୧.୪ ଲକ୍ଷ ଲୋକଙ୍କୁ ଅନ୍ନ ସେବା: ୩୦୦୦ ବଞ୍ଚିତ ବର୍ଗର ପିଲାଙ୍କ ସହ ଜନ୍ମଦିନ ପାଳନ କଲେ ନୀତା ଅମ୍ବାନୀ

ଭୁବନେଶ୍ୱର,୨।୧୧ (ଅଭୟ ଦାଶ) ପ୍ରତି ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ରିଲାଏନ୍ସ ଫାଉଣ୍ଡେଶନର ପ୍ରତିଷ୍ଠାତା ତଥା ଅଧ୍ୟକ୍ଷା ନୀତା ଅମ୍ବାନୀ ୩୦୦୦ ବଞ୍ଚିତ ବର୍ଗର ପିଲାଙ୍କ ସହ ନିଜ ଜନ୍ମଦିନ ପାଳନ କରିଛନ୍ତି। ଏହି ପରିପ୍ରେକ୍ଷୀରେ ଫାଉଣ୍ଡେଶନ ପକ୍ଷରୁ ସାରା ଦେଶରେ ଅନ୍ନ ସେବା ନାମରେ ଏକ ମହତ କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ଉକ୍ତ କାର୍ଯ୍ୟକ୍ରମ ଜରିଆରେ ଫାଉଣ୍ଡେଶନ ୧୫ଟି ରାଜ୍ୟର ୧.୪ ଲକ୍ଷ ଲୋକଙ୍କୁ ଉଭୟ ରନ୍ଧାଖାଦ୍ୟ ଓ ରାଶନ ସାମଗ୍ରୀ ଯୋଗାଇଛି। ଏପରିକି ଅନ୍ନ ସେବା ଜରିଆରେ ପ୍ରାୟ ୭୫,୦୦୦ ଲୋକଙ୍କୁ ରନ୍ଧାଖାଦ୍ୟ ପ୍ରଦାନ କରାଯାଇଥିବା ବେଳେ ପ୍ରାୟ ୬୫,୦୦୦ ଲୋକଙ୍କୁ ଶୁଖିଲା ରାଶନ ସାମଗ୍ରୀ (ଗ୍ରୋସେରି) ପ୍ରଦାନ କରାଯାଇଛି।

ବିଶେଷକରି ଶିଶୁ ଓ ବୃଦ୍ଧାଶ୍ରମଠାରେ ରହୁଥିବା ବରିଷ୍ଠ ନାଗରିକ, ଦିନ ମଜୁରିଆ, କୁଷ୍ଠ ଆକ୍ରାନ୍ତ ବ୍ୟକ୍ତି, ଭିନ୍ନକ୍ଷମ ଏବଂ ବିଶେଷ ଆବଶ୍ୟକତା ରହିଥିବା ଲୋକମାନଙ୍କୁ ଅନ୍ନ ସେବାରେ ସାମିଲ କରାଯାଇଥିଲା ବେଳେ ରନ୍ଧାଖାଦ୍ୟ ବିତରଣଠାରୁ ଆରମ୍ଭକରି ରାଶନ ସାମଗ୍ରୀ ବଣ୍ଟନ ପର୍ଯ୍ୟନ୍ତ ସମସ୍ତ କାର୍ଯ୍ୟ ରିଲାଏନ୍ସର ସ୍ବୟଂସେବକମାନେ କରିଛନ୍ତି। ଅପରପକ୍ଷରେ ନୀତା ଅମ୍ବାନୀ ମୁମ୍ବାଇର ଧୀରୁଭାଇ ଅମ୍ବାନୀ ଇଣ୍ଟନ୍ୟାଶନାଲ ସ୍କୁଲଠାରେ ବଞ୍ଚତ୍ତ ବର୍ଗର ୩୦୦୦ ପିଲାଙ୍କ ସହିତ ନିଜ ଜନ୍ମଦିନ ପାଳନ କରିଛନ୍ତି। ଏହି ଅବସରରେ ସ୍କୁଲ ଯାଉଥିବା ୩୦୦୦ ବଞ୍ଚିତ ବର୍ଗର ପିଲା ମନୋରଞ୍ଜନ ଓ ଉପହାରର ମଜା ନେବା ସହିତ ଅନ୍ନ ସେବାରେ ସାମିଲ ହୋଇଥିଲେ। ଏଥିରେ ନୀତା ଅମ୍ବାନୀ ସମସ୍ତଙ୍କୁ ରନ୍ଧାଖାଦ୍ୟ ପରଷିଥିଲେ।

ଉଲ୍ଲେଖଯୋଗ୍ୟ, ଓଡ଼ିଶାର ଭଦ୍ରକ, ବାଲେଶ୍ୱର, ଭୁବନେଶ୍ୱର, ପୁରୀ ଓ ବରଗଡ଼ ଭଳି ପ୍ରମୁଖ ଅଞ୍ଚଳର ୫୫୦୦ ରୁ ଊଦ୍ଧର୍‌ବ ଲୋକଙ୍କୁ ଶୁଖିଲା ରାଶନ ସାମଗ୍ରୀ ଫାଉଣ୍ଡେଶନ ପକ୍ଷରୁ ସ୍ଥାନୀୟ ଏନ୍‌ଜିଓ ସହଯୋଗୀଙ୍କ ଜରିଆରେ ବଣ୍ଟନ କରାଯାଇଛି।

ସୂଚନାଯୋଗ୍ୟ, କରୋନା ମହାମାରୀ ସମୟରେ ନୀତାଙ୍କ ରିଲାଏନ୍ସ ଫାଉଣ୍ଡେଶନ ଅନ୍ନ ସେବା ନାମରେ ସେହି ସମୟର ସବୁଠାରୁ ବଡ ଭୋଜନ ବିତରଣ କାର୍ଯ୍ୟକ୍ରମ କରିଥିଲା। ନୀତାଙ୍କ ଜନ୍ମଦିନରେ ଭୋଜନ ବିତରଣ ସେହି ପରମ୍ପରାର ସମ୍ପ୍ରସାରଣ ବୋଲି ଫାଉଣ୍ଡେଶନ ପକ୍ଷରୁ ପ୍ରକାଶ କରାଯାଇଛି। ଶିକ୍ଷା, ମହିଳା ସଶକ୍ତୀକରଣ, କ୍ରୀଡ଼ା, କଳା ଓ ସଂସ୍କୃତି କ୍ଷେତ୍ରରେ ନୀତାଙ୍କ ଅନେକ ଅନନ୍ୟ ଉପଲବ୍ଧି ରହିଛି। ନୀତାଙ୍କ ନେତୃତ୍ୱରେ ରିଲାଏନ୍ସ ଫାଉଣ୍ଡେଶନ ସାରା ଦେଶରେ ୭କୋଟି ୧୦ ଲକ୍ଷରୁ ଅଧିକ ଲୋକଙ୍କ ଜୀବନକୁ ସକାରାତ୍ମକ ଭାବରେ ପ୍ରଭାବିତ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ମଧ୍ୟରେ ଏଲପିଜିକୁ ନେଇ ବଡ଼ ପଦକ୍ଷେପ ନେଲେ ସରକାର, ଏଣିକି…

ନୂଆଦିଲ୍ଲୀ,୨୩।୩: ଉପସାଗରୀୟ ଦେଶଗୁଡ଼ିକରେ ଚାଲିଥିବା ସଂଘର୍ଷ ଏବେ ଭାରତର ଶକ୍ତି ଯୋଗାଣକୁ ପ୍ରଭାବିତ କରୁଛି। ଅଶୋଧିତ ତୈଳ ଏବଂ ଗ୍ୟାସ ଯୋଗାଣ ପ୍ରଭାବିତ ହୋଇଛି, ଯାହା ଫଳରେ…

ସୁନା୬,୭୦୦ ଏବଂ ରୂପା ୧୨,୭୦୦ ଟଙ୍କା କମିଲା, ଜାଣନ୍ତୁ ଭୁବନେଶ୍ବରରେ କେତେ ରହିଛି ଦାମ୍

ନୂଆଦିଲ୍ଲୀ,୨୩।୩ ଘରୋଇ ଫ୍ୟୁଚର୍ସ ବଜାରରେ ସୁନା ଏବଂ ରୂପାର ମୂଲ୍ୟରେ ତୀବ୍ର ହ୍ରାସ ହୋଇଛି । MCX ରେ, ସୁନା ୧,୪୦,୧୫୮ (ପ୍ରତି ୧୦ ଗ୍ରାମ) ରେ…

ଏପ୍ରିଲ ପହିଲାରୁ ATM ବ୍ୟବହାର ହୋଇଯିବ ମହଙ୍ଗା, ଜାଣିରଖନ୍ତୁ ନୂଆ ନିୟମ, ନଚେତ…

ନୂଆଦିଲ୍ଲୀ,୨୨।୩: ନୂତନ ଆର୍ଥିକ ବର୍ଷ ଆରମ୍ଭରୁ ସାଧାରଣ ଗ୍ରାହକଙ୍କ ପାଇଁ ବ୍ୟାଙ୍କିଙ୍ଗ ନିୟମରେ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଏପ୍ରିଲ ୧ ତାରିଖରୁ ATMରୁ ଟଙ୍କା ଉଠାଣ,…

୧୩ହଜାର ଟଙ୍କା ଶସ୍ତା ହେଲା ସୁନା; ଏକ୍ସପର୍ଟ କଲେ ବଡ଼ ଭବିଷ୍ୟବାଣୀ, ଆଗକୁ…

ନୂଆଦିଲ୍ଲୀ,୨୨।୩: ଇରାନ, ଇସ୍ରାଏଲ ଏବଂ ଆମେରିକା ସହିତ ସଂଘର୍ଷ ଏବଂ ମଧ୍ୟପ୍ରାଚ୍ୟରେ ଉତ୍ତେଜନା ବୃଦ୍ଧି ପାଇବା ଯୋଗୁଁ, ଏହି ସପ୍ତାହରେ ସୁନା ଏବଂ ରୂପା ମୂଲ୍ୟରେ ତୀବ୍ର…

ହରମୁଜ ସଙ୍କଟ ଭିତରେ ଭାରତ ତେଲକୁ ନେଇ ନେଲା ବଡ଼ ନିଷ୍ପତ୍ତି, ମେ ମାସ ଆରମ୍ଭରୁ…

ନୂଆଦିଲ୍ଲୀ,୨୨।୩: ବଢ଼ୁଥିବା ବିଶ୍ୱ ଉତ୍ତେଜନା ଏବଂ ଯୋଗାଣ ସଙ୍କଟ ମଧ୍ୟରେ, ହିନ୍ଦୁସ୍ତାନ ପେଟ୍ରୋଲିୟମ କର୍ପୋରେସନ (HPCL) ଆଙ୍ଗୋଲାରୁ 2 ନିୟୁତ ବ୍ୟାରେଲ ଅଶୋଧିତ ତୈଳ କ୍ରୟ କରିବା…

ସୁନା ୧୨,୫୦୦ ଟଙ୍କା, ରୂପା ହେଲା ୩୦ହଜାର ଟଙ୍କା ଶସ୍ତା, ଏକ୍ସପର୍ଟ କହିଲେ ଏହି ରେଟ ଯାଏ ଖସିବ…

ସୁନା ଓ ରୁପା ଦରରେ କ୍ରମାଗତ ଭାବେ ହ୍ରାସ ପରିଲକ୍ଷିତ ହେଉଛି । ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଭିତରେ ତୈଳ ଦର କ୍ରମାଗତ ଭାବେ ବୃଦ୍ଧି ପାଇବାରେ ଲାଗିଛି…

Gold Rate: ଲକ୍ଷେ ତଳକୁ ଖସିଆସିବ ସୁନା ଦର? ବିଶେଷଜ୍ଞ କହିଦେଲେ ତାରିଖ!

ସୁନା ଦର ଲକ୍ଷେ ଟଙ୍କା ତଳକୁ ଖସିବ? ବିଶେଷଜ୍ଞମାନେ କହିଛନ୍ତି ଯେ ଯଦି ବଜାରରେ ଅସ୍ଥିରତା ରହିଥାଏ, ତେବେ ଆହୁରି ଟିକିଏ ହ୍ରାସ ହୋଇପାରେ। ତଥାପି, ହଠାତ୍…

ଦଶମ ପାସ ଯୁବବର୍ଗଙ୍କ ପାଇଁ ସୁବର୍ଣ୍ଣ ସୁଯୋଗ: ରେଳବାଇରେ ଆସିଲା ବମ୍ପର ନିଯୁକ୍ତି

ନୂଆଦିଲ୍ଲୀ,୨୧।୩: ଦକ୍ଷିଣ କେନ୍ଦ୍ରୀୟ ରେଳବାଇ ହଜାର ହଜାର ଶିକ୍ଷାର୍ଥୀ ପଦବୀ ପାଇଁ ନିଯୁକ୍ତି ଘୋଷଣା କରିଛି। ଏହି ସୁଯୋଗ ବିଶେଷ ଭାବରେ ଦଶମ ଶ୍ରେଣୀ ପାସ କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri