ହାଇକୋର୍ଟଙ୍କୁ ଚିଠି ଲେଖିଲେ ଅଞ୍ଜନା

ଭୁବନେଶ୍ୱର,୩।୫(ବ୍ୟୁରୋ): ବହୁ ଚର୍ଚ୍ଚିତ ଅଞ୍ଜନା ମିଶ୍ର ଗଣବଳାତ୍କାର ମାମଲାରେ ହାଇକୋର୍ଟଙ୍କୁ ଚିଠି ଲେଖିଛନ୍ତି ନିଜେ ପୀଡିତା। ସେ ତାଙ୍କ ଚିଠିରେ ଉଲ୍ଲେଖ କରିଛନ୍ତି ଯେ, ତାଙ୍କ ବଳାତ୍କାର ପଛରେ ଏକ ବଡ଼ ଷଡ଼ଯନ୍ତ୍ର ଥିଲା। ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତ ଗଣବଳାତ୍କାରରେ ସାମିଲ ଥିଲେ। ପ୍ରତିଶୋଧ ନେବାପାଇଁ ଷଡ଼ଯନ୍ତ୍ର କରାଯାଇ ତାଙ୍କୁ ବଳାତ୍କାର କରାଯାଇଥିଲା। ମୁଖ୍ୟ ଅଭିଯୁକ୍ତ ବିବନ ବିଶ୍ୱାଳ ଧରାପଡ଼ିଥିଲେ ମଧ୍ୟ ସିବିଆଇ ଷଡ଼ଯନ୍ତ୍ର ଦିଗରେ ତଦନ୍ତ କରୁନାହିଁ। ଷଡ଼ଯନ୍ତ୍ରର ପର୍ଦ୍ଦାଫାଶ ସହ ସମ୍ପୃକ୍ତ ଷଡ଼ଯନ୍ତ୍ରକାରୀଙ୍କୁ ସାମ୍‌ନାକୁ ଆଣିବାକୁ ସିବିଆଇକୁ ନିର୍ଦ୍ଦେଶ ଦେବା ପାଇଁ ଅଞ୍ଜନା ନିବେଦନ କରିଛନ୍ତି। ତେବେ ନିଜ ଓକିଲଙ୍କ ଅନୁପସ୍ଥିତିରେ ଅଞ୍ଜନା ନିଜେ ଗତ ୫ ତାରିଖରେ ଏହି ଚିଠି ଲେଖିଥିବା କହିଛନ୍ତି।
ଦୀର୍ଘ ୨୨ବର୍ଷ ପରେ ଅଞ୍ଜନା ମିଶ୍ର ଗଣବଳାତ୍କାର ଘଟଣାର ମୁଖ୍ୟ ଅଭିଯୁକ୍ତ ବିବନଙ୍କୁ ମହାରାଷ୍ଟ୍ର ପୁଣେରୁ ଗିରଫ କରିଥିଲା କମିଶନରେଟ୍‌ ପୋଲିସ। ବିବିନଙ୍କ ଗିରଫ ପରେ ପୀଡିତା ଅଞ୍ଜନାଙ୍କୁ ନ୍ୟାୟ ମିଳିଲା ବୋଲି ରାଜ୍ୟରେ ଚର୍ଚ୍ଚା ଜୋର ଧରିଥିଲା। ଏହି ମାମଲାର ତଦନ୍ତଭାର ସିବିଆଇ ହାତରେ ଥିବାରୁ ଗିରଫ ପରେ କମିଶନରେଟ ପୋଲିସ ଅଭିଯୁକ୍ତ ବିବନଙ୍କୁ ହସ୍ତାନ୍ତର କରିଥିଲା। ଏହାପରେ ଚୁପ୍‌ ବସିଥିବା ସିବିଆଇ ହଠାତ୍‌ ତତ୍ପର ହୋଇପଡ଼ିଥିଲା। ଚାର୍ଜଶିଟ୍‌ ଦାଖଲ କରିବାକୁ ଲାଗି ପଡିବା ସହ ବିବନ କେମିତି ଓଡ଼ିଶା ବାହାରକୁ ଖସିବାରେ ସମର୍ଥ ହେଲା ଓ ଏତେଦିନ କେଉଁଠାରେ ଲୁଚିଥିଲେ ସେସବୁ ଦିଗରେ ତଦନ୍ତ କରି ପ୍ରମାଣ ଯୋଗାଡ଼ କରିଥିଲା। ତେବେ ପୀଡିତା
ଅଞ୍ଜନା ଯେଉଁ ଦାବି ବାରମ୍ବାର ଦୋହରାଉଛନ୍ତି ସେ ଦିଗରେ ସିବିଆଇ ପକ୍ଷରୁ କୌଣସି ଆଖିଦୃଶିଆ ତଦନ୍ତ ଦେଖିବାକୁ ମିଳୁନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ମୃତ ରାମା ରାଓଙ୍କ ପରିବାରକୁ ସହାୟତାର ହାତ ବଢ଼ାଇଲେ ବିଧାୟକ

ଗଞ୍ଜାମ,୩ା୧୦(ଅନାଥ ତରାଇ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଗୋଖୁରଗୁଦା ଗ୍ରାମର ଡବ୍ଲ୍ୟୁ ରାମା ରାଓଙ୍କର ତିରୁପତିଠାରେ କାର୍ଯ୍ୟରତ ଥିବା ସମୟରେ ଏକ ସଡ଼କ ଦୁର୍ଘଟଣାରେ ଅକାଳ…

ବ୍ରେକ୍‌ଅପ୍‌ ପରେ ପ୍ରେମିକଙ୍କ ଉପରେ ଅଜବ ପ୍ରତିଶୋଧ ନେଲେ ପ୍ରେମିକା: ଘରର ତାପମାତ୍ରା ବଢ଼ାଇ ଭାଙ୍ଗିଦେଲେ…

ଯେତେବେଳେ ହୃଦୟ ଭାଙ୍ଗିଯାଏ ବା କେହି ବିଶ୍ୱାସଘାତକତା କରି ଆଗକୁ ବଢ଼ିଯାଏ, ସେତେବେଳେ ବ୍ୟକ୍ତି ପ୍ରତିଶୋଧ ନେବା ପାଇଁ ଅଜବ ଅଜବ ଉପାୟ ସବୁ ଆପଣାଇଥାଏ। ବ୍ରିଟେନର…

୧୨ ଅକ୍ଟୋବରରୁ ୩ ରାଶି ମାଲାମାଲ! ବିଶାଖା ନକ୍ଷତ୍ରରେ ବୁଧଙ୍କ ଚଳନ, ଚମକିବ ଆପଣଙ୍କ ଭାଗ୍ୟ?

ବୈଦିକ ଜ୍ୟୋତିଷରେ ବୁଧଙ୍କୁ “ଗ୍ରହମାନଙ୍କ ରାଜକୁମାର” ବୋଲି କୁହାଯାଏ। ବୁଧ ହେଉଛନ୍ତି ବୁଦ୍ଧି, ବାଣୀ, ତର୍କ ଏବଂ ବ୍ୟବସାୟର କାରକ ଗ୍ରହ। ବର୍ତ୍ତମାନ ବୁଧ ତାଙ୍କ ମିତ୍ର…

ଏସୀୟ କ୍ରୀଡ଼ା: ବିଶ୍ୱର ଏକ ନମ୍ବର କୁସ୍ତିଯୋଦ୍ଧାଙ୍କୁ ପରାସ୍ତ କରି ଭାରତ ପାଇଁ ୨୦ତମ ସ୍ବର୍ଣ୍ଣ ପଦକ ଜିତିଲେ ଅମନ ସେହରାୱତ

ନୂଆଦିଲ୍ଲୀ,୩।୧୦: ଅମନ ସେହରାୱତ ସ୍ବର୍ଣ୍ଣ ପଦକ ଜିତିଛନ୍ତି। ସେ ପୁରୁଷ ୫୭ କିଲୋଗ୍ରାମ ବର୍ଗର ଫାଇନାଲ ମୁକାବିଲାରେ ବିଶ୍ୱର ଏକ ନମ୍ବର କୁସ୍ତିଯୋଦ୍ଧାଙ୍କୁ ପରାସ୍ତ କରିଛନ୍ତି। ଏହି…

ପାର୍ବଣକୁ ନେଇ ଆନନ୍ଦପୁରରେ କଡ଼ା ସୁରକ୍ଷା: ନାକା ଡ୍ୟୁଟିରେ ପୋଲିସଙ୍କ ସହ ସାମିଲ ହେଲେ ଉପଜିଲାପାଳ

ବଞ୍ଚୋ, ୩/୧୦ (ପ୍ରଦୋଷ ବିଶ୍ୱାଳ): ପାର୍ବଣ ଋତୁ ଆରମ୍ଭ ହୋଇଥିବାରୁ ଆନନ୍ଦପୁର ଅଞ୍ଚଳରେ ଶାନ୍ତିଶୃଙ୍ଖଳା ଓ ସୁରକ୍ଷା ବଜାୟ ରଖିବା ପାଇଁ ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା…

‘ମାତୃଭୂମି’କୁ ମିଳିଲା ଗ୍ରୀନ ସିଗ୍‌ନାଲ: ଏବେ ସଲମାନ…

ମୁମ୍ବାଇ,୩।୧୦: ବଲିଉଡ ସୁପରଷ୍ଟାର ସଲମାନ ଖାନଙ୍କ ଆଗାମୀ ୱାର୍‌-ଡ୍ରାମା ଫିଲ୍ମ ନେଇ ଆସିଛି ଖୁସି ଖବର। ଦୀର୍ଘଦିନ ଧରି ରିଲିଜକୁ ନେଇ ଚାଲିଥିବା ଅନିଶ୍ଚିତତା ମଧ୍ୟରେ ଫିଲ୍ମକୁ…

ଦୁର୍ଘଟଣାରେ ମୃତ ଅନିଲଙ୍କ ପରିବାରକୁ ମିଳିଲା ୪ ଲକ୍ଷ ଟଙ୍କାର ସହାୟତା

ଗଞ୍ଜାମ, ୩/୧୦ (ଅନାଥ ତରାଇ): ଦୁର୍ଘଟଣାରେ ଅକାଳରେ ପ୍ରାଣ ହରାଇଥିବା ଗଞ୍ଜାମ ଏନ୍‌ଏସି ସାମନ୍ତରା ସାହିର ଅନିଲ ମହାପାତ୍ରଙ୍କ ପରିବାରକୁ ମୁଖ୍ୟମନ୍ତ୍ରୀ ରିଲିଫ୍‌ ପାଣ୍ଠିରୁ ୪ ଲକ୍ଷ…

ଅଭିଷେକ କିମ୍ବା ତିଲକ ନୁହଁନ୍ତି, ଏହି ଦୁଇ ବୋଲର୍‌ ଟିମ ଇଣ୍ଡିଆକୁ ଦେଲେ ସ୍ବର୍ଣ୍ଣ ପଦକ, ନାମ ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୩।୧୦: ଭାରତୀୟ ପୁରୁଷ କ୍ରିକେଟ ଦଳ ୨୦୨୬ ଏସୀୟ କ୍ରୀଡ଼ାରେ ସ୍ବର୍ଣ୍ଣ ପଦକ ଜିତିଛି। ଫାଇନାଲ ମ୍ୟାଚରେ ଭାରତୀୟ ଦଳ ପାକିସ୍ତାନକୁ ୧୯ ରନରେ ପରାସ୍ତ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?