ହାଇକୋର୍ଟଙ୍କୁ ଚିଠି ଲେଖିଲେ ଅଞ୍ଜନା

ଭୁବନେଶ୍ୱର,୩।୫(ବ୍ୟୁରୋ): ବହୁ ଚର୍ଚ୍ଚିତ ଅଞ୍ଜନା ମିଶ୍ର ଗଣବଳାତ୍କାର ମାମଲାରେ ହାଇକୋର୍ଟଙ୍କୁ ଚିଠି ଲେଖିଛନ୍ତି ନିଜେ ପୀଡିତା। ସେ ତାଙ୍କ ଚିଠିରେ ଉଲ୍ଲେଖ କରିଛନ୍ତି ଯେ, ତାଙ୍କ ବଳାତ୍କାର ପଛରେ ଏକ ବଡ଼ ଷଡ଼ଯନ୍ତ୍ର ଥିଲା। ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତ ଗଣବଳାତ୍କାରରେ ସାମିଲ ଥିଲେ। ପ୍ରତିଶୋଧ ନେବାପାଇଁ ଷଡ଼ଯନ୍ତ୍ର କରାଯାଇ ତାଙ୍କୁ ବଳାତ୍କାର କରାଯାଇଥିଲା। ମୁଖ୍ୟ ଅଭିଯୁକ୍ତ ବିବନ ବିଶ୍ୱାଳ ଧରାପଡ଼ିଥିଲେ ମଧ୍ୟ ସିବିଆଇ ଷଡ଼ଯନ୍ତ୍ର ଦିଗରେ ତଦନ୍ତ କରୁନାହିଁ। ଷଡ଼ଯନ୍ତ୍ରର ପର୍ଦ୍ଦାଫାଶ ସହ ସମ୍ପୃକ୍ତ ଷଡ଼ଯନ୍ତ୍ରକାରୀଙ୍କୁ ସାମ୍‌ନାକୁ ଆଣିବାକୁ ସିବିଆଇକୁ ନିର୍ଦ୍ଦେଶ ଦେବା ପାଇଁ ଅଞ୍ଜନା ନିବେଦନ କରିଛନ୍ତି। ତେବେ ନିଜ ଓକିଲଙ୍କ ଅନୁପସ୍ଥିତିରେ ଅଞ୍ଜନା ନିଜେ ଗତ ୫ ତାରିଖରେ ଏହି ଚିଠି ଲେଖିଥିବା କହିଛନ୍ତି।
ଦୀର୍ଘ ୨୨ବର୍ଷ ପରେ ଅଞ୍ଜନା ମିଶ୍ର ଗଣବଳାତ୍କାର ଘଟଣାର ମୁଖ୍ୟ ଅଭିଯୁକ୍ତ ବିବନଙ୍କୁ ମହାରାଷ୍ଟ୍ର ପୁଣେରୁ ଗିରଫ କରିଥିଲା କମିଶନରେଟ୍‌ ପୋଲିସ। ବିବିନଙ୍କ ଗିରଫ ପରେ ପୀଡିତା ଅଞ୍ଜନାଙ୍କୁ ନ୍ୟାୟ ମିଳିଲା ବୋଲି ରାଜ୍ୟରେ ଚର୍ଚ୍ଚା ଜୋର ଧରିଥିଲା। ଏହି ମାମଲାର ତଦନ୍ତଭାର ସିବିଆଇ ହାତରେ ଥିବାରୁ ଗିରଫ ପରେ କମିଶନରେଟ ପୋଲିସ ଅଭିଯୁକ୍ତ ବିବନଙ୍କୁ ହସ୍ତାନ୍ତର କରିଥିଲା। ଏହାପରେ ଚୁପ୍‌ ବସିଥିବା ସିବିଆଇ ହଠାତ୍‌ ତତ୍ପର ହୋଇପଡ଼ିଥିଲା। ଚାର୍ଜଶିଟ୍‌ ଦାଖଲ କରିବାକୁ ଲାଗି ପଡିବା ସହ ବିବନ କେମିତି ଓଡ଼ିଶା ବାହାରକୁ ଖସିବାରେ ସମର୍ଥ ହେଲା ଓ ଏତେଦିନ କେଉଁଠାରେ ଲୁଚିଥିଲେ ସେସବୁ ଦିଗରେ ତଦନ୍ତ କରି ପ୍ରମାଣ ଯୋଗାଡ଼ କରିଥିଲା। ତେବେ ପୀଡିତା
ଅଞ୍ଜନା ଯେଉଁ ଦାବି ବାରମ୍ବାର ଦୋହରାଉଛନ୍ତି ସେ ଦିଗରେ ସିବିଆଇ ପକ୍ଷରୁ କୌଣସି ଆଖିଦୃଶିଆ ତଦନ୍ତ ଦେଖିବାକୁ ମିଳୁନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ୱର ଗଣବଳାତ୍କାର ପରେ ମହିଳା କମିଶନ ସଦସ୍ୟଙ୍କ ଅଜବ ଯୁକ୍ତି, ଝିଅମାନେ ରାତି ୮ଟା ପରେ…

ଭୂବନେଶ୍ୱର,୧୬।୧୨: ଧଉଳୀ ସ୍ଥିତ ଦୟାନଦୀ ପଠାରେ ଜଣେ ନାବାଳିକା ଗଣବଳାତ୍କାରର ଶିକାର ହେବା ଘଟଣାକୁ ନେଇ ସାରା ରାଜ୍ୟରେ ଚର୍ଚ୍ଚା ଲାଗି ରହିଛି। ଏହି ଘଟଣାର...

ସ୍ବାମୀଙ୍କୁ ଛାଡ଼ି ପ୍ରେମିକଙ୍କ ସହ ଫେରାର ହୋଇଯାଇଥିଲେ, ପ୍ରତାରଣା ପରେ ଫେରିଲେ…ତା’ ପରେ ଯାହା ହେଲା ଜାଣିଲେ…

ଇନ୍ଦୌର,୧୬।୧୨: ମଧ୍ୟପ୍ରଦେଶର ଇନ୍ଦୌରର ଚନ୍ଦନନଗର ଥାନା ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ଜଣେ ମହିଳା ପ୍ରେମର ଫାଶରେ ପଡ଼ି ନିଜ ସ୍ବାମୀଙ୍କୁ...

ଏପଟେ ଚାଲିଥିଲା IPL ନିଲାମ; ସେପଟେ ପ୍ରଥମ ଭାରତୀୟ ଭାବେ ଦ୍ୱିଶତକ ମାରିଲେ ୧୭ ବର୍ଷୀୟ ବ୍ୟାଟର

ନୂଆଦିଲ୍ଲୀ,୧୬।୧୨: ଭାରତୀୟ କ୍ରିକେଟ୍ ଇତିହାସରେ ଏକ ନୂଆ ଅଧ୍ୟାୟ ଯୋଡ଼ିଛନ୍ତି ୧୭ ବର୍ଷୀୟ ବାମହାତୀ ବ୍ୟାଟ୍ସମ୍ୟାନ୍ ଅଭିଜ୍ଞାନ କୁଣ୍ଡୁ। ସେ ଏସିଆ କପ୍ ୨୦୨୫ ରେ...

ଗୁଜରାଟରେ ‘ରୋଲିଂ ପେପର’ ଉପରେ କଟକଣା: ନିଶା ସେବନ ରୋକିବା ପାଇଁ ସରକାରଙ୍କ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ,୧୬।୧୨: ଯୁବପିଢ଼ିଙ୍କ ମଧ୍ୟରେ ବଢୁଥିବା ନିଶା ସେବନକୁ ରୋକିବା ଉଦ୍ଦେଶ୍ୟରେ ଗୁଜରାଟ ସରକାର ମଙ୍ଗଳବାର ରାଜ୍ୟରେ ‘ରୋଲିଂ ପେପର’, ‘ସ୍ମୋକିଂ କୋନ୍’, ପ୍ୟାକେଜ୍ଡ ରୋଲିଂ କିଟ୍...

୬ ବଲ୍‌ରେ ମାରିଥିଲେ ୬ ଛକା, ଏବେ ୧୦ ଗୁଣା ଅଧିକ ଟଙ୍କା ଦେଇ କିଣିଲା KKR, ମିଳିଲା ଏତିକି…

ଅବୁଧାବୀ,୧୬।୧୨: ଆଇପିଏଲ୍‌ ୨୦୨୬ର ମିନି ନୀଲାମୀରେ ଭାରତୀୟ ଯୁବ ଖେଳାଳିମାନଙ୍କ ଉପରେ ଟଙ୍କା ବର୍ଷା ହୋଇଛି। ଏଥର ଅନେକ ଯୁବ ଖେଳାଳି ଉପରେ ଫ୍ରାଞ୍ଚାଇଜିଗୁଡ଼ିକ ବଡ଼...

କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର: ଚିକିତ୍ସା ଅବହେଳାରୁ ନବଜାତ ଶିଶୁପୁତ୍ର, ପ୍ରସୂତି ମହିଳାଙ୍କ ମୃତ୍ୟୁ

କେସିଙ୍ଗା,୧୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଚିକିତ୍ସା ଅବହେଳାରୁ ଏକ ନବଜାତ ଶିଶୁପୁତ୍ର ସହ...

ତପ୍ତପାଣି ଘାଟିରେ ଭୟଙ୍କର ଦୁର୍ଘଟଣା: ଦୁଇ ସାଙ୍ଗ ବୁଲିବାକୁ ଜାଇ…

ଦିଗପହଣ୍ଡି,୧୬।୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଳକ ପାଟପୁର ଥାନା ତପ୍ତପାଣି ଘାଟି ଛେଦନଇ ନିକଟରେ ଏକ ବାଇକ ଦୁର୍ଘଟଣାରେ ଜଣେ ମତ୍ୟୁବରଣ କରିଥିବା ବେଳେ...

ପୂର୍ବତନ କାଉନସିଲରଙ୍କ ପରଲୋକ: ଶୋକ ବ୍ୟକ୍ତକଲେ ବିଧାୟକ

ଭଞ୍ଜନଗର,୧୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନଏସିର ପୂର୍ବତନ କାଉନସିଲର ଟି. ସାରଦା ରାଓ (୫୫) ମଙ୍ଗଳବାର ପରାଲୋକ ହୋଇଛିି। ସେ ଜନତାଦଳରୁ ୧୯୯୮ ମସିହାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri