ଏଏନଏମ୍‌ଙ୍କୁ ଆକ୍ରମଣ ଘଟଣା: ଅଭିଯୁକ୍ତ ଯୁବକ ଗିରଫ, ଦୋଷୀ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ପାଇଁ ଦାବି କଲେ…

ଦାରିଙ୍ଗବାଡି, ୨୮।୧୧ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସୋନପୁର ଉପସ୍ବାସ୍ଥ୍ୟକେନ୍ଦ୍ରର ଏଏନଏମ ବୁଲିଦେଇ ସାହୁଙ୍କୁ ମରଣାନ୍ତକ ଆକ୍ରମଣରେ ଅଟକ ରହିଥିବା ଯୁବକଙ୍କୁ ଦାରିଙ୍ଗବାଡି ପୋଲିସ ଗିରଫ କରିଛି। ଗିରଫ ଯୁବକ ସୋନପୁରର ଗୋବିନ୍ଦ ବେହେରା (୨୬)ବୋଲି ତଦନ୍ତକାରୀ ଅଧିକାରୀ ଇନ୍ସପେକ୍ଟର ଜୟନ୍ତ କୁମାର ସେଠି କହିଛନ୍ତି । ଯୁବକଙ୍କ ନାମରେ ପୋଲିସ ମାମଲା (୨୨୭/୨୫) ରୁଜୁ କରିଛି। ଗିରଫ ଯୁବକ ନାମରେ ଭାରତ ନ୍ୟାୟ ସଂହିତା ୨୦୨୩(୩୨୯)୩, (୨୯୬) ଏବଂ (୧୦୯) ଧାରାରେ ମାମଲା ରୁଜୁ ହୋଇଥିବା ପୋଲିସ କହିଛି । ଅପରାହ୍ନରେ ପୋଲିସ ଗିରଫ ଯୁବକଙ୍କୁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସା କରାଇଛି । ଏହା ପରେ ତାଙ୍କୁ କୋର୍ଟ ଚାଲାଣ କରାଯିବ ବୋଲି ପୋଲିସ କହିଛି। ସୂଚନା ଯୋଗ୍ୟ ଯେ, ମଙ୍ଗଳବାର ବିଳମ୍ବିତ ରାତିରେ ଏଏନଏମ ବୁଲିଦେଇ ନିଜ ସରକାରୀ ବାସଭବନରେ କାର୍ଯ୍ୟ କରୁଥିବା ବେଳେ ଗୋବିନ୍ଦ ପୂର୍ବରୁ ତାଙ୍କ ଘର ବାହାରେ ଲୁଚି ରହିଥିଲେ । ବୁଲିଦେଇ ତାଙ୍କ ଘରର ଫାଟକରେ ଚାବି ପକାଇବାକୁ ଆସିଥିବା ବେଳେ ଗୋବିନ୍ଦ ବାଟୁଳି ଖଡାରେ ବୁଲିଦେଇଙ୍କ ଆଖିକୁ ଆକ୍ରମଣ କରିଥିଲେ। ଫଳରେ ବୁଲିଦେଇଙ୍କ ବାମ ଆଖି ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଛି। ସେ ଏବେ ଏମ୍ସରେ ଭର୍ତ୍ତି ହୋଇଥିବା ଜଣାପଡିଛି। ଘଟଣା ସମ୍ପର୍କରେ ଅଧିକା ତଦନ୍ତ ଚାଲିଥିବା ପୋଲିସ କହିଛି। ଘଟଣାକୁ ନେଇ ପୂର୍ବରୁ ଉକ୍ତ ବ୍ଲକର ୨୫ ପଞ୍ଚାୟତର ମହିଳା ସ୍ବାସ୍ଥ୍ୟକର୍ମୀମାନେ ବୁଲିଦେଇଙ୍କୁ ମାଗଣା ଚିକିତ୍ସା ସହ ସମସ୍ତ ମହିଳା ସ୍ବାସ୍ଥ୍ୟକର୍ମୀଙ୍କୁ ସୁରକ୍ଷା ଦେବା ଓ ଦୋଷୀ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ନେଇ ଦାବି କରିଛନ୍ତି। ଏହାସହ କାର୍ଯ୍ୟବନ୍ଦ ରଖିବା ସହ ପୋଲିସ, ବିଡ଼ିଓ, ତହସିଲଦାର, ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଇନଚାର୍ଜ, ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀଙ୍କ ସମେତ ରାଜ୍ୟ ବିଭାଗୀୟ ସଚିବ, ମନ୍ତ୍ରୀଙ୍କୁ ଚିଠି ଲେଖିଥିଲେ। ସେହିପରି ଶୁକ୍ରବାର ସୋନପୁର ପଞ୍ଚାୟତରେ କାର୍ଯ୍ୟରତ ଆଶାକର୍ମୀମାନେ ମଧ୍ୟ ବୁଲିଦେଇଙ୍କ ପାଇଁ ବିଭିନ୍ନ ଦାବି ନେଇ ଲିଖିତ ଦାବି ପତ୍ର ଦାରିଙ୍ଗବାଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଇନଚାର୍ଜ ଡାକ୍ତର ଜାକେଶ ସାମନ୍ତରାୟଙ୍କୁ ଦେବା ସହ ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀଙ୍କୁ ଚିଠି ଲେଖିଥିବା ଜଣାପଡିଛି।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସଂଘବଦ୍ଧ ଆକ୍ରମଣ: ପୁଅଙ୍କୁ ବଞ୍ଚାଇବାକୁ ଯାଇ ବାପା-ମା’ ଆହତ, ଗୁରୁତର… 

ଦିଗପହଣ୍ଡି,୨୦।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ନରସିଂହପୁର ଗ୍ରାମରେ ବ୍ୟବସାୟିକ ଶତ୍ରୁତାକୁ ନେଇ ଗୋଟିଏ ପରିବାରର ବାପ,ମା ଓ ପୁଅଙ୍କୁ...

ଆଗକୁ ପଞ୍ଚାୟତ ନିର୍ବାଚନ: ସାଙ୍ଗଠନିକ ବୈଠକରେ ବାଜିଲା ଭାଜପାର ବିଗୁଲ… 

କୋରାପୁଟ,୨୦।୧(ଅମିତାଭ ବେହେରା): ଆସନ୍ତା ପଞ୍ଚାୟତ ନିର୍ବାଚନ ନେଇ କୋରାପୁଟରେ ଭାଜପାର ସାଙ୍ଗଠନିକ  ଭିତ୍ତିଭୂମିକୁ  ଅଧିକ ସୁଦୃଢ କରିବା ଲକ୍ଷ୍ୟରେ ମଙ୍ଗଳବାର ସ୍ଥାନୀୟ ଦକ୍ଷତା ବୃଦ୍ଧି ତାଲିମ...

ଦକ୍ଷିଣାଞ୍ଚଳ ରାଜସ୍ବ ଆୟୁକ୍ତ, ଜ଼ିଲାପାଳମାନଙ୍କ ସମ୍ମିଳନୀ:ପଞ୍ଚାୟତ, ପୌର ନିର୍ବାଚନ ସଫଳତାର ସହ…

ଛତ୍ରପୁର,୨୦ା୧(ଦିଲୀପ ସାମଲ): ଆଗାମୀ ପଞ୍ଚାୟତ, ପୌର ନିର୍ବାଚନ ଏବଂ ଭୋଟର ତାଲିକା ସଂଶୋଧନକୁ ସ୍ବଚ୍ଛ, ନିରପେକ୍ଷ ଓ ସଫଳତାର ସହ ସମ୍ପାଦନ କରିବା ପାଇଁ ଛତ୍ରପୁରସ୍ଥିତ...

ପିଏମଶ୍ରୀ ଉତ୍ସବରେ ୩ ବିଧାୟକ: ଛାତ୍ରଛାତ୍ରୀଙ୍କ ପ୍ରତିଭା ଦେଖି କଲେ ପ୍ରଶଂସା

ବରଗଡ଼,୨୦।୧(ପ୍ରେମାନନ୍ଦ ଖମାରୀ) – ବରଗଡ଼ ରାଣା ପ୍ରତାପ ସ୍କୁଲ ପରିସରରେ ଚାଲିଥିବା ବରଗଡ଼ ଜିଲାସ୍ତରୀୟ ପିଏମଶ୍ରୀ ଉତ୍ସବ ମଙ୍ଗଳବାର ଉଦଯାପିତ ହୋଇଯାଇଛି । ଅତିରିକ୍ତ ଜିଲାପାଳ...

ବାଲେଶ୍ୱରରେ ସଂଖ୍ୟାଲଘୁ ଯୁବକଙ୍କ ହତ୍ୟା: ନବୀନଙ୍କ ଗଭୀର ଦୁଃଖ ପ୍ରକାଶ

ଭୁବନେଶ୍ୱର,୨୦।୧: ବାଲେଶ୍ୱର ଜିଲାରେ ଗୋ-ଚାଲାଣ ଅଭିଯୋଗରେ ଜଣେ ସଂଖ୍ୟାଲଘୁ ସମ୍ପ୍ରଦାୟର ଯୁବକଙ୍କୁ ହତ୍ୟା ଘଟଣାରେ ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ...

୨୦୦୦ ଟଙ୍କାର ଛୋଟିଆ SIP କରିବ କୋଟିପତି, ଜାଣନ୍ତୁ କିଭଳି ନିବେଶ… 

ନୂଆଦିଲ୍ଲୀ, ୨୦।୧: କ’ଣ ୨୦୦୦ର ଛୋଟ SIPରୁ ଆପଣ କୋଟିପତି ହୋଇପାରିବେ? ଉତ୍ତର ହେଉଛି ହଁ! କେବଳ ଧୌର୍ଯ୍ୟ ଏବଂ ସମୟର ଆବଶ୍ୟକତା ରହିଛି। ଏସ୍‌ଆଇପି,...

୨୭ ବର୍ଷ ପରେ ନକ୍ଷତ୍ର ପରିବର୍ତ୍ତନ କଲେ ଶନି, ଏହି ୩ ରାଶିର ବଦଳିବ ଭାଗ୍ୟ…

ଜାନୁଆରୀ ୨୦ ତାରିଖ ଅର୍ଥାତ୍ ଆଜିର ଦିନରୁ ଶନିଦେବ ଉତ୍ତରା ଭାଦ୍ରପଦ ନକ୍ଷତ୍ରରେ ପ୍ରବେଶ କରିବାକୁ ଯାଉଛନ୍ତି । ଜ୍ୟୋତିଷ ଶାସ୍ତ୍ରର ଗଣନା ଅନୁଯାୟୀ ପାଖାପାଖି...

ନିରଞ୍ଜନଙ୍କୁ ଗୁରୁଦାୟିତ୍ୱ: ରାଜ୍ୟ ସରପଞ୍ଚ ମହାସଂଘର ଉପଦେଷ୍ଟା ହେଲେ …

ଦିଗପହଣ୍ଡି,୨୦|୧(ଅଶେଷନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକର ପୂର୍ବତନ ସମିତି ସଭ୍ୟ ତଥା ରେଡ୍ଡୀ ସମାଜ ଦିଗପହଣ୍ଡି ଜୋନର ସଭାପତି ଏମ୍ . ନିରଞ୍ଜନ ରେଡ୍ଡୀଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri