Posted inଜାତୀୟ

ଅଙ୍କିତା ଭଣ୍ଡାରୀ ହତ୍ୟାକାଣ୍ଡ ପରେ ଆକ୍ସନରେ ଉତ୍ତରାଖଣ୍ଡ ସରକାର, ୫ ରିସର୍ଟ ସିଲ୍‌

ଡେରାଡୁନ,୨୫ ।୯: ଉତ୍ତରାଖଣ୍ଡରେ ୧୯ ବର୍ଷୀୟା ଅଙ୍କିତା ଭଣ୍ଡାରୀ ହତ୍ୟାକାଣ୍ଡକୁ ନେଇ ଏବେ ସରକାର ଆକ୍ସନ ମୁଡକୁ ଆସିଯାଇଛନ୍ତି । ଲୋକଙ୍କ ଆକ୍ରୋଶ ମଧ୍ୟରେ ରାଜ୍ୟ ସରକାର ଶନିବାର ନୈନିତାଲ ଜିଲାର ୫ ରିସର୍ଟକୁ ସିଲ କରି ଦେଇଛନ୍ତି । ଅଙ୍କିତା ହତ୍ୟାକାଣ୍ଡ ପରେ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମି ଜିଲାଧିକାରୀଙ୍କୁ ଉତ୍ତରାଖଣ୍ଡରେ ଥିବା ସମସ୍ତ ରିସର୍ଟର ଯାଞ୍ଚ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ।
ଏହି କ୍ରମରେ ଏବେ ଧରାତଲ ଉପରେ କାର୍ଯ୍ୟାନୁଷ୍ଠାନ ଆରମ୍ଭ ହୋଇଛି । ନୈନିତାଲ ଜିଲାରେ ଜିଲାଧିକାରୀ ଧିରାଜ ଗବର‌୍ୟାଲଙ୍କ ନିର୍ଦ୍ଦେଶ କ୍ରମେ ୫ଟି ରିସର୍ଟକୁ ସିଲ କରି ଦିଆଯାଇଛି । ମୁଖ୍ୟମନ୍ତ୍ରୀ ଗତ ରାତିରେ ସମସ୍ତ ରିସର୍ଟର ଯାଞ୍ଚ ନିର୍ଦ୍ଦେଶ ଦେଇଥିଲେ । ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ ନିର୍ଦ୍ଦେଶ ଦେଇଥିଲେ କି ଯେଉଁ ରିସର୍ଟ ଅବୈଧ ଭାବେ ନିର୍ମାଣ କରାଯାଇଛି ଅବା ଅବୈଧାନିକ ଭାବେ ସଂଚାଳିତ ହେଉଛି ସେମାନଙ୍କ ବିରୋଧରେ ଯଥାଶୀଘ୍ର ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉ ।


Enter your email to get our daily news in your inbox.

All Right Reserved By Dharitri.Com

ଦୁଇଭାଗ ହେବ କଂଗ୍ରେସ: ବ୍ୟାପିପାରେ ଲଭଲିଙ୍କ ଇସ୍ତଫାର ନିଆଁ

ନୂଆଦିଲ୍ଲୀ,୨୯।୪: ଆମ ଆଦମୀ ପାର୍ଟି (ଏଏପି) ସହିତ ମେଣ୍ଟ, ବାହ୍ୟ ପ୍ରାର୍ଥୀ ଚୟନ ଏବଂ ପ୍ରଦେଶ କଂଗ୍ରେସର ମନମାନିକୁ ନେଇ ପୂର୍ବତନ ମନ୍ତ୍ରୀ ରାଜକୁମାର ଚୌହାନଙ୍କ...

ଚେନ୍ନାଇ ସୁପର କିଙ୍ଗ୍ସର ବିଜୟ ପରେ ପଏଣ୍ଟ ଟେବୁଲ୍‌ରେ ବଡ଼ ପରିବର୍ତ୍ତନ: ଜାଣନ୍ତୁ କିଏ କେଉଁ ସ୍ଥାନରେ ଅଛନ୍ତି

ଚେନ୍ନାଇ,୨୯।୪: ଆଇପିଏଲ ୨୦୨୪ର ୪୬ତମ ମ୍ୟାଚ ଚେନ୍ନାଇ ସୁପର କିଙ୍ଗ୍ସ ଏବଂ ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷରେ ଖେଳାଯାଇଥିଲା। ଚେନ୍ନାଇର ଘରୋଇ ଗ୍ରାଉଣ୍ଡ ଏମ ଚିଦାମ୍ବରମ ଷ୍ଟାଡିୟମରେ...

ରାମ ନାମ ଧରି…

ସିର୍‌ସି/ନୂଆଦିଲ୍ଲୀ,୨୯ା୪:କେନ୍ଦ୍ରରେ କ୍ଷମତାସୀନ ଭାଜପା ଏଥର ମଧ୍ୟ ‘ରାମ ନାମ’ ଧରି ଲୋକ ସଭା ନିର୍ବାଚନ ବୈତରଣୀ ପାର ହେବାକୁ ଉଦ୍ୟମ ଚଳାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କଠାରୁ...

ଭାରତ ମହାସାଗର ହେବ ସ୍ଥାୟୀ ଗ୍ରୀଷ୍ମ ଲହର ଅଞ୍ଚଳ

ନୂଆଦିଲ୍ଲୀ,୨୯ା୪ (ପି.ଟି.):ଭାରତରେ କିଛିଦିନ ହେଲା ଗ୍ରୀଷ୍ମ ଲହର ଜାରି ରହିଥିବାବେଳେ ଓଡ଼ିଶା ସମେତ କର୍ନାଟକ, ଆନ୍ଧ୍ରପ୍ରଦେଶ, ତାମିଲନାଡୁ ଓ କେରଳରେ ସର୍ବାଧିକ ତାପମାତ୍ରା ଅନୁଭୂତ ହେଉଛି।...

ଅଶ୍ଳୀଳ ଭିଡିଓ: ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ନାତି ଫେରାର

ବେଙ୍ଗାଲୁରୁ,୨୯ା୪:ତୃତୀୟ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ ପୂର୍ବରୁ ପୂର୍ବତନ ପ୍ରଧାନମନ୍ତ୍ରୀ ଏଚ୍‌.ଡି. ଦେବେଗୌଡ଼ାଙ୍କ ନାତି ତଥା ହାସନ ଏମ୍‌ପି ପ୍ରଜ୍ୱଳ ରେଭନ୍ନାଙ୍କ କେତେକ ଅଶ୍ଳୀଳ ଭିଡିଓ...

ଆପ୍‌ର ପ୍ରଚାର ଗୀତକୁ ବ୍ୟାନ୍‌ କଲା ଇସି

ନୂଆଦିଲ୍ଲୀ,୨୮ା୪:ଆମ୍‌ ଆଦ୍‌ମୀ ପାର୍ଟି (ଆପ୍‌)ର ଲୋକ ସଭା ପ୍ରଚାର ଗୀତ ଉପରେ ନିର୍ବାଚନ କମିଶନ (ଇସି) ପ୍ରତିବନ୍ଧ ଲଗାଇଛି। ଆପ୍‌ ଗୀତ ‘ଜେଲ କେ ଜବାବ...

ବିଜେଡି ସହ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ପ୍ରଧାନମନ୍ତ୍ରୀ ମୋଦି: କହିଦେଲେ ଏମିତି କଥା

ନୂଆଦିଲ୍ଲୀ,୨୮।୪: ଲୋକ ସଭା ନିର୍ବାଚନ ପାଇଁ ଏବେ ଦେଶରେ ରାଜନୀତି ସରଗରମ ରହିଛି। ପୁଣି ଥରେ ଭାଜପା ସରକାର ଗଢିବା ପାଇଁ ପ୍ରୟାସ କରୁଛି। ଏସବୁ...

ମୋଦିଙ୍କ ମନ୍ତବ୍ୟକୁ ସମାଲୋଚନା କରି ଗିରଫ ହେଲେ ଭାଜପା ନେତା

ବିକାନେର,୨୮ା୪: ରାଜସ୍ଥାନରେ ଲୋକ ସଭା ନିର୍ବାଚନ ଶେଷ ହେବା ପରେ ବିକାନେରର ଭାଜପା ସଂଖ୍ୟାଲଘୁ ମୋର୍ଚ୍ଚା ସଭାପତି ଉସ୍‌ମାନ ଘନିଙ୍କୁ ଶନ୍ତି ଭଙ୍ଗ କରିବା ଅଭିଯୋଗରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri