ଏଏନ୍‌ଏମ୍‌ଙ୍କୁ ଆକ୍ରମଣ ଘଟଣା: ଜାମିନ ନାମାଞ୍ଜୁର ହେବାରୁ ଜେଲ ଗଲେ…

ଦାରିଙ୍ଗବାଡି, ୨୮ା୧୧ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସୋନପୁର ଉପସ୍ବାସ୍ଥ୍ୟକେନ୍ଦ୍ରର ଏଏନ୍‌ଏମ୍‌ ବୁଲିଦେଈ ସାହୁଙ୍କୁ ମରଣାନ୍ତକ ଆକ୍ରମଣ ଘଟଣାରେ ଅଟକ ଯୁବକଙ୍କୁ ଦାରିଙ୍ଗବାଡି ପୋଲିସ ଶୁକ୍ରବାର ଗିରଫକରି କୋର୍ଟଚାଲାଣ କରିଛି। ସେ ହେଲେ ସୋନପୁରର ଗୋବିନ୍ଦ ବେହେରା (୨୬)। ଦାରିଙ୍ଗବାଡି ଜେଏମ୍‌ଏଫସିରେ ତାଙ୍କୁ ହାଜର କରାଯାଇଥିଲା। ସେଠାରେ ଗୋବିନ୍ଦଙ୍କ ଜାମିନ ଆବେଦନ ନାମଞ୍ଜୁର ହେବାରୁ ତାଙ୍କ ସ୍ବାସ୍ଥ୍ୟାବସ୍ଥା ଯାଞ୍ଚ ପରେ ତାଙ୍କୁ ବାଲିଗୁଡା ବିଚାରବିଭାଗୀୟ ହାଜତକୁ ପଠାଯାଇଛି ।
ଖବରରୁ ପ୍ରକାଶ, ମଙ୍ଗଳବାର ଏଏନ୍‌ଏମ୍‌ ବୁଲିଦେଈ ନିଜ ସରକାରୀ ବାସଭବନରେ କାର୍ଯ୍ୟ କରୁଥିବା ବେଳେ ଗୋବିନ୍ଦ ପୂର୍ବରୁ ଆସି ତାଙ୍କ ଘର ବାହାରେ ଲୁଚି ରହିଥିଲେ। ବୁଲି ତାଙ୍କ ଘର ଫାଟକରେ ତାଲା ପକାଇବାକୁ ଆସିଥିବା ବେଳେ ଗୋବିନ୍ଦ ବାଟୁଳିଖଡ଼ାରେ ତାଙ୍କୁ ଆକ୍ରମଣ କରିଥିଲେ। ଏହି ଆକ୍ରମଣରେ ବୁଲିଙ୍କ ବାମ ଆଖି ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଛି। ଏଠାରେ ପ୍ରାଥମିକ ଚିକିତ୍ସା ପରେ ତାଙ୍କୁ ଭୁବନେଶ୍ୱରର ଏମ୍‌ସ୍‌କୁ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ସେ ଏବେ ଚିକିତ୍ସାଧୀନ ଅଛନ୍ତି। ଏନେଇ ବୁଧବାର ବୁଲିଙ୍କ ମା’ ଏବଂ ସ୍ବାସ୍ଥ୍ୟକେନ୍ଦ୍ର ପକ୍ଷରୁ ଥାନାରେ ଅଭିଯୋଗ ପରେ ନଂ. ୨୨୭/୨୫ରେ ପୋଲିସ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ କରି ଗୋବିନ୍ଦଙ୍କୁ ଧରି ଆଣି ଅଟକ ରଖି ପଚରାଉଚରା ଜାରି ରଖିଥିଲା। ଏବେ ତାଙ୍କୁ ଗିରଫ କରାଯାଇଛି।
ଅନ୍ୟପକ୍ଷରେ ଏହି ଘଟଣାକୁ ନେଇ ବ୍ଲକ୍‌ର ୨୫ ପଞ୍ଚାୟତର ମହିଳା ସ୍ବାସ୍ଥ୍ୟକର୍ମୀ ବୁଲିଙ୍କୁ ମାଗଣା ଚିକିତ୍ସା, ସମସ୍ତ ମହିଳା ସ୍ବାସ୍ଥ୍ୟକର୍ମୀଙ୍କୁ ସୁରକ୍ଷା ଦେବା ଓ ଦୋଷୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବି କରିଥିଲେ। ସେମାନେ ଏନେଇ ବିଭାଗୀୟ ମନ୍ତ୍ରୀ, ଉଚ୍ଚପଦସ୍ଥ ଅଧିକାରୀଙ୍କୁ ଅବଗତ କରାଇଛନ୍ତି। ଶୁକ୍ରବାର ଆଶାକର୍ମୀମାନେ ସମାନ ଦାବି ରଖି ଗୋବିନ୍ଦଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଦାବିକରି ଏକ ଦାବିପତ୍ର ଦାରିଙ୍ଗବାଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଇନଚାର୍ଜ ଡାକ୍ତର ଜାକେଶ ସାମନ୍ତରାୟଙ୍କୁ ପ୍ରଦାନ କରିଛନ୍ତି। ଏଥିସହ ସେମାନେ ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀଙ୍କୁ ମଧ୍ୟ ଚିଠି ଲେଖିଛନ୍ତି। ଏ ସମ୍ପର୍କରେ ଥାନାରେ ଅଭିଯୋଗ ହେବା ପରେ ମାମଲା ରୁଜୁ ହୋଇ ତଦନ୍ତ ପରେ ଅଭିଯୁକ୍ତଙ୍କୁ ଗିରଫ କରାଯାଇଥବା ତଦନ୍ତକାରୀ ଅଧିକାରୀ ଜୟନ୍ତ ସେଠୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ-ନ୍ୟୁଜିଲାଣ୍ଡ ଫାଇନାଲ ମ୍ୟାଚ୍‌: ହୋଟେଲ ରୁମ୍‌ ଭଡ଼ା ୪୦୦% ବୃଦ୍ଧି

ଅହମଦାବାଦ,୭।୩:  ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ସନ୍ଧ୍ୟାରେ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଟି୨୦ ବିଶ୍ୱକପ୍‌ ଫାଇନାଲ ମ୍ୟାଚ୍‌ ଖେଳାଯିବ। ଏଥିଲାଗି ସହରର ପ୍ରାୟତଃ ହୋଟେଲରେ ରୁମ୍‌…

ନିର୍ବାଚନ ପୂର୍ବରୁ ମମତାଙ୍କ ବଡ଼ ଘୋଷଣା

କୋଲକାତା,୭ା୩: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏକ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ସମସ୍ତ ଦଶମ ଶ୍ରେଣୀ ପାସ୍‌ ବେରୋଜଗାରୀ ଯୁବବର୍ଗଙ୍କୁ ମାସିକ…

ଦୁବାଇରେ ହଠାତ ଶସ୍ତା ହେଉଛି ସୁନା! ଇରାନ ସହ ଯୁଦ୍ଧ ମଧ୍ୟରେ ମୂଲ୍ୟରେ ବଡ଼ ହ୍ରାସ, ଭାରତ ଉପରେ ପଡ଼ିବ…

ଦୁବାଇ/ନୂଆଦିଲ୍ଲୀ,୭।୩: ବିଶ୍ୱର ସୁନା ବଜାର କୁହାଯାଉଥିବା ଦୁବାଇରୁ ଏବେ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଭୟଙ୍କର ଯୁଦ୍ଧ ଯୋଗୁ…

କେନିଆରେ ବର୍ଷା ବିତ୍ପାତ: ଚାଲିଗଲା ୨୩ ଜୀବନ

ନାଇରୋବି,୭ା୩: କେନିଆ ରାଜଧାନୀ ନାଇରୋବିରେ ପ୍ରବଳ ବର୍ଷାରେ ୨୩ ଜଣଙ୍କ ମୃତ୍ୟୁ ଘଟିବା ସହ ବିମାନ ଚଳାଚଳ ବାଧାପ୍ରାପ୍ତ ହୋଇଛି। ଶନିବାର ରାସ୍ତାଘାଟ ଜଳାର୍ଣ୍ଣବ ହୋଇଥିବାରୁ ଗାଡ଼ିଚାଳକମାନେ…

ଘରଭାଙ୍ଗି ଧାନ ଖାଇଲା ଦନ୍ତା

ନାକଟିଦେଉଳ, ୭ା୨(ବୈକୁଣ୍ଠନାଥ ସାହୁ): ସମ୍ବଲପୁର ଜିଲା ନାକଟିଦେଉଳ ବନାଞ୍ଚଳ ଅଧୀନ ଆଭ୍ୟନ୍ତରୀଣ ତଥା ପାହାଡ଼ ତଳି ଗ୍ରାମରେ ଗତ କିଛି ଦିନ ହେଲା ଦନ୍ତାହାତୀ ଉପଦ୍ରବ ଲାଗି…

ବୋହୂଙ୍କୁ ମାଡ଼ ମାରି ଲହୁଲୁହାଣ କଲେ ପୁଅ, ଥାନାରେ ପହଞ୍ଚି ଅଭିଯୋଗ କରିଦେଲେ ବାପା, ପୁରୁଷୋତ୍ତମଙ୍କୁ ବାନ୍ଧି…

ବୈଶିଙ୍ଗା,୭।୩(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ନଡପୁର ଗ୍ରାମରେ ଜନୈକା ବିବାହିତା ମହିଳାଙ୍କୁ ମାଡ଼ ମାରି ଗୁରୁତର କରିଥିବା ଅଭିଯୋଗରେ ପୋଲିସ ସ୍ବାମୀଙ୍କୁ ଗିରଫ…

ବସ୍‌କୁ ଧକ୍କା ଦେଇ ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ

କୋକସରା,୭ା୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଥାନା ଲଡୁଗାଁ-ଚିକିଲି ରାସ୍ତାର ପେଟ୍ରୋଲ ପମ୍ପ ନିକଟରେ ଏକ ଦୁର୍ଘଟଣା ଘଟିଛି। ରାସ୍ତା କଡରେ ଛିଡା ହୋଇଥିବା ଏକ ବସ୍‌କୁ…

ମୋ’ କଥା କେହି ଶୁଣନ୍ତିନି! ବାପା କି ବଡ଼ ଭାଇ ହୋଇ କିଛି ଲାଭ ନାହିଁ…ଫାଇନାଲ ପୂର୍ବରୁ କାହିଁକି ଏମିତି କହିଲେ ସୂର୍ଯ୍ୟା

ଅହମ୍ମଦାବାଦ,୭।୩: ଟି-୨୦ ବିଶ୍ୱକପ ୨୦୨୬ର ଫାଇନାଲ ମୁକାବିଲା ପାଇଁ ପ୍ରସ୍ତୁତ ଟିମ ଇଣ୍ଡିଆ। ୮ ମାର୍ଚ୍ଚରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଫାଇନାଲ ମୁକାବିଲା ପାଇଁ ପଡ଼ିଆକୁ ଓହ୍ଲାଇବେ ସୂର୍ଯ୍ୟକୁମାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri