ଟେଲି ପରଦାରେ ଡେବ୍ୟୁ କରିବାକୁ ଯାଉଛନ୍ତି ଅଙ୍କିତାଙ୍କ ସ୍ବାମୀ ବିକି ଜୈନ

ମୁମ୍ବାଇ: ଟିଭି ପରଦାର ବେଶ୍‌ ଲୋକପ୍ରିୟ ଅଭିନେତ୍ରୀ ଅଙ୍କିତା ଲୋଖଣ୍ଡେ ସୋସିଆଲ ମିଡିଆରେ ବେଶ୍‌ ଆକ୍ଟିଭ୍‌। ପ୍ରାୟ ସମୟରେ ସେ ଅନେକ ଫଟୋ ଓ ଭିଡିଓମାନ ଶେୟାର କରିଥାନ୍ତି। ନିକଟରେ ଅଙ୍କିତା ନିଜର ଓ ସ୍ବାମୀ ବିକି ଜୈନଙ୍କ ସହ ରୋମାଣ୍ଟିକ ଫଟୋ ଶେୟାର କରିଥିଲେ। ଯାହା ସୋସିଆଲ ମିଡିଆରେ ଭାଇରାଲ ହୋଇଥିବା ବେଳେ ପ୍ରଶଂସକ ମଧ୍ୟ ବେଶ୍‌ ପସନ୍ଦ କରିଥିଲେ। ଇତିମଧ୍ୟରେ ଅଙ୍କିତାଙ୍କ ସ୍ବାମୀ ବିକି ଜୈନଙ୍କୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। ବିକି ଜୈନ ଅଭିନୟ ଜଗତରେ ପାଦ ଥାପିବାକୁ ଯାଉଛନ୍ତି। ଅର୍ଥାତ୍‌ ଟିଭି ପରଦାରେ ଡେବ୍ୟୁ କରିବେ ବିକି। ବିକିଙ୍କ ଅଭିନୟକୁ ଦେଖି ଅଙ୍କିତା ମଧ୍ୟ ଆଶ୍ଚର୍ଯ୍ୟ ହୋଇଯାଇଛନ୍ତି। ଅଙ୍କିତା ତାଙ୍କର ଆଗାମୀ ଶୋ’ର ପ୍ରୋମୋ ଶେୟାର କରିବା ସହ ଲାଇଟ କ୍ୟାମେରା ଏବଂ ଆକ୍ସନ ଦୁନିଆରେ ତାଙ୍କ ସ୍ବମୀ ବିକି ଜୈନଙ୍କୁ ସ୍ବାଗତ କରିଛନ୍ତି। ଉକ୍ତ ପ୍ରୋମୋରେ ଅଙ୍କିତା ଚିଲି ଆଇସ୍‌କ୍ରିମ୍‌ ଖାଉଥିବା ବେଳେ ପରେ ବିକି ମଧ୍ୟ ଚିଲି ଆଇସ୍‌କ୍ରିମ ଖାଉଥିବାର ଦେଖିବାକୁ ମିଳିଛି। ଦୁହିଁଙ୍କ ପସନ୍ଦ କେତେ ସମାନ ତାହା ଏଥିରେ ଦର୍ଶାଯାଇଛି। ସୂଚନାଯୋଗ୍ୟ, ଷ୍ଟାରପ୍ଲସରେ ଆରମ୍ଭ ହେବାକୁ ଯାଉଥିବା ସିରିଏଲ୍‌ ‘ସ୍ମାର୍ଟ ଯୋଡି’ରେ ଦୁହେଁ ନଜର ଆସିବେ। ଏହାପୂର୍ବରୁ ଭାଗ୍ୟଶ୍ରୀ ଓ ରାହୁଲ ମହାଜନ ମଧ୍ୟ ସେମାନଙ୍କର ପ୍ରୋମୋ ଶେୟାର କରିସାରିିଛନ୍ତି। ଫେବୃଆରୀ ୨୬ରୁ ଏହି ଶୋ’ ଆରମ୍ଭ ହେବାକୁ ଯାଉଥିବା ବେଳେ ମନୀଷ ପଲ୍‌ ଏହାକୁ ହୋଷ୍ଟ କରିବେ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ଅତିରିକ୍ତ ତହସିଲଦାରଙ୍କୁ ୩ବର୍ଷ କାରାଦଣ୍ଡ, ଜାଣନ୍ତୁ କାରଣ

ବରଗଡ଼,୧୩।୮(ପ୍ରେମାନନ୍ଦ ଖମାରୀ): ବରଗଡର ପୂର୍ବତନ ଅତିରିକ୍ତ ତହସିଲଦାର ଗୋବିନ୍ଦ ଦଣ୍ଡସେନା ଏକ ଲାଞ୍ଚ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି । ଗୁରୁବାର ଭିଜିଲାନ୍ସ ସ୍ବତନ୍ତ୍ର ବିଚାରପତି ଦଣ୍ଡସେନାଙ୍କ…

ଭଞ୍ଜନଗରରେ ଚାଞ୍ଚଲ୍ୟ: ୪ ବର୍ଷର ଶିଶୁକନ୍ୟାକୁ ବଳାତ୍କାର ଉଦ୍ୟମ, ଅଭିଯୁକ୍ତ ବାପାଙ୍କୁ ମାଂସ ପାଇଁ ପଠାଇ ଝିଅକୁ…

ଭଞ୍ଜନଗର,୧୩ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ଏକ ଘୃଣ୍ୟ ଘଟଣା ଘଟିଛି। ଜଣେ ୪୦ ବର୍ଷର ବିବାହିତ ଯୁବକ ତାଙ୍କ ସାଙ୍ଗର ୪ ବର୍ଷର…

‘ମୁଁ ବି RSSକୁ ସୁରକ୍ଷା ଦେବି…’, ରାହୁଲ ଗାନ୍ଧୀଙ୍କ ଏମିତି ବୟାନକୁ ନେଇ ଉଠିଲାଣି ରାଜନୈତିକ ଝଡ଼!

ନୂଆଦିଲ୍ଲୀ,୧୩।୮: ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଦ୍ୱାରା ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆରଏସଏସ) ସମ୍ପର୍କରେ ଦିଆଯାଇଥିବା ଏକ ବିବୃତ୍ତି ଏକ ନୂତନ ରାଜନୈତିକ…

ଅଟୋ ଦୁର୍ଘଟଣାରେ ରବୀନ୍ଦ୍ରଙ୍କ ମୃତ୍ୟୁ, ସହାୟତାର ହାତ ବଢ଼ାଇଲେ ଉପଜିଲାପାଳ

ଗୁଣପୁର,୧୩ା୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ରାମନାଗୁଡ଼ା ନିକଟସ୍ଥ ପରୀକ୍ଷିତି ଠାରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଅପରାହ୍ନ ସମୟରେ ଏକ ଦ୍ରୁତ ଗତିରେ…

କାହିଁକି ଭାଜପାରେ ସାମିଲ ହେଲେ ହରଭଜନ? ନିଜେ କହିଲେ ଏହା ପଛ ବଡ଼ କାରଣ

ନୂଆଦିଲ୍ଲୀ,୧୩।୮: ହରଭଜନ ସିଂହ ଅଭିଯୋଗ କରିଛନ୍ତି ଯେ ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ରୀଡ଼ାକୁ ପ୍ରୋତ୍ସାହନ ଦେବାରେ କୌଣସି ଆଗ୍ରହ ଦେଖାଇ ନଥିଲେ ଏବଂ ତାଙ୍କୁ କେବେ ନିଯୁକ୍ତି ମଧ୍ୟ…

ଖାର୍ଗେଙ୍କ ମଞ୍ଚର ‘ଶୁଦ୍ଧିକରଣ’କୁ ନେଇ ଗର୍ଜିଲେ ପ୍ରିୟଙ୍କା ଗାନ୍ଧୀ, ଦେଶବ୍ୟାପୀ ସତ୍ୟାଗ୍ରହ କରିବ କଂଗ୍ରେସ

ନୂଆଦିଲ୍ଲୀ,୧୩।୮: ଉତ୍ତରାଖଣ୍ଡର ହଲଦ୍ୱାନୀରେ କଂଗ୍ରେସ ରାଷ୍ଟ୍ରୀୟ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେଙ୍କ ‘ବିଜୟ ଶଙ୍ଖନାଦ’ ରାଲିରେ ଯେଉଁ ମଞ୍ଚରେ ଭାଷଣ ଦେଇଥିଲେ, ସେହି ମଞ୍ଚର ‘ଶୁଦ୍ଧିକରଣ’କୁ ନେଇ ବିବାଦ…

ହରସିମରତ କୌର ବାଦଲଙ୍କୁ ଫୋନ କଲେ ମୋଦି, ପଚାରି ବୁଝିଲେ…

ନୂଆଦିଲ୍ଲୀ,୧୩।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶିରୋମଣି ଅକାଳୀ ଦଳ (SAD) ମୁଖ୍ୟ ସୁଖବୀର ସିଂହ ବାଦଲଙ୍କ ଉପରେ ଆକ୍ରମଣ ପରେ ତାଙ୍କ ସ୍ବାସ୍ଥ୍ୟବସ୍ଥା ପଚାରି ବୁଝିଛନ୍ତି। ସୂତ୍ର…

ଚିଲିକା ହତ୍ୟା ମାମଲାର ପର୍ଦ୍ଦାଫାଶ କଲା ପୋଲିସ, ଜାଣନ୍ତୁ ହତ୍ୟା ପଛର ବଡ଼ ରହସ୍ୟ…

କୃଷ୍ଣପ୍ରସାଦ,୧୩।୮(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ କୁମାରପୁର ଚିଲିକା ହ୍ରଦରେ ଗତ ୧୧ ତାରିଖରେ ଘଟିଥିବା ନାବାଳକ ହତ୍ୟା ଘଟଣାରେ ପୁରୀ ପୋଲିକୁ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri