Posted inଜାତୀୟ

ସଂରକ୍ଷିତ ରାୟ ୩ ମାସରେ ଘୋଷଣା କର

ନୂଆଦିଲ୍ଲୀ,୩୦ା୫: ରାୟ ପ୍ରଦାନରେ ଅତ୍ୟଧିକ ବିଳମ୍ବ ପକ୍ଷମାନଙ୍କର ଅପୂରଣୀୟ କ୍ଷତି ଘଟାଉଥିବା ସୁପ୍ରିମକୋର୍ଟ ଶୁକ୍ରବାର କହିଛନ୍ତି। ରାୟ ସଂରକ୍ଷଣ ରଖିବାର ୩ ମାସ ମଧ୍ୟରେ ଘୋଷଣା କରିବାକୁ ସର୍ବୋଚ୍ଚ ଅଦାଲତ ହାଇକୋର୍ଟଗୁଡ଼ିକୁ ନିର୍ଦ୍ଦେଶ ଦେଇଛନ୍ତି। ବ୍ୟକ୍ତିଗତ ସ୍ବାଧୀନତା ସମ୍ପର୍କିତ ମାମଲାରେ ନିଷ୍ପତ୍ତି ଯଥାଶୀଘ୍ର ହେବା ଆବଶ୍ୟକ ବୋଲି ପ୍ରଧାନ ବିଚାରପତି ସୂର୍ଯ୍ୟ କାନ୍ତ ଏବଂ ଜଷ୍ଟିସ୍‌ ଜୟମାଲ୍ୟ ବାଗ୍‌ଚୀଙ୍କ ଖଣ୍ଡପୀଠ କହିଛନ୍ତି।
ହାଇକୋର୍ଟ ରାୟ ଅପ୍‌ଲୋଡ୍‌ରେ ବିଳମ୍ବ ହେଉଥିବା ଅଭିଯୋଗ ସମ୍ପର୍କିତ ଆବେଦନର ଶୁଣାଣି କରି ଖଣ୍ଡପୀଠ କେତେଗୁଡ଼ିଏ ଆଦେଶ ଜାରି କରିଛନ୍ତି। ଜାମିନ ଆବେଦନ ଉପରେ ରାୟ ସେହିଦିନ ଘୋଷଣା ହେବା ଆବଶ୍ୟକ। ଯଦି ତାହାକୁ ସଂରକ୍ଷିତ ରଖାଯାଏ, ତେବେ ତାହା ପରଦିନ ଘୋଷଣା ହେବା ସହ ଅପ୍‌ଲୋଡ କରାଯିବା ଜରୁରୀ ବୋଲି ଖଣ୍ଡପୀଠ କହିଛନ୍ତି। ଜାମିନ ନିର୍ଦ୍ଦେଶ ବା ଦଣ୍ଡକୁ ସ୍ଥଗିତ ରଖାଯିବା ସମ୍ପର୍କରେ ରାୟ ଘୋଷଣା ହେବା ସଙ୍ଗେସଙ୍ଗେ ଜେଲ କର୍ତ୍ତୃପକ୍ଷଙ୍କୁ ଯୋଗାଯୋଗ କରାଯିବା ଆବଶ୍ୟକ। ବିଚାରାଧୀନ ଅଭିଯୁକ୍ତ କିମ୍ବା ଦୋଷୀସାବ୍ୟସ୍ତ ଅପରାଧୀ ସେହିଦିନ କିମ୍ବା ଅତିବେଶିରେ ତା’ ପରଦିନ ଜେଲରୁ ମୁକ୍ତ ହେବା ଆବଶ୍ୟକ ବୋଲି ଅଦାଲତ କହିଛନ୍ତି।
ସମ୍ବିଧାନର ଅନୁଚ୍ଛେଦ ୧୪୨ରେ ପ୍ରଦତ୍ତ ଅସାଧାରଣ କ୍ଷମତାର ଉପଯୋଗକ୍ରମେ କହିଛନ୍ତି, ଯଦି ରାୟର କେବଳ ଫଳାଫଳ ଘୋଷଣା କରାଯାଏ ତେବେ କାରଣ ସହିତ ସମ୍ପୂର୍ଣ୍ଣ ରାୟକୁ ୧୫ ଦିନ ମଧ୍ୟରେ ଅପ୍‌ଲୋଡ୍‌ କରିବାକୁ ପଡ଼ିବ। ରାୟ ସଂରକ୍ଷିତ ରହିବାର ୪ ମାସ ମଧ୍ୟରେ ଯଦି ଘୋଷଣା ନ ହୁଏ, ତେବେ ପକ୍ଷମାନେ ହାଇକୋର୍ଟର ମୁଖ୍ୟ ବିଚାରପତିଙ୍କ ଦ୍ୱାରସ୍ଥ ହୋଇ ଅନ୍ୟ ଏକ ଖଣ୍ଡପୀଠକୁ ମାମଲା ହସ୍ତାନ୍ତର କରିବାକୁ ନିବେଦନ କରିପାରିବେ। ସେହିପରି କାରଣ ସହିତ ରାୟ ଯଦି ମୁକ୍ତ ଅଦାଲତରେ ଘୋଷଣା କରାଯାଏ, ତେବେ ୨୪ ଘଣ୍ଟା ମଧ୍ୟରେ ଓ୍ବେବ୍‌ସାଇଟ୍‌ରେ ତାହା ଅପ୍‌ଲୋଡ୍‌ ହେବା ଜରୁରୀ। ତେବେ ସର୍ବୋଚ୍ଚ ଅଦାଲତ ଜାରି କରିଥିବା ନିର୍ଦ୍ଦେଶନାମା କୌଣସି ନିର୍ଦ୍ଦିଷ୍ଟ ବିଚାରପତି କିମ୍ବା ହାଇକୋର୍ଟଙ୍କ ରାୟକୁ ସମାଲୋଚନା କରିବା କିମ୍ବା ପ୍ରଶ୍ନ କରିବା ଉଦ୍ଦେଶ୍ୟ ନୁହେଁ ବୋଲି ସ୍ପଷ୍ଟ କରିଦେଇଛନ୍ତି।

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମ୍ୟାଲେରିଆରେ ଚାଲିଗଲା ଆଶ୍ରମ ସ୍କୁଲ ଛାତ୍ରଙ୍କ ଜୀବନ, ଚିନ୍ତାରେ ପ୍ରଶାସନ

ରାୟଗଡ଼ା,୧୪।୭(କୈଳାଶ ଚନ୍ଦ୍ର ପୃଷ୍ଟି): ରାୟଗଡ଼ା ଜିଲାରେ ମ୍ୟାଲେରିଆ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ବିଶେଷକରି ଅନୁସୂଚିତ ଜାତି ଓ ଜନଜାତି ବିଭାଗ ଦ୍ୱାରା ପରିଚାଳିତ ଆଶ୍ରମ…

ଆସିଲା ବଡ଼ ଖବର, ଏଟିଏମ୍‌ ସାମ୍ନାରେ ପୁଣି ଲାଗିପାରେ ଲମ୍ବା ଲାଇନ୍! ଜାଣନ୍ତୁ କାହିଁକି?

ନୂଆଦିଲ୍ଲୀ,୧୪ା୭: ଉତ୍ତର ପ୍ରଦେଶ, ଦିଲ୍ଲୀ ଏବଂ ହରିୟାଣା ସମେତ ଦେଶର ଅନେକ ରାଜ୍ୟରେ ATM କ୍ୟାସ୍ ରିଫିଲ୍ କର୍ମଚାରୀମାନେ ଧର୍ମଘଟ ଆରମ୍ଭ କରିଛନ୍ତି। ଏହି ଧର୍ମଘଟ କାହିଁକି…

ଘର ବାରଣ୍ଡାରେ ଶୋଇଥିବା ଦେଖି ମହିଳାଙ୍କୁ ବଳାତ୍କାର ଉଦ୍ୟମ, ପାଟି କରିବାରୁ ମାରିଥିଲେ ଚମ୍ପଟ , ଆଉ ଏବେ…

ଦିଗପହଣ୍ଡି,୧୪।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଏକ ଗାଁର ଜଣେ ୫୨ ବର୍ଷୀୟା ମହିଳାଙ୍କୁ ବଳାତ୍କାର ଉଦ୍ୟମ ପରେ ତଣ୍ଟି ଚିପି ହତ୍ୟା…

ବଙ୍ଗୋପସାଗରରେ ବଡ଼ ହଲଚଲ: ୨ ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲ୍ଲାକୁ ରେଡ୍ ଆଲର୍ଟ

ନୂଆଦିଲ୍ଲୀ,୧୪ା୭: ପାଣିପାଗକୁ ନେଇ ବଡ଼ ଅପଡେଟ୍‌ । ରାଜ୍ୟରେ ବର୍ଷାର ପ୍ରକୋପ ଆହୁରି ବଢ଼ିବାକୁ ଯାଉଛି । ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଉତ୍ତର ଉପକୂଳ ଓଡ଼ିଶା…

ବୈଠକ ପରେ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: କୋଭିଡକୁ ନେଇ ସରକାର…

ଭୁବନେଶ୍ୱର,୧୪।୭: କୋଭିଡ ମୁକାବିଲା ବୈଠକ ପରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, କୋଭିଡକୁ ନେଇ ଭୟଭୀତ ହୁଅନ୍ତୁ ନାହିଁ, ସରକାର ସଜାଗ ଅଛନ୍ତି।…

ମହାନଦୀ ବ୍ରିଜରୁ ଡେଇଁପଡିଲେ ଯୁବକ, କାହିଁକି ଜାଣନ୍ତୁ…

ସମ୍ବଲପୁର,୧୪।୭: ସମ୍ବଲପୁର ମହାନଦୀ ଚାଉଁରପୁର ବ୍ରିଜ୍‌ରୁ ଜଣେ ଯୁବକ ନଦୀକୁ ଡେଇଁପଡିଥିଲେ। ହେଲେ ଡେଇଁ ପଡିଥିବା ଯୁବକଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି। ପରେ ତାଙ୍କୁ ମେଡିକାଲରେ…

ତାଇୱାନରେ ଚମକିଲା ନୂଆଖାଇ ବାଲୁକା କଳା: ଓମପ୍ରକାଶ କଲେ ବଡ଼ କାରନାମା

କର୍ଲାମୁଣ୍ଡା:୧୪/୭(ପ୍ରଦୀପ କୁମାର ସାହୁ):ଚଳିତ ମାସ ୪ ତାରିଖ ରୁ ୧୦ ରିଖ ପର୍ଯନ୍ତ ତାଇୱାନ ରେ ଅନୁଷ୍ଠିତ ଟଙ୍ଗସାଇଓ ଆନ୍ତର୍ଜାତୀୟ ବାଲୁକା କଳା ପ୍ରଦର୍ଶନୀରେ ଭାରତରୁ ପ୍ରତିନିଧିତ୍ୱ…

ପ୍ରଶାସନର କଡ଼ା କାର୍ଯ୍ୟାନୁଷ୍ଠାନ: ବିଭିନ୍ନ ଦେକାନରେ ଅଚାନକ ଚଢାଉ, ଆଦାୟ ହେଲା ଏତିକି ଟଙ୍କା ଜରିମାନା

ଜମନକିରା, ୧୪।୭: (ରବୀନ୍ଦ୍ର ପ୍ରସାଦ ଦାନୀ): ସମ୍ବଲପୁର ଜିଲାରେ ତମାଖୁ ନିୟନ୍ତ୍ରଣ ଏବଂ ସର୍ବସାଧାରଣ ସ୍ଥାନରେ ଧୂମ୍ରପାନ ରୋକିବା ପାଇଁ ପ୍ରଶାସନ ପକ୍ଷରୁ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri