ଭୁବନେଶ୍ୱର, ୧୩ା୧୨(ବ୍ୟୁରୋ): ସ୍ଥାୟୀ ନିଯୁକ୍ତି ଦାବିରେ ଭୁବନେଶ୍ୱର ଲୋୟର ପିଏମ୍ଜିରେ ଗତ ୨୮ ତାରିଖରୁ ଏଏନ୍ଏମ୍ କର୍ମଚାରୀମାନେ ଆନ୍ଦୋଳନ ଜାରି ରଖିଛନ୍ତି। ଦାବି ପୂରଣ ନ ହେଲେ ଆନ୍ଦୋଳନରୁ ହଟିବେ ନାହିଁ ବୋଲି ସେମାନେ କହିଛନ୍ତି। କରୋନା ମହାମାରୀ ସମୟରେ ସରକାରଙ୍କ ଆହ୍ବାନରେ ଏମାନେ କିଛି ଚିନ୍ତା ନ କରି ଲୋକଙ୍କ ସେବା ପାଇଁ ଆଗେଇ ଆସିଥିଲେ। ଦୀର୍ଘ ୬ ମାସ ହେବ ସେମାନେ ରୋଗୀ ସେବାରେ ଲାଗିଥିଲେ। କିନ୍ତୁ ସଂକ୍ରମଣ ଥମିବା ପରେ କୋଭିଡ୍ କେୟାର ସେଣ୍ଟର ବନ୍ଦ ହୋଇଯିବାରୁ ଏମାନେ ଏବେ ସମ୍ପୂର୍ଣ୍ଣ ବେକାରୀ। ଏଭଳି ସମୟରେ ସରକାର ନିଯୁକ୍ତି ବଦଳରେ ଛଟେଇ କରିଥିବାରୁ ଏହାର ଦୃଢ଼ ପ୍ରତିବାଦ କରିଛନ୍ତି ମହିଳା ସ୍ବାସ୍ଥ୍ୟକର୍ମୀ। ୧୫ ଦିନ ଧରି ଏଏନ୍ଏମ୍ଙ୍କ ଆନ୍ଦୋଳନ ଜାରି ରହିଥିବାବେଳେ ଏହାକୁ ଅଧିକ ତୀବ୍ର କରିବାକୁ ୩ ଦିନ ହେବ ଆମରଣ ଅନଶନରେ ୩୦ରୁ ଅଧିକ ସ୍ବାସ୍ଥ୍ୟକର୍ମୀ ବସିଛନ୍ତି। ଏମାନଙ୍କ ମଧ୍ୟରୁ କେତେଜଣଙ୍କ ସ୍ବାସ୍ଥ୍ୟବସ୍ଥା ଅଧିକ ଖରାପ ହେବାରୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସେହିପରି ଶନିବାର ଆଉ ଜଣେ ମହିଳା ଭଦ୍ରକର ସସ୍ମିତା ପାଢୀ ଗୁରୁତର ହୋଇଛନ୍ତି। ଚିକିତ୍ସା ଲାଗି ତାଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସେପଟେ ଭାଜପା ଓ କଂଗ୍ରେସ ଧାରଣାସ୍ଥଳକୁ ଯାଇ ଏଏନ୍ଏମ୍ମାନଙ୍କୁ ଆଶ୍ୱାସନା ଦେବା ସହ ଆନ୍ଦୋଳନକୁ ନୈତିକ ସମର୍ଥନ ଜଣାଇଛି।
ଓଡ଼ିଆକୁ ଜାଣ, ଓଡ଼ିଶାକୁ ଜାଣ: କାଶୀ ବିଶ୍ୱବିଦ୍ୟାଳୟରେ ଶୁଭିଲା ଓଡ଼ିଆଙ୍କ ସ୍ବର
ଭୁବନେଶ୍ୱର,୨।୪(ସୌମ୍ୟରଞ୍ଜନ ରାଉତ):ଓଡ଼ିଶା ଦିବସ ପାଳନ ଅବସରରେ ‘ଓଡ଼ିଆକୁ ଜାଣ, ଓଡ଼ିଶାକୁ ଜାଣ’ ଶୀର୍ଷକ ୨ଦିନିଆ ଜାତୀୟ ସମ୍ମିଳନୀର ୨ୟ ସଂସ୍କରଣ କାଶୀ ହିନ୍ଦୁ ବିଶ୍ବବିଦ୍ୟାଳୟ ବାରାଣସୀରେ ଉଦ୍ଘାଟିତ…
ଶେଷରେ ଏମିତି କହିଦେଲେ ନିଶିକାନ୍ତ ଦୁବେ: ଯଦି ବାଧିଥାଏ…
ଭୁବନେଶ୍ୱର, ୨।୪(ସୁନିତ୍ ମିଶ୍ର):ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ବାବଦରେ ଭାଜପା ଏମ୍ପି ନିଶିକାନ୍ତ ଦୁବେ ଦେଇଥିବା ବିବାଦୀୟ ବୟାନକୁ ନେଇ ରାଜନୀତି ଥମିବାର ନାଁ ଧରୁନାହିଁ। ସବୁଆଡୁ…
ଯୋଗାଣ ମନ୍ତ୍ରୀଙ୍କ ବଡ଼ ସୂଚନା: ଏତିକି ଯାଏ ବଢିଲା ଧାନକିଣା ଅବଧି
ଭୁବନେଶ୍ୱର,୧।୪: ଖରିଫ ଧାନକିଣା ଅବଧି ୭ ଦିନ ବୃଦ୍ଧି କଲେ ରାଜ୍ୟ ସରକାର। ଏନେଇ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ଦେଇ କହିଛନ୍ତି, ଯେପରି…
ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…
ଭୁବନେଶ୍ୱର, ୧।୪(ସୁନିତ୍ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…
କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…
ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍ଫେୟାର କର୍ପୋରେଶନ (ଓପିଏଚ୍ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…
ଉତ୍କଳ ଦିବସରେ ଓଡିଆରେ ବଡ଼ କଥା କହିଦେଲେ ପ୍ରଧାନମନ୍ତ୍ରୀ ମୋଦି: ଆଗାମୀ ଦିନରେ…
ନୂଆଦିଲ୍ଲୀ,୧।୪: ଆଜି ଉତ୍କଳ ଦିବସ। ଚାରିଆଡ଼େ ଉତ୍ସାହର ମାହୋଲ। ରାଜ୍ୟର ବିଭିନ୍ନ ସ୍ଥାନରେ କାର୍ଯ୍ୟକ୍ରମମାନ ଆୟୋଜନ କରାଯାଉଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଜ୍ୟବାସୀଙ୍କୁ ଶୁଭେଚ୍ଛା…
ଆଜିଠୁ ନୂଆ ସୁଭଦ୍ରା ଆବେଦନ: ଜାଣନ୍ତୁ କେମିତି କରିବେ
ଭୁବନେଶ୍ୱର,୧ା୪(ସୁଚିସ୍ମିତା ସାହୁ):ସୁଭଦ୍ରା ଯୋଜନାରେ ନୂଆ ଆବେଦନକାରୀମାନେ ଏପ୍ରିଲ ୧ ବୁଧବାରଠାରୁ ପଞ୍ଜୀକରଣ କରିପାରିବେ। ସୁଭଦ୍ରା ପୋର୍ଟାଲ ମାଧ୍ୟମରେ ଏପ୍ରିଲ ୩୦ ପର୍ଯ୍ୟନ୍ତ ନୂତନ ଆବେଦନ କରାଯାଇପାରିବ। ଆବେଦନକାରୀଙ୍କ…
ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…
ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…
Archives

