ସ୍ବାସ୍ଥ୍ୟକେନ୍ଦ୍ରରେ ଫଟୋ ଉଠାଉଥିବା ବେଳେ ରାଗିଗଲେ ଏଏନ୍‌ଏମ୍‌: ଖବରଦାତାଙ୍କୁ  ନାଲିଆଖି ଦେଖାଇ…

ପୁରୁଷୋତ୍ତମପୁର,୧୦।୧(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି l ଖବର ସଂଗ୍ରହ କରିବାକୁ ଯାଇଥିବା କିଛି ଖବରଦାତାଙ୍କୁ ସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ମହିଳା ଏଏନ୍‌ଏମ୍‌ ନାଲିଆଖି ଦେଖାଇ ଅସଦ୍‌ବ୍ୟବହାର ପ୍ରଦର୍ଶନ କରିବା ସହ ମାଡମାରିବା ପାଇଁ  ଧମକ ଦେଇଥିବା ଅଭିଯୋଗ ହୋଇଛି। ଫଳରେ ଏକ ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହୋଇଛି। ଏହାକୁ ନେଇ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଦାବିରେ ଖବରଦାତାମାନେ ବ୍ରହ୍ମପୁର ଜିଲା ମୁଖ୍ୟ ଚିକିତ୍ସାଧିକାରୀଙ୍କ ନିକଟକୁ ଯାଇଥିବା ବେଳେ ସେ ଅନୁପସ୍ଥିତ ଥିବାରୁ ଫୋନଯୋଗେ ଜଣାଇଥିଲେ। ଏହାକୁ ନେଇ ତୁରନ୍ତ ପଦକ୍ଷେପ ନିଆଯିବ ବୋଲି ଜିଲା ମୁଖ୍ୟ ଚିକତ୍ସା ଅଧିକାରୀ ଭବାନୀଶଙ୍କର ମିଶ୍ର କହିଛନ୍ତି। ଏହାସହ ଗଞ୍ଜାମ ଜିଲାପାଳଙ୍କୁ  ମଧ୍ୟ ଖବରଦାତାମାନେ ଅବଗତ କରାଇଛନ୍ତି।
ସୂଚନାଯୋଗ୍ୟ ଯେ,  ପୁରୁଷୋତ୍ତମପୁର ସ୍ବାସ୍ଥ୍ୟକେନ୍ଦ୍ରରେ ରୋଗୀସେବା ସମ୍ପୂର୍ଣ୍ଣରୂପେ ବିପର୍ଯ୍ୟସ୍ତ ହୋଇପଡିଥିବାରୁ ରୋଗୀମାନେ ହନ୍ତସନ୍ତ ହେଉଥିବାନେଇ କିଛି ଖବରଦାତା ସ୍ବାସ୍ଥ୍ୟକେନ୍ଦ୍ରକୁ  ଖବରସଂଗ୍ରହ ଲାଗି ଯାଇ ସେଠାରେ ଭିଡିଓ ଏବଂ ଫଟୋ ଉଠାଉଥିବା ବେଳେ ଉପସ୍ଥିତ ଏଏନ୍‌ଏମ୍‌ ସଂଯୁକ୍ତା ପାତ୍ର ହଠାତ୍‌ ଉତ୍ତ୍ୟକ୍ତ ହୋଇ ଭିଡିଓ ଫଟୋ ଉଠାଇବାକୁ କିଏ ଅଧିକାରଦେଲା ବୋଲି ପ୍ରଶ୍ନକରି ଅସଦ୍‌ବ୍ୟବହାର ପ୍ରଦର୍ଶନ କରିବାସହ ମାଡମାରିବାକୁ ହାତଉଠାଇ ଧମକ ଦେଇଥିଲେ। ଖବରପାଇ ସମସ୍ତ ଖବରଦାତା ସ୍ବାସ୍ଥ୍ୟକେନ୍ଦ୍ରକୁ ଆସି ଏହାର ପ୍ରତିବାଦ କରିଥିବା ବେଳେ ସ୍ବାସ୍ଥ୍ୟକେନ୍ଦ୍ର ଅଧିକାରୀ ଡା. ଶୁଭାଶିଷ ଗୋସ୍ବାମୀ ଆସି ଖବରଦାତାମାନଙ୍କୁ ବୁଝାଶୁଝା କରିବା ସହ ଆଲୋଚନା ଲାଗି ଏଏନଏମଙ୍କୁ ଡକାଇଥିଲେ। ମାତ୍ର ସେ ଆସି ନ ଥିଲେ। ଫଳରେ ଖବରଦାତାଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇବା ସହ ସମସ୍ତ ଖବରଦାତା ଏକତ୍ରିତ ହୋଇ ଜିଲା ମୁଖ୍ୟ ଚିକତ୍ସା ଅଧିକାରୀଙ୍କ ନିକଟରେ ଦାବି ଜଣାଇଥିଲେ।
Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଆଜି ଭାରତ-ପାକିସ୍ତାନ ମ୍ୟାଚ: କିଏ ଜିତିବ ବାଜି

ଦୁବାଇ, ୫।୯ (ପି.ଟି.):ଚଳିତ ଏସିଆ କପ୍‌ ମହିଳା କ୍ରିକେଟରେ ପ୍ରତୀକ୍ଷିତ ଭାରତ-ପାକିସ୍ତାନ ମ୍ୟାଚ ଶନିବାର ଅନୁଷ୍ଠିତ ହେବ। ପ୍ରଥମ ଦୁଇ ମ୍ୟାଚରେ ବିଜୟୀ ହୋଇ ସେମିଫାଇନାଲରେ ପ୍ରବେଶ…

ହଠାତ୍‌ ମୋଚିରାମଙ୍କୁ କାମୁଡ଼ିଲା ସାପ: ତା’ପରେ ଏମିତି କାମ କଲେ ଡାକ୍ତର ଆଶ୍ଚର୍ଯ୍ୟ

ଉଦଳା,୫।୯(ସନ୍ତୋଷ ବାଛିନୀ): ଅଚାନକ କାମୁଡିଲା ସାପ, ଆଉ ସାପକୁ ମାରି ତାକୁ ଧରି ମେଡିକାଲରେ ପହଁଚିଲେ ଯୁବକ। ଏଭଳି ଘଟଣା ଦେଖିବାକୁ ମିଳିଛି ମୟୁରଭଞ୍ଜ ଜିଲା ଉଦଳା…

ଇସ୍ତଫାର ରାଜନୈତିକ ରଙ୍ଗ

ଆଇଏଏସ୍‌ ଅଫିସର ଦିବ୍ୟା ମିତ୍ତଲ ୧୩ ବର୍ଷ ଚାକିରି କରିବା ପରେ ଉତ୍ତର ପ୍ରଦେଶର ଆଗାମୀ ନିର୍ବାଚନର ମାତ୍ର କିଛି ମାସ ପୂର୍ବରୁ ଦେଇଥିବା ଇସ୍ତଫାକୁ ନେଇ…

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ମୀନାକ୍ଷୀରାଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଲୋଇସିଂହା,୫।୯(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ହରେକୃଷ୍ଣ ମହତାବ ହାଇସ୍କୁଲର କଳା ଶିକ୍ଷୟିତ୍ରୀ ତଥା ଗାଳ୍ପିକା ମୀନାକ୍ଷୀରାଣୀ ମିଶ୍ର ଜିଲାର ଏକମାତ୍ର ଶିକ୍ଷୟିତ୍ରୀ ଭାବେ ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା…

‘ମୋ ପତ୍ନୀ ମଧ୍ୟ…’, ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏମିତି କାହିଁକି କହିଲେ ପୂର୍ବତନ ଭାରତୀୟ କ୍ରିକେଟର, ବଢିଲା ଚର୍ଚ୍ଚା

ନୂଆଦିଲ୍ଲୀ,୫।୯: ମାତ୍ର ୧୫ ବର୍ଷ ବୟସରେ କ୍ରିକେଟ ଜଗତରେ ନିଜର ଗଭୀର ଛାପ ଛାଡ଼ିଛନ୍ତି ବୈଭବ ସୂର୍ଯ୍ୟବଂଶୀ। ଏହି ଯୁବ କ୍ରିକେଟରଙ୍କ ପ୍ରତିଭାକୁ ନେଇ ଏବେ ପୂର୍ବତନ…

ମୋଦିଙ୍କ ପାଇଁ ଚକୋଲେଟ୍‌ର ‘ଇଣ୍ଡିଆ ଗେଟ୍‌’ ଆଣିଥିଲେ ବେଲଜିୟମ ପ୍ରଧାନମନ୍ତ୍ରୀ, ଭାରତରେ ପହଞ୍ଚିବା ପରେ ଘଟିଲା ଏମିତି କିଛି!

ନୂଆଦିଲ୍ଲୀ,୫।୯: ଭାରତ ଗସ୍ତରେ ଆସିଥିବା ବେଲଜିୟମ ପ୍ରଧାନମନ୍ତ୍ରୀ ବାର୍ଟ ଡି ୱେଭର୍‌ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାଇଁ ଆଣିଥିଲେ ଏକ ଅତ୍ୟନ୍ତ ନିଆରା ଉପହାର। ଭାରତର ପ୍ରସିଦ୍ଧ…

ମନ୍ଦିର ବୁଲାଣିରେ ଅଘଟଣ, ବାଇକ୍‌କୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ…

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭଟ୍‌ଲି ଥାନା ଅନ୍ତର୍ଗତ ମେଣ୍ଢାପାଲି ବନଦୁର୍ଗା ମନ୍ଦିର ନିକଟସ୍ଥ ବୁଲାଣିରେ ଏକ ପିକ୍‌ଅପ ଭ୍ୟାନ (ନଂ-ଓଡି ୧୫ଏଡି ୭୮୯୨) ଅନ୍ୟ ଏକ ବାଇକକୁ…

ବୈଦେଶିକ ମୁଦ୍ରାଭଣ୍ଡାରରେ ୧୧ ବିଲିୟନ ଡଲାର ବୃଦ୍ଧି

ନୂଆଦିଲ୍ଲୀ,୫ା୯: ଅଗଷ୍ଟ ୨୮ ସୁଦ୍ଧା ଶେଷ ହୋଇଥିବା ସପ୍ତାହରେ ଭାରତର ବୈଦେଶିକ ମୁଦ୍ରାଭଣ୍ଡାର ପରିମାଣରେ ୧୧.୪୭୫ ବିଲିୟନ ଡଲାର ବୃଦ୍ଧି ଘଟିବା ସହ ମୋଟ ଭଣ୍ଡାର ପରିମାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri