ହୃଦ୍‌ଘାତରେ ଅନିତା ଆରୁଖଙ୍କ ପରଲୋକ: ଖେଳିଗଲା ଶୋକର ଛାୟା

ଭଞ୍ଜନଗର, ୫।୧ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର୍‌ ଆସୋସିଏସନର ବରିଷ୍ଠ ସଦସ୍ୟ ତଥା ବରିଷ୍ଠ ବିଜେଡି ନେତା ଦିବାକର ନାୟକଙ୍କ ଧର୍ମପତ୍ନୀ ଅନିତା ଆରୁଖଙ୍କ ହୃଦ୍‌ଘାତରେ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୫୨ ବର୍ଷ ହୋଇଥିଲା। ତାଙ୍କ ବିୟୋଗରେ ଭଞ୍ଜନଗର ସମେତ ସମ୍ପୃକ୍ତ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି।

ଅନିତା ପୂର୍ବତନ ଜିଲୁଣ୍ଡି ସରପଞ୍ଚ ତଥା ବର୍ଷୀୟାନ ରାଜନେତା ସ୍ବର୍ଗତ ଲିଙ୍ଗରାଜ ଆରୁଖଙ୍କ କନ୍ୟା ଥିଲେ। ତାଙ୍କ ଭାଇ ରଞ୍ଜିତ ଆରୁଖ ବର୍ତ୍ତମାନ ଭଞ୍ଜନଗର ବ୍ଲକ ଅନ୍ତର୍ଗତ ଜିଲୁଣ୍ଡି ପଞ୍ଚାୟତର ସରପଞ୍ଚ ଭାବେ କାର୍ଯ୍ୟରତ ଅଛନ୍ତି। ଅନିତା ଜଣେ ପରୋପକାରୀ ଓ ମେଳାପୀ ମହିଳା ଭାବେ ପରିଚିତ ଥିଲେ।
ସୂଚନା ଅନୁଯାୟୀ, ଦିବାକର ନାୟକ ନିଜ ପରିବାର ସହ ଭଞ୍ଜନଗର ନିକଟସ୍ଥ ଅଗଝୋଳ ଛକରେ ରହୁଥିଲେ। ସ୍ବାମୀ-ସ୍ତ୍ରୀ ଖାଇବା ପରେ ଶୋଇଥିଲେ। ରାତି ପ୍ରାୟ ୩ଟା ସମୟରେ ଅନିତା ହୃଦ୍‌ଘାତର ଶିକାର ହୋଇଥିଲେ। ଦିବାକର ଏନେଇ ଜାଣିବା ପରେ ତାଙ୍କ ଶଳା ରଞ୍ଜିତଙ୍କୁ ଡାକି ଅନିତାଙ୍କୁ ତୁରନ୍ତ ଚିକିତ୍ସା ପାଇଁ ଭଞ୍ଜନଗର ଡାକ୍ତରଖାନାକୁ ଆଣିଥିଲେ। ମାତ୍ର ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ପରେ ଅନିତାଙ୍କ ମରଶରୀରକୁ ନୟାଗଡ଼ ଜିଲା ଓଡ଼ଗାଁ ବ୍ଲକ ଅନ୍ତର୍ଗତ ଶ୍ୱଶୁର ଗ୍ରାମ ରୋହିବାଙ୍କକୁ ନିଆଯାଇଥିଲା। ସେଠାରେ ସୋମବାର ଅପରାହ୍ନରେ ବହୁ ବିଶିଷ୍ଟ ବ୍ୟକ୍ତିଙ୍କ ଉପସ୍ଥିତିରେ ତାଙ୍କର ଅନ୍ତିମ ସଂସ୍କାର କରାଯାଇଥିଲା। ଏହି ସମୟରେ ଭଞ୍ଜନଗର ବାର୍‌ ଆସୋସିଏସନର ଅନେକ କର୍ମକର୍ତ୍ତା ମଧ୍ୟ ଉପସ୍ଥିତ ଥିଲେ।

ଅନିତାଙ୍କ ବିୟୋଗରେ ପୂର୍ବତନ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକଙ୍କ ସମେତ ବହୁ ବରିଷ୍ଠ ବ୍ୟକ୍ତି ଗଭୀର ଶୋକବ୍ୟକ୍ତ କରିଛନ୍ତି। ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସେମାନେ ସମବେଦନା ଜଣାଇବା ସହ ମୃତ ଆତ୍ମାର ସଦ୍‌ଗତି କାମନା କରିଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ମହିଳାଙ୍କୁ ନିର୍ଯାତନା ଦେଖି ତାତିଲେ ମହିଳା: ଶାଶୁ , ବଡ଼ଯାଆଙ୍କୁ ନିର୍ଧୁମ ଛେଚିଲେ, ଭିଡିଓ ଭାଇରାଲ

ହାଟଡିହୀ, ୫/୧୦ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ଏକ ଗ୍ରାମରେ ଜଣେ ବିଧବା ମହିଳାଙ୍କୁ ତାଙ୍କ ଶ୍ୱଶୁର ଘର ଲୋକେ ବାରମ୍ବାର ନିର୍ଯାତନା ଦେଉଥିବା…

ସ୍ତ୍ରୀଙ୍କ ଆଖି ଆଗରେ ସ୍ବାମୀଙ୍କୁ ଦଳି ମାରିଦେଲା ହାତୀ

ଲାଞ୍ଜିଗଡ଼,୫ା୧୦(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଦକ୍ଷିଣ ବନଖଣ୍ଡ ବିଶ୍ୱନାଥପୁର ରେଞ୍ଜର ଲାଞ୍ଜିଗଡ ସେକ୍ସନ ଅନ୍ତର୍ଗତ କାଣ୍ଡଗୁଡା ଗାଁ ନିକଟରେ ସୋମବାର ହାତୀ ଆକ୍ରମଣରେ ପୁଣି ଜଣଙ୍କର…

ପୋଖରୀରୁ ମାଛ ଚୋରି ଉଦ୍ୟମ: ଧରାପଡ଼ିବାରୁ ତେଣ୍ଟାରେ ଭୁଷି ହତ୍ୟା ଉଦ୍ୟମ, ଅଭିଯୁକ୍ତ ଗଲେ ଜେଲ

ଦିଗପହଣ୍ଡି, ୫/୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ ଅନ୍ତର୍ଗତ ସିନ୍ଧୁଖାଳି ଗ୍ରାମ ନିକଟସ୍ଥ ପୋଖରୀରୁ ମାଛ ଚୋରି ଉଦ୍ୟମକୁ କେନ୍ଦ୍ର…

ଶାରଦୀୟ ଷୋଳପୂଜାର ତୃତୀୟ ଦିନ: ଚନ୍ଦ୍ରଘଣ୍ଟା ବେଶରେ ଦେଲେ ମା’ ବନଦୁର୍ଗା

ନିରାକାରପୁର,୫।୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ରାମେଶ୍ବର ପଞ୍ଚାୟତ ମା’ ବନଦୁର୍ଗାଙ୍କ ପୀଠରେ ବିଶ୍ୱ କଲ୍ୟାଣ ନିମନ୍ତେ ଶାରଦୀୟ ପାର୍ବଣର ଷୋଳପୂଜା ଆରମ୍ଭ ହୋଇଯାଇଛି। ସୋମବାର ପୂଜାର…

କଣ୍ଟିଆପଡ଼ାରେ ‘ସେବା ସେତୁ’ ଅଭିଯାନ

ପାଟଣା, ୫/୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ କଣ୍ଟିଆପଡ଼ା ପଞ୍ଚାୟତ ସଭାଗୃହରେ ସୋମବାର ‘ସେବା ସେତୁ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ବିଡିଓ…

ଦାଦନ ଶ୍ରମିକଙ୍କ ମରଶରୀର ଗାଁକୁ ଆଣିବାକୁ ଉଦ୍ୟମ: ସହାୟତା ମଞ୍ଜୁର

ଦାରିଙ୍ଗବାଡ଼ି,୫।୧୦(ଅରୁଣ ସାହୁ):କେରଳରେ ଦାଦନ ଶ୍ରମିକ ଭାବେ କାମ କରୁଥିବା କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ କାଟିଙ୍ଗିଆ ପଞ୍ଚାୟତ ଅନ୍ତର୍ଗତ ଆଡ଼ିବଙ୍ଗା ଗ୍ରାମର ସନ୍ତୋଷ ମଲ୍ଲିକ (୪୬)ଙ୍କ ହଠାତ୍‌…

୮ ତାରିଖ ଚକା ବନ୍ଦ ପାଳନକୁ ମିଳିଲା ବଡ଼ ସମର୍ଥନ 

ସୁନାବେଡ଼ା, ୫।୧୦(କୃତ୍ତିବାସ ପ୍ରଧାନ): ଚଳିତ ମାସ ୮ ତାରିଖରେ ଇଣ୍ଡି ମେଣ୍ଟ ପକ୍ଷରୁ ଓଡ଼ିଶାରେ ୧୨ ଘଣ୍ଟିଆ ବନ୍ଦ ପାଳନ ପାଇଁ ଆହ୍ବାନ ଦିଆଯାଇଛି। ଏହି ପରିପ୍ରେକ୍ଷୀରେ…

ସେବା ସଙ୍କଳ୍ପ ଅଭିଯାନ: ୪୬ ୟୁନିଟ୍‌ ରକ୍ତ ସଂଗ୍ରହ

କର୍ଲାମୁଣ୍ଡା, ୫।୧୦ (ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦରସ୍ଥିତ ଯୁକ୍ତ ଦୁଇ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ସୋମବାର କର୍ଲାମୁଣ୍ଡା ଭାଜପା ପକ୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?