ପ୍ରାଣୀମାନଙ୍କୁ ସେବା ଦେବା ଆବଶ୍ୟକ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୮ା୬(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନ୍‌ଲାଇନ ଜରିଆରେ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ବିଭାଗର ରାଜ୍ୟସ୍ତରୀୟ ପ୍ରାଣୀସେବା ହେଲ୍‌ପଲାଇନ ସହିତ ଅନେକ ନୂଆ ଯୋଜନାର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ଜନସାଧାରଣଙ୍କୁ ନିବେଦନ କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ବୁଲା ଓ ପରିତ୍ୟକ୍ତ ପ୍ରାଣୀମାନଙ୍କ ଆବଶ୍ୟକତା ପ୍ରତି ପ୍ରତ୍ୟେକ ନାଗରିକ ସମ୍ବେଦନଶୀଳ ହୋଇ ସେମାନଙ୍କୁ ସେବା ଯୋଗାଇଦେବା ଆବଶ୍ୟକ।
ରାଜ୍ୟ ସରକାର ବୁଲା ଓ ଅସହାୟ ପ୍ରାଣୀମାନଙ୍କ ସୁରକ୍ଷା ଓ କଲ୍ୟାଣ ପାଇଁ ପ୍ରତିବଦ୍ଧତାର ସହ କାମ କରୁଛନ୍ତି। ସହରାଞ୍ଚଳରେ ହେଲ୍‌ପଲାଇନ ୟୁନିଟ୍‌ ସହିତ ପ୍ରାଣୀ ଆମ୍ବୁଲାନ୍ସ ଓ ପ୍ରାଣୀ ଜନ୍ମ ନିୟନ୍ତ୍ରଣ କାର୍ଯ୍ୟକ୍ରମ ଗ୍ରହଣ କରାଯାଇଛି। ଏଥିପାଇଁ କାମ କରୁଥିବା ବେସରକାରୀ ଅନୁଷ୍ଠାନଗୁଡ଼ିକୁ ମଧ୍ୟ ଆର୍ଥିକ ସହାୟତା ପ୍ରଦାନ କରାଯାଉଛି। ରାଜ୍ୟସ୍ତରୀୟ ପ୍ରାଣୀ ହେଲ୍‌ପଲାଇନ ଦ୍ବାରା ଏହି ପ୍ରାଣୀମାନଙ୍କ ସେବା ଆହୁରି ତ୍ୱରାନ୍ବିତ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକଟ କରିଛନ୍ତି। ପ୍ରାଣୀସମ୍ପଦ ବିଭାଗର କର୍ମଚାରୀମାନଙ୍କୁ ଏଥିରେ ତୁରନ୍ତ ସେବା ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।
ସୂଚନାଯୋଗ୍ୟ, ବୁଲା ପ୍ରାଣୀମାନଙ୍କ ଚିକିତ୍ସା ଓ ସେବା ପାଇଁ ଜାରି ହୋଇଥିବା ରାଜ୍ୟସ୍ତରୀୟ ହେଲ୍‌ପଲାଇନ ୧୯୬୨ ଦିନରାତି କାର୍ଯ୍ୟକାରୀ ହେବ। ଏହାଦ୍ବାରା ଜରୁରୀ ସମୟରେ ପ୍ରାଣୀମାନଙ୍କୁ ଚିକିତ୍ସା ସେବା ମିଳିପାରିବ।
ସେହିପରି ଟେଲି ଭେଟେରିନାରି ସେବା ବ୍ୟବସ୍ଥାର ଶୁଭାରମ୍ଭ କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ମତ୍ସ୍ୟ ଓ ପ୍ରାଣୀସମ୍ପଦ କାର୍ଯ୍ୟକ୍ରମଗୁଡ଼ିକ ରାଜ୍ୟର ଚାଷୀମାନଙ୍କ ରୋଜଗାର ବୃଦ୍ଧି କରିବାରେ ସହାୟକ ହୋଇଛି। ରାଜ୍ୟ ସରକାର ଚାଷୀମାନଙ୍କ ପ୍ରାଣୀ ସମ୍ପଦକୁ ସ୍ବାସ୍ଥ୍ୟସେବା ଯୋଗାଇ ଦେବାପାଇଁ ଅନେକ ବ୍ୟବସ୍ଥା କାର୍ଯ୍ୟକାରୀ କରୁଛନ୍ତି। ଟେଲି ଭେଟେରିନାରି ସେବା ବ୍ୟବସ୍ଥା ଦ୍ବାରା ଏହି କାର୍ଯ୍ୟକ୍ରମ ଆହୁରି ଦୃଢ଼ ହେବା ସହିତ ପ୍ରାଣୀମାନଙ୍କୁ ତୁରନ୍ତ ସହାୟତା ଯୋଗାଇ ଦିଆଯାଇପାରିବ।
ସୂଚନାଯୋଗ୍ୟ, ଏହି କାର୍ଯ୍ୟକ୍ରମରେ ଟୋଲ୍‌ ଫ୍ରି ନମ୍ବର ୧୯୬୨ କିମ୍ବା ୧୫୫୩୩୩ରେ ଫୋନ କରି ତୁରନ୍ତ ସହାୟତା ମିଳିପାରିବ। ରାଜ୍ୟର ୧୧ଟି ସହରରେ ଆନିମଲ୍‌ ଆମ୍ବୁଲାନ୍ସ ବ୍ୟବସ୍ଥା ରହିଛି। ସବୁ ବ୍ଲକରେ ପ୍ରାଣୀସେବା କେନ୍ଦ୍ରର ସୁବିଧା ମଧ୍ୟ ରହିଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମ୍ୟାପିଂ ସିଷ୍ଟମ୍‌ର ଶୁଭାରମ୍ଭ ମଧ୍ୟ କରିଛନ୍ତ। ୫-ଟି ଉପକ୍ରମ ଅନ୍ତର୍ଗତ ଏହି କାର୍ଯ୍ୟକ୍ରମ ଦ୍ବାରା ରାଜ୍ୟର ସବୁ ପ୍ରାଣୀଚାଷ ୟୁନିଟ୍‌ଗୁଡ଼ିକର ଜିଓ ଟ୍ୟାଗିଂ ଓ ମ୍ୟାପିଂ କରାଯିବ। ଏହାକୁ ଓ୍ବେବ୍‌ ଜିଆଇଏସ୍‌ ପ୍ଲାଟ୍‌ଫର୍ମରେ ଦେଖାଯାଇପାରିବ। ଏହାଦ୍ବାରା ସ୍ବଚ୍ଛତା ଓ ଉତ୍ତରଦାୟିତା ବୃଦ୍ଧିପାଇବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକଟ କରିଛନ୍ତି। ଏହି ଅବସରରେ ବିଏଆଇଏଫ୍‌ ପ୍ରତିଷ୍ଠାନ ସହିତ ୨ଟି ବୁଝାମଣାପତ୍ର ସ୍ବାକ୍ଷର କରାଯାଇଛି। ଏହି ବୁଝାମଣା ଅନୁଯାୟୀ ରାଜ୍ୟରେ ୧୫୦୦ କୃତ୍ରିମ ପ୍ରଜନନ ଟେକ୍ନିସିଆନ ନିୟୋଜିତ ହେବେ। ଏହାସହିତ ଗୋପାଳପୁରଠାରେ ଭେକ୍ଟି ଯାଆଁଳ ହାଚେରି ପ୍ରତିଷ୍ଠା ପାଇଁ ରାଜୀବ ଗାନ୍ଧୀ ସେଣ୍ଟର ଫର ଆକ୍ବାକଲ୍ଚର ସହିତ ଏକ ବୁଝାମଣାପତ୍ର ସ୍ବାକ୍ଷରିତ ହୋଇଥିଲା। ଭେକ୍ଟି ମାଛର ଚାହିଦା ବହୁତ ଅଧିକ ଥିବାରୁ ଏହା ମାଛଚାଷୀମାନଙ୍କର ରୋଜଗାର ବୃଦ୍ଧିରେ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକଟ କରିଛନ୍ତି। ଏହି କାର୍ଯ୍ୟକ୍ରମରେ କୃଷି, ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିକାଶ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ଯୋଗଦେଇ ବିଭାଗ ପକ୍ଷରୁ ରାଜ୍ୟର ପ୍ରାଣୀସମ୍ପଦର ବିକାଶ ପାଇଁ ନିଆଯାଉଥିବା ବିଭିନ୍ନ ପଦକ୍ଷେପ ଉପରେ ଆଲୋକପାତ କରିଥିଲେ। ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ବିଭାଗୀୟ ସଚିବ ଆର. ରଘୁପ୍ରସାଦ ସ୍ବାଗତ ଭାଷଣ ଦେଇଥିଲେ ଏବଂ ବିଭାଗର ନିର୍ଦ୍ଦେଶକ ଧନ୍ୟବାଦ ଅର୍ପଣ କରିଥିଲେ। ବୈଠକରେ ମୁଖ୍ୟ ଶାସନ ସଚିବ, ଉନ୍ନୟନ କମିଶନର, କୃଷି ଉତ୍ପାଦନ କମିଶନର, ମିଶନ ଶକ୍ତି କମିଶନର-ତଥା-ସଚିବ ଏବଂ ବିଭିନ୍ନ ଜିଲାରେ ବିଭାଗର ଅଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏଥର ଧାମନଗରରେ ବିଗ୍‌ ଫାଇଟ୍‌, ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର

ଭଦ୍ରକ,୨୬।୪: ଏଥର ଧାମନଗର ଦେଖିବ ବଡ଼ ଫାଇଟ୍‌। ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର। ଭଦ୍ରକ ଲୋକ ସଭାର ଧାମନଗର ବିଧାନସଭା ଆସନରେ ହେବ କାଣ୍ଟେ କା ଟକ୍କର।...

ଏଲପିଜି ସିଲିଣ୍ଡରରେ ଭୋଟର ସଚେତନତା ବାର୍ତ୍ତା

କଟକ,୨୬ା୪ (କାର୍ତ୍ତିକ ସାହୁ) ଆଗାମୀ ସାଧାରଣ ନିର୍ବାଚନରେ ଭୋଟଦାନକୁ ଶତ ପ୍ରତିଶତ କରାଇବାର ଲକ୍ଷ୍ୟ ରଖିଛି କଟକ ଜିଲା ପ୍ରଶାସନ। ଭୋଟରମାନଙ୍କୁ ଆକୃଷ୍ଟ କରିବା ପାଇଁ...

୨୮ରେ କମ୍ପିବ ଓଡିଶା, ଆସୁଛନ୍ତି ରାହୁଲ-ନଡ୍ଡା

ଭୁବନେଶ୍ୱର,୨୬।୪: ଦିନକ ପରେ ଓଡିଶା ଗସ୍ତରେ ଆସୁଛନ୍ତି ଭାଜପା ଓ କଂଗ୍ରେସର ଦୁଇ ଟାଣୁଆ ନେତା । ସେମାନେ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

ଭାଇବୋହୂ, ପୁତୁରାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ଦେଢଶୁର

କୁଚିଣ୍ଡା,୨୬।୪(ବିରଞ୍ଚତ୍ ଦର୍କା): ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା କିନାବଗା ପଞ୍ଚାୟତ ଦଲକିବାହାଲ ଗ୍ରାମରେ ଗୁରୁବାର ରାତିରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ନିଜ ଭାଇବୋହୂ ଏବଂ...

ଫୁଟୁଛି ଓଡିଶା, ଅନୁଗୁଳ ସର୍ବୋଚ୍ଚ ଉତ୍ତପ୍ତ ସହର

ଭୁବନେଶ୍ୱର,୨୬।୪(ଅସମାପିକା ସାହୁ): ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ...

ପୁଅକଥା ମନେ ପକାଇ ହସ୍ପିଟାଲରେ ମା’ଙ୍କ ଆତ୍ମହତ୍ୟା ଉଦ୍ୟମ

ବଲାଙ୍ଗୀର,୨୬।୪: ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ହସ୍ପିଟାଲରେ ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ମହିଳା ଜଣଙ୍କ ହେଉଛନ୍ତି ମୁରିବାହାଲ ଥାନା ସାନଝରବାହାଲି ଗାଁର ପଦ୍ମାବତୀ ସେଠ...

ଆହୁରି ଦୁଇ ସପ୍ତାହ ନିସ୍ତାର ନାହିଁ: ୨୮ ତାରିଖ ପାଇଁ ସତର୍କ କଲା ବିଭାଗ

ଭୁବନେଶ୍ୱର,୨୬।୪: ରାଜ୍ୟରେ ଜାରି ରହିଛି ତାତି। ଗରମ ସାଙ୍ଗକୁ ଗୁଳୁଗୁଳିରେ ସନ୍ତୁଳି ହେଉଛନ୍ତି ରାଜ୍ୟବାସୀ। ଏଭଳିସ୍ଥତିରେ ଆହୁରି ଦୁଇ ସପ୍ତାହ ତାତିରୁ ନିସ୍ତାର ମିଳିବ ନାହିଁ...

ଧର୍ମେନ୍ଦ୍ରଙ୍କୁ ପାଣ୍ଡିଆନଙ୍କ ଡାଇରେକ୍ଟ ଆଟାକ୍‌, କହିଲେ…

ଭୁବନେଶ୍ୱର,୨୬।୪: ଉମରକୋଟ ଓ ଝରିଗାଁରେ ଜୋରଦାର ପ୍ରଚାର କରିଛନ୍ତି ବିଜୁ ଜନତା ଦଳର ନେତା କାର୍ତ୍ତିକ ପାଣ୍ଡିଆନ । ନବରଙ୍ଗପୁର ଲୋକ ସଭା ନିର୍ବାଚନ ମଣ୍ଡଳୀର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri