ପ୍ରାଣୀମାନଙ୍କୁ ସେବା ଦେବା ଆବଶ୍ୟକ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୮ା୬(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନ୍‌ଲାଇନ ଜରିଆରେ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ବିଭାଗର ରାଜ୍ୟସ୍ତରୀୟ ପ୍ରାଣୀସେବା ହେଲ୍‌ପଲାଇନ ସହିତ ଅନେକ ନୂଆ ଯୋଜନାର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ଜନସାଧାରଣଙ୍କୁ ନିବେଦନ କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ବୁଲା ଓ ପରିତ୍ୟକ୍ତ ପ୍ରାଣୀମାନଙ୍କ ଆବଶ୍ୟକତା ପ୍ରତି ପ୍ରତ୍ୟେକ ନାଗରିକ ସମ୍ବେଦନଶୀଳ ହୋଇ ସେମାନଙ୍କୁ ସେବା ଯୋଗାଇଦେବା ଆବଶ୍ୟକ।
ରାଜ୍ୟ ସରକାର ବୁଲା ଓ ଅସହାୟ ପ୍ରାଣୀମାନଙ୍କ ସୁରକ୍ଷା ଓ କଲ୍ୟାଣ ପାଇଁ ପ୍ରତିବଦ୍ଧତାର ସହ କାମ କରୁଛନ୍ତି। ସହରାଞ୍ଚଳରେ ହେଲ୍‌ପଲାଇନ ୟୁନିଟ୍‌ ସହିତ ପ୍ରାଣୀ ଆମ୍ବୁଲାନ୍ସ ଓ ପ୍ରାଣୀ ଜନ୍ମ ନିୟନ୍ତ୍ରଣ କାର୍ଯ୍ୟକ୍ରମ ଗ୍ରହଣ କରାଯାଇଛି। ଏଥିପାଇଁ କାମ କରୁଥିବା ବେସରକାରୀ ଅନୁଷ୍ଠାନଗୁଡ଼ିକୁ ମଧ୍ୟ ଆର୍ଥିକ ସହାୟତା ପ୍ରଦାନ କରାଯାଉଛି। ରାଜ୍ୟସ୍ତରୀୟ ପ୍ରାଣୀ ହେଲ୍‌ପଲାଇନ ଦ୍ବାରା ଏହି ପ୍ରାଣୀମାନଙ୍କ ସେବା ଆହୁରି ତ୍ୱରାନ୍ବିତ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକଟ କରିଛନ୍ତି। ପ୍ରାଣୀସମ୍ପଦ ବିଭାଗର କର୍ମଚାରୀମାନଙ୍କୁ ଏଥିରେ ତୁରନ୍ତ ସେବା ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।
ସୂଚନାଯୋଗ୍ୟ, ବୁଲା ପ୍ରାଣୀମାନଙ୍କ ଚିକିତ୍ସା ଓ ସେବା ପାଇଁ ଜାରି ହୋଇଥିବା ରାଜ୍ୟସ୍ତରୀୟ ହେଲ୍‌ପଲାଇନ ୧୯୬୨ ଦିନରାତି କାର୍ଯ୍ୟକାରୀ ହେବ। ଏହାଦ୍ବାରା ଜରୁରୀ ସମୟରେ ପ୍ରାଣୀମାନଙ୍କୁ ଚିକିତ୍ସା ସେବା ମିଳିପାରିବ।
ସେହିପରି ଟେଲି ଭେଟେରିନାରି ସେବା ବ୍ୟବସ୍ଥାର ଶୁଭାରମ୍ଭ କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ମତ୍ସ୍ୟ ଓ ପ୍ରାଣୀସମ୍ପଦ କାର୍ଯ୍ୟକ୍ରମଗୁଡ଼ିକ ରାଜ୍ୟର ଚାଷୀମାନଙ୍କ ରୋଜଗାର ବୃଦ୍ଧି କରିବାରେ ସହାୟକ ହୋଇଛି। ରାଜ୍ୟ ସରକାର ଚାଷୀମାନଙ୍କ ପ୍ରାଣୀ ସମ୍ପଦକୁ ସ୍ବାସ୍ଥ୍ୟସେବା ଯୋଗାଇ ଦେବାପାଇଁ ଅନେକ ବ୍ୟବସ୍ଥା କାର୍ଯ୍ୟକାରୀ କରୁଛନ୍ତି। ଟେଲି ଭେଟେରିନାରି ସେବା ବ୍ୟବସ୍ଥା ଦ୍ବାରା ଏହି କାର୍ଯ୍ୟକ୍ରମ ଆହୁରି ଦୃଢ଼ ହେବା ସହିତ ପ୍ରାଣୀମାନଙ୍କୁ ତୁରନ୍ତ ସହାୟତା ଯୋଗାଇ ଦିଆଯାଇପାରିବ।
ସୂଚନାଯୋଗ୍ୟ, ଏହି କାର୍ଯ୍ୟକ୍ରମରେ ଟୋଲ୍‌ ଫ୍ରି ନମ୍ବର ୧୯୬୨ କିମ୍ବା ୧୫୫୩୩୩ରେ ଫୋନ କରି ତୁରନ୍ତ ସହାୟତା ମିଳିପାରିବ। ରାଜ୍ୟର ୧୧ଟି ସହରରେ ଆନିମଲ୍‌ ଆମ୍ବୁଲାନ୍ସ ବ୍ୟବସ୍ଥା ରହିଛି। ସବୁ ବ୍ଲକରେ ପ୍ରାଣୀସେବା କେନ୍ଦ୍ରର ସୁବିଧା ମଧ୍ୟ ରହିଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମ୍ୟାପିଂ ସିଷ୍ଟମ୍‌ର ଶୁଭାରମ୍ଭ ମଧ୍ୟ କରିଛନ୍ତ। ୫-ଟି ଉପକ୍ରମ ଅନ୍ତର୍ଗତ ଏହି କାର୍ଯ୍ୟକ୍ରମ ଦ୍ବାରା ରାଜ୍ୟର ସବୁ ପ୍ରାଣୀଚାଷ ୟୁନିଟ୍‌ଗୁଡ଼ିକର ଜିଓ ଟ୍ୟାଗିଂ ଓ ମ୍ୟାପିଂ କରାଯିବ। ଏହାକୁ ଓ୍ବେବ୍‌ ଜିଆଇଏସ୍‌ ପ୍ଲାଟ୍‌ଫର୍ମରେ ଦେଖାଯାଇପାରିବ। ଏହାଦ୍ବାରା ସ୍ବଚ୍ଛତା ଓ ଉତ୍ତରଦାୟିତା ବୃଦ୍ଧିପାଇବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକଟ କରିଛନ୍ତି। ଏହି ଅବସରରେ ବିଏଆଇଏଫ୍‌ ପ୍ରତିଷ୍ଠାନ ସହିତ ୨ଟି ବୁଝାମଣାପତ୍ର ସ୍ବାକ୍ଷର କରାଯାଇଛି। ଏହି ବୁଝାମଣା ଅନୁଯାୟୀ ରାଜ୍ୟରେ ୧୫୦୦ କୃତ୍ରିମ ପ୍ରଜନନ ଟେକ୍ନିସିଆନ ନିୟୋଜିତ ହେବେ। ଏହାସହିତ ଗୋପାଳପୁରଠାରେ ଭେକ୍ଟି ଯାଆଁଳ ହାଚେରି ପ୍ରତିଷ୍ଠା ପାଇଁ ରାଜୀବ ଗାନ୍ଧୀ ସେଣ୍ଟର ଫର ଆକ୍ବାକଲ୍ଚର ସହିତ ଏକ ବୁଝାମଣାପତ୍ର ସ୍ବାକ୍ଷରିତ ହୋଇଥିଲା। ଭେକ୍ଟି ମାଛର ଚାହିଦା ବହୁତ ଅଧିକ ଥିବାରୁ ଏହା ମାଛଚାଷୀମାନଙ୍କର ରୋଜଗାର ବୃଦ୍ଧିରେ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକଟ କରିଛନ୍ତି। ଏହି କାର୍ଯ୍ୟକ୍ରମରେ କୃଷି, ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିକାଶ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ଯୋଗଦେଇ ବିଭାଗ ପକ୍ଷରୁ ରାଜ୍ୟର ପ୍ରାଣୀସମ୍ପଦର ବିକାଶ ପାଇଁ ନିଆଯାଉଥିବା ବିଭିନ୍ନ ପଦକ୍ଷେପ ଉପରେ ଆଲୋକପାତ କରିଥିଲେ। ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ବିଭାଗୀୟ ସଚିବ ଆର. ରଘୁପ୍ରସାଦ ସ୍ବାଗତ ଭାଷଣ ଦେଇଥିଲେ ଏବଂ ବିଭାଗର ନିର୍ଦ୍ଦେଶକ ଧନ୍ୟବାଦ ଅର୍ପଣ କରିଥିଲେ। ବୈଠକରେ ମୁଖ୍ୟ ଶାସନ ସଚିବ, ଉନ୍ନୟନ କମିଶନର, କୃଷି ଉତ୍ପାଦନ କମିଶନର, ମିଶନ ଶକ୍ତି କମିଶନର-ତଥା-ସଚିବ ଏବଂ ବିଭିନ୍ନ ଜିଲାରେ ବିଭାଗର ଅଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବସ୍‌ଷ୍ଟାଣ୍ଡରେ ବିକୁଥିଲେ କଫ୍‌ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୨୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ପୋଲିସ ଶନିବାର ରାତିରେ ବେଆଇନ ଭାବେ ଚାଲିଥିବା କଫସିରପ୍‌ କାରବାରକୁ ଠାବ କରିଛି। ପୋଲିସ ଏହି କାରବାରରେ ୨ଜଣ…

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

ଲଗାଣ ବର୍ଷାରେ ପାପଡ଼ାହାଣ୍ଡିରେ ବନ୍ୟା, ଭାଙ୍ଗିଲା ୩୮ ଘର, ୧୦୦ଜଣଙ୍କୁ ସ୍ଥାନାନ୍ତର

ପାପଡ଼ାହାଣ୍ଡି, ୨୩।୮(ସ୍ବପ୍ନଜିତ ପଟ୍ଟନାୟକ): ଗତ ୨ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷାରେ ରବିବାର ପାପଡ଼ାହାଣ୍ଡି ବ୍ଲକରେ ବନ୍ୟା ପରିସ୍ଥିତି ଉପୁଜିଛି। ପାପଡ଼ାହାଣ୍ଡି ସଦର ସମେତ…

ମହିଳା ବିଜେଡି ଜିଲା ଉପସଭାପତି ହେଲେ କର୍ଲାମୁଣ୍ଡାର ମନ୍ଦିରା ନାଏକ, ଛୁଟିଲା ଶୁଭେଚ୍ଛା

କର୍ଲାମୁଣ୍ଡା,୨୩।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା ବିଜୁ ମହିଳା ଜନତା ଦଳର କର୍ମକର୍ତ୍ତାଙ୍କ ନାମ ଘୋଷଣା କରାଯାଇଛି । ଏଥିରେ କର୍ଲାମୁଣ୍ଡା ବ୍ଲକ ପୂର୍ବତନ ଜିଲା ପରିଷଦ…

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri