Posted inଖେଳ

ଜାଫରଙ୍କ ସମର୍ଥନରେ ବାହାରିଲେ ଏହି କିମ୍ବଦନ୍ତୀ ଖେଳାଳି

ନୂଆଦିଲ୍ଲୀ, ୧୧।୨- ଉତ୍ତରାଖଣ୍ଡ ଦଳର କୋଚ୍‌ ତଥା ପୂର୍ବତନ ଭାରତୀୟ ବ୍ୟାଟ୍ସମ୍ୟାନ ଓ୍ବାସିମ ଜାଫରଙ୍କ ଉପରେ ଧର୍ମକୁ ଭିତ୍ତି କରି ଖେଳାଳିଙ୍କୁ ଚୟନ କରୁଥିବା ଅଭିଯୋଗ ଆଣିଥିଲା ଉତ୍ତରାଖଣ୍ଡ କ୍ରିକେଟ ଆସୋସିଏଶନ (ସିଏୟୁ)। ଏଭଳି ବିବାଦୀୟ ଅଭିଯୋଗ ପରେ କୋଚ୍‌ ପଦ ଛାଡ଼ିବା ସହ ସମସ୍ତ ଅଭିଯୋଗକୁ ଖଣ୍ଡନ କରିଛନ୍ତି ଜାଫର। ତାଙ୍କ ସମର୍ଥନରେ ପୂର୍ବତନ ଭାରତୀୟ ଅଧିନାୟକ ତଥା କୋଚ୍‌ ଓ କିମ୍ବଦନ୍ତୀ ସ୍ପିନର ଅନୀଲ କୁମ୍ବଲେ ବାହାରିଛନ୍ତି ।

‘ ଓ୍ବାସିମ ମୁଁ ତୁମ ସହ ଅଛି। ତୁମେ ଠିକ୍‌ କରିଛ। ଦୁର୍ଭାଗ୍ୟବଶତଃ ଖେଳାଳିମାନେ ତୁମ ମେଣ୍ଟରଶିପ ପାଇପାରିବେ ନାହିଁ ’ ବୋଲି ଟୁଇଟ୍‌ କରିଛନ୍ତି କୁମ୍ବଲେ।

ଦେଶ ପକ୍ଷରୁ ୩୧ ଟେଷ୍ଟ ଖେଳିଥିବା ୪୨ ବର୍ଷୀୟ ଜାଫର ଘରୋଇ କ୍ରିକେଟରେ କିମ୍ବଦନ୍ତୀ ଭାବେ ପରିଚିତ। ଧାର୍ମିକ ଦୃଷ୍ଟିକୋଣରୁ ମୋ ଉପରେ ଲଗାଯାଇଥିବା ଅଭିଯୋଗ ମୋତେ ଦୁଃଖ ଦେଇଛି। ମୁଁ ଇକବାଲ ଅବଦୁଲାଙ୍କୁ ଦଳର ଅଧିନାୟକ କରିବାକୁ ଚାହୁଁଥିବା ସେମାନେ ଅଭିଯୋଗ କରିଥିଲେ, ଯାହାକି ସମ୍ପୂର୍ଣ୍ଣ ଭିତ୍ତିହୀନ ବୋଲି ଏକ ଭର୍ଚୁଆଲ ଖବରଦାତା ସମ୍ମିଳନୀରେ ଜାଫର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦ୍ରୁତଗତିରେ ଆସି ଗ୍ୟାରେଜ୍‌ରେ ପଶିଗଲା ଥାର୍‌, ଆଉ ତା’ପରେ..

ଭୁବନେଶ୍ୱର,୨୩ା୫: ରାଜଧାନୀ ଭୁବନେଶ୍ୱରରେ ପୁଣି ଥାର୍‌ ଆତଙ୍କ। ଦ୍ରୁତଗତିରେ ଏକ ଥାର୍‌ ଆସି ନୟାପଲ୍ଲୀ ଥାନା ଅଞ୍ଚଳରେ ଥିବା ଏକ ଗ୍ୟାରେଜ ଭିତରକୁ ପଶିଯାଇଥିଲା। ଫଳରେ ଗ୍ୟାରେଜ…

ମେ ୩୧ରେ BEd ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୨୩ା୫: ଆସନ୍ତା ୩୧ ତାରିଖରେ ଦୁଇବର୍ଷିଆ ବି.ଏଡ୍‌(BEd)ପାଠ୍ୟକ୍ରମର ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ। ସକାଳ ୧୦ଟାରୁ ୧୨ଟା ପର୍ଯ୍ୟନ୍ତ ପରୀକ୍ଷା ଚାଲିବ। ସେହିପରି ବି.ଏଚ୍‌.ଏଡ଼ (ହିନ୍ଦୀ) ଓ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ: ରଣେନ୍ଦ୍ର ପ୍ରତାପଙ୍କୁ ଆକ୍ରମଣ କରିଥିବା ଅଭିଯୁକ୍ତଙ୍କ ବିରୋଧରେ…

ଭୁବନେଶ୍ୱର,୨୩।୫(ସୁନିତ୍‌ ମିଶ୍ର): ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ(ରାଜା)ଙ୍କ ଉପରେ ଗତ ଶୁକ୍ରବାର ହୋଇଥିବା ଆକ୍ରମଣକୁ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ…

ଗାଁରେ ମଦ ବିକିବା ପଡିଲା ମହଙ୍ଗା

କୋକସରା,୨୩ା୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଅବକାରୀ ଥାନା ପକ୍ଷରୁ ଶନିବାର ମହାଜନଗୁଡା ଗ୍ରାମରେ ଚଢ଼ାଉ କରାଯାଇ ଦେଶୀ ଓ ବିଦେଶୀ ମଦ ଜବତ ସହ ୨ ଜଣଙ୍କୁ…

ଗଣ୍ଡ ସମାଜର ସାଙ୍ଗଠନିକ ସଭା

କୋକସରା,୨୩ା୫ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଖପ୍ରାମାଲ ଗ୍ରାମର ଆମ୍ବପଡ଼ା ମହାଭାରତ ଆମ୍ବତୋଟାଠାରେ ବ୍ଲକ ଗଣ୍ଡ ସମାଜର ସାଙ୍ଗଠନିକ ସଭା ଶନିବାର ଅନୁଷ୍ଠିତ…

ଅଂଶୁଘାତ ନେଲା ୧୬ ଜୀବନ

ହାଇଦ୍ରାବାଦ,୨୩ା୫: ତେଲଙ୍ଗାନାରେ ପ୍ରବଳ ଗ୍ରୀଷ୍ମଲହରି ଜାରି ରହିଥିବାବେଳେ ଅଂଶୁଘାତରେ ୧୬ ଜଣଙ୍କର ମୃତ୍ୟୁ ଘଟିଥିବା ରାଜ୍ୟ ରାଜସ୍ବ ମନ୍ତ୍ରୀ ପୋଙ୍ଗୁଲେଟି ଶ୍ରୀନିବାସ ରେଡ୍ଡୀ ଶନିବାର ପ୍ରକାଶ କରିଛନ୍ତି।…

ସମର୍ଥଙ୍କୁ ୭ ଦିନିଆ ରିମାଣ୍ଡରେ ନେଲା ପୋଲିସ

ଭୋପାଳ,୨୩ା୫: ଟ୍ବିଶା ଶର୍ମା ମୃତ୍ୟୁ ମାମଲାରେ ୧୦ ଦିନ ହେଲା ଫେରାର ଥିବା ସ୍ବାମୀ ସମର୍ଥ ସିଂଙ୍କୁ ପୋଲିସ ଶୁକ୍ରବାର ଜବଲପୁରରୁ ଗିରଫ କରିବା ପରେ ଶନିବାର…

ଏସିଆନ ଗେମ୍ସ ଚୟନରେ ଭାଗନେବେ ଭିନେଶ

ନୂଆଦିଲ୍ଲୀ, ୨୩ା୫: ରେସଲର ଭିନେଶ ଫୋଗତ ଆଗାମୀ ଏସିଆନ ଗେମ୍ସ ଚୟନ ପ୍ରକ୍ରିୟାରେ ଭାଗ ନେବେ। ଏଥିନେଇ ତାଙ୍କୁ ଦିଲ୍ଲୀ ହାଇକୋର୍ଟ ଅନୁମତି ପ୍ରଦାନ କରିବା ସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri