Posted inଖେଳ

ଅଙ୍କିତା ଦ୍ୱିତୀୟ ରାଉଣ୍ଡରେ, ରାମକୁମାର ପରାସ୍ତ

ପ୍ୟାରିସ୍‌, ୨୩ା୯ (ପି.ଟି.)-ଭାରତର ଅଙ୍କିତା ରାଇନା ଫ୍ରେଞ୍ଚ ଓପନ୍‌ ମହିଳା ସିଙ୍ଗଲ୍ସ କ୍ୱାଲିଫାୟର୍ସ ଦ୍ୱିତୀୟ ରାଉଣ୍ଡରେ ପ୍ରବେଶ କରିଛନ୍ତି। ଏକ ସଂଘର୍ଷପୂର୍ଣ୍ଣ ମ୍ୟାଚରେ ସେ ସର୍ବୀୟାର ଜୋଭାନା ଜୋଭିଚ୍‌ଙ୍କୁ ୬-୪, ୪-୬, ୬-୪ ସେଟ୍‌ରେ ହରାଇ ଦେଇଛନ୍ତି। ଏହି ମ୍ୟାଚ ଦୀର୍ଘ ୨ଘଣ୍ଟା ୪୭ ମିନିଟ୍‌ ଧରି ଚାଲିଥିଲା ତେବେ ପ୍ରଥମ ଗ୍ରାଣ୍ଡସ୍ଲାମ ସିଙ୍ଗଲ୍ସ ମୁଖ୍ୟ ଡ୍ର’ ପାଇଁ ଯୋଗ୍ୟତା ହାସଲ କରିବା ଲାଗି ରାମକୁମାର ରମାନାଥନ ତାଙ୍କ ଉଦ୍ୟମରେ ଅସଫଳ ରହିଛନ୍ତି। ୧୯୮ ର଼୍ୟାଙ୍କିଙ୍ଗପ୍ରାପ୍ତ ଭାରତୀୟ ଡେଭିସ୍‌ କପ୍‌ ଖେଳାଳି କ୍ୱାଲିଫାଇଂ ପ୍ରଥମ ରାଉଣ୍ଡରେ ତାଙ୍କଠାରୁ ନିମ୍ନ ର଼୍ୟାଙ୍କିଙ୍ଗପ୍ରାପ୍ତ ଫ୍ରେଞ୍ଚ ଓ୍ବାଇଲ୍ଡ କାର୍ଡ ଟ୍ରିଷ୍ଟାନ୍‌ ଲାମାସିନେଙ୍କ (୨୬୮)ଠାରୁ ୫-୭, ୨-୬ ସେଟ୍‌ରେ ହାରିଯାଇଛନ୍ତି। ଏହି ମ୍ୟାଚ୍‌ ୧ ଘଣ୍ଟା ୨୭ ମିନିଟ୍‌ ଧରି ଚାଲିଥିଲା। ୨୫ ବର୍ଷୀୟ ରାମକୁମାର ୪ଥର ସର୍ଭିସ ସୁଯୋଗ ହାତଛଡ଼ା କରିଥିଲେ। ଦେଶର ଟପ୍‌ ସିଙ୍ଗଲ୍ସ ଖେଳାଳି ସୁମିତ ନାଗାଲ ପୂର୍ବରୁ ବିଦାୟ ନେଇ ସାରିଛନ୍ତି। ପୁରୁଷ ସିଙ୍ଗଲ୍ସ କ୍ୱାଲିଫାଇଂ ରାଉଣ୍ଡରେ ଏକମାତ୍ର ଭାରତୀୟ ଖେଳାଳି ଭାବେ ପ୍ରଜନେଶ ଗୁଣେଶ୍ୱରନ ତିଷ୍ଠି ରହିଛନ୍ତି। ଗ୍ରାଣ୍ଡସ୍ଲାମ ମୁଖ୍ୟ ଡ୍ର’ରେ ପ୍ରବେଶ କରିବା ଲାଗି ରାମକୁମାର ୨୦୧୫ରୁ ଚେଷ୍ଟା ଚଳାଇ ଆସିଛନ୍ତି। କିନ୍ତୁ ସେ ଏପର୍ଯ୍ୟନ୍ତ ସଫଳ ହୋଇ ପାରି ନାହାନ୍ତି। ୨୦୧୮ରେ ଅଷ୍ଟ୍ରଲିଆନ କ୍ୱାଲିଫାୟର୍ସରେ ସେ ତୃତୀୟ ରାଉଣ୍ଡକୁ ଉନ୍ନୀତ ହୋଇ ପାରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

କ୍ରିକେଟ୍‌ କୋଚଙ୍କୁ ହତ୍ୟା: ଖେଳାଳିଙ୍କ ସହ ଯୋଇଥିଲା ଯୁକ୍ତିତର୍କ, ଆଉ ତା’ପରେ ଘଟିଲା…

ନୂଆଦିଲ୍ଲୀ,୧୪।୮: ଶ୍ରୀଲଙ୍କାରେ ଜଣେ କ୍ରିକେଟ କୋଚଙ୍କୁ ହତ୍ୟା କରାଯାଇଛି। କଲମ୍ବୋ କ୍ରିକେଟ କ୍ଲବର ପ୍ରଶିକ୍ଷକ ସୁମିଥ ଫର୍ଣ୍ଣାଣ୍ଡୋ ତାଙ୍କ ନିଜ ଖେଳାଳିଙ୍କ ସହ ଝଗଡ଼ା କରିଥିଲେ ଏବଂ…

ଗାଲେ ଟେଷ୍ଟ ପୂର୍ବରୁ କୋଚ୍‌ଙ୍କ ବଡ଼ ବୟାନ, ଏହି ୩ ସ୍ପିନର ଦଳରେ ହୋଇପାରନ୍ତି ସାମିଲ

ଗାଲେ,୧୩ା୮: ଶନିବାରଠାରୁ ଶ୍ରୀଲଙ୍କା ବିପକ୍ଷରେ ଖେଳାଯିବାକୁ ଥିବା ପ୍ରଥମ ଟେଷ୍ଟ କ୍ରିକେଟ ମ୍ୟାଚ୍‌ ଲାଗି ଭାରତୀୟ ଦଳରେ ୩ ବାମହାତୀ ସ୍ପିନରଙ୍କୁ ସାମିଲ କରାଯାଇପାରେ। ଏ ନେଇ…

କାହିଁକି ଭାଜପାରେ ସାମିଲ ହେଲେ ହରଭଜନ? ନିଜେ କହିଲେ ଏହା ପଛ ବଡ଼ କାରଣ

ନୂଆଦିଲ୍ଲୀ,୧୩।୮: ହରଭଜନ ସିଂହ ଅଭିଯୋଗ କରିଛନ୍ତି ଯେ ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ରୀଡ଼ାକୁ ପ୍ରୋତ୍ସାହନ ଦେବାରେ କୌଣସି ଆଗ୍ରହ ଦେଖାଇ ନଥିଲେ ଏବଂ ତାଙ୍କୁ କେବେ ନିଯୁକ୍ତି ମଧ୍ୟ…

ଗମ୍ଭୀରଙ୍କୁ ନେଇ ଏଭଳି କହିଦେଲେ ହରଭଜନ ସିଂ, ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୧୩।୮: ଗୌତମ ଗମ୍ଭୀରଙ୍କୁ ନେଇ ପୂର୍ବତନ ଭାରତୀୟ ସ୍ପିନର୍ ହରଭଜନ ସିଂ ଏକ ବଡ଼ ବୟାନ ଦେଇଛନ୍ତି । ହରଭଜନଙ୍କ କହିବାନୁଯାୟୀ, ସେ ଯେଉଁ ଗୌତମ ଗମ୍ଭୀରଙ୍କୁ…

ମାତ୍ର ୧୫ ବର୍ଷ ବୟସରେ ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିଲା ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ, କ୍ରିକେଟ ଜଗତରେ ପଡିଗଲା ଚହଳ

ନୂଆଦିଲ୍ଲୀ,୧୩।୮: ଭାରତୀୟ କ୍ରିକେଟରେ ସବୁଠାରୁ ବିସ୍ଫୋରକ ଯୁବ ବ୍ୟାଟରମାନଙ୍କ ମଧ୍ୟରେ ସାମିଲ ବୈଭବ ସୂର୍ଯ୍ୟବଂଶୀ ନିଜ ବ୍ୟାଟିଂରେ ଲଗାତାର ଚର୍ଚ୍ଚାରେ ରହିଛନ୍ତି। ଜିମ୍ବାୱେ ଗସ୍ତରେ ମଧ୍ୟ ବ୍ୟାଟରେ…

୫ ସନ୍ତାନଙ୍କ ଉପସ୍ଥିତିରେ ବିବାହ କଲେ ରୋନାଲ୍ଡୋ: ୧୦ ବର୍ଷ ପରେ ଘଟିଲା…

ଲିସ୍‌ବନ,୧୩ା୮(ଏପି):ଫୁଟ୍‌ବଲ ସୁପରଷ୍ଟାର କ୍ରିଷ୍ଟିଆନୋ ରୋନାଲ୍ଡୋ ତାଙ୍କର ଦୀର୍ଘଦିନର ବାନ୍ଧବୀ ତଥା ଆର୍ଜେଣ୍ଟିନା-ସ୍ପାନିଶ ମଡେଲ ଜର୍ଜିନା ରୋଡ୍ରିଗୁଏଜଙ୍କୁ ବିବାହ କରିଛନ୍ତି। ରାଜଧାନୀ ଲିସ୍‌ବନ ନିକଟସ୍ଥ ଉପକୂଳବର୍ତ୍ତୀ ସହର କାସ୍‌କାଇସ୍‌ଠାରେ…

ଟେବୁଲ୍‌ ଟେନିସ୍‌ ଫେଡେରେଶନ ସ୍ବୀକୃତି ରଦ୍ଦ, କ୍ରୀଡ଼ା ମନ୍ତ୍ରଣାଳୟର ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୧୨।୮: ବୁଧବାର ଦିନ କ୍ରୀଡ଼ା ମନ୍ତ୍ରଣାଳୟ ପକ୍ଷରୁ ଭାରତୀୟ ଟେବୁଲ୍ ଟେନିସ୍ ମହାସଂଘ (TTFI) ର ସ୍ୱୀକୃତି ରଦ୍ଦ କରାଯାଇଛି। ମନ୍ତ୍ରଣାଳୟ ପକ୍ଷରୁ ଭାରତୀୟ ଅଲିମ୍ପିକ୍ ସଂଘକୁ…

ସନ୍ନ୍ୟାସ ପରେ ପୂର୍ବତନ କ୍ରିକେଟର ରାହାଣେଙ୍କ ନୂଆ ଇନିଂସ, ପ୍ରଶଂସକ ଜଣାଉଛନ୍ତି ଶୁଭେଚ୍ଛା

ନୂଆଦିଲ୍ଲୀ,୧୨।୮: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ବ୍ୟାଟ୍ସମ୍ୟାନ୍ ତଥା ଅଧିନାୟକ ଅଜିଙ୍କ୍ୟ ରାହାଣେ ନିକଟରେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିବା ପରେ ଏକ ନୂତନ ଭୂମିକାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri