ଅଁଳାନବମୀରେ ସାକ୍ଷୀଗୋପାଳ ଚଳଚଞ୍ଚଳ: ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି

ସାକ୍ଷୀଗୋପାଳ,୨ା୧୧(ଡି.ଏନ୍‌.ଏ.): ପୁରୀ ଜିଲାର ଦିତୀୟ ବୃହତ୍ତମ ଗଣପର୍ବ ସାକ୍ଷୀଗୋପାଳ ମନ୍ଦିରରେ ବୁଧବାର ଅଁଳାନବମୀ ଉପଲକ୍ଷେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଛି। ବର୍ଷକୁ ଗୋଟିଏ ଦିନ ସାକ୍ଷୀଗୋପାଳ ମନ୍ଦିରରେ ଶ୍ରୀରାଧାଙ୍କ ଓଡ଼ିଆଣୀ ବେଶରେ ଦୁର୍ଲ୍ଲଭ ଦର୍ଶନ ସହିତ ସାକ୍ଷୀଗୋପାଳ ଠାକୁର ରାଧାଦାମୋଦର ବେଶରେ ନୃତ୍ୟରତ ଭଙ୍ଗିରେ ଶୋଭାପାଇଥିଲେ। ଶୃଙ୍ଖଳିତ ଦର୍ଶନ ଓ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଥିବା ବେଳେ ମଙ୍ଗଳବାର ରାତି ୧୧ରୁ ମନ୍ଦିର ଦେବନୀତି ଆରମ୍ଭ କରାଯାଇ ନିର୍ଦ୍ଧାରିତ ସମୟର ୩ଘଣ୍ଟା ପୂର୍ବରୁ ପାଦଦର୍ଶନ ଆରମ୍ଭ କରାଯାଇଛି। ମନ୍ଦିର ସମ୍ମୁଖରେ ନିର୍ମିତ ଛାୟାପ୍ରଦ ବାରିକେଡ୍‌ ମଧ୍ୟରେ ଶ୍ରଦ୍ଧାଳୁମାନେ ସିଂହଦ୍ୱାର ଦେଇ ପ୍ରବେଶ କରି ସାକ୍ଷୀଗୋପାଳଙ୍କ ନଟରାଜ ବେଶ ଓ ଶ୍ରୀ ରାଧାଙ୍କ ଓଡ଼ିଆଣୀ ବେଶ ଦର୍ଶନ, ଦୀପଦାନ, ଅଁଳା ବୃକ୍ଷ ପରିକ୍ରମା ଓ ପୂଜାର୍ଚ୍ଚନା ପରେ ଉତ୍ତର ଦ୍ୱାରରେ ପ୍ରସ୍ଥାନ କରିଥିଲେ। କାର ପାର୍କିଂ ସ୍ଥଳରୁ ବରିଷ୍ଠ ନାଗରିକ ଓ ଭିନ୍ନକ୍ଷମମାନଙ୍କୁ ବ୍ୟାଟେରୀ ଚାଳିତ ଗାଡ଼ିରେ ମନ୍ଦିର ନିକଟରେ ପହଞ୍ଚାଇବା ସୁବିଧା କରାଯାଇଥିଲା। ଘଣ୍ଟା ଘଣ୍ଟା ଧରି ଲମ୍ବା ଧାଡ଼ିରେ ରହୁଥିବା ଶ୍ରଦ୍ଧାଳୁଙ୍କ ଉପରେ ଅଗ୍ନିଶମ ଓ ସ୍ବେଚ୍ଛାସେବୀମାନେ ଜଳ ସିଞ୍ଚନ, ପାନୀୟ ଜଳ ଯୋଗାଇ ଦେଇଥିଲେ।

ପୁରୀ ଜିଲାପାଳ ସମର୍ଥ ବର୍ମା, ଅତିରିକ୍ତ ଜିଲାପାଳ ପ୍ରଦୀପ କୁମାର ସାହୁ, ଉପଜିଲାପାଳ ଭବତାରଣ ସାହୁ, ଏସ୍‌ପି ଡ. କେ. ବିଶାଲ ସିଂ, ସତ୍ୟବାଦୀ ବିଧାୟକ ଉମାକାନ୍ତ ସାମନ୍ତରାୟ, ବ୍ଲକ ଚେୟାରମ୍ୟାନ ସୁନିଲ ପଣ୍ଡା, ଅତିରିକ୍ତ ଏସ୍‌ପି ପୂର୍ଣ୍ଣଚନ୍ଦ୍ର ପ୍ରଧାନ, ଏସ୍‌ଡିପିଓ ଦେବଦତ୍ତ ବରାଳ, ଆଇଆଇସି ବିଜୟକେତନ ବେହେରା, ତହସିଲଦାର ଜୟନ୍ତ ଜୟସିଂ, ବିଡିଓ ଲୋଚନ ଦାସ, ମନ୍ଦିର କାର୍ଯ୍ୟନିର୍ବାହୀ ବସନ୍ତ ପ୍ରଧାନ, ସେବାୟତ ସଂଘ ସଭାପତି ଶ୍ରୀବତ୍ସ ମହାପାତ୍ର, ସମ୍ପାଦକ ବିଜୟ ନନ୍ଦ ଓ କର୍ମକର୍ତ୍ତା ବୃନ୍ଦ ଯାତ୍ରା ପରିଚାଳନାରେ ସହଯୋଗ କରିଥିଲେ। ୩ ଦିନ ବ୍ୟାପୀ ଶ୍ରୀରାଧା ଉତ୍ସବ ପଞ୍ଚସଖା ମୁକ୍ତାକାଶ ରଙ୍ଗମଞ୍ଚରେ ଆରମ୍ଭ କରାଯାଇଥିବା ବେଳେ ପଲ୍ଲିଶ୍ରୀ ମେଳାରେ ପ୍ରଦର୍ଶନ ମଣ୍ଡପ ଖୋଲାଯାଇଛି। ଭିଡ଼ରେ ଅପରାଧ ରୋକିବା ନିମନ୍ତେ ମନ୍ଦିର ପରିସର ବାହାରେ ସିସିଟିଭି କ୍ୟାମେରା ଲାଗଯାଇଛି। ଡଗ୍‌ ସ୍କ୍ବାଡ ଓ ବୋମା ନିଷ୍କ୍ରିୟକାରୀ ଦଳ ସହିତ ମନ୍ଦିର ସିଂହଦ୍ୱାରରେ ମେଟାଲ ଡିକ୍ଟେଟର ଲଗାଇ ପୋଲିସ ଯାଞ୍ଚ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ଏହି ୪ ଜିଲାରେ ଶୀତଲହରୀ ସମ୍ଭାବନା; ଭୁବନେଶ୍ୱର ପାଇଁ ଆସନ୍ତା ୨୪ ଘଣ୍ଟା ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର,୭ା୧୨: ରାଜ୍ୟକୁ ବିଳମ୍ବରେ ଶୀତ ଆସିଥିଲେ ମଧ୍ୟ ରହି ରହିକା ବିଭିନ୍ନ ଜିଲାରେ ଶୀତର ଲହରୀ ଦେଖିବାକୁ ମିଳୁଛି। ଡିସେମ୍ବର ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର...

RSFI ରାଜ୍ୟ ଚାମ୍ପିଅନସିପରେ ଗଜପତି ସ୍କେଟର୍ସଙ୍କ ଚମକ: ଜାତୀୟ ପାଇଁ ୭ ଜଣ ଯୋଗ୍ୟତା ହାସଲ

ଗଜପତି,୭ା୧୨(ଗିରିଧାରୀ ପରିଛା): ଜିଲା ପାଇଁ ଏକ ଗର୍ବର ମୁହୂର୍ତ୍ତରେ, ଗଜପତିର ସ୍କେଟର୍ସମାନେ RSFI ରାଜ୍ୟ ସ୍କେଟିଂ ଚାମ୍ପିଅନସିପରେ ଉତ୍କୃଷ୍ଟ ପ୍ରଦର୍ଶନ କରି ଅନେକ ପଦକ ହାସଲ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri