ସୁଶାନ୍ତଙ୍କ ଅନ୍ତିମ ସଂସ୍କାରରେ କାହିଁକି ଯୋଗ ଦେଇ ନ ଥିଲେ ଏକ୍ସ-ଗର୍ଲଫ୍ରେଣ୍ଡ

ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ଆତ୍ମହତ୍ୟାର ଦେଢମାସ ବିତିଯାଇଥିଲେ ମଧ୍ୟ ତାଙ୍କୁ ନେଇ ଚର୍ଚ୍ଚା ଥମୁନି। ଧୀରେ ଧୀରେ ଆତ୍ମହତ୍ୟା ମାମଲା ଜଟିଳ ହେବାରେ ଲାଗିଛି। ସୁଶାନ୍ତଙ୍କ ପିତା କେ.କେ ସିଂ ରିୟା ଚକ୍ରବର୍ତ୍ତୀ ଏବଂ ତାଙ୍କ ପରିବାର ବିରୋଧରେ ଏକ ମାମଲା ରୁଜୁ କରି ଅନେକ ଗୁରୁତର ଅଭିଯୋଗ ଆଣିବା ପରେ ଏହି ଘଟଣା ନୂଆ ମୋଡ ନେଇଛି। ସୁଶାନ୍ତଙ୍କ ପିତାଙ୍କ ଅନୁଯାୟୀ ରିୟା ସୁଶାନ୍ତଙ୍କୁ ଆତ୍ମହତ୍ୟା ପାଇଁ ପ୍ରବର୍ତ୍ତାଇଛନ୍ତି। ଏହାପରେ ସୁଶାନ୍ତଙ୍କ ପୂର୍ବତନ ଗର୍ଲଫ୍ରେଣ୍ଡ ଅଙ୍କିତା ଲୋଖଣ୍ଡେ ମଧ୍ୟ ଏକ ଇନଷ୍ଟାଗ୍ରାମ ପୋଷ୍ଟ ଶେୟାର କରି ଲେଖିଥିଲେ ଯେ ସତ୍ୟ ସର୍ବଦା ଜିତେ। ଅଙ୍କିତା ନିକଟରେ ଏକ ସାକ୍ଷାତକାରରେ ସୁଶାନ୍ତଙ୍କ ସହ ଜଡିତ ଅନେକ କଥା ଖୁଲାସା କରିଥିଲେ। ଅଙ୍କିତା ଏହା ମଧ୍ୟ କହିଛନ୍ତି ଯେ ସେ, କାହିଁକି ସୁଶାନ୍ତଙ୍କ ଅନ୍ତିମ ସଂସ୍କାରରେ ଯୋଗ ଦେଇନାହାଁନ୍ତି। ଜଣେ ସାମ୍ବାଦିକ ମୋତେ ଫୋନ କରି କହିଥିଲେ ଯେ, ସୁଶାନ୍ତ ଆତ୍ମହତ୍ୟା କରିଛନ୍ତି ଏବଂ ଏହା ଶୁଣି ମୋର ପାଦ ତଳୁ ଭୂମି ଖସି ପଡିଲା ଭଳି ଲାଗିଥିଲା। ଭାବିଥିଲି ମୁଁ ଆଉ ନାହିଁ। ସେଦିନ ସ୍ଥିର କରିଥିଲି ଯେ ମୁଁ ତାଙ୍କ ଅନ୍ତିମ ସଂସ୍କାରରେ ଯୋଗ ଦେଇ ପାରିବି ନାହିଁ କାରଣ ମୁଁ ଜାଣିଥିଲି ଯେ ଯଦି ମୁଁ ସୁଶାନ୍ତଙ୍କୁ ସେହି ପରିସ୍ଥିତିରେ ଦେଖି ପାରି ନ ଥା’ନ୍ତି ବୋଲି ଅଙ୍କିତା କହିଛନ୍ତି। ସୁଶାନ୍ତ ଏବଂ ଅଙ୍କିତା ୫ ବର୍ଷ ଧରି ପ୍ରେମ ସମ୍ପର୍କରେ ଥିଲେ। ୨୦୧୬ରେ ଉଭୟଙ୍କ ବ୍ରେକଅପ୍‌ ହୋଇଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପଙ୍କ କଥା ଶୁଣିଲେନି ନେତାନ୍ୟାହୁ! ଆମେରିକା-ଇରାନ ଚୁକ୍ତିକୁ ଫୁ’ କରି ଲେବାନନ୍ ଉପରେ ଇସ୍ରାଏଲର ଭୟଙ୍କର ଆକ୍ରମଣ

ଓ୍ବାଶିଂଟନ,୧୫।୬: ଇରାନ-ଆମେରିକା ଚୁକ୍ତିନାମା ସମ୍ପର୍କରେ ଉତ୍ସବ ପାଳନ କରୁଥିବା ବେଳେ ଇସ୍ରାଏଲ ଦକ୍ଷିଣ ଲେବାନନରେ ଡ୍ରୋନ ଆକ୍ରମଣ କରିଛି । ରିପୋର୍ଟ ଅନୁଯାୟୀ, ଇସ୍ରାଏଲୀ ସେନା ଦକ୍ଷିଣ ଲେବାନନରେ…

ଦିଗପହଣ୍ଡି ବ୍ଲକରେ ବେନିୟମ ବିବାହ ପଞ୍ଜିକରଣ ଅଭିଯୋଗ, ମାତିଛନ୍ତି ଦଲାଲ

ଦିଗପହଣ୍ଡି,୧୫|୬(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କାର୍ଯ୍ୟାଳୟରେ ବେନିୟମ ଭାବେ ବିବାହ ପଞ୍ଜିକରଣ କରାଯାଉଥିବା ବେଳେ ପଞ୍ଜିକରଣ ପାଇଁ ଦଲାଲଗିରି ବହୁ ମାତ୍ରାରେ…

ରାସ୍ତା ପାର୍‌ ହେଉଥିବା ବେଳେ ଦ୍ରୁତଗତିରେ ମାଡ଼ି ଆସି ଭାଲୁକୁ ଧକ୍କା ଦେଲା ଗାଡ଼ି, ଆଉ ତା’ପରେ…

କୋକସରା,୧୫।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବିଜୁ ଏକ୍ସପ୍ରେସ ୱେ ସାନ ପୋଡାଗୁଡ଼ା-ରାଜୀବ କଲୋନୀ ମଝିରେ ଅଜଣା ଗାଡ଼ି ଧକ୍କାରେ ଏକ ଭାଲୁର ମୃତ୍ୟୁ…

ସୈନିକ ସ୍କୁଲ ରାସ୍ତାରେ ଭୟଙ୍କର ସିରିଜ ଦୁର୍ଘଟଣା, ୪ଜଣଙ୍କ ଉପରେ ମାଡ଼ିଗଲା କାର

ଭୁବନେଶ୍ୱର,୧୫।୬: ରାଜଧାନୀ ଭୁବନେଶ୍ୱରସ୍ଥିତ ସୈନିକ ସ୍କୁଲ ରାସ୍ତାରେ ଏକ ଭୟଙ୍କର ସିରିଜ୍‌ ଦୁର୍ଘଟଣା ଘଟିଛି। ସୋମବାର ରାତିରେ ଏକ କାର ଦ୍ରୁତଗତିରେ ମାଡ଼ି ଆସି ଚା’ ପିଉଥିବା…

କାନୀଗୁମା ନିକଟରେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା, ଭବାନୀପାଟଣାର ଯୁବକଙ୍କ ମୃତ୍ୟୁ

ଥୁଆମୂଳ ରାମପୁର,୧୫।୬(ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା କାନୀଗୁମା କଫି ନର୍ସରୀ ନିକଟସ୍ଥ ବାଙ୍କ ବୁଲାଣି ରାସ୍ତାରେ ଦୁଇଟି ମୋଟରସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି ।…

ବସୁଧା ଯୋଜନା ଫେଲ୍: ଝରଣା ପାଣି ଭରସା, ଭୋଟ ବର୍ଜନ ଚେତାବନୀ ଦେଲେ ଗ୍ରାମବାସୀ

ଥୁଆମୂଳ ରାମପୁର,୧୫ା୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ବିରିକୋଟ ଗ୍ରାମପଞ୍ଚାୟତର ତୁମୋନୀଖୋଲ ଗ୍ରାମରେ ପାନୀୟ ଜଳ ସମସ୍ୟା ଉତ୍କଟ ରୂପ ଧାରଣ କରିଛି ।…

ପଡ଼ିଆ ମଝିରେ ମହାଭାରତ! ବୈଭବ ସୂର୍ଯ୍ୟବଂଶୀଙ୍କ ସହ ମୁହାଁମୁହିଁ ହେଲେ ଶ୍ରୀଲଙ୍କା ଟିମ୍, ଭୟଙ୍କର ଧସ୍ତାଧସ୍ତିର ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୫।୬: ଜୁନ୍ ୧୫ ତାରିଖ ତ୍ରି-ସିରିଜର ଚତୁର୍ଥ ମ୍ୟାଚରେ ଶ୍ରୀଲଙ୍କା ଟିମ୍ ସୁପର ଓଭରରେ ଭାରତ ଏ ଦଳକୁ ପରାସ୍ତ କରିଥିଲା। ମ୍ୟାଚ୍ ଟାଇ ହେବା ପରେ ବିଜେତା…

ସାନଖେମୁଣ୍ଡି ଅଟୋ ଚାଳକଙ୍କୁ ହତ୍ୟା ଉଦ୍ୟମ ଘଟଣାର ପର୍ଦ୍ଦାଫାସ, ଜେଲ୍ ଗଲେ ୯ ଅଭିଯୁକ୍ତ

ଦିଗପହଣ୍ଡି,୧୫।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମ ମେଡ଼ିକାଲ ଛକ ନିକଟ ଦୋକାନ ଘର ଭିତରେ ବସିଥିବା ଗ୍ରାମର ଅଶୋକ ବିଷୋୟୀ(୨୭) ଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri