ହ୍ରାସ ପାଉଛି ପ୍ରାଣୀଧନ ସଂଖ୍ୟା

କେନ୍ଦ୍ରାପଡ଼ା ଅଫିସ, ୨୪ା୨:ପ୍ରାଣୀଧନ ବିକାଶ ପାଇଁ ରାଜ୍ୟ ଓ କେନ୍ଦ୍ର ସରକାର ଗୁରୁତ୍ୱ ଦେଉଛନ୍ତି। ଏଥିପାଇଁ ରାଷ୍ଟ୍ରୀୟ ଓ ରାଜ୍ୟସ୍ତରୀୟ କୃଷି ବିଭାଗ ପକ୍ଷରୁ ଏକାଧିକ ଯୋଜନା ପ୍ରସ୍ତୁତ ସହ ଅର୍ଥବ୍ୟୟ କରାଯାଉଛି ା ତେବେ କୃଷିଭିତ୍ତିକ କେନ୍ଦ୍ରାପଡ଼ା ଜିଲାରେ ଏହାର ପ୍ରଭାବ ଦେଖିବାକୁ ମିଳୁନାହିଁ। ଗୋଚର ଜମି ଜବରଦଖଲକାରୀଙ୍କ ନିକଟକୁ ଚାଲି ଯାଉଥିବା ବେଳେ ପ୍ରାଣୀଧନ ଡାକ୍ତରଖାନା କର୍ତ୍ତୃପକ୍ଷ ଚିକିତ୍ସାରେ ଅବହେଳା କରୁଛନ୍ତ। ଯାହା ଜିଲାର ଅର୍ଥନୀତି ଓ ପରିବେଶ ଉପରେ ପ୍ରଭାବ ପକାଉଛି ବୋଲି ବୁଦ୍ଧିଜୀବୀ ଓ ଚାଷୀମାନେ ମତବ୍ୟକ୍ତ କରିଛନ୍ତି ା
ଅନୁଯାୟୀ, ୨୦୦୦ ମସିହାରେ ମିଳିଥିବା ତଥ୍ୟ ଅନୁଯାୟୀ ଜିଲାରେ ୯,୨୪,୩୯୬ ଗୋମହିଷାଦି, ୧,୨୪,୫୯୦ ଛେଳି, ୩୮,୮୮୬ ମେଣ୍ଢା ଓ ୧,୩୮,୫୦୦ କୁକୁଡା ବତକ ଥିଲେ। ୨୦୧୨ରେ ୩,୬୫,୮୯୦ ଗୋମହିଷାଦି, ୧,୦୭,୮୨୯ ଛେଳି, ୧୪,୮୮୫ ମେଣ୍ଢା ଓ ୧,୩୦,୮୨୯ କୁକୁଡା ବତକ ଥିବା ଗଣନାରୁ ସ୍ପଷ୍ଟ ହୋଇଥିଲା। ତେବେ ସଦ୍ୟ ପ୍ରକାଶିତ ତଥ୍ୟ ଅନୁଯାୟୀ ୧୨ ପ୍ରତିଶତରୁ ଅଧିକ ପ୍ରାଣୀଧନ ହ୍ରାସ ପାଇଛି। ଜିଲାର ୩,୨୧,୯୩୪ ପରିବାର ମଧ୍ୟରୁ ଗ୍ରାମାଞ୍ଚଳରେ ରହୁଥିବା ୩,୦୫,୮୬୮ ପରିବାର ପାଇଁ ଗୃହପାଳିତ ପ୍ରାଣୀ ରୋଜଗାରର ମୁଖ୍ୟ ବିକଳ୍ପ ସାଜିଛନ୍ତି। ଏହି ପରିବାର ପ୍ରାଣୀଧନ ଦ୍ୱାରା ନିଜର ଆର୍ଥିକ ଆବଶ୍ୟକତା କିଛିମାତ୍ରାରେ ପୂରଣ କରିଥାନ୍ତ। ସେହିପରି ପ୍ରାଣୀଧନର ମଳମୂତ୍ର ବ୍ୟବହାର କରି ଚାଷୀ କ୍ଷେତକୁ ଉର୍ବର କରିବା ସହ କୀଟନାଶକ ଭାବେ ବ୍ୟବହାର କରିଥାନ୍ତି। ଫଳରେ ପରିବେଶର ସନ୍ତୁଳନ ରକ୍ଷା ପାଇଥାଏ। ୧୯୯୯ ମହାବାତ୍ୟା ପ୍ରାଣୀଧନ ପାଇଁ ବିପତ୍ତି ଆଣିଥିଲା। ଏହା ପରଠାରୁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଉଦ୍ୟମ ସତ୍ତ୍ୱେ ପ୍ରାଣୀଧନ ହ୍ରାସ ରୋକିବାକୁ ବିଭାଗୀୟ ଅଧିକାରୀ ଅଧିକ ନଜର ଦେଉନାହାନ୍ତି। ଏ ସମ୍ପର୍କରେ ସାମାଜିକ କର୍ମୀ ସୁନୀଲ କୁମାର ଗନ୍ତାୟତ କୁହନ୍ତି, କେନ୍ଦ୍ରାପଡ଼ାର କୁଜି ମେଣ୍ଢାକୁ ସ୍ବତନ୍ତ୍ର ମାନ୍ୟତା ୨୦୧୬ରେ ମିଳିଛି। ଏହି ମେଣ୍ଢାର ପ୍ରଜନନ କ୍ଷମତା ଅଧିକ। ଏହି ପ୍ରଜାତିର ମେଣ୍ଢା ପାଳନ ଦ୍ୱାରା ଚାଷୀକୁ ଅଳ୍ପ ଅବଧି ମଧ୍ୟରେ ଅଧିକ ଲାଭ ମିଳିଥାଏ। ତେବେ ଏହି ଧରଣର ମେଣ୍ଢା ପାଇଁ କୌଣସି ପ୍ରୋତ୍ସାହନ ନାହିଁ। ସେହିପରି କୁକୁଡ଼ା ବତକ ଚାଷ ପାଇଁ ଜିଲାରେ ଉପଯୁକ୍ତ ପରିବେଶ ଅଛି। ତେବେ ତାଲିମ, ପ୍ରୋତ୍ସାହନ, ସଚେତନତା ଆଦି ନାହିଁ। କୃଷିଭିତ୍ତିକ ଏହି ଜିଲାରେ ଗୋ ମହିଷାଦିଙ୍କ ଗୁରୁତ୍ୱ ଅଧିକ। ଫସଲଠାରୁ ଦୁଗ୍ଧଜାତ ପଦାର୍ଥ ଉପତ୍ାଦନ କ୍ଷେତ୍ରରେ ଏମାନଙ୍କ ଭୂମିକା ଅତୁଳନୀୟ। ଦୁଗ୍ଧଜାତ ପଦାର୍ଥ ବାହାର ଜିଲାରୁ ଏଠାକୁ ଆସୁଥିବା ବେଳେ ଚାରଣ ଭୂମି ଏବେ ଜବରଦଖଲକାରୀଙ୍କ ହାତକୁ ଚାଲିଯାଉଛି। ଏସବୁ ବ୍ୟତିକ୍ରମ ଫଳରେ ପ୍ରାଣୀଧନ ହ୍ରାସ ହେଉଥିବା ସେ ମତ ରଖିଛନ୍ତି। ଡେରାବିଶର ମନୋଜ ନାୟକ କହିଛନ୍ତି, ଓଡ଼ିଆ ସଂସ୍କୃତି ଗୃହପାଳିତ ପ୍ରାଣୀ ପକ୍ଷୀକୁ ଆର୍ଥିକ ବିକାଶ ସହିତ ପରିବେଶ ସୁରକ୍ଷା ସହ ଯୋଡ଼ା ଯାଉଥିଲା। କେନ୍ଦ୍ରାପଡ଼ା ପରି ପ୍ରାକୃତିକ ବିପର୍ଯ୍ୟୟ ଭରା ଜିଲାରେ ଏହାର ଗୁରୁତ୍ୱ ମଧ୍ୟ ଅଧିକ। ପ୍ରାଣୀଧନ ଏବେ ପରିବାରର ଭରଣପୋଷଣ ଓ ଚାଲିଚଳଣ ପାଇଁ ଉପଯୋଗୀ ହୋଇ ରହିନାହିଁ। ପ୍ରାୟ ୧ ହଜାର ହେକ୍ଟର ଗୋଚର ଭୂଇଁ ଜବରଦଖଲକାରୀ ମାଡ଼ି ବସିଛନ୍ତି। ଏ ନେଇ ଜିଲା ପ୍ରଶାସନର ଦୃଷ୍ଟି ଆକର୍ଷଣ କରାଯାଉଥିଲେ ମଧ୍ୟ ସେହି ଜମିକୁ ଉଦ୍ଧାର କରାଯାଉ ନ ଥିବା ସେ କ୍ଷୋଭ ପ୍ରକାଶ କରିଛନ୍ତି। ବୁଦ୍ଧିଜୀବୀ ଚିତ୍ତରଞ୍ଜନ ସାହୁ କୁହନ୍ତି, ଜିଲାର ପ୍ରତି ବ୍ଲକ ହେଡ଼କ୍ୱାର୍ଟର ସମେତ ମୋଟ ୧୪ଟି ପ୍ରାଣୀ ଚିକିତ୍ସାଳୟ ଅଛି। ସେହିପରି ବିଭିନ୍ନ ପଞ୍ଚାୟତରେ ୯୬ଟି ଏଲ୍‌ଆଇ ସେଣ୍ଟର ଅଛି। ଏଗୁଡିକ ନିୟମିତ ଖୋଲୁ ନ ଥିବା ସେ ଅଭିଯୋଗ କରିଛନ୍ତି। ଜିଲା ପ୍ରାଣୀ ଚିକିତ୍ସା ଅଧିକାରୀ ଦୀପ୍ତି ମହାପାତ୍ର କହିଛନ୍ତି, ପ୍ରାଣୀଧନ ବିକାଶ ପାଇଁ ବିଭାଗ କାର୍ଯ୍ୟ କରୁଛି। ଜିଲାରେ ବିଭିନ୍ନ ଯୋଜନା କାର୍ଯ୍ୟକାରୀ ହେଉଥିବାରୁ ପ୍ରାଣୀଧନ ହ୍ରାସ ହାର ଆଗ ଅପେକ୍ଷା କମିଛି। ବିଭିନ୍ନ ଫାର୍ମରେ କୁକୁଡ଼ା, ବତକ, ଗୋମହିଷାଦି ପାଳନ କରାଯାଉଛି ା


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?