ଏଏନଏମ୍‌ଙ୍କୁ ଆକ୍ରମଣ ଘଟଣା: ଅଭିଯୁକ୍ତ ଯୁବକ ଗିରଫ, ଦୋଷୀ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ପାଇଁ ଦାବି କଲେ…

ଦାରିଙ୍ଗବାଡି, ୨୮।୧୧ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସୋନପୁର ଉପସ୍ବାସ୍ଥ୍ୟକେନ୍ଦ୍ରର ଏଏନଏମ ବୁଲିଦେଇ ସାହୁଙ୍କୁ ମରଣାନ୍ତକ ଆକ୍ରମଣରେ ଅଟକ ରହିଥିବା ଯୁବକଙ୍କୁ ଦାରିଙ୍ଗବାଡି ପୋଲିସ ଗିରଫ କରିଛି। ଗିରଫ ଯୁବକ ସୋନପୁରର ଗୋବିନ୍ଦ ବେହେରା (୨୬)ବୋଲି ତଦନ୍ତକାରୀ ଅଧିକାରୀ ଇନ୍ସପେକ୍ଟର ଜୟନ୍ତ କୁମାର ସେଠି କହିଛନ୍ତି । ଯୁବକଙ୍କ ନାମରେ ପୋଲିସ ମାମଲା (୨୨୭/୨୫) ରୁଜୁ କରିଛି। ଗିରଫ ଯୁବକ ନାମରେ ଭାରତ ନ୍ୟାୟ ସଂହିତା ୨୦୨୩(୩୨୯)୩, (୨୯୬) ଏବଂ (୧୦୯) ଧାରାରେ ମାମଲା ରୁଜୁ ହୋଇଥିବା ପୋଲିସ କହିଛି । ଅପରାହ୍ନରେ ପୋଲିସ ଗିରଫ ଯୁବକଙ୍କୁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସା କରାଇଛି । ଏହା ପରେ ତାଙ୍କୁ କୋର୍ଟ ଚାଲାଣ କରାଯିବ ବୋଲି ପୋଲିସ କହିଛି। ସୂଚନା ଯୋଗ୍ୟ ଯେ, ମଙ୍ଗଳବାର ବିଳମ୍ବିତ ରାତିରେ ଏଏନଏମ ବୁଲିଦେଇ ନିଜ ସରକାରୀ ବାସଭବନରେ କାର୍ଯ୍ୟ କରୁଥିବା ବେଳେ ଗୋବିନ୍ଦ ପୂର୍ବରୁ ତାଙ୍କ ଘର ବାହାରେ ଲୁଚି ରହିଥିଲେ । ବୁଲିଦେଇ ତାଙ୍କ ଘରର ଫାଟକରେ ଚାବି ପକାଇବାକୁ ଆସିଥିବା ବେଳେ ଗୋବିନ୍ଦ ବାଟୁଳି ଖଡାରେ ବୁଲିଦେଇଙ୍କ ଆଖିକୁ ଆକ୍ରମଣ କରିଥିଲେ। ଫଳରେ ବୁଲିଦେଇଙ୍କ ବାମ ଆଖି ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଛି। ସେ ଏବେ ଏମ୍ସରେ ଭର୍ତ୍ତି ହୋଇଥିବା ଜଣାପଡିଛି। ଘଟଣା ସମ୍ପର୍କରେ ଅଧିକା ତଦନ୍ତ ଚାଲିଥିବା ପୋଲିସ କହିଛି। ଘଟଣାକୁ ନେଇ ପୂର୍ବରୁ ଉକ୍ତ ବ୍ଲକର ୨୫ ପଞ୍ଚାୟତର ମହିଳା ସ୍ବାସ୍ଥ୍ୟକର୍ମୀମାନେ ବୁଲିଦେଇଙ୍କୁ ମାଗଣା ଚିକିତ୍ସା ସହ ସମସ୍ତ ମହିଳା ସ୍ବାସ୍ଥ୍ୟକର୍ମୀଙ୍କୁ ସୁରକ୍ଷା ଦେବା ଓ ଦୋଷୀ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ନେଇ ଦାବି କରିଛନ୍ତି। ଏହାସହ କାର୍ଯ୍ୟବନ୍ଦ ରଖିବା ସହ ପୋଲିସ, ବିଡ଼ିଓ, ତହସିଲଦାର, ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଇନଚାର୍ଜ, ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀଙ୍କ ସମେତ ରାଜ୍ୟ ବିଭାଗୀୟ ସଚିବ, ମନ୍ତ୍ରୀଙ୍କୁ ଚିଠି ଲେଖିଥିଲେ। ସେହିପରି ଶୁକ୍ରବାର ସୋନପୁର ପଞ୍ଚାୟତରେ କାର୍ଯ୍ୟରତ ଆଶାକର୍ମୀମାନେ ମଧ୍ୟ ବୁଲିଦେଇଙ୍କ ପାଇଁ ବିଭିନ୍ନ ଦାବି ନେଇ ଲିଖିତ ଦାବି ପତ୍ର ଦାରିଙ୍ଗବାଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଇନଚାର୍ଜ ଡାକ୍ତର ଜାକେଶ ସାମନ୍ତରାୟଙ୍କୁ ଦେବା ସହ ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀଙ୍କୁ ଚିଠି ଲେଖିଥିବା ଜଣାପଡିଛି।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ହଠାତ୍‌ ମୋଚିରାମଙ୍କୁ କାମୁଡ଼ିଲା ସାପ: ତା’ପରେ ଏମିତି କାମ କଲେ ଡାକ୍ତର ଆଶ୍ଚର୍ଯ୍ୟ

ଉଦଳା,୫।୯(ସନ୍ତୋଷ ବାଛିନୀ): ଅଚାନକ କାମୁଡିଲା ସାପ, ଆଉ ସାପକୁ ମାରି ତାକୁ ଧରି ମେଡିକାଲରେ ପହଁଚିଲେ ଯୁବକ। ଏଭଳି ଘଟଣା ଦେଖିବାକୁ ମିଳିଛି ମୟୁରଭଞ୍ଜ ଜିଲା ଉଦଳା…

ଇସ୍ତଫାର ରାଜନୈତିକ ରଙ୍ଗ

ଆଇଏଏସ୍‌ ଅଫିସର ଦିବ୍ୟା ମିତ୍ତଲ ୧୩ ବର୍ଷ ଚାକିରି କରିବା ପରେ ଉତ୍ତର ପ୍ରଦେଶର ଆଗାମୀ ନିର୍ବାଚନର ମାତ୍ର କିଛି ମାସ ପୂର୍ବରୁ ଦେଇଥିବା ଇସ୍ତଫାକୁ ନେଇ…

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ମୀନାକ୍ଷୀରାଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଲୋଇସିଂହା,୫।୯(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ହରେକୃଷ୍ଣ ମହତାବ ହାଇସ୍କୁଲର କଳା ଶିକ୍ଷୟିତ୍ରୀ ତଥା ଗାଳ୍ପିକା ମୀନାକ୍ଷୀରାଣୀ ମିଶ୍ର ଜିଲାର ଏକମାତ୍ର ଶିକ୍ଷୟିତ୍ରୀ ଭାବେ ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା…

‘ମୋ ପତ୍ନୀ ମଧ୍ୟ…’, ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏମିତି କାହିଁକି କହିଲେ ପୂର୍ବତନ ଭାରତୀୟ କ୍ରିକେଟର, ବଢିଲା ଚର୍ଚ୍ଚା

ନୂଆଦିଲ୍ଲୀ,୫।୯: ମାତ୍ର ୧୫ ବର୍ଷ ବୟସରେ କ୍ରିକେଟ ଜଗତରେ ନିଜର ଗଭୀର ଛାପ ଛାଡ଼ିଛନ୍ତି ବୈଭବ ସୂର୍ଯ୍ୟବଂଶୀ। ଏହି ଯୁବ କ୍ରିକେଟରଙ୍କ ପ୍ରତିଭାକୁ ନେଇ ଏବେ ପୂର୍ବତନ…

ମୋଦିଙ୍କ ପାଇଁ ଚକୋଲେଟ୍‌ର ‘ଇଣ୍ଡିଆ ଗେଟ୍‌’ ଆଣିଥିଲେ ବେଲଜିୟମ ପ୍ରଧାନମନ୍ତ୍ରୀ, ଭାରତରେ ପହଞ୍ଚିବା ପରେ ଘଟିଲା ଏମିତି କିଛି!

ନୂଆଦିଲ୍ଲୀ,୫।୯: ଭାରତ ଗସ୍ତରେ ଆସିଥିବା ବେଲଜିୟମ ପ୍ରଧାନମନ୍ତ୍ରୀ ବାର୍ଟ ଡି ୱେଭର୍‌ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାଇଁ ଆଣିଥିଲେ ଏକ ଅତ୍ୟନ୍ତ ନିଆରା ଉପହାର। ଭାରତର ପ୍ରସିଦ୍ଧ…

ମନ୍ଦିର ବୁଲାଣିରେ ଅଘଟଣ, ବାଇକ୍‌କୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ…

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭଟ୍‌ଲି ଥାନା ଅନ୍ତର୍ଗତ ମେଣ୍ଢାପାଲି ବନଦୁର୍ଗା ମନ୍ଦିର ନିକଟସ୍ଥ ବୁଲାଣିରେ ଏକ ପିକ୍‌ଅପ ଭ୍ୟାନ (ନଂ-ଓଡି ୧୫ଏଡି ୭୮୯୨) ଅନ୍ୟ ଏକ ବାଇକକୁ…

ବୈଦେଶିକ ମୁଦ୍ରାଭଣ୍ଡାରରେ ୧୧ ବିଲିୟନ ଡଲାର ବୃଦ୍ଧି

ନୂଆଦିଲ୍ଲୀ,୫ା୯: ଅଗଷ୍ଟ ୨୮ ସୁଦ୍ଧା ଶେଷ ହୋଇଥିବା ସପ୍ତାହରେ ଭାରତର ବୈଦେଶିକ ମୁଦ୍ରାଭଣ୍ଡାର ପରିମାଣରେ ୧୧.୪୭୫ ବିଲିୟନ ଡଲାର ବୃଦ୍ଧି ଘଟିବା ସହ ମୋଟ ଭଣ୍ଡାର ପରିମାଣ…

୧.୮୫ କୋଟି ଗ୍ରାହକଙ୍କ ସହ ଜିଓ ଓଡ଼ିଶାରେ ଅଗ୍ରଣୀ

ଭୁବନେଶ୍ୱର, ୫ା୯: ସାରା ଦେଶ ସହ ଓଡ଼ିଶାରେ ମଧ୍ୟ ରିଲାଏନ୍ସ ଜିଓ ୫ ସେପ୍ଟେମ୍ବର ୨୦୧୬ରେ ବ୍ୟବସାୟିକ ଟେଲିସେବା ଆରମ୍ଭ କରିଥିଲା। ୧୦ ବର୍ଷ ମଧ୍ୟରେ ଜିଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri