ସ୍ଥାୟୀ ନିଯୁକ୍ତି ଦାବିରେ ଏଏନ୍‌ଏମ୍‌ କର୍ମଚାରୀଙ୍କ ଅହୋରାତ୍ର ଆନ୍ଦୋଳନ

ଭୁବନେଶ୍ୱର, ୧୩ା୧୨(ବ୍ୟୁରୋ):  ସ୍ଥାୟୀ ନିଯୁକ୍ତି ଦାବିରେ ଭୁବନେଶ୍ୱର ଲୋୟର ପିଏମ୍‌ଜିରେ ଗତ ୨୮ ତାରିଖରୁ ଏଏନ୍‌ଏମ୍‌ କର୍ମଚାରୀମାନେ ଆନ୍ଦୋଳନ ଜାରି ରଖିଛନ୍ତି। ଦାବି ପୂରଣ ନ ହେଲେ ଆନ୍ଦୋଳନରୁ ହଟିବେ ନାହିଁ ବୋଲି ସେମାନେ କହିଛନ୍ତି। କରୋନା ମହାମାରୀ ସମୟରେ ସରକାରଙ୍କ ଆହ୍ବାନରେ ଏମାନେ କିଛି ଚିନ୍ତା ନ କରି ଲୋକଙ୍କ ସେବା ପାଇଁ ଆଗେଇ ଆସିଥିଲେ। ଦୀର୍ଘ ୬ ମାସ ହେବ ସେମାନେ ରୋଗୀ ସେବାରେ ଲାଗିଥିଲେ। କିନ୍ତୁ ସଂକ୍ରମଣ ଥମିବା ପରେ କୋଭିଡ୍‌ କେୟାର ସେଣ୍ଟର ବନ୍ଦ ହୋଇଯିବାରୁ ଏମାନେ ଏବେ ସମ୍ପୂର୍ଣ୍ଣ ବେକାରୀ। ଏଭଳି ସମୟରେ ସରକାର ନିଯୁକ୍ତି ବଦଳରେ ଛଟେଇ କରିଥିବାରୁ ଏହାର ଦୃଢ଼ ପ୍ରତିବାଦ କରିଛନ୍ତି ମହିଳା ସ୍ବାସ୍ଥ୍ୟକର୍ମୀ। ୧୫ ଦିନ ଧରି ଏଏନ୍‌ଏମ୍‌ଙ୍କ ଆନ୍ଦୋଳନ ଜାରି ରହିଥିବାବେଳେ ଏହାକୁ ଅଧିକ ତୀବ୍ର କରିବାକୁ ୩ ଦିନ ହେବ ଆମରଣ ଅନଶନରେ ୩୦ରୁ ଅଧିକ ସ୍ବାସ୍ଥ୍ୟକର୍ମୀ ବସିଛନ୍ତି। ଏମାନଙ୍କ ମଧ୍ୟରୁ କେତେଜଣଙ୍କ ସ୍ବାସ୍ଥ୍ୟବସ୍ଥା ଅଧିକ ଖରାପ ହେବାରୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସେହିପରି ଶନିବାର ଆଉ ଜଣେ ମହିଳା ଭଦ୍ରକର ସସ୍ମିତା ପାଢୀ ଗୁରୁତର ହୋଇଛନ୍ତି। ଚିକିତ୍ସା ଲାଗି ତାଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସେପଟେ ଭାଜପା ଓ କଂଗ୍ରେସ ଧାରଣାସ୍ଥଳକୁ ଯାଇ ଏଏନ୍‌ଏମ୍‌ମାନଙ୍କୁ ଆଶ୍ୱାସନା ଦେବା ସହ ଆନ୍ଦୋଳନକୁ ନୈତିକ ସମର୍ଥନ ଜଣାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…

ଆଗକୁ ପଞ୍ଚାୟତ ନିର୍ବାଚନ: ଜିତିବା ପାଇଁ ଭାଜପା କର୍ମୀଙ୍କୁ ଗୁରୁମନ୍ତ୍ର ଦେଲେ ରାଜ୍ୟ ପ୍ରଭାରୀ ଡି. ପୁରନ୍ଦେଶ୍ୱରୀ

ଭୁବନେଶ୍ୱର,୪ା୧୦: ରାଜ୍ୟରେ ଆଗକୁ ଆସୁଛି ପଞ୍ଚାୟତ ନିର୍ବାଚନ। ଗ୍ରାମାଞ୍ଚଳରେ ଦଳର ସଂଗଠନକୁ ଆହୁରି ସୁଦୃଢ଼ କରିବା ଏବଂ ନିର୍ବାଚନୀ ମଇଦାନରେ ସଫଳତା ହାସଲ କରିବା ପାଇଁ ଭାରତୀୟ…

ବନ୍ଧୁକ ମୁନରେ ଯୁବତୀଙ୍କୁ ବଳାତ୍କାର ମାମଲା: ଗପ ଶୁଣାଉଛି ପୋଲିସ

ଭୁବନେଶ୍ୱର,୪।୧୦ (ତ୍ରିନାଥ ମହାନ୍ତି): ନୟାପଲ୍ଲୀ ବେହେରାସାହି ବନ୍ଧୁକ ମୁନରେ ବଳାକତ୍ାର ମାମଲାରେ ଅଭିଯୁକ୍ତ ସନ୍ତୋଷ ପଣ୍ଡା ଓରଫ ଶ୍ରୀଧରଙ୍କୁ ପୋଲିସ ଗୁଳି କରିିବା ଘଟଣା ଏବେ ସାଧାରଣରେ…

ନୟାପଲ୍ଲୀ ବଳାତ୍କାର ଘଟଣା: ଅଭିଯୁକ୍ତଙ୍କୁ ଏନ୍‌କାଉଣ୍ଟର

ଭୁବନେଶ୍ୱର,୩ା୧୦: ରାଜଧାନୀ ଭୁବନେଶ୍ୱରର ନୟାପଲ୍ଲୀ ଥାନା ଅଞ୍ଚଳରେ ଘଟିଥିବା ଚର୍ଚ୍ଚିତ ଯୁବତୀ ବଳାତ୍କାର ଘଟଣାରେ ପୋଲିସକୁ ମିଳିଛି ବଡ଼ ସଫଳତା। ଅଭିଯୁକ୍ତଙ୍କୁ ଗିରଫ କରିବା ପାଇଁ ଚଢ଼ାଉ…

ପୁଣି ଆସୁଛି ଲଘୁଚାପ! ବଙ୍ଗୋପସାଗରରେ ନେଇପାରେ ଅବପାତ ରୂପ

ଭୁବନେଶ୍ୱର,୩ା୧୦(ବନ୍ଦନା ସେଠୀ):ସାରା ରାଜ୍ୟରେ ଏବେ ପାରଦ ଉପରମୁହଁା ରହିଥିବାବେଳେ ପ୍ରବଳ ଖରା ସହ ଗୁଳୁଗୁଳି ଅନୁଭୂତ ହେଉଛି। ଆଗାମୀ ସପ୍ତାହେ ପର୍ଯ୍ୟନ୍ତ ପାଣିପାଗରେ ବିଶେଷ କିଛି ପରିବର୍ତ୍ତନ…

ମୋହନ ସରକାରଙ୍କ ବଡ଼ ଘୋଷଣା: ୫.୧୨ଲକ୍ଷ ନୂଆ ହିତାଧିକାରୀଙ୍କୁ ମିଳିବ ଭତ୍ତା

ଭୁବନେଶ୍ୱର,୨।୧୦ (ରବିନାରାୟଣ ଜେନା):ଦୀର୍ଘଦିନ ଧରି ସରକାରଙ୍କୁ ଭତ୍ତା ଗଣ୍ଡିଏ ପାଇବା ପାଇଁ ଚାହିଁ ରହିଥିବା ବୃଦ୍ଧା/ବୃଦ୍ଧ ଓ ଅନ୍ୟାନ୍ୟ ବର୍ଗଙ୍କ ଅପେକ୍ଷାର ଅନ୍ତ ଘଟିଛି। ମୁଖ୍ୟମନ୍ତ୍ରୀ ମୋହନ…

VRS ପାଇଁ ଆବେଦନ କଲେ ଓଡ଼ିଶାର ସିଇଓ ଆର୍.ଏସ୍. ଗୋପାଳନ୍‌: ଜୋର୍‌ ଧରିଲା ଚର୍ଚ୍ଚା…

ଭୁବନେଶ୍ୱର,୧ା୧୦: ଓଡ଼ିଶାର ମୁଖ୍ୟ ନିର୍ବାଚନ ଅଧିକାରୀ (CEO) ଆର୍. ଏସ୍. ଗୋପାଳନ୍‌ ସରକାରୀ ଚାକିରିରୁ ସ୍ୱେଚ୍ଛାକୃତ ଅବସର (VRS) ପାଇଁ ଆବେଦନ କରିଛନ୍ତି। ୨୦୦୧ ବ୍ୟାଚ୍‌ର ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?