Posted inଖେଳ

ଅଙ୍କିତା ଦ୍ୱିତୀୟ ରାଉଣ୍ଡରେ, ରାମକୁମାର ପରାସ୍ତ

ପ୍ୟାରିସ୍‌, ୨୩ା୯ (ପି.ଟି.)-ଭାରତର ଅଙ୍କିତା ରାଇନା ଫ୍ରେଞ୍ଚ ଓପନ୍‌ ମହିଳା ସିଙ୍ଗଲ୍ସ କ୍ୱାଲିଫାୟର୍ସ ଦ୍ୱିତୀୟ ରାଉଣ୍ଡରେ ପ୍ରବେଶ କରିଛନ୍ତି। ଏକ ସଂଘର୍ଷପୂର୍ଣ୍ଣ ମ୍ୟାଚରେ ସେ ସର୍ବୀୟାର ଜୋଭାନା ଜୋଭିଚ୍‌ଙ୍କୁ ୬-୪, ୪-୬, ୬-୪ ସେଟ୍‌ରେ ହରାଇ ଦେଇଛନ୍ତି। ଏହି ମ୍ୟାଚ ଦୀର୍ଘ ୨ଘଣ୍ଟା ୪୭ ମିନିଟ୍‌ ଧରି ଚାଲିଥିଲା ତେବେ ପ୍ରଥମ ଗ୍ରାଣ୍ଡସ୍ଲାମ ସିଙ୍ଗଲ୍ସ ମୁଖ୍ୟ ଡ୍ର’ ପାଇଁ ଯୋଗ୍ୟତା ହାସଲ କରିବା ଲାଗି ରାମକୁମାର ରମାନାଥନ ତାଙ୍କ ଉଦ୍ୟମରେ ଅସଫଳ ରହିଛନ୍ତି। ୧୯୮ ର଼୍ୟାଙ୍କିଙ୍ଗପ୍ରାପ୍ତ ଭାରତୀୟ ଡେଭିସ୍‌ କପ୍‌ ଖେଳାଳି କ୍ୱାଲିଫାଇଂ ପ୍ରଥମ ରାଉଣ୍ଡରେ ତାଙ୍କଠାରୁ ନିମ୍ନ ର଼୍ୟାଙ୍କିଙ୍ଗପ୍ରାପ୍ତ ଫ୍ରେଞ୍ଚ ଓ୍ବାଇଲ୍ଡ କାର୍ଡ ଟ୍ରିଷ୍ଟାନ୍‌ ଲାମାସିନେଙ୍କ (୨୬୮)ଠାରୁ ୫-୭, ୨-୬ ସେଟ୍‌ରେ ହାରିଯାଇଛନ୍ତି। ଏହି ମ୍ୟାଚ୍‌ ୧ ଘଣ୍ଟା ୨୭ ମିନିଟ୍‌ ଧରି ଚାଲିଥିଲା। ୨୫ ବର୍ଷୀୟ ରାମକୁମାର ୪ଥର ସର୍ଭିସ ସୁଯୋଗ ହାତଛଡ଼ା କରିଥିଲେ। ଦେଶର ଟପ୍‌ ସିଙ୍ଗଲ୍ସ ଖେଳାଳି ସୁମିତ ନାଗାଲ ପୂର୍ବରୁ ବିଦାୟ ନେଇ ସାରିଛନ୍ତି। ପୁରୁଷ ସିଙ୍ଗଲ୍ସ କ୍ୱାଲିଫାଇଂ ରାଉଣ୍ଡରେ ଏକମାତ୍ର ଭାରତୀୟ ଖେଳାଳି ଭାବେ ପ୍ରଜନେଶ ଗୁଣେଶ୍ୱରନ ତିଷ୍ଠି ରହିଛନ୍ତି। ଗ୍ରାଣ୍ଡସ୍ଲାମ ମୁଖ୍ୟ ଡ୍ର’ରେ ପ୍ରବେଶ କରିବା ଲାଗି ରାମକୁମାର ୨୦୧୫ରୁ ଚେଷ୍ଟା ଚଳାଇ ଆସିଛନ୍ତି। କିନ୍ତୁ ସେ ଏପର୍ଯ୍ୟନ୍ତ ସଫଳ ହୋଇ ପାରି ନାହାନ୍ତି। ୨୦୧୮ରେ ଅଷ୍ଟ୍ରଲିଆନ କ୍ୱାଲିଫାୟର୍ସରେ ସେ ତୃତୀୟ ରାଉଣ୍ଡକୁ ଉନ୍ନୀତ ହୋଇ ପାରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଶେଷ ଓଭରରେ ରୋହିତ ଶର୍ମାଙ୍କ ଏହି ଗୋଟିଏ ନିଷ୍ପତ୍ତି, ପଲଟାଇଦେଲା ବାଜି

ନୂଆଦିଲ୍ଲୀ,୧୯।୪: ଇଣ୍ଡିଆନ ପ୍ରିମିୟର ଲିଗ ଟି-୨୦ ମ୍ୟାଚ୍‌ରେ ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଜାବ କିଙ୍ଗ୍ସକୁ ନଅ ରନ୍‌ରେ ପରାସ୍ତ କରିଛି। ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ଟସ ଜିତିବା...

ଆଇପିଏଲ୍‌ରେ ଧମାଲ୍‌ କରୁଛନ୍ତି ଏହି ୫ ଅନ୍‌କ୍ୟାପ୍‌ଡ୍‌ ଖେଳାଳି: ଟି-୨୦ ବିଶ୍ୱକପ୍‌ରେ ମିଳିପାରେ ସ୍ଥାନ

ନୂଆଦିଲ୍ଲୀ,୧୯।୪:ସନରାଇଜର୍ସ ହାଇଦ୍ରାବାଦ ଓପନର୍‌ ଅଭିଷେକ ଶର୍ମାଙ୍କ ଆଇପିଏଲ୍‌ରେ ଚମତ୍କାର ପ୍ରଦର୍ଶନ କରୁଛନ୍ତି। ଚଳିତ ସିଜନରେ ଏପର୍ଯ୍ୟନ୍ତ ଅଭିଷେକ ୬ଟି ମ୍ୟାଚରେ ୨୧୧ ରନ ସଂଗ୍ରହ କରିଛନ୍ତି।...

ରୋଚକ ହେଉଛି ପର୍ପଲ-ଅରେଞ୍ଜ କ୍ୟାପ୍‌ ରେସ୍‌: ଜାଣନ୍ତୁ ଏବେ କିଏ ଅଛନ୍ତି…

ମୁମ୍ବାଇ,୧୯।୪: ପଞ୍ଜାବ କିଙ୍ଗସ ବିପକ୍ଷରେ ଜସପ୍ରୀତ ବୁମ୍‌ରା ଏକ ଚମତ୍କାର ବୋଲିଂ ପ୍ରଦର୍ଶନ କରିଥିଲେ। ଜସପ୍ରୀତ ବୁମ୍‌ରା ୩ ବ୍ୟାଟ୍ସମ୍ୟାନ ୪ ଓଭରରେ ୨୧ ରନ...

ମୁମ୍ବାଇ ଜିତିବା ସତ୍ତ୍ୱେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ଲାଗିଲା ବଡ଼ ଝଟ୍‌କା

ମୁମ୍ବାଇ,୧୯।୪: ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଜାବ କିଙ୍ଗସ ବିପକ୍ଷରେ ଏକ ରୋମାଞ୍ଚକର ବିଜୟ ହାସଲ କରିଛି। ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ନେତୃତ୍ୱାଧୀନ ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଜାବ କିଙ୍ଗସକୁ ୯...

ଧୋନୀଙ୍କୁ ବିଶ୍ୱକପ୍‌ ଲାଗି ରାଜି କରାଇବା ପ୍ରସଙ୍ଗରେ କ’ଣ କହିଲେ ରୋହିତ? ଦଳ ଘୋଷଣା ପୂର୍ବରୁ ଆସିଲା ବଡ଼ ଖବର

ନୂଆଦିଲ୍ଲୀ,୧୮।୪: ଟି୨୦ ବିଶ୍ୱକପ୍‌ ପାଇଁ ଟିମ୍‌ ଇଣ୍ଡିଆ ଘୋଷଣା କରାଯିବା ବାକି ଅଛି। ହେଲେ କେଉଁ ଖେଳାଳିଙ୍କୁ ଚୟନ କରାଯିବ, କାହାକୁ ନୁହେଁ, ତାହାକୁ ନେଇ...

ଚେନ୍ନାଇରେ ସାମିଲ ହେଲେ ଏହି ଘାତକ ବୋଲର୍‌, ୪ ବଲ୍‌ରେ ରୋହିତ-ବିରାଟ-ପନ୍ତଙ୍କ ଉଇକେଟ ନେଇ ଥିଲେ ଚର୍ଚ୍ଚାରେ

ନୂଆଦିଲ୍ଲୀ,୧୮।୪: ଆଇପିଏଲ୍‌ ମଝିରୁ ଚେନ୍ନାଇ ସୁପର କିଙ୍ଗ୍ସ(ସିଏସ୍‌କେ)ରୁ ବାଦ୍‌ ପଡ଼ିଛନ୍ତି ଷ୍ଟାର କ୍ରିକେଟର ଡିଭନ୍‌ କନଓ୍ବେ। ସର୍ବାଧିକ ରନ୍‌ ସ୍କୋର କରିଥିବା ଏହି କ୍ରିକେଟର ପୁରା...

ପଡ଼ିଆକୁ ଓହ୍ଲାଇବା ମାତ୍ରେ ଇତିହାସ ରଚିବେ ରୋହିତ ଶର୍ମା

ରୋହିତ ଶର୍ମା ପ୍ରଥମ ସିଜିନ ଅର୍ଥାତ୍‌ ୨୦୦୮ ଠାରୁ ଇଣ୍ଡିଆନ ପ୍ରିମିୟର ଲିଗ (ଆଇପିଏଲ) ର ଏକ ଅଂଶ ରହିଆସିଛନ୍ତି। ରୋହିତ ହେଉଛନ୍ତି ଆଇପିଏଲର ଅନ୍ୟତମ...

ଆଇପିଏଲ୍‌ ମଝିରେ ଚେନ୍ନାଇ ସୁପର କିଙ୍ଗସକୁ ଲାଗିଲା ବଡ଼ ଝଟ୍‌କା

ନୂଆଦିଲ୍ଲୀ,୧୮।୪: ଚେନ୍ନାଇ ସୁପର କିଙ୍ଗସ ଆଇପିଏଲ ୨୦୨୪ରେ ଏପର୍ଯ୍ୟନ୍ତ ଭଲ ପ୍ରଦର୍ଶନ କରୁଛି, କିନ୍ତୁ ଦଳକୁ ଏକ ବଡ଼ ଝଟ୍‌କା ଲାଗିଛି। ଗତ ସିଜନରେ ସିଏସ୍‌କେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri