Posted inଖେଳ

ଅଙ୍କିତାଙ୍କ ପ୍ରଥମ ବିଜୟ

ମେଲବୋର୍ନ, ୧୫ା୨ (ପି.ଟି.)-ଭାରତୀୟ ଟେନିସ ଖେଳାଳି ଅଙ୍କିତା ରାଇନା ଏକ ଡବ୍ଲ୍ୟୁଟିଏ ଟୁର୍‌ର ସିଙ୍ଗଲ୍ସ ମୁଖ୍ୟ ଡ୍ର’ରେ ତାଙ୍କର ପ୍ରଥମ ବିଜୟ ହାସଲ କରିଛନ୍ତି। ଏଠାରେ ଚାଲିଥିବା ଫିଲିପ୍‌ ଆଇଲାଣ୍ଡ ଟ୍ରଫିର ପ୍ରଥମ ରାଉଣ୍ଡରେ ସେ ଏଲିସାବେଟା କୋକୋସିରେଟୋଙ୍କୁ ହରାଇ ଦେଇଛନ୍ତି। ୨୩୫,୨୩୮ ଆମେରିକୀୟ ଡଲାର ପୁରସ୍କାର ବିଶିଷ୍ଟ ଏହି ହାର୍ଡକୋର୍ଟ ଟୁର୍ନାମେଣ୍ଟରେ ଅଙ୍କିତା ଚମତ୍କାର ପ୍ରତ୍ୟାବର୍ତ୍ତନ ସହ ଇଟାଲିଆନ ଖେଳାଳିଙ୍କୁ ୫-୭, ୬-୧, ୬-୨ ସେଟ୍‌ରେ ହରାଇ ଦେଇଥିଲେ। ତିନି ସେଟ୍‌ ବିଶିଷ୍ଟ ଏହି ମ୍ୟାଚ ଦୁଇ ଘଣ୍ଟା ୧୧ ମିନିଟ୍‌ ଧରି ଚାଲିଥିଲା। ଏହି ବିଜୟ ଦ୍ୱାରା ଭାରତୀୟ ଖେଳାଳି ର଼୍ୟାଙ୍କିଙ୍ଗ ତାଲିକାରେ ୧୮୧ରୁ ଉଠି ୧୫୬ରେ ପହଞ୍ଚତ୍ୟାଇଛନ୍ତି। ଟୁର୍ନାମେଣ୍ଟରେ ସେ ଯଦି ଆଗକୁ ବଢନ୍ତି ତେବେ ଟପ୍‌ ୧୫୦ରେ ପ୍ରବେଶ କରିଯାଇପାରନ୍ତି। ଅଙ୍କିତା ପୂର୍ବରୁ ଡବ୍ଲ୍ୟୁଟିଏ ଟୁର୍‌ରେ ୟାରାଭ୍ୟାଲି କ୍ଲାସିକ୍‌ ଓ ଥାଇଲାଣ୍ଡ ଓପନ୍‌ରେ ଭାଗ ନେଇଥିଲେ। ମାତ୍ର ପ୍ରଥମ ରାଉଣ୍ଡରୁ ବିଦାୟ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ୟୁଏଇକୁ ହରାଇଲା ଖାତା ଖୋଲିଲା ଆଫଗାନିସ୍ଥାନ

ନୂଆଦିଲ୍ଲୀ,୧୬ା୨: ଅଜ୍‌ମାତୁଲ୍ଲାଙ୍କ ଅଲ୍‌ରାଉଣ୍ଡ ପ୍ରଦର୍ଶନ ସହାୟତାରେ ଆଫଗାନିସ୍ତାନ ସୋମବାର ଖେଳାଯାଇଥିବା ୟୁଏଇ ବିପକ୍ଷ ଟି୨୦ ବିଶ୍ୱକପ ମ୍ୟାଚ୍‌ରେ ୫ ଉଇକେଟରେ ବିଜୟ ହୋଇଛି। ଓମାରଜାଇ ୪ ଉଇକେଟ…

ବିଶ୍ୱକପ ଜିତିବ ଇଣ୍ଡିଆ! ଜାଣନ୍ତୁ T20ର କେମେଷ୍ଟ୍ରି, ପ୍ଲାନିଂର ଗଣିତ, ବିଜୟର ସାଇନ୍ସ

ନୂଆଦିଲ୍ଲୀ,୧୬।୨: ରବିବାର ରାତିରେ କଲମ୍ବୋରେ ବର୍ଷା ହେବ ଏବଂ ୨୦୨୬ ଟି-୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ମ୍ୟାଚ ଧୋଇ ହୋଇଯିବ ବୋଲି ଆଶଙ୍କା ଥିଲା, କିନ୍ତୁ ବିପରୀତ ଘଟିଥିଲା।…

ପୁଣିଥରେ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ! ବୁଝନ୍ତୁ ସମିକରଣ

ନୂଆଦିଲ୍ଲୀ,୧୬।୨: ଭାରତୀୟ ଦଳ ପୁଣିଥରେ ପାକିସ୍ତାନକୁ ପରାସ୍ତ କରିଛି। ଫେବୃଆରୀ ୧୫ରେ କଲମ୍ବୋର ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିବା ଟି-୨୦ ବିଶ୍ୱକପ ୨୦୨୬ ମ୍ୟାଚରେ ଭାରତ ପାକିସ୍ତାନକୁ ୬୧…

ଇତିହାସ ରଚିଲେ ରସିଦ୍ ଖାନ୍: ବିଶ୍ୱର ପ୍ରଥମ ବୋଲର ଭାବେ କଲେ ଏମିତି ରେକର୍ଡ

ନୂଆଦିଲ୍ଲୀ,୧୬।୨: ଆଫଗାନିସ୍ତାନର ଅଧିନାୟକ ରଶିଦ ଖାନ୍ କ୍ରିକେଟ୍ ଜଗତରେ ଏକ ନୂତନ ମାଇଲଖୁଣ୍ଟ ସ୍ଥାପନ କରିଛନ୍ତି। ସୋମବାର ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଅନୁଷ୍ଠିତ ଆଇସିସି ପୁରୁଷ…

ପରୀକ୍ଷା ଦେବେନାହିଁ ବୈଭବ ସୂର୍ଯ୍ୟବଂଶୀ, କାରଣ କହିଲେ ପିତା

ନୂଆଦିଲ୍ଲୀ,୧୬।୨: ଆଇସିସି ୧୯ ବର୍ଷରୁ କମ ବିଶ୍ୱକପ ୨୦୨୬ରେ ଟିମ ଇଣ୍ଡିଆର ବିଜୟରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିବା ୧୪ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ସମ୍ପର୍କରେ ଏକ…

ଟିମ ଇଣ୍ଡିଆ ହାତରୁ ଖସିପାରେ ବିଶ୍ୱକପ୍‌ ଟ୍ରଫି: ପାକିସ୍ତାନ ବିପକ୍ଷ ବିଜୟ ଭଲ ସଙ୍କେତ ନୁହେଁ, ଡରାଉଛି ସଂଯୋଗ

ନୂଆଦିଲ୍ଲୀ,୧୬।୨: ଭାରତୀୟ ଦଳ ୨୦୨୬ ଟି୨୦ ବିଶ୍ୱକପ୍‌ର ଗ୍ରୁପ ପର୍ଯ୍ୟାୟରେ ପାକିସ୍ତାନକୁ ପରାସ୍ତ କରି ସୁପର ୮ରେ ପ୍ରବେଶ କରିଥିଲା। ଫଳାଫଳ କାହାକୁ ଆଶ୍ଚର୍ଯ୍ୟ କରି ନ…

Video: ହ୍ୟାଣ୍ଡସେକ୍‌ ବିବାଦ ମଧ୍ୟରେ, ୱାସିମ ଆକ୍ରମଙ୍କୁ ଆଲିଙ୍ଗନ କଲେ ରୋହିତ ଶର୍ମା, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୬।୨: ରବିବାର T20 World Cup 2026 ରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଏକ ହାଇ-ଭୋଲଟେଜ ମ୍ୟାଚ ଖେଳାଯାଇଥିଲା। ଟିମ ଇଣ୍ଡିଆ ଏକତରଫା ଭାବରେ ୬୧…

ଟିମ ଇଣ୍ଡିଆକୁ ଡବଲ୍‌ ଫାଇଦା: ଭାଙ୍ଗିଲା ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୧୬।୨:ଟି୨୦ ବିଶ୍ୱକପରେ ଟିମ ଇଣ୍ଡିଆ କେବଳ ପାକିସ୍ତାନକୁ ପରାସ୍ତ କରି ନ ଥିଲା ବରଂ ଏଥିରୁ ଦୁଇଥର ଲାଭ ମଧ୍ୟ ପାଇଥିଲା। ସେହି ଲାଭ ସହିତ ଏହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri