Posted inଖେଳ

ଅଲିମ୍ପିକ୍ସରେ ଅଙ୍କିତାଙ୍କ ଶ୍ରେଷ୍ଠ ପ୍ରଦର୍ଶନ

ପ୍ୟାରିସ,୨୫ା୭: ପ୍ରଥମ ଥର ଅଲିମ୍ପିକ୍ସରେ ଭାଗ ନେଇଥିବା ଅଙ୍କିତା ଭକତ ବ୍ୟକ୍ତିଗତ ମହିଳା ରିକର୍ଭ ପ୍ରତିଯୋଗିତାରେ ଭାରତୀୟଙ୍କ ମଧ୍ୟରେ ଶ୍ରେଷ୍ଠ ପ୍ରଦର୍ଶନ ସହ ୧୧ଶ ସ୍ଥାନ ଅଧିକାର କରିଛନ୍ତି। ଅନ୍ୟପକ୍ଷରେ ଟିମ୍‌ ଇଭେଣ୍ଟରେ ୪ର୍ଥ ସ୍ଥାନ ସହ କ୍ୱାର୍ଟରଫାଇନାଲରେ ପ୍ରବେଶ କରିଛି । ୨୬ବର୍ଷୀୟା ଅଙ୍କିତା ୬୬୬ ପଏଣ୍ଟ ସହ ଭାରାତୀୟ ମହିଳାଙ୍କ ମଧ୍ୟରେ ଶୀର୍ଷ ସ୍ଥାନ ଅଧିକାର କରିଥିବା ବେଳେ ତାଙ୍କ ପଛକୁ ଭଜନ କୌର (୫୫୯ ପଏଣ୍ଟ ସହ ୨୨ତମ ସ୍ଥାନ) ଏବଂ ଦୀପିକା କୁମାରୀ (୬୫୮ ପଏଣ୍ଟ ସହ ୨୩ତମ ସ୍ଥାନ) ରହିଥିଲେ।

ଟିମ୍‌ ଇଭେଣ୍ଟରେ ଭାରତ ୧୯୮୩ ପଏଣ୍ଟ ସ୍କୋର କରି ଚତୁର୍ଥ ସ୍ଥାନ ଅଧିକାର କରିଥିଲା। ଦକ୍ଷିଣ କୋରିଆ ୨୦୪୬ ପଏଣ୍ଟ ସହ ଷ୍ଟାଣ୍ଡିଂର ଶୀର୍ଷରେ ରହିଥିବା ବେଳେ ଚାଇନା ଦ୍ୱିତୀୟ ଓ ମେକ୍ସିକୋ ତୃତୀୟ ସ୍ଥାନ ଅଧିକାର କରିଥିଲା। ଷ୍ଟାଣ୍ଡିଂ ଶ୍ରେଷ୍ଠ ୪ ଦଳ ସିଧାସଳଖ କ୍ୱାର୍ଟରଫାଇନାଲରେ ପ୍ରବେଶ କରିଛନ୍ତି। ୫ମରୁ ୧୨ତମ ସ୍ଥାନରେ ରହିଥିବା ଦଳଗୁଡ଼ିକ ମଧ୍ୟରେ ପ୍ରି-କ୍ୱାର୍ଟର ଅନୁଷ୍ଠିତ ହେବ। ଭାରତ କ୍ୱାର୍ଟରଫାଇନାଲରେ ଫ୍ରାନ୍ସ ଓ ନେଦରଲାଣ୍ଡ ମଧ୍ୟରେ ଅନୁଷ୍ଠିତ ହେବାକୁ ଥିବା ମ୍ୟାଚର ବିଜେତା ସହ ଖେଳିବ।

ଭାରତ କ୍ୱାର୍ଟରଫାଇନାଲ ଜିତିଲେ ସେମିଫାଇନାଲରେ ହେଭିଓ୍ବେଟ୍‌ କୋରିଆ ସହିତ ମୁକାବିଲା କରିବ। ୩ବର୍ଷ ପୂର୍ବେ କୋରିଆ ମହିଳା ଦଳ ଅଲିମ୍ପିକ୍ସରେ କ୍ରମାଗତ ୯ମ ଥର ପଦକ ଜିତି ଅବିସ୍ମରଣୀୟ ରହିଛି। ବ୍ୟକ୍ତିଗତ ବିଭାଗରେ କୋରିଆର ଲିମ୍‌ ଶିୟନ ୬୯୪ ସ୍କୋର କରି ବିଶ୍ୱ ରେକର୍ଡ ସହ ଷ୍ଟାଣ୍ଡିଂର ଶୀର୍ଷ ସ୍ଥାନରେ ରହିଥିବା ବେଳେ ତାଙ୍କ ଦେଶର ସୁୟନ ନାମ୍‌ (୬୮୮) ଦ୍ୱିତୀୟ ଏବଂ ଚାଇନାର ୟାଙ୍ଗ ଜିଆଓଲେଇ (୬୭୩) ତୃତୀୟ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟରେ ପ୍ରବଳ ବର୍ଷା ସମ୍ଭାବନା, ଅଧିକାରୀଙ୍କୁ ମୁଖ୍ୟାଳୟ ନଛାଡ଼ିବା ନିର୍ଦ୍ଦେଶ

କୋରାପୁଟ, ୨୧/୯( ଅମିତାଭ ବେହେରା ): ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇ ଏହା ଅବପାତର ରୂପ ନେବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପକ୍ଷରୁ ସତର୍କ…

୧୪୦ ଅନ୍ତେବାସୀ ହଷ୍ଟେଲ ଛାଡ଼ିବା ଘଟଣା: ୪୬ ଦିନ ପରେ ଉଚ୍ଚସ୍ତରୀୟ ତଦନ୍ତ

ଝରିଗାଁ,୨୧।୯(କିଶୋର ଚନ୍ଦ୍ର ମଣ୍ଡଳ): ମୌଳିକ ସୁବିଧା-ସୁଯୋଗର ଅଭାବ ଏବଂ ନିମ୍ନମାନର ଖାଦ୍ୟ ଯୋଗାଣ ଯୋଗୁ ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସାନରଟମରା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ…

ଗଭୀର ଅବପାତ ପ୍ରଭାବ: ୩ ଦିନ ବନ୍ଦ ରହିବ ଗଞ୍ଜାମର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର

ଛତ୍ରପୁର, ୨୧/୯ (ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଭୀର ଅବପାତ ଯୋଗୁ ସମ୍ଭାବ୍ୟ ପ୍ରତିକୂଳ ପାଣିପାଗ ପରିସ୍ଥିତିକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ…

ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬: ବରଗଡ଼ ଜିଲାରେ ୧୧.୧୧ ଲକ୍ଷ ଭୋଟର

ବରଗଡ,୨୧।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସଭାଗୃହଠାରେ ସୋମବାର ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସଆଇଆର) ପ୍ରକ୍ରିୟା ଅନ୍ତର୍ଗତ ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬ ଆନୁଷ୍ଠାନିକ ଭାବେ…

ଫୁଟ୍‌ବଲ ମ୍ୟାଚ୍‌ ଦେଖି ଫେରୁଥିଲେ ୨ ଯୁବକ, ଧକ୍କା ଦେଲା ଅଜଣା ଗାଡ଼ି: ଘଟଣାସ୍ଥଳରେ…

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶୁଳିଆପଦା ବ୍ଲକ କାଳିଆଶୋଳ ନିକଟରେ ସୋମବାର ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି ଏକ ଅଜଣା ଗାଡ଼ି ଧକ୍କା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ନିହାରିକା, ଖସିଗଲା ଗୋଡ଼: ଆଉ ତା’ପରେ…

ଲାଞ୍ଜିଗଡ,୨୧।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜି ପଞ୍ଚାୟତ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମର ଜଣେ ନାବାଳିକାର ପାଣିରେ ବୁଡି ମୃତ୍ୟୁ ଘଟିଛି…

ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍‌: ଏହି ବାଟ ଦେଇ ଅତିକ୍ରମ କରିବ ସ୍ଥଳଭାଗ!

ଭୁବନେଶ୍ୱର, ୨୧।୯: ସଷ୍ଟି ହେଲା ଅବପାତ। ପୁରୀଠାରୁ ଦକ୍ଷିଣ-ପୂର୍ବ ଦିଗ ଓ ଗୋପାଳପୁରଠାରୁ ପୂର୍ବ-ଦକ୍ଷିଣ-ପୂର୍ବ ଦିଗରେ ୩୧୦ କି.ମି ଦୂରରେ ଅବପାତ କେନ୍ଦ୍ରୀଭୂତ। କଳିଙ୍ଗପାଟନମରୁ ୩୯୦ କି.ମି…

ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା

ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?