ଦିଗପହଣ୍ଡି,୧।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡିସ୍ଥିତ ପିଏମଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର ବାର୍ଷିକୋତ୍ସବ ମଙ୍ଗଳବାର ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି। ପ୍ରଧାନଶିକ୍ଷୟିତ୍ରୀ ବିଷ୍ଣୁପ୍ରିୟା ପାଣିଗ୍ରାହୀଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉତ୍ସବ ରେ ସହକାରୀ ଶିକ୍ଷକ ଜଗଦୀଶ ସାହୁ ବେଦପାଠ କରିଥିଲେ। ଦିଗପହଣ୍ଡି ଏନ୍ଏସି ଅଧ୍ୟକ୍ଷ ପ୍ରଫୁଲ ପଣ୍ଡା ମୁଖ୍ୟ ଅତିଥି ଭାବେ ଯୋଗଦେଇ ଛାତ୍ରୀ ବୃନ୍ଦ ଭଲ ପାଠ ପଢିବା ସହ ବିଭିନ୍ନ କ୍ଷେତ୍ରରେ ପାରଦର୍ଶିତା ଅର୍ଜନ କରି ବିଦ୍ୟାଳୟର ସୁନାମ ଅର୍ଜନ କରିବାକୁ ପରାମର୍ଶ ଦେଇଥିଲେ । ଭାରପ୍ରାପ୍ତ ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀ କୋରେଶ ସେଠୀ,ସିଆରସିସିି ଅନିଲ କୁମାର ଦାସ,ଗୋଷ୍ଠୀସମ୍ବଳ ଶିକ୍ଷକ ସୁଶାନ୍ତ କୁମାର ପ୍ରଧାନ, ଅବସରପ୍ରାପ୍ତ ଶିକ୍ଷକ ଦନାର୍ଦ୍ଦନ ପଣ୍ଡା,ବିଦ୍ୟାଳୟ ପରିଚାଳନା କମିଟି କାର୍ଯ୍ୟକର୍ତ୍ତା ପ୍ରଶାନ୍ତ କୁମାର ପୂଜାରୀ,ଖବରଦାତା ସଞ୍ଜୀବ କୁମାର ପାତ୍ର ପ୍ରମୁଖ ସମ୍ମାନିତ ଅତିଥି ଭାବେ ମଞ୍ଚାସିନ ଥିଲେ। ବିଭିନ୍ନ ପ୍ରତିଯୋଗିତାର କୃତି ପ୍ରତିଯୋଗୀ ମାନଙ୍କୁ ଅତିଥିବୃନ୍ଦ ପୁରସ୍କାର ଓ ମାନପତ୍ର ବିତରଣ କରିଥିଲେ। ବିଦ୍ୟାଳୟ ପରିଚାଳନା କମିଟି କାର୍ଯ୍ୟକର୍ତ୍ତା ବୃନ୍ଦ ଏବଂ ସମସ୍ତ ଶିକ୍ଷୟିତ୍ରୀ ଶିକ୍ଷକ,କର୍ମଚାରୀ ବୃନ୍ଦ ଉପସ୍ଥିତ ରହି ସମସ୍ତ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ।