ସହାୟତା ଅପେକ୍ଷାରେ ଅଙ୍କିତା

ଜଟଣୀ,୨।୮(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ଜଟଣୀ ପୌରାଞ୍ଚଳ ଅନ୍ତର୍ଗତ ଗଜପତି ନଗରରେ ରହୁଥିବା ଅମୂଲ୍ୟ ସାହୁଙ୍କ ଝିଅ ଅଙ୍କିତା ପ୍ରିୟଦର୍ଶିନୀ(୧୨)। ଖେଳକୁଦ ଓ ପାଠପଢ଼ା ବସୟରେ ଅଙ୍କିତା ଆପଲାଷ୍ଟିକ ଆନିମିଆ ଓ କିଡନୀ ରୋଗରେ ଆକ୍ରାନ୍ତ ହୋଇ ଯନ୍ତ୍ରଣାରେ ଜୀବନ ବିତାଉଛନ୍ତି। ଚିକିତ୍ସାରେ ଅର୍ଥ ସାଜିଛି ବାଧକ। ଅମୂଲ୍ୟଙ୍କ କହିବାନୁଯାୟୀ, ଏକ ମାସ ପୂର୍ବେ ଅଙ୍କିତାଙ୍କ ଦେହ ଖରାପ ହେବାରୁ ପଡ଼ୋଶୀଙ୍କ ସହଯୋଗରେ ଚିକିତ୍ସା ପାଇଁ ଜଟଣୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନେଇଥିଲେ। ସେଠାରେ ଡାକ୍ତର କଟକ କିମ୍ବା ଏମ୍‌ସ ମେଡିକାଲ ନେବା ପାଇଁ ପରାମର୍ଶ ଦେଇଥିଲେ। ଭୁବନେଶ୍ୱର ଏମ୍ସରେ ଚିକିତ୍ସା ବେଳେ ଅଙ୍କିତାଙ୍କ ଦୁଇଟି କିଡ୍‌ନୀ ଠିକ୍‌ ଭାବେ କାମ କରୁ ନ ଥିବା ସହ ଆପଲାଷ୍ଟିକ ଆନିମିଆ ରୋଗରେ ଆକ୍ରାନ୍ତ ଥିବା ଜଣାପଡ଼ିଥିଲା। ତେବେ ଅଙ୍କିତାଙ୍କ ଚିକିତ୍ସାରେ ପ୍ରାୟ ୨୦ ଲକ୍ଷ ଟଙ୍କା ଖର୍ଚ୍ଚ ହେବ ବୋଲି ଡାକ୍ତର କହିଥିଲେ। ଏହା ପରେ ଘରକୁ ପଳାଇ ଆସିଥିଲୁ। ପୁଣି ଅଙ୍କିତାଙ୍କ ଦେହ ଖରାପ ହେବାରୁ ତାଙ୍କୁ ଏମ୍‌ସ ମେଡିକାଲରେ ଭର୍ତ୍ତି କରାଯାଇଛି। ଅମୂଲ୍ୟ ଖୋର୍ଦ୍ଧାରୋଡ ରେଳଷ୍ଟେଶନ(ଜଟଣୀ)ରେ ଫେରି କରୁଥିବା ବେଳେ ସ୍ତ୍ରୀ ହରପ୍ରିୟା ପର ଘରେ କାମ କରି ପରିବାର ଚଳାଉଛନ୍ତି। ଅଙ୍କିତାଙ୍କ ଚିକିତ୍ସା ପାଇଁ ଏତେ ଟଙ୍କା କେଉଁଠୁ ଆସିବ। ସରକାରୀ, ସାମାଜିକ ଅନୁଷ୍ଠାନ କିମ୍ବା ସହୃଦୟ ବ୍ୟକ୍ତି ସହାୟତା କଲେ ତାଙ୍କ ଝିଅର ଚିକିତ୍ସା ହୋଇପାରିବ ବୋଲି ଅମୂଲ୍ୟ କହିଛନ୍ତି। ଏ ସମ୍ପର୍କରେ ସ୍ଥାନୀୟ ସ୍ବେଚ୍ଛାସେବୀ ବାସୁଦେବ ସେଠୀ ଜାଣିବା ପରେ ସରକାରୀ ସ୍ତରରେ ଅଙ୍କିତାଙ୍କ ଚିକିତ୍ସାର ସହାୟତା ନିମନ୍ତେ ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ ଏବଂ ଜିଲାପାଳଙ୍କ ନିକଟକୁ ଅନୁରୋଧପତ୍ର ପଠାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୌନ୍ଦର୍ଯ୍ୟ ହରାଇଲାଣି ଚିଲଡ୍ରେନ ପାର୍କ: ପ୍ରଶାସନ ଦୃଷ୍ଟି ଦେବାକୁ ଦାବି

ପଦ୍ମପୁର,୪ା୪(ପ୍ରଦୀପ୍ତ ଦାଶ ):ସହରକୁ ସରସ ସୁନ୍ଦର କରିବା ପାଇଁ ରାଜ୍ୟ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ମାତ୍ର ଉପଯୁକ୍ତ ରକ୍ଷଣାବେକ୍ଷଣ ଅଭାବରୁ ଏ ସବୁ…

ବାରଣ୍ଡାରେ ଶୋଇଥିଲେ ମା’, ବିଷ ଦେଇଦେଲେ ପୁଅ: ଆଉ ତା’ପରେ…

ଭୋଗରାଇ,୪ା୪(ପ୍ରଦୀପ ଦାସ):ଘରେ ପୁଅଟିଏ ଜନ୍ମ ହେଲେ କୁଳ ରକ୍ଷା ହେବ। ପରିଣତ ବୟସରେ ମା’ବାପାଙ୍କ ସାହାରା ହେବା ସହ ମୃତ୍ୟୁ ପରେ ମୁଖାଗ୍ନି ଦେବ, ଏଭଳି ଅନେକ…

ନୌସେନାରେ ସାମିଲ ହେଲା ‘ଅରିଦମନ’

ନୂଆଦିଲ୍ଲୀ,୪ା୪: ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ଆଣବିକ ଶକ୍ତିସମ୍ପନ୍ନ ବାଲିଷ୍ଟିକ୍‌ ମିଶାଇଲ୍‌ ବୁଡ଼ାଜାହାଜ ଆଇଏନ୍‌ଏସ୍‌ ଅରିଦମନ ଶୁକ୍ରବାର ଭାରତୀୟ ନୌସେନାରେ ସାମିଲ ହୋଇଛି। ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ…

ପ୍ରଶାସନ ଆଖି ଆଗରେ ପ୍ରଦୂଷଣ: ରାସ୍ତାପାର୍ଶ୍ୱ ପାଲଟିଛି ଡମ୍ପିଂ ୟାର୍ଡ

ବରଗଡ଼,୪।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ପ୍ରଶାସନ ଆଖି ଆଗରେ ପ୍ରଦୂଷଣ ଏବେ ଚର୍ଚ୍ଚାର ବିଷୟ ହୋଇଛି। ଗତ କିଛିଦିନ ହେଲା ସହରର ବିଭିନ୍ନ ରାସ୍ତାରେ ସ୍ତୁପ ଭଳି କୁଢ଼…

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଥାନାରେ ପହଞ୍ଚିଲେ ଯୁବତୀ

କେନ୍ଦୁଝର,୪ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ପୋଲିସ ଜଣେ ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା ଅଭିଯୋଗରେ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ବାଲେଶ୍ୱର ଜିଲା…

ଲୋକଙ୍କୁ ଅଜଣା ପ୍ରଶାସନିକ ପଦକ୍ଷେପ: ବଢୁଛି ତାତି, ଘାରୁଛି ଭୟ

ବରଗଡ଼,୪।୪(ପ୍ରେମାନନ୍ଦ ଖମାରୀ):ବୈଶାଖ ପାଦ ଥାପୁଣୁ ବରଗଡ଼ ଜିଲାରେ ତାତି ଅସହ୍ୟ ହୋଇପଡ଼ିଛି। ସକାଳ ୯ଟାରୁ ତାତି ବଢ଼ିବାରେ ଲାଗିଛି। ପୂର୍ବାହ୍ନ ୧୧ଟାରୁ ପଦାକୁ ବାହାରିବା ମୁସ୍କିଲ ହୋଇପଡ଼ୁଛି।…

ଆମ୍ବ ଗୋଟାଉଥିବା ନାବାଳିକାଙ୍କୁ ବଳାତ୍କାର କଲେ ୧୪ ବର୍ଷର ନାବାଳକ, ଘଟଣା ବିଷୟରେ କାହାକୁ କହିଲେ…

ଅନୁଗୋଳ, ୪ା୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଉପକଣ୍ଠରେ ଗତ ବୁଧବାର ଘଟିଛି ଏକ ଲଜ୍ଜାଜନକ ଘଟଣା। ୭ ବର୍ଷର ଜଣେ ନାବାଳିକାଙ୍କୁ ୧୪ ବର୍ଷର ନାବାଳକ ବଳାତ୍କାର…

କୁନି କୁନି ପିଲାଙ୍କୁ ଖଡ଼ିଛୁଆଁଇବେ ମୁଖ୍ୟମନ୍ତ୍ରୀ: ଆଜି ବିଦ୍ୟାଳୟରେ ପ୍ରବେଶ ଉତ୍ସବ

ଭୁବନେଶ୍ୱର,୪ା୪(ସୁଚିସ୍ମିତା ସାହୁ):ଓଡ଼ିଆ ପକ୍ଷ ପାଳନ ଅବସରରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଶନିବାର ବିଦ୍ୟାଳୟଗୁଡିକରେ ଖଡ଼ିଛୁଆଁ ଓ ପ୍ରବେଶ ଉତ୍ସବ ଆୟୋଜିତ ହେବ। ରାଜଭବନ ସରକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri