ଜୀବେ ନିଷ୍ଠୁରତା ନିରାକରଣ ଆଇନ ସଚେତନତା

ରାୟଗଡ଼ା ଅଫିସ,୨୨।୨: ରାୟଗଡା ଜିଲା ପରିଷଦ ସମ୍ମିଳନୀ କକ୍ଷରେ ପ୍ରାଣୀ ସମ୍ପଦ ବିକାଶ ବିଭାଗ ତରଫରୁ ମୁଖ୍ୟ ଜିଲା ପ୍ରାଣୀ ଚିକିତ୍ସା ଅଧିକାରୀ ହାଡିବନ୍ଧୁ ଭୋଇଙ୍କ ଆବାହକତ୍ୱରେ ଓ ଜିଲାପାଳ ସ୍ବଧା ଦେବ ସିଂଙ୍କ ଅଧ୍ୟକ୍ଷତାରେ ଜିଲାସ୍ତରୀୟ ଜୀବେ ନିଷ୍ଠୁରତା ଆଇନ ଓ ତାର କାର୍ଯ୍ୟକାରିତା ବିଷୟରେ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ସମସ୍ତ ଜିଲାସ୍ତରୀୟ ଅଧିକାରୀ, ଅତିରିକ୍ତ ଜିଲାପାଳ ଧର୍ମାନନ୍ଦ ବେହେରା, ଉପଖଣ୍ଡ ଆରକ୍ଷୀ ଅଧିକାରୀ ଦେବଜ୍ୟୋତି ଦାସ, ଉପଆରକ୍ଷୀ ଅଧିକ୍ଷକ ରାୟଗଡ଼, ନିର୍ବାହୀ ଅଧିକାରୀ ରାୟଗଡ଼ ପୌର ପରିଷଦ, ରାୟଗଡ଼, କଲ୍ୟାସିଂହପୁର, ବିଷମ କଟକ ଓ ରାମନାଗୁଡ଼ା ବ୍ଲକର ତହସିଲଦାର, ଗୋଷ୍ଠୀ ପ୍ରାଣୀ ଚିକିତ୍ସା ଅଧିକାରୀ ଏବଂ ଥାନା ଅଧିକାରୀ ତଥା ବିଭିନ୍ନ ସ୍କୁଲ ଏବଂ କଲେଜର ଶିକ୍ଷକ ଓ ପ୍ରାଧ୍ୟାପକମାନେ ଯୋଗ ଦେଇଥିଲେ। ଜିଲାପାଳ ରାୟଗଡାରେ ଗୋଶାଳା ନିର୍ମାଣ ଓ ସହରାଞ୍ଚଳରେ ବୁଲା କୁକୁରଙ୍କର ନିୟନ୍ତ୍ରଣ ପାଇଁ କାର୍ଯ୍ୟକ୍ରମ ଆରମ୍ଭ କରିବାକୁ ପରାମର୍ଶ ଦେଇଥିଲେ। ରାସ୍ତା ପାଶର୍‌ବରେ ଛେଳି ଓ ମେଣ୍ଢା ମାଂସକଟା ବନ୍ଦ ପାଇଁ ସଚେତନତା ସୃଷ୍ଠି କରିବାକୁ କହିଥିଲେ। ପୋଷା ଜୀବ, ଚଢ଼େଇ ବିକ୍ରି କରୁଥିବା ବ୍ୟବସାୟୀଙ୍କୁ ପଞ୍ଜିକରଣ କରିବା ପାଇଁ ପରାମର୍ଶ ଦେବାକୁ ପୌର ପରିଷଦ ଓ ପ୍ରାଣୀ ଚିକିତ୍ସା ବିଭାଗର ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଗାଡ଼ିରେ ମାତ୍ରାଧିକ ସଂଖ୍ୟକ ଗୋରୁ, ଗାଈ, ଛେଳି ଓ ମେଣ୍ଢା ପରିବହନ ସମୟରେ ଦୃଷ୍ଟି ଗୋଚର ହେଲେ, ନିକଟସ୍ଥ ଥାନାରେ ଖବର ଦେବାକୁ ସମସ୍ତଙ୍କୁ ପରାମର୍ଶ ଦେଇଥିଲେ। ସେହିପରି ଗୋରୁ ହାଟ ଗୁଡ଼ିକରେ ଗାଈ ଗୋରୁଙ୍କର ସୁବିଧା ଦେଖିବା ପାଇଁ ତହସିଲଦାର ଏବଂ ଗୋଷ୍ଠି ପ୍ରାଣୀ ଚିକିତ୍ସା ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଜିଲା ମୁଖ୍ୟ ପ୍ରାଣୀ ଚିକିତ୍ସା ଅଧିକାରୀ ଭୋଇ କଲ୍ୟାସିଂହପୁର ବ୍ଲକରେ ୧୫୦ ଗୋରୁଙ୍କୁ ଆଶ୍ରୟ ଦେବା ପାଇଁ ଗୋଶାଳା ଦେବଗିରି ଆଶ୍ରମ ତରଫରୁ ନିର୍ମାଣ ଚାଲିଥିବା ଓ କୁକୁର ଜନ୍ମ ନିୟନ୍ତ୍ରଣ କାର୍ଯ୍ୟକ୍ରମ ଆରମ୍ଭ ହେଲେ ବିଭାଗ ତରଫରୁ ବୈଷୟିକ ସହାୟତା ଯୋଗାଇ ଦିଆଯିବ ବୋଲି ମତ ପ୍ରକାଶ କରିଥିଲେ। ଏହା ବ୍ୟତୀତ ରାମନାଗୁଡ଼ା, ବିଷମ କଟକ ଓ କଲ୍ୟାସିଂହପୁର ବ୍ଲକରେ ତିନୋଟି ବ୍ଲକ ସ୍ତରୀୟ ଜୀବେ ନିଷ୍ଠୁରତା ସଚେତନତା ଆଇନ ଶିବିର କରାଯିବାକୁ ଏବଂ ପାଲା ଦାସକାଠିଆ ଇତ୍ୟାଦି ମାଧ୍ୟମରେ ସଚେତନତା କରାଯିବ ବୋଲି ମତ ରଖିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୨୮ରେ କମ୍ପିବ ଓଡିଶା, ଆସୁଛନ୍ତି ରାହୁଲ-ନଡ୍ଡା

ଭୁବନେଶ୍ୱର,୨୬।୪: ଦିନକ ପରେ ଓଡିଶା ଗସ୍ତରେ ଆସୁଛନ୍ତି ଭାଜପା ଓ କଂଗ୍ରେସର ଦୁଇ ଟାଣୁଆ ନେତା । ସେମାନେ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

କର୍ମୀଙ୍କୁ ଗୁରୁମନ୍ତ୍ର ଦେଲେ ନିରଞ୍ଜନ

ବନ୍ତ,୨୬।୪(ହରିନାରାୟଣ ମହାନ୍ତି): ବନ୍ତ ବଜାରଠାରେ ଶୁକ୍ରବାର ବ୍ଲକ କଂଗ୍ରେସ ପକ୍ଷରୁ ଅନୁଷ୍ଠିତ କର୍ମୀ ସମ୍ମିଳନୀରେ ଭଣ୍ଡାରିପୋଖରୀ ବିଧାନସଭା କ୍ଷେତ୍ରର ବିଧାୟକ ପ୍ରାର୍ଥୀ ନିରଞ୍ଜନ ପଟ୍ଟନାୟକ ଆଗାମୀ...

ଭାଇବୋହୂ, ପୁତୁରାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ଦେଢଶୁର

କୁଚିଣ୍ଡା,୨୬।୪(ବିରଞ୍ଚତ୍ ଦର୍କା): ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା କିନାବଗା ପଞ୍ଚାୟତ ଦଲକିବାହାଲ ଗ୍ରାମରେ ଗୁରୁବାର ରାତିରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ନିଜ ଭାଇବୋହୂ ଏବଂ...

ପୁଅକଥା ମନେ ପକାଇ ହସ୍ପିଟାଲରେ ମା’ଙ୍କ ଆତ୍ମହତ୍ୟା ଉଦ୍ୟମ

ବଲାଙ୍ଗୀର,୨୬।୪: ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ହସ୍ପିଟାଲରେ ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ମହିଳା ଜଣଙ୍କ ହେଉଛନ୍ତି ମୁରିବାହାଲ ଥାନା ସାନଝରବାହାଲି ଗାଁର ପଦ୍ମାବତୀ ସେଠ...

ଆହୁରି ଦୁଇ ସପ୍ତାହ ନିସ୍ତାର ନାହିଁ: ୨୮ ତାରିଖ ପାଇଁ ସତର୍କ କଲା ବିଭାଗ

ଭୁବନେଶ୍ୱର,୨୬।୪: ରାଜ୍ୟରେ ଜାରି ରହିଛି ତାତି। ଗରମ ସାଙ୍ଗକୁ ଗୁଳୁଗୁଳିରେ ସନ୍ତୁଳି ହେଉଛନ୍ତି ରାଜ୍ୟବାସୀ। ଏଭଳିସ୍ଥତିରେ ଆହୁରି ଦୁଇ ସପ୍ତାହ ତାତିରୁ ନିସ୍ତାର ମିଳିବ ନାହିଁ...

ଗଞ୍ଜେଇ ଚାଲାଣ କରୁଥିବା ଦୁଇ ମହିଳାଙ୍କୁ ୧୦ ବର୍ଷ ଜେଲ

ବ୍ରହ୍ମପୁର,୨୬।୪(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଅତିରିକ୍ତ ଜିଲା ଦୌରା ଜଜ(ଏଡିଜେ)- ୧ ଡ଼.ଇନ୍ଦୁ ଶର୍ମା ଶୁକ୍ରବାର ଏକ ଗଞ୍ଜେଇ ଚାଲାଣ ମାମଲାର ଚୂଡ଼ାନ୍ତ ରାୟ ପ୍ରକାଶ...

ଧର୍ମେନ୍ଦ୍ରଙ୍କୁ ପାଣ୍ଡିଆନଙ୍କ ଡାଇରେକ୍ଟ ଆଟାକ୍‌, କହିଲେ…

ଭୁବନେଶ୍ୱର,୨୬।୪: ଉମରକୋଟ ଓ ଝରିଗାଁରେ ଜୋରଦାର ପ୍ରଚାର କରିଛନ୍ତି ବିଜୁ ଜନତା ଦଳର ନେତା କାର୍ତ୍ତିକ ପାଣ୍ଡିଆନ । ନବରଙ୍ଗପୁର ଲୋକ ସଭା ନିର୍ବାଚନ ମଣ୍ଡଳୀର...

ଜଙ୍ଗଲରେ ନିଆଁ ଲଗାଇ କରୁଥିଲେ ବନ୍ୟଜନ୍ତୁ ଶିକାର: ମାଡ଼ିବସିଲା ବନ ବିଭାଗ

ଦାରିଙ୍ଗବାଡି,୨୬।୪(ଅରୁଣ ସାହୁ): ଜଙ୍ଗଲରେ ନିଆଁ ଲଗାଇ ଧ୍ବଂସ କରିବା ଏବଂ ଗରମରେ ବନ୍ୟଜନ୍ତୁ ଆଉଟୁପାଉଟୁ ହୋଇ ପାଣି ପିଇବାକୁ ଆସିବା ବେଳେ ଶିକାର କରୁଥିବା ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri