ଆନିମଲ୍‌ ଅଣ୍ଡରପାସ୍‌ କାମ ସରୁନି

କେନ୍ଦୁଝର,୨୧।୨(ଡି.ଏନ.ଏ.)  କେନ୍ଦୁଝର ଜିଲା ଦେଇ ଯାଇଥିବା ୨୦ନଂ. ଜାତୀୟ ରାଜପଥର ପାଣିକୋଇଲିଠାରୁ ରିମୁଳି ପର୍ଯ୍ୟନ୍ତ ଅନେକ ସ୍ଥାନରେ ସଂରକ୍ଷିତ ଜଙ୍ଗଲ ରହିଛି। ଏହି ଜଙ୍ଗଲଗୁଡ଼ିକରେ ହାତୀ ସାଙ୍ଗକୁ ଅନ୍ୟାନ୍ୟ ବନ୍ୟପ୍ରାଣୀ ବସବାସ କରୁଛନ୍ତି। ସଂରକ୍ଷିତ ଜଙ୍ଗଲ ମଧ୍ୟ ଦେଇ ଜାତୀୟ ରାଜପଥ ଯାଇଥିବାରୁ ବନ୍ୟପ୍ରାଣୀଙ୍କ ଅବାଧ ଚଳପ୍ରଚଳ ପାଇଁ ଅନେକ ସ୍ଥାନରେ ଅଣ୍ଡରପାସ ତିଆରି ହେବା ଯୋଜନା ରହିଥିଲା। କିନ୍ତୁ ରାସ୍ତା ନିର୍ମାଣ ସମୟରେ ଏହାକୁ ଉପେକ୍ଷା କରି ଅଣ୍ଡରପାସ ଗୁଡ଼ିକୁ ଅଧାପନ୍ତରିଆ ଭାବେ ପକାଇ ଦିଆଯାଇଛି। ତେଣୁ ଦୁର୍ଘଟଣା ଘଟି ଜୀବଜନ୍ତୁମାନଙ୍କ ଜୀବନ ଯାଉଥିବା ନଜିର ରହିଛି। ହାତୀଚଳପ୍ରଚଳ ପାଇଁ ଅଣ୍ଡରପାସ ଗୁଡ଼ିକର କାମ ଅସମ୍ପୂର୍ଣ୍ଣ ହୋଇ ପଡ଼ି ରହିଛି। ଜାତୀୟ ରାଜପଥ କର୍ତ୍ତୃପକ୍ଷଙ୍କ ଖାମଖିଆଲି ମନୋଭାବ ଓ ବନବିଭାଗ ଆନ୍ତରିକତାର ଅଭାବ ଏହାର ମୁଖ୍ୟ କାରଣ। ନରଣପୁର ସଂରକ୍ଷିତ ଜଙ୍ଗଲରେ ଗୋପାଳପୁର ପୂର୍ବରୁ ନିର୍ମାଣଧୀନ ଅଣ୍ଡରପାସର କାମ ସରିଥିଲେ ମଧ୍ୟ ବନ୍ୟପ୍ରାଣୀଙ୍କ ଚଳପ୍ରଚଳ ସୁଗମ ନ ଥିବାରୁ ରାସ୍ତାର ଏକ ପାର୍ଶ୍ୱରେ ଥିବା ଜଙ୍ଗଲରୁ ଅନ୍ୟ ପାଖ ଜଙ୍ଗଲକୁ ଯିବା ଆସିବା କରି ପାରୁ ନାହାନ୍ତି। ତେଣୁ ଗାଡ଼ି ଦୁର୍ଘଟଣାରେ ସେମାନଙ୍କ ଜୀବନ ଯାଉଥିବା ଦେଖିବାକୁ ମିଳୁଛି। ସଂରକ୍ଷିତ ଜଙ୍ଗଲରେ ବହୁ ସଂଖ୍ୟାରେ ହାତୀ ରହିଥିବା କାରଣରୁ ପିପିଳିଆ ଠାକୁରାଣୀ ଶାଳ ନିକଟରେ ୧୫ଫୁଟ ଉଚ୍ଚତାର ଏକ ଏଲିଫ୍ୟାଣ୍ଟ ଅଣ୍ଡରପାସ କାମ ଆରମ୍ଭ ହୋଇଥିଲା। ମାତ୍ର ଏହି କାମ ଅସମ୍ପୂର୍ଣ୍ଣ ହୋଇ ପଡ଼ିଛି। ଫଳରେ ହାତୀମାନେ ଅନେକ ସମୟରେ ବିପଦସଂକୁଳ ଅବସ୍ଥାରେ ରାସ୍ତା ପାର ହେଉଥିବା ଦେଖିବାକୁ ମିଳୁଛି। ପ୍ରଶାସନ ତୁରନ୍ତ ଏଥିପ୍ରତି ଦୃଷ୍ଟି ଦେବାକୁ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ସଂଗଠନ ସୁଦୃଢ଼ କରିବାକୁ ଭାଜପାର ଆହ୍ୱାନ: ଚିନାମାଳିପଶି ହାଟ ପଡ଼ିଆରେ …

ପାଟଣା, ୧୦।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲାର ପାଟଣା ବ୍ଲକ୍‌ ଅନ୍ତର୍ଗତ ଚିନାମାଳିପଶି ହାଟ ପଡ଼ିଆଠାରେ ଶନିବାର ଭାରତୀୟ ଜନତା ପାର୍ଟି ( ଭାଜପା)ର ପାଟଣା…

ମା’ ହିରାନୀଳା ମହାବିଦ୍ୟାଳୟ: ଯାଞ୍ଚ ପରେ ସମସ୍ତ ପ୍ରାର୍ଥତ୍ପତ୍ର ନାକଚ, କାହିଁକି ଜାଣନ୍ତୁ…

ଲାଞ୍ଜିଗଡ଼,୧୦ା୧୦(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ବିଶ୍ୱନାଥପୁର ମା’ ହିରାନୀଳା ଡିଗ୍ରୀ ମହାବିଦ୍ୟାଳୟରେ ଛାତ୍ରସଂସଦ ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଯାଞ୍ଚ ପ୍ରକ୍ରିୟା ପରେ ଏକ…

କେଏସୟୁବି କଲେଜ୍ ରେ ୩୫ ପ୍ରାର୍ଥୀ ସାବିତ୍ରୀ ମହିଳା ମହାବିଦ୍ୟାଳୟର ସମସ୍ତ ପ୍ରାର୍ଥୀନୀ ନିର୍ଦ୍ୱନ୍ଦରେ ନିର୍ବାଚିତ

ଭଞ୍ଜନଗର, ୧୦।୧୦ (ବାବୁଲା ପ୍ରଧାନ): ଛାତ୍ର ସଂସଦ ନିର୍ବାଚନରେ ଶନିବାର ପ୍ରାର୍ଥିପତ୍ର ପ୍ରତ୍ୟାହାର ପରେ ଅପରାହ୍ଣ ୩ଟାରେ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି। ଗଞ୍ଜାମ ଜିଲା…

ସୁନ୍ଦରଗଡ଼ ୱାଟରସେଡ୍ ପିଡି ପ୍ରସନ୍ନ ପାତ୍ର ଗିରଫ: ଆୟଠାରୁ ୨୦୪% ଅଧିକ ସମ୍ପତ୍ତି

ସୁନ୍ଦରଗଡ଼, ୧୦।୧୦ (ଜୟ ନାରାୟଣ ମେଣ୍ଡୁଳି): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ସୁନ୍ଦରଗଡ଼ ମୃତ୍ତିକା ସଂରକ୍ଷଣ ଉପନିର୍ଦ୍ଦେଶକ ତଥା ଜଳବିଭାଜିକା ପ୍ରକଳ୍ପ ନିର୍ଦ୍ଦେଶକ (ୱାଟରସେଡ୍ ପିଡି)…

‘ଯୋଗ୍ୟ ହିତାଧିକାରୀଙ୍କ ନିକଟରେ ପହଞ୍ଚିବ ସରକାରୀ ସେବା’

ଭଞ୍ଜନଗର,୧୦ା୧୦(ବାବୁଲା ପ୍ରଧାନ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଶାସନର ୨୫ ବର୍ଷ ପୂର୍ତ୍ତି ଅବସରରେ ଗତ ସେପ୍ଟେମ୍ବର ୧୭ରୁ ଏକ ମାସ ବ୍ୟାପୀ ସେବା ସଂକଳ୍ପ ଅଭିଯାନ ଆରମ୍ଭ…

ଖେମୁଣ୍ଡି କଲେଜ ଛାତ୍ର ସଂସଦ ନିର୍ବାଚନ: ବିଭିନ୍ନ ପଦବୀ ପାଇଁ ମଇଦାନ ରେ ୧୪ ପ୍ରାର୍ଥୀ , ଦ୍ବିି – ମୁଖି ପ୍ରତିଦ୍ବନ୍ଦିତା

ଦିଗପହଣ୍ଡି,୧୦|୧୦(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜ ରେ ଦୀର୍ଘ ୮ ବର୍ଷ ପରେ ଛାତ୍ର ସଂସଦ ନିର୍ବାଚନ ହେଉଥିବାରୁ ଛାତ୍ରୀ ଛାତ୍ର ଙ୍କ…

ନ୍ୟାଶନାଲ ବୁକ୍‌ ଅଫ୍‌ ରେକର୍ଡସରେ ସ୍ଥାନ ପାଇଲେ ଛତ୍ରପୁର ଝିଅ ଶୁଭସ୍ମିତା

ଛତ୍ରପୁର,୧୦ା୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ଦେବୀନଗର ସାହିର ଯୁବ ଚିତ୍ରଶିଳ୍ପୀ ତଥା ଲେଖିକା ଶୁଭସ୍ମିତା ପଣ୍ଡା ନିଜର ଅନନ୍ୟ କଳାପ୍ରତିଭା ପାଇଁ ନ୍ୟାଶନାଲ ବୁକ୍‌…

ତାରାତାରିଣୀ କଲେଜରେ ତ୍ରିମୁଖୀ ଲଢ଼େଇ: ନାମାଙ୍କନ ପ୍ରତ୍ୟାହାର କଲେ ସଭାପତି ପ୍ରାର୍ଥୀ ଅଙ୍କିତ ପ୍ରଧାନ, ମଇଦାନରେ ଅଛନ୍ତି…

ପୁରୁଷୋତ୍ତମପୁର,୧୦ା୧୦(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜ ଛାତ୍ର ସଂସଦ ନିର୍ବାଚନକୁ ନେଇ କ୍ୟାମ୍ପସରେ ରାଜନୈତିକ ଉଷ୍ଣତା ବଢ଼ିଛି। ଶନିବାର ପ୍ରାର୍ଥିପତ୍ର ପ୍ରତ୍ୟାହାର ଦିବସରେ ସଭାପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?