ଜୀବେ ନିଷ୍ଠୁରତା ନିରାକରଣ ଆଇନ ସଚେତନତା

ରାୟଗଡ଼ା ଅଫିସ,୨୨।୨: ରାୟଗଡା ଜିଲା ପରିଷଦ ସମ୍ମିଳନୀ କକ୍ଷରେ ପ୍ରାଣୀ ସମ୍ପଦ ବିକାଶ ବିଭାଗ ତରଫରୁ ମୁଖ୍ୟ ଜିଲା ପ୍ରାଣୀ ଚିକିତ୍ସା ଅଧିକାରୀ ହାଡିବନ୍ଧୁ ଭୋଇଙ୍କ ଆବାହକତ୍ୱରେ ଓ ଜିଲାପାଳ ସ୍ବଧା ଦେବ ସିଂଙ୍କ ଅଧ୍ୟକ୍ଷତାରେ ଜିଲାସ୍ତରୀୟ ଜୀବେ ନିଷ୍ଠୁରତା ଆଇନ ଓ ତାର କାର୍ଯ୍ୟକାରିତା ବିଷୟରେ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ସମସ୍ତ ଜିଲାସ୍ତରୀୟ ଅଧିକାରୀ, ଅତିରିକ୍ତ ଜିଲାପାଳ ଧର୍ମାନନ୍ଦ ବେହେରା, ଉପଖଣ୍ଡ ଆରକ୍ଷୀ ଅଧିକାରୀ ଦେବଜ୍ୟୋତି ଦାସ, ଉପଆରକ୍ଷୀ ଅଧିକ୍ଷକ ରାୟଗଡ଼, ନିର୍ବାହୀ ଅଧିକାରୀ ରାୟଗଡ଼ ପୌର ପରିଷଦ, ରାୟଗଡ଼, କଲ୍ୟାସିଂହପୁର, ବିଷମ କଟକ ଓ ରାମନାଗୁଡ଼ା ବ୍ଲକର ତହସିଲଦାର, ଗୋଷ୍ଠୀ ପ୍ରାଣୀ ଚିକିତ୍ସା ଅଧିକାରୀ ଏବଂ ଥାନା ଅଧିକାରୀ ତଥା ବିଭିନ୍ନ ସ୍କୁଲ ଏବଂ କଲେଜର ଶିକ୍ଷକ ଓ ପ୍ରାଧ୍ୟାପକମାନେ ଯୋଗ ଦେଇଥିଲେ। ଜିଲାପାଳ ରାୟଗଡାରେ ଗୋଶାଳା ନିର୍ମାଣ ଓ ସହରାଞ୍ଚଳରେ ବୁଲା କୁକୁରଙ୍କର ନିୟନ୍ତ୍ରଣ ପାଇଁ କାର୍ଯ୍ୟକ୍ରମ ଆରମ୍ଭ କରିବାକୁ ପରାମର୍ଶ ଦେଇଥିଲେ। ରାସ୍ତା ପାଶର୍‌ବରେ ଛେଳି ଓ ମେଣ୍ଢା ମାଂସକଟା ବନ୍ଦ ପାଇଁ ସଚେତନତା ସୃଷ୍ଠି କରିବାକୁ କହିଥିଲେ। ପୋଷା ଜୀବ, ଚଢ଼େଇ ବିକ୍ରି କରୁଥିବା ବ୍ୟବସାୟୀଙ୍କୁ ପଞ୍ଜିକରଣ କରିବା ପାଇଁ ପରାମର୍ଶ ଦେବାକୁ ପୌର ପରିଷଦ ଓ ପ୍ରାଣୀ ଚିକିତ୍ସା ବିଭାଗର ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଗାଡ଼ିରେ ମାତ୍ରାଧିକ ସଂଖ୍ୟକ ଗୋରୁ, ଗାଈ, ଛେଳି ଓ ମେଣ୍ଢା ପରିବହନ ସମୟରେ ଦୃଷ୍ଟି ଗୋଚର ହେଲେ, ନିକଟସ୍ଥ ଥାନାରେ ଖବର ଦେବାକୁ ସମସ୍ତଙ୍କୁ ପରାମର୍ଶ ଦେଇଥିଲେ। ସେହିପରି ଗୋରୁ ହାଟ ଗୁଡ଼ିକରେ ଗାଈ ଗୋରୁଙ୍କର ସୁବିଧା ଦେଖିବା ପାଇଁ ତହସିଲଦାର ଏବଂ ଗୋଷ୍ଠି ପ୍ରାଣୀ ଚିକିତ୍ସା ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଜିଲା ମୁଖ୍ୟ ପ୍ରାଣୀ ଚିକିତ୍ସା ଅଧିକାରୀ ଭୋଇ କଲ୍ୟାସିଂହପୁର ବ୍ଲକରେ ୧୫୦ ଗୋରୁଙ୍କୁ ଆଶ୍ରୟ ଦେବା ପାଇଁ ଗୋଶାଳା ଦେବଗିରି ଆଶ୍ରମ ତରଫରୁ ନିର୍ମାଣ ଚାଲିଥିବା ଓ କୁକୁର ଜନ୍ମ ନିୟନ୍ତ୍ରଣ କାର୍ଯ୍ୟକ୍ରମ ଆରମ୍ଭ ହେଲେ ବିଭାଗ ତରଫରୁ ବୈଷୟିକ ସହାୟତା ଯୋଗାଇ ଦିଆଯିବ ବୋଲି ମତ ପ୍ରକାଶ କରିଥିଲେ। ଏହା ବ୍ୟତୀତ ରାମନାଗୁଡ଼ା, ବିଷମ କଟକ ଓ କଲ୍ୟାସିଂହପୁର ବ୍ଲକରେ ତିନୋଟି ବ୍ଲକ ସ୍ତରୀୟ ଜୀବେ ନିଷ୍ଠୁରତା ସଚେତନତା ଆଇନ ଶିବିର କରାଯିବାକୁ ଏବଂ ପାଲା ଦାସକାଠିଆ ଇତ୍ୟାଦି ମାଧ୍ୟମରେ ସଚେତନତା କରାଯିବ ବୋଲି ମତ ରଖିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

କୁରୁକୁଟି ମୌଜାରେ ଜମି ବିବାଦ ଅସମାହିତ: ଜିଲାପାଳ-ଏସପିଙ୍କ ବୁଝାଶୁଝା ସତ୍ତ୍ୱେ ହଟିଲେନି ଆନ୍ଦୋଳନକାରୀ

ଥୁଆମୂଳ ରାମପୁର, ୩ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣକୁ ନେଇ ଚାଲିଥିବା ବିବାଦ ଆଜି…

୬ ଘଣ୍ଟା ଧରି ପୂର୍ତ୍ତ ବିଭାଗ କର୍ମଚାରୀଙ୍କ ହାତଗୋଡ଼ ବାନ୍ଧି ମାଡ଼ ମାରି ଲୁଟ୍‌, ମହିଳାଙ୍କ ସମେତ ୫ଜଣଙ୍କୁ ବାନ୍ଧିଲା…

ରାୟଗଡ଼ା, ୩।୪ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରରେ ଜଣେ ସରକାରୀ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ମରଣାନ୍ତକ ଆକ୍ରମଣ ଓ ଲୁଟ କରିବା ଘଟଣାର ପର୍ଦ୍ଦାଫାଶ କରିଛି…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri