅଲ୍‌ରାଉଣ୍ଡ ପ୍ରଦର୍ଶନ ଓ ବେଥ୍‌ ମୁନିଙ୍କ ଅପରାଜିତ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ଅଷ୍ଟ୍ରେଲିଆ ଚଳିତ ମହିଳା ଟି୨୦ ବିଶ୍ୱକପ୍‌ ଫାଇନାଲରେ ପ୍ରବେଶ କରିଛି।…

୧ ଜୁଲାଇରୁ ବଦଳିଗଲା ଏହି ୧୦ଟି ବଡ଼ ନିୟମ! ଆଇଟିଆର୍‌, କ୍ରେଡିଟ୍ କାର୍ଡଠାରୁ ଆରମ୍ଭ କରି ପିଏଫ୍‌ ଉଠାଣ ପର୍ଯ୍ୟନ୍ତ…

ନୂଆଦିଲ୍ଲୀ,୧।୭: ଜୁଲାଇ ଆରମ୍ଭ ହୋଇଯାଇଛି। ଆଇଟିଆର୍ (ITR) ଦାଖଲ ସମୟସୀମାଠାରୁ ଆରମ୍ଭ କରି ୟୁପିଆଇ (UPI) ଭିତ୍ତିକ ପିଏଫ୍ (PF) ଟଙ୍କା ଉଠାଣ ଏବଂ କ୍ରେଡିଟ୍ କାର୍ଡର…

ମାସର ପ୍ରଥମ ଦିନରେ ଶସ୍ତା ହେଲା ସୁନା; ଏତିକି ଖସିଲା ରେଟ! ଜାଣନ୍ତୁ ୧ ଜୁଲାଇର ନୂଆ ରେଟ୍…

ନୂଆଦିଲ୍ଲୀ,୧।୭:  ୧ ଜୁଲାଇ ୨୦୨୬ରେ ସୁନା ଏବଂ ରୂପା ଉଭୟର ମୂଲ୍ୟରେ ହ୍ରାସ ଦେଖିବାକୁ ମିଳିଛି। କ୍ରମାଗତ ଭାବେ ବଢୁଥିବା ମୂଲ୍ୟ ପରେ ଏବେ ଗ୍ରାହକମାନଙ୍କୁ ସାମାନ୍ୟ…

ତାମିଲନାଡୁଗ୍ୟାସ ଟ୍ରାଜେଡି: ଆଖି ବୁଜିଲେ ଆଉ ଜଣେ ଓଡ଼ିଆ ଯୁବତୀ

ଭୁବନେଶ୍ୱର,୧।୭: ତାମିଲନାଡୁର ତିରୁଭଲ୍ଲୁରଠାରେ ଘଟିଥିବା ଆମୋନିଆ ଗ୍ୟାସ୍‌ ଲିକ୍‌ ଘଟଣାରେ ବୁଧବାର ମୃତ୍ୟୁ ସଂଖ୍ୟା ୧୪କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଛନ୍ତି ଆଉ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri