ସ୍ଥାୟୀ ବାସିନ୍ଦାଙ୍କୁ ବିଧାୟକ ପ୍ରାର୍ଥୀ ଘୋଷଣା କର

ସମ୍ବଲପୁର,୯ା୮(ବ୍ୟୁରୋ): ରେଢ଼ାଖୋଲ ନିର୍ବାଚନ ମଣ୍ଡଳୀର ପୁରୁଣା ଓ ଯୁବ କର୍ମକର୍ତ୍ତାମାନେ ସୋମବାର ଏକ ବୈଠକ କରି ୨୦୨୪ ସାଧାରଣ ନିର୍ବାଚନରେ ଏହି କ୍ଷେତ୍ରର ପ୍ରାର୍ଥୀ ପାଇଁ ଜଣେ ସ୍ଥାୟୀ ବାସିନ୍ଦାଙ୍କ ନାମ ଘୋଷଣା କରାଯାଉ ବୋଲି ଦାବି କରିଛନ୍ତି। ଯୁଯୁମୁରା ବ୍ଲକ ଦେବଝରନଠାରେ ଅନୁଷ୍ଠିତ ଭାଜପା ସମାବେଶରେ ଏହି ମତ ପ୍ରକାଶ ପାଇଥିଲା। ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ କୃଷକମୋର୍ଚ୍ଚା ଆହ୍ବାନ କ୍ରମେ ସଭାରେ ପ୍ରତାପ ପ୍ରଧାନ ଅଧ୍ୟକ୍ଷତା କରିଥିଲେ। ଭାରତମାତାଙ୍କ ପୂଜନ ପରେ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମକୁ କିଭଳି ପାଳନ କରିବେ ସେ ନେଇ ଆଲୋଚନା ହୋଇଥିଲା। ପରେ ଦଳ ସଂଗଠନ ନେଇ ନେତାମାନେ ମତ ରଖିଥିଲେ। ସେମାନେ ଦର୍ଶାଇଥିଲେ, ଏବେ ରେଢାଖୋଲ ଦାୟିତ୍ୱରେ ଥିବା ନେତୃତ୍ୱ ପୁରୁଣା କର୍ମୀଙ୍କୁ ଅଣଦେଖା କରୁଛନ୍ତି। ସେମାନେ ଦଳୀୟ କାର୍ଯ୍ୟକ୍ରମ ସମ୍ପର୍କରେ ସୂଚନା ଦେଉନାହାନ୍ତି। ଦଳର ରାଜ୍ୟ, ଜିଲା, ବ୍ଲକସ୍ତରୀୟ ନେତୃତ୍ୱ ରହିଛନ୍ତି। ହେଲେ ସେମାନଙ୍କୁ ମଧ୍ୟ ଅଣଦେଖା କରାଯାଉଛ। ରେଢାଖୋଲ ନିର୍ବାଚନ ମଣ୍ଡଳୀରେ ସ୍ଥାୟୀ ବାସିନ୍ଦାଙ୍କୁ ପ୍ରାର୍ଥୀ କରାଯାଉ ନାହିଁ। ଯେଉଁମାନଙ୍କୁ ଦଳ ପ୍ରାର୍ଥି କରୁଛି ସେମାନେ ଗ୍ରାମାଞ୍ଚଳ ଲୋକଙ୍କ ସହ ସମ୍ପର୍କ ରଖୁ ନାହାନ୍ତି। କେବଳ ନିର୍ବାଚନ ସମୟରେ ଆସି ଭୋଟ ଭିକ୍ଷା କରୁଛନ୍ତି। ତେଣୁ ଲୋକମାନେ ଗ୍ରହଣ କରୁନାହାନ୍ତି। ରାଜ୍ୟ ଓ ଜିଲାସ୍ତରୀୟ ନେତାମାନେ ଏହା ଉପରେ ପଦକ୍ଷେପ ଗ୍ରହଣ କରନ୍ତୁ ବୋଲି ଦାବି କରିଥିଲେ। ଆଗକୁ ନିର୍ବାଚନ ମଣ୍ଡଳୀରେ ଭାଜପା ଯେଭଳି ଭଲ ପ୍ରଦର୍ଶନ କରିବ ସେ ନେଇ ଏକଜୁଟ ହୋଇ କାମ କରିବାକୁ ସ୍ଥିର ହୋଇଥିଲା। ବୁର୍ଡା ସରପଞ୍ଚ ରାଜା ପାଳ, କୁମାରେଶ ସ୍ବାଇଁ, ସଞ୍ଜୟ କୁମାର, ସାହୁ, ରାଜେନ୍ଦ୍ର ବେହେରା, ସତ୍ୟନାରାୟଣ ପ୍ରଧାନ, ଅଜିତ କୁମାର ପ୍ରଧାନ, ଆଶୁତୋଷ ପ୍ରଧାନ, ହରିହର ସାହୁ, ଚନ୍ଦ୍ରମଣୀ ସାହୁ, ଅଶୋକ କୁମାର ସାହୁ, ହରିହର ମହାନନ୍ଦ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri