ଅଁଳାନବମୀରେ ସାକ୍ଷୀଗୋପାଳ ଚଳଚଞ୍ଚଳ: ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି

ସାକ୍ଷୀଗୋପାଳ,୨ା୧୧(ଡି.ଏନ୍‌.ଏ.): ପୁରୀ ଜିଲାର ଦିତୀୟ ବୃହତ୍ତମ ଗଣପର୍ବ ସାକ୍ଷୀଗୋପାଳ ମନ୍ଦିରରେ ବୁଧବାର ଅଁଳାନବମୀ ଉପଲକ୍ଷେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଛି। ବର୍ଷକୁ ଗୋଟିଏ ଦିନ ସାକ୍ଷୀଗୋପାଳ ମନ୍ଦିରରେ ଶ୍ରୀରାଧାଙ୍କ ଓଡ଼ିଆଣୀ ବେଶରେ ଦୁର୍ଲ୍ଲଭ ଦର୍ଶନ ସହିତ ସାକ୍ଷୀଗୋପାଳ ଠାକୁର ରାଧାଦାମୋଦର ବେଶରେ ନୃତ୍ୟରତ ଭଙ୍ଗିରେ ଶୋଭାପାଇଥିଲେ। ଶୃଙ୍ଖଳିତ ଦର୍ଶନ ଓ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଥିବା ବେଳେ ମଙ୍ଗଳବାର ରାତି ୧୧ରୁ ମନ୍ଦିର ଦେବନୀତି ଆରମ୍ଭ କରାଯାଇ ନିର୍ଦ୍ଧାରିତ ସମୟର ୩ଘଣ୍ଟା ପୂର୍ବରୁ ପାଦଦର୍ଶନ ଆରମ୍ଭ କରାଯାଇଛି। ମନ୍ଦିର ସମ୍ମୁଖରେ ନିର୍ମିତ ଛାୟାପ୍ରଦ ବାରିକେଡ୍‌ ମଧ୍ୟରେ ଶ୍ରଦ୍ଧାଳୁମାନେ ସିଂହଦ୍ୱାର ଦେଇ ପ୍ରବେଶ କରି ସାକ୍ଷୀଗୋପାଳଙ୍କ ନଟରାଜ ବେଶ ଓ ଶ୍ରୀ ରାଧାଙ୍କ ଓଡ଼ିଆଣୀ ବେଶ ଦର୍ଶନ, ଦୀପଦାନ, ଅଁଳା ବୃକ୍ଷ ପରିକ୍ରମା ଓ ପୂଜାର୍ଚ୍ଚନା ପରେ ଉତ୍ତର ଦ୍ୱାରରେ ପ୍ରସ୍ଥାନ କରିଥିଲେ। କାର ପାର୍କିଂ ସ୍ଥଳରୁ ବରିଷ୍ଠ ନାଗରିକ ଓ ଭିନ୍ନକ୍ଷମମାନଙ୍କୁ ବ୍ୟାଟେରୀ ଚାଳିତ ଗାଡ଼ିରେ ମନ୍ଦିର ନିକଟରେ ପହଞ୍ଚାଇବା ସୁବିଧା କରାଯାଇଥିଲା। ଘଣ୍ଟା ଘଣ୍ଟା ଧରି ଲମ୍ବା ଧାଡ଼ିରେ ରହୁଥିବା ଶ୍ରଦ୍ଧାଳୁଙ୍କ ଉପରେ ଅଗ୍ନିଶମ ଓ ସ୍ବେଚ୍ଛାସେବୀମାନେ ଜଳ ସିଞ୍ଚନ, ପାନୀୟ ଜଳ ଯୋଗାଇ ଦେଇଥିଲେ।

ପୁରୀ ଜିଲାପାଳ ସମର୍ଥ ବର୍ମା, ଅତିରିକ୍ତ ଜିଲାପାଳ ପ୍ରଦୀପ କୁମାର ସାହୁ, ଉପଜିଲାପାଳ ଭବତାରଣ ସାହୁ, ଏସ୍‌ପି ଡ. କେ. ବିଶାଲ ସିଂ, ସତ୍ୟବାଦୀ ବିଧାୟକ ଉମାକାନ୍ତ ସାମନ୍ତରାୟ, ବ୍ଲକ ଚେୟାରମ୍ୟାନ ସୁନିଲ ପଣ୍ଡା, ଅତିରିକ୍ତ ଏସ୍‌ପି ପୂର୍ଣ୍ଣଚନ୍ଦ୍ର ପ୍ରଧାନ, ଏସ୍‌ଡିପିଓ ଦେବଦତ୍ତ ବରାଳ, ଆଇଆଇସି ବିଜୟକେତନ ବେହେରା, ତହସିଲଦାର ଜୟନ୍ତ ଜୟସିଂ, ବିଡିଓ ଲୋଚନ ଦାସ, ମନ୍ଦିର କାର୍ଯ୍ୟନିର୍ବାହୀ ବସନ୍ତ ପ୍ରଧାନ, ସେବାୟତ ସଂଘ ସଭାପତି ଶ୍ରୀବତ୍ସ ମହାପାତ୍ର, ସମ୍ପାଦକ ବିଜୟ ନନ୍ଦ ଓ କର୍ମକର୍ତ୍ତା ବୃନ୍ଦ ଯାତ୍ରା ପରିଚାଳନାରେ ସହଯୋଗ କରିଥିଲେ। ୩ ଦିନ ବ୍ୟାପୀ ଶ୍ରୀରାଧା ଉତ୍ସବ ପଞ୍ଚସଖା ମୁକ୍ତାକାଶ ରଙ୍ଗମଞ୍ଚରେ ଆରମ୍ଭ କରାଯାଇଥିବା ବେଳେ ପଲ୍ଲିଶ୍ରୀ ମେଳାରେ ପ୍ରଦର୍ଶନ ମଣ୍ଡପ ଖୋଲାଯାଇଛି। ଭିଡ଼ରେ ଅପରାଧ ରୋକିବା ନିମନ୍ତେ ମନ୍ଦିର ପରିସର ବାହାରେ ସିସିଟିଭି କ୍ୟାମେରା ଲାଗଯାଇଛି। ଡଗ୍‌ ସ୍କ୍ବାଡ ଓ ବୋମା ନିଷ୍କ୍ରିୟକାରୀ ଦଳ ସହିତ ମନ୍ଦିର ସିଂହଦ୍ୱାରରେ ମେଟାଲ ଡିକ୍ଟେଟର ଲଗାଇ ପୋଲିସ ଯାଞ୍ଚ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ ନେଇ ହଣାକଟା: ୫ ଆହତ, ଦମ୍ପତି ଗୁରୁତର

ଦିଗପହଣ୍ଡି,୪ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏରେଣ୍ଡ୍ରା ପଞ୍ଚାୟତ ଆମ୍ବଠା ଗ୍ରାମରେ ପୈତୃକ ସମ୍ପତ୍ତି ଭାଗ ବଣ୍ଟନକୁ କେନ୍ଦ୍ର କରି ରବିବାର ସକାଳେ ଦୁଇ…

୨ଛାତ୍ରୀଙ୍କୁ ଅସଦାଚରଣ, ସ୍କୁଲ କିରାଣି ଗିରଫ

ଟେନ୍‌ସା,।୪।୧୦(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା କୋଇଡ଼ା ବ୍ଲକ କେ. ବଲାଙ୍ଗ ଥାନା ଜାମୁଢ଼ି ପଞ୍ଚାୟତର ଏକ ହାଇସ୍କୁଲରେ ୨ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ କରାଯାଇଥିବା…

ଶାଳକଙ୍କ ମାଡ଼ରେ ଭିଣୋଇଙ୍କ ମୃତ୍ୟୁ

ବଡ଼ବିଲ,୪।୧୦(ଜୟନ୍ତୀ ରଣା): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ଉଲିବୁରୁସ୍ଥିତ ବୁରୁସାହିରେ ଶୁକ୍ରବାର ରାତିରେ ଶାଳକଙ୍କ ମାଡ଼ରେ ଭିଣୋଇଙ୍କ ମୃତ୍ୟୁ ଘଟିଛି। ମୃତକ ଭିଣୋଇ ହେଲେ ବନମାଳୀ…

ଗୋଟିଏ କୋଠରିରେ ଦୁଇଟି ଶ୍ରେଣୀର ପାଠପଢ଼ା

ବରଗଡ଼,୪।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଅନ୍ତର୍ଗତ କନ୍ଦାଡଙ୍ଗର ଗ୍ରାମରେ ୧୯୪୦ରେ ପ୍ରତିଷ୍ଠିତ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ସମ୍ପ୍ରତି ବିଭିନ୍ନ ସମସ୍ୟାଘେରରେ ରହିଛି। କେବଳ…

ଆଜି କର୍କଟ ରାଶିରେ ଚନ୍ଦ୍ରଙ୍କ ଗୋଚର: ତୁଳା-ମୀନ ସମେତ ୩ ରାଶି ହେବେ ମାଲାମାଲ୍‌, ଘରକୁ ଆସିବ ଖୁସି ଖବର

କର୍କଟ ରାଶି ହେଉଛି ଚନ୍ଦ୍ରମାଙ୍କର ନିଜ ରାଶି। ନିଜ ରାଶିରେ ଚନ୍ଦ୍ରମାଙ୍କ ଗୋଚର ତିନିଟି ରାଶି ପାଇଁ ଭାଗ୍ୟଶାଳୀ ପ୍ରମାଣିତ ହୋଇପାରେ। ଆଜି ୪ ଅକ୍ଟୋବର ୨୦୨୬,…

ଟିପିସିଓଡିଏଲ ଆଉଟସୋର୍ସିଂ ଷ୍ଟାଫ୍‌ଙ୍କ ଛଟେଇ ପ୍ରତିବାଦରେ କାର୍ଯ୍ୟବନ୍ଦ ଆନ୍ଦୋଳନ: ଅନ୍ତର୍ଘାତୀ କାର୍ଯ୍ୟକଳାପ ବୃଦ୍ଧି ଅଭିଯୋଗ

କଟକ ସଦର, ୪/୧୦ (ସୁଶାନ୍ତ କୁମାର ଜେନା): ଟିପିସିଓଡିଏଲ କର୍ତ୍ତୃପକ୍ଷ କର୍ମଚାରୀ ଛଟେଇ ଆରମ୍ଭ କରିଥିବା ଅଭିଯୋଗ କରି ଆଉଟସୋର୍ସିଂ କର୍ମଚାରୀମାନେ ପ୍ରତିବାଦ ଆରମ୍ଭ କରିଛନ୍ତି। ଏହାର…

ମହିଳା ସାମ୍ବାଦିକଙ୍କ ପ୍ରତି ଅସଦାଚରଣ ଅଭିଯୋଗ; ଭାଜପାକୁ ଟାର୍ଗେଟ କଲା କଂଗ୍ରେସ

ନୂଆଦିଲ୍ଲୀ,୪।୧୦: ଅକ୍ଟୋବର ୩ରେ ଦିଲ୍ଲୀର ଜନ୍ତର ମନ୍ତର ଠାରେ ଏକ ବିକ୍ଷୋଭ ପ୍ରଦର୍ଶନର ଖବର ସଂଗ୍ରହ ସମୟରେ ମହିଳା ସାମ୍ବାଦିକମାନଙ୍କ ଦ୍ୱାରା ପୋଲିସ କର୍ମଚାରୀଙ୍କ ବିରୁଦ୍ଧରେ ଅଣାଯାଇଥିବା…

ପରିଚୟ ବଦଳାଇ ଦୁଇ ବାଂଲାଦେଶୀ ଯୁବତୀ ଯାଉଥିଲେ ବେଙ୍ଗାଲୁରୁ, ବହ୍ମପୁର ରେଳଷ୍ଟେଶନରୁ ପଡ଼ିଲେ ଧରା

ବ୍ରହ୍ମପୁର,୪ା୧୦(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ରେଳଷ୍ଟେଶନରୁ ଦୁଇ ସନ୍ଦିଗ୍ଧ ବାଂଲାଦେଶୀ ଯୁବତୀଙ୍କୁ ଜିଆରପି ପୋଲିସ ଅଟକ ରଖି ପଚରାଉଚରା କରୁଛି। ସେମାନେ ହେଲେ ମହାମୁଦା ମଣ୍ଡଳ (୩୧)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?