ଲାଇଭ୍‌ଷ୍ଟ୍ରିମ୍‌ ସମୟରେ ଆଙ୍କରଙ୍କୁ ହତ୍ୟା

ମାନିଲା,୬ା୧୧: ଲାଇଭଷ୍ଟ୍ରିମ୍‌ ସମୟରେ ଜଣେ ରେଡିଓ ଆଙ୍କରଙ୍କୁ ହତ୍ୟା କରାଯାଇଛି। ଏପରି ଅଭାବନୀୟ ଘଟଣା ଫିଲିପାଇନ୍ସରେ ଘଟିଛି। ଦୁର୍ବୃତ୍ତମାନେ ସ୍ପଷ୍ଟ ଦିବାଲୋକରେ ଷ୍ଟୁଡିଓ ଭିତରେ ପଶି ଆଙ୍କରଙ୍କ ଉପରକୁ ଗୁଳି ଚଳାଇଥିଲେ।
ସୂଚନାଯୋଗ୍ୟ, ରବିବାର ଫିଲିପାଇନ୍ସରେ ଏକ ଫେସ୍‌ବୁକ୍‌ ଲାଇଭ୍‌ କାର୍ଯ୍ୟକ୍ରମ ସମୟରେ ରେଡିଓ ଆଙ୍କର ଉପସ୍ଥାପନା କରୁଥିବା ବେଳେ ତାଙ୍କ ଉପରକୁ ଗୁଳିମାଡ଼ ହୋଇଥିଲା। ଅଭିଯୁକ୍ତମାନେ ରାଜ୍ୟ ସମ୍ବାଦ ପ୍ରସାରଣକାରୀ ଜୁଆନ ଜୁମାଲନ୍‌ଙ୍କ ହୋମ୍‌ ରେଡିଓ ଷ୍ଟେଶନରେ ଜଣେ ଶ୍ରୋତା ଭାବରେ ପ୍ରବେଶ କରି ହତ୍ୟା କରିଥିଲେ।

ମିସାମିସ ଆକ୍ସିଡେଣ୍ଟାଲ ପ୍ରଦେଶର କାଲାମ୍ବା ସହରରେ ସକାଳର ଲାଇଭ୍‌ ପ୍ରସାରଣ ସମୟରେ ଦୁଇଥର ଆଙ୍କରଙ୍କ ଉପରକୁ ଗୁଳି ଚଳାଇଥିବା ପୋଲିସ କହିଛି। ଆକ୍ରମଣକାରୀ ସୁନା ଚେନ୍‌ ଛଡ଼ାଇ ନେଇ ମୋଟରସାଇକେଲରେ ବାହାରେ ଅପେକ୍ଷା କରିଥିବା ସାଥୀଙ୍କ ସହ ପଳାଇ ଯାଇଥିଲେ। ଅଭିଯୁକ୍ତଙ୍କ ପରିଚୟ ମିଳିପାରି ନାହିଁ। ଏହି ଆକ୍ରମଣ ତାଙ୍କର କୌଣସି କାର୍ଯ୍ୟ ସହ ଜଡ଼ିତ କି ନାହିଁ ତାହା ମଧ୍ୟ ଅନୁସନ୍ଧାନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

କଳାହାଣ୍ଡି ପୋଲିସକୁ ବଡ଼ ସଫଳତା; ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ, ୪ ଗିରଫ

ଭବାନୀପାଟଣା,୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦୀର୍ଘ ଦିନ ଧରି ଜିଲାର ଗୋଲାମୁଣ୍ଡା, କୋକସରା ଏବଂ କେଗାଁ ଥାନା ଅଞ୍ଚଳରେ ଚୋରି…

୩ ଶହରୁ ଅଧିକ ଚାଷୀଙ୍କୁ ଠକି ଲୁଟିଥିଲେ ଟଙ୍କା, ବାନ୍ଧିଲା ଉଦୟଗିରି ପୋଲିସ

ମୋହନା,୫ା୭ (ମନ୍ମଥ ମିଶ୍ର ): ଚାଷୀଙ୍କ ଠାରୁ ଲକ୍ଷାଧିକ ଟଙ୍କା ଲୁଟି ନେଇ ଶେଷରେ ବନ୍ଧା ହେଲା ଠକ ଅଭିଯୁକ୍ତ । ଏଭଳି ଘଟଣା ଦେଖିବାକୁ ମିଳିଛି…

ନଦିଗାଁ ରାସ୍ତାର ପ୍ରସ୍ତାବିତ ମଦ ଦୋକାନକୁ ବିରୋଧ, ଧୂଷୁରୀ ଥାନା ଘେରାଉ କଲେ ଶତାଧିକ ମହିଳା

ଅସୁରାଳି,୫ା୭(ସନ୍ତୋଷ ସାହୁ): ଧୂଷୁରୀ ଥାନା ଅଞ୍ଚଳର ନଦିଗାଁ ରାସ୍ତା ନିକଟରେ ପ୍ରସ୍ତାବିତ ମଦ ଦୋକାନ ଖୋଲିବାକୁ ବିରୋଧ କରିଛନ୍ତି ସ୍ଥାନୀୟ ମହିଳା । ରବିବାର ଶତାଧିକ ମହିଳା…

ଟ୍ରମ୍ପଙ୍କ ଧମକର କଡ଼ା ଜବାବ ଦେଲା ଇରାନ; ନା ସଭ୍ୟତା, ନା ଇତିହାସ….

ତେହରାନ,୫ା୭: ଡୋନାଲ୍ଡ ଟ୍ରମ୍ପଙ୍କ ନିରନ୍ତର ବୟାନବାଜି ଉପରେ ଇରାନ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛି । ଟ୍ରମ୍ପ ଦାବି କରିଥିଲେ ଯେ ସେ ଦେଶର ବରିଷ୍ଠ ନେତାମାନଙ୍କୁ…

ବର୍ଷାରେ ବେହାଲ କେସିଙ୍ଗା, ରେଳ ଷ୍ଟେଶନରେ ପାଣି ଗଳୁଥିବାରୁ ଯାତ୍ରୀ ହନ୍ତସନ୍ତ

କେସିଙ୍ଗା,୫।୭(ତୁମେଶ୍ୱର ସାହୁ): ସମ୍ବଲପୁର ରେଲୱେ ଡିଭିଜନ ଅନ୍ତର୍ଗତ କେସିଙ୍ଗା ରେଲୱେ ଷ୍ଟେଶନକୁ ଗତ ମାସ ୨୬ ତାରିଖରେ ଜେନେରାଲ ମେନେଜର ପରମେଶ୍ବର ଫୁଙ୍କାୱାଲଙ୍କ ସମେତ ଡି ଆର…

ସମ୍ପତ୍ତି ପାଇଁ ସୈତାନ ସାଜିଲେ ଆପଣା ଭାଇ: ପରସ୍ପରକୁ ହତ୍ୟା ଉଦ୍ୟମ ପରେ ଗଲେ ଜେଲ୍‌

ଦିଗପହଣ୍ଡି,୫।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ଅନଙ୍ଗପୁର ଗ୍ରାମରେ ଗତ ଏପ୍ରିଲ ୨୧ ତାରିଖ  ସକାଳେ ପୈତୃକ ସମ୍ପତ୍ତି ପାଇଁ ପାରିବାରିକ…

ଚିଠା ଭୋଟର ତାଲିକା ପ୍ରକାଶ, ବାଦ୍ ପଡିଲେ ୩୬,୩୪୨

ଭଞ୍ଜନଗର,୫।୭(ବାବୁଲା ପ୍ରଧାନ): ଭଞ୍ଜନଗର ଉପଖଣ୍ଡ ଅନ୍ତର୍ଗତ ୩ଟି ନିର୍ବାଚନ ମଣ୍ଡଳୀ ଭଞ୍ଜନଗର, ଆସ୍କା ଏବଂ ସୋରଡ଼ା ବିଧାନସଭା ନିର୍ବାଚନ ମଣ୍ଡଳୀ ଦାୟିତ୍ୱରେ ଥିବା ଇ.ଆର୍.ଓ ମାନଙ୍କ ଦ୍ଵାରା…

ବରଗଡ଼ରେ ଉନ୍ମୋଚନ ହେଲା ଚିଠା ଭୋଟର ତାଲିକା, ଜିଲାପାଳ କହିଲେ….

ବରଗଡ଼,୫।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସଭାଗୃହଠାରେ ରବିବାର ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (SIR) ପ୍ରକ୍ରିୟା ଅନ୍ତର୍ଗତ ଚିଠା ନିର୍ବାଚନ ତାଲିକା ଆନୁଷ୍ଠାନିକ ଭାବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri